ଏହିଦିନ ବିବାହ କରିବେ କିଆରା-ସିଦ୍ଧାର୍ଥ!

ମୁମ୍ବାଇ: ବଲିଉଡ ସେଲିବ୍ରିଟିମାନେ ସେମାନଙ୍କ କ୍ୟାରିୟର ଅବା ଅଭିନୟକୁ ନେଇ ଯେତିକି ଚର୍ଚ୍ଚାରେ ଥାଆନ୍ତି ସେତିକି ଚର୍ଚ୍ଚାରେ ଥାଆନ୍ତି ତାଙ୍କ ପର୍ସନାଲ ଲାଇଫକୁ ନେଇ । ଏବେ ବଲିଉଡରେ ଚର୍ଚ୍ଚାର ଆଗରେ ରହିଛନ୍ତି କିଆରା ଆଡଭାନୀ ଓ ସିଦ୍ଧାର୍ଥ ମାଲହୋତ୍ରା । ଏମାନଙ୍କ ବିବାହକୁ ନେଇ ଏବେ କିଛି ଅପଡେଟ୍ସ ମିଳିଛି । ଯାହାକୁ ଜାଣିବା ପାଇଁ ତାଙ୍କ ପ୍ରଶଂସକ ବଡ ଉତ୍ସାହର ସହ ଅପେକ୍ଷା ରଖିଛନ୍ତି । ଯେବେଠାରୁ ଏହି ଯୋଡି କରନ ଜୋହରଙ୍କ ଶୋ’ରେ ନିଜର ରିଲେସନଶିପକୁ ନେଇ ହିଣ୍ଟ ଦେଲେ ସେବେଠାରୁ ତାଙ୍କ ପ୍ରଶଂସକ ଅପେକ୍ଷା ରଖିଛନ୍ତି ଯେ କେବେ ଏହି ଯୋଡି ବିବାହ କରିବେ ।
ସିଦ୍ଧାର୍ଥ ମାଲହୋତ୍ରା ଏବେ ତାଙ୍କ ମୁଭି ‘ଥ୍ୟାଙ୍କ ଗଡ’କୁ ନେଇ ଚର୍ଚ୍ଚାରେ ରହିଛନ୍ତି । ଏବେ ସିଦ୍ଧାର୍ଥ ଓ କିଆରାଙ୍କ ବିବାହ ତାରିଖକୁ ନେଇ ବଡ ଖବର ଆସିଛି । ଶୁଣିବାକୁ ମିଳିଛି କି ଏମାନେ ଚଳିତ ବର୍ଷ ଡିସେମ୍ବରରେ ବିବାହ କରିବେ । ମିଡିଆ ରିପୋର୍ଟ ଅନୁଯାୟୀ ଏମାନେ ଡିସେମ୍ବରରେ ବିବାହ କରିବାକୁ ଯାଉଛନ୍ତି । ଆଉ ଏହି ଖବର ତାଙ୍କ ପ୍ରଶଂସକଙ୍କୁ ଖୁବ୍ ଆନନ୍ଦ ଦେଇଛି । ଏମାନେ ବିବାହ ପରେ ମୁମ୍ବାଇରେ ଏକ ଗ୍ରାଣ୍ଡ ରିସେପଶନ ପାର୍ଟି ରଖିଛନ୍ତି, ଯେଉଁଥିରେ ବଲିଉଡର ଅନେକ ଷ୍ଟାରଙ୍କୁ ନିମନ୍ତ୍ରଣ ଦିଆଯିବ ବୋଲି କୁହାଯାଉଛି । ସୂଚନାଯୋଗ୍ୟ, ପୂର୍ବରୁ ଶୁଣିବାକୁ ମିଳୁଥିଲା କି କିଆରା-ସିଦ୍ଧାର୍ଥ ଆସନ୍ତା ବର୍ଷ ଅର୍ଥାତ୍ ୨୦୨୩ ଏପ୍ରିଲରେ ବିବାହ କରିବେ । ହେଲେ ଏବେ ଏହି ଅପଡେଟ୍ସ ତାଙ୍କ ପ୍ରଶଠସକଙ୍କୁ ଖୁସି କରିଦେଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ମଧ୍ୟାହ୍ନ ଭୋଜନରେ ଅନିୟମିତତା ଅଭିଯୋଗ ଆଣିଲେ ଗ୍ରାମବାସୀ

ଖଜୁରିପଡ଼ା,୧୬ା୨(ବିଦୁର ବେହେରା): ଖଜୁରିପଡ଼ା ଅଞ୍ଚଳରେ ସୋମବାର କିଛି ବିଦ୍ୟାଳୟରେ ମଧ୍ୟାହ୍ନ ଭୋଜନରେ ଅନିୟମିତତା ହୋଇଥିବା ଅଭିଯୋଗ ହୋଇଛି। ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ ଅଧୀନରେ ଥିବା ଗଡ଼ପଦର୍‌ ସ୍କୁଲ,…

ରାଧାକୃଷ୍ଣ ମନ୍ଦିର ସାହିରେ ମଦ ନାମରେ ବିଷ ବିକ୍ରୀ ଅଭିଯୋଗ, ସବୁ ଜାଣି ଚୁପ୍ ପୋଲିସ ଓ ଅବକାରୀ ବିଭାଗ!

ଦାରିଙ୍ଗବାଡି,୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ରାଧାକୃଷ୍ଣ ମନ୍ଦିର ନିକଟରେ ଚୋରାମଦ ନାମରେ ବେଧଡ଼କ ଚାଲିଛି ବିଷ ବିକ୍ରୀ । ଏଥିପାଇଁ ଏକାଧିକ ଗରୀବ…

ମାର୍ଚ୍ଚ ୮ରେ ଗର୍ଜିବେ ମହିଳା, ମଦ ନୁହଁ ମୌଳିକ ସୁବିଧା ଯୋଗାଇବାକୁ ହେବ ଲଢେଇ

ଦାରିଙ୍ଗବାଡି, ୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକର ନାରୀ ମହାସଙ୍ଘର ତ୍ରୟ ମାସିକ ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ମହାସଙ୍ଘର ସଭାନେତ୍ରୀ ଲୁସିମା…

ତାରିକ ରହମାନଙ୍କ ଶପଥ ଗ୍ରହଣକୁ ମୋଦିଙ୍କୁ ନିମନ୍ତ୍ରଣ ମିଳିବାରୁ, ପାକିସ୍ତାନ ଏକ୍ସପର୍ଟ କହୁଛନ୍ତି, ବହୁତ ବଡ଼ ଭୁଲ କଲା…

ନୂଆଦିଲ୍ଲୀ/ଢାକା/ଇସଲାମାବାଦ,୧୬।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ବାଂଲାଦେଶ ପ୍ରଧାନମନ୍ତ୍ରୀଙ୍କ ଶପଥ ଗ୍ରହଣ ଉତ୍ସବରେ ଯୋଗଦେବାକୁ ନିମନ୍ତ୍ରଣ କରାଯିବା ପରେ ପାକିସ୍ତାନବାସୀ ଖୁବ ରାଗିଛନ୍ତି। ପାକ ବିଶେଷଜ୍ଞ କମର ଚିମା…

ବିଦାୟୀ ପୂର୍ବରୁ କିନ୍ନର ବାହାରିଲା ବର, ଶ୍ବଶୁର ଘର ଲୋକେ କଲେ….

ଲକ୍ଷ୍ନୌ,୧୬।୨: ଉତ୍ତର ପ୍ରଦେଶର ବାରବାଙ୍କି ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ବିଦାୟୀ ସମୟରେ ବର କିନ୍ନର ବୋଲି ଜଣାପଡିଲା । ଏହାପରେ ହଙ୍ଗାମା…

ପୁଣିଥରେ ମୁହାଁମୁହିଁ ହେବେ ଭାରତ-ପାକିସ୍ତାନ! ବୁଝନ୍ତୁ ସମିକରଣ

ନୂଆଦିଲ୍ଲୀ,୧୬।୨: ଭାରତୀୟ ଦଳ ପୁଣିଥରେ ପାକିସ୍ତାନକୁ ପରାସ୍ତ କରିଛି। ଫେବୃଆରୀ ୧୫ରେ କଲମ୍ବୋର ପ୍ରେମଦାସା ଷ୍ଟାଡିୟମରେ ଖେଳାଯାଇଥିବା ଟି-୨୦ ବିଶ୍ୱକପ ୨୦୨୬ ମ୍ୟାଚରେ ଭାରତ ପାକିସ୍ତାନକୁ ୬୧…

ଇତିହାସ ରଚିଲେ ରସିଦ୍ ଖାନ୍: ବିଶ୍ୱର ପ୍ରଥମ ବୋଲର ଭାବେ କଲେ ଏମିତି ରେକର୍ଡ

ନୂଆଦିଲ୍ଲୀ,୧୬।୨: ଆଫଗାନିସ୍ତାନର ଅଧିନାୟକ ରଶିଦ ଖାନ୍ କ୍ରିକେଟ୍ ଜଗତରେ ଏକ ନୂତନ ମାଇଲଖୁଣ୍ଟ ସ୍ଥାପନ କରିଛନ୍ତି। ସୋମବାର ଦିଲ୍ଲୀର ଅରୁଣ ଜେଟଲୀ ଷ୍ଟାଡିୟମରେ ଅନୁଷ୍ଠିତ ଆଇସିସି ପୁରୁଷ…

ହିମସ୍ଖଳନ ପରେ ଟ୍ରେନ ଦୁର୍ଘଟଣା, ଅନେକେ ଆହତ

ଗପ୍ପେନଷ୍ଟାଇନ,୧୬।୨: ସୋମବାର ଦକ୍ଷିଣ ସ୍ବିଜରଲ୍ୟାଣ୍ଡରେ ଏକ ବଡ଼ ଦୁର୍ଘଟଣା ଘଟିଛି। ଗପ୍ପେନଷ୍ଟାଇନ ଗାଁ ନିକଟରେ ହିମସ୍ଖଳନ ପରେ ୮୦ ଜଣ ଲୋକଙ୍କୁ ନେଇ ଯାଉଥିବା ଏକ ଯାତ୍ରୀବାହୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri