ଏହି ଅଭିନେତାଙ୍କୁ ରାତିଅଧରେ ଦେଖା କରିବାକୁ ଯାଇଥିଲେ କିଆରା, ଏମିତି ପଡିଲେ ଧରା

ବଲିଉଡ୍‌ ଅଭିନେତା ସିଦ୍ଧାର୍ଥ ମାଲହୋତ୍ରା ଏବଂ ଅଭିନେତ୍ରୀ କିଆରା ଆଡଭାନୀ ସେମାନଙ୍କ ପ୍ରେମ ସମ୍ପର୍କକୁ ନେଇ ଚର୍ଚ୍ଚାରେ ରହିଛନ୍ତି। ମାତ୍ର ଦୁହେଁ ଏପର୍ଯ୍ୟନ୍ତ ଏହି ସମ୍ପର୍କକୁ ଗ୍ରହଣ କରିନାହାନ୍ତି। କିନ୍ତୁ ପ୍ରାୟତଃ ଏକାଠି ନଜର ଆସିଥାନ୍ତି। ନିକଟରେ ଦୁହେଁ ମାଲଦ୍ୱୀପରୁ ଫେରିବା ପରେ ଲଞ୍ଚ ଡେଟ୍‌ରେ ନଜର ଆସିଥିଲେ। ପରେ ଶନିବାର ବିଳମ୍ବିତ ରାତିରେ କିଆରାଙ୍କୁ ସିଦ୍ଧାର୍ଥଙ୍କ ଘର ବାହାରେ ଦେଖିବାକୁ ମିଳିଥିଲା। ସେଠାରେ ପାପାରାଜିଙ୍କୁ ଦେଖିବା ପରେ କିଆରା ବହୁତ ଆଶ୍ଚର୍ଯ୍ୟ ହୋଇଯାଇଥିଲେ। ଏହି ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି।

ସିଦ୍ଧାର୍ଥ ଏବଂ କିଆରାଙ୍କ ମଧ୍ୟରେ ଥିବା ପ୍ରେମ ସମ୍ପର୍କକୁ ନେଇ ହେଉଥିବା ଚର୍ଚ୍ଚାକୁ ବର୍ତ୍ତମାନ ଏହି ଭିଡିଓ ପ୍ରମାଣ କରୁଛି ଯେ, ଉଭୟଙ୍କ ମଧ୍ୟରେ କିଛି ଅଛି। ପାପାରାଜି ତାଙ୍କୁ ଦେଖିବା ପରେ ସେ ଆଶ୍ଚର୍ଯ୍ୟ ହୋଇଯାଇଥିଲେ। ଭିଡିଓରେ ଏହା ଦେଖିବାକୁ ମିଳେ ଯେ, କିଆରା ତାଙ୍କ କାରରେ ବସିଛନ୍ତି। ସେ ଏକ ମାସ୍କ ପିନ୍ଧିଛନ୍ତି। ଏହି ଭିଡିଓ ଭାଇରାଲ ହେଉଛି।

କିଆରା ଏବଂ ସିଦ୍ଧାର୍ଥ ଗତ କିଛି ଦିନ ହେବ ଯେଉଁଭଳି ଭାବରେ ସାକ୍ଷାତ କରୁଛନ୍ତି, ଏହାକୁ ଦେଖି ଲୋକେ ଅନୁମାନ କରୁଛନ୍ତି ଯେ, ବର୍ତ୍ତମାନ ଉଭୟ ନିଜ ସମ୍ପର୍କକୁ ଆଗକୁ ନେବାକୁ ଯୋଜନା କରୁଛନ୍ତି। ପ୍ରଶଂସକମାନେ ଭାବୁଛନ୍ତି ସିଦ୍ଧାର୍ଥ ଏବଂ କିଆରା ବିବାହ କରିବାକୁ ଯୋଜନା କରୁନାହାନ୍ତି ତ। କାରଣ ପୂର୍ବରୁ ଉଭୟ ଗୁପ୍ତରେ ପରସ୍ପରକୁ ଭେଟିଥିଲେ। କିନ୍ତୁ ବର୍ତ୍ତମାନ ଦୁହେଁ ବିନା ଭୟରେ ଖୋଲାଖୋଲି ଲଞ୍ଚ ଏବଂ ଡିନର ଜାରି ରଖିଛନ୍ତି।

 

https://www.instagram.com/p/CKrMu5whU1f/?utm_source=ig_web_copy_link


Enter your email to get our daily news in your inbox.

All Right Reserved By Dharitri.Com

ସମ୍ପର୍କୀୟଙ୍କ ସହ ଘରୁ ବାହାରିଥିଲେ, ଗଛରେ ପିଟି ହୋଇ ଚାଲିଗଲା ଯୁବକଙ୍କ ଜୀବନ; ଏଯାଏ ମିଳୁନି…

ଭବାନୀପାଟଣା,୧୭।୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ଜାରିଙ୍ଗ ଛକ ନିକଟରେ ମଙ୍ଗଳବାର ରାତି ପାୟ ସାଢ଼େ ୮ ଟାରେ ଗଛରେ ପିଟି ହୋଇ ଜଣେ…

ଗ୍ୟାସ ସିଲିଣ୍ଡର ଖୋଲି ଘରେ ନିଆଁ ଲଗାଇଦେଲେ ସ୍ବାମୀ, ଥାନାରେ ପହଞ୍ଚିଲେ ସ୍ତ୍ରୀ; ଗିରଫ ପରେ ଜେଲ…

ଦିଗପହଣ୍ଡି,୧୭|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ୭ ନଂ ୱାର୍ଡ ବଜାର ସାହି ଗୁଣ୍ଡିଚା ଛକ ରେ ରହୁଥିବା ଏ.ରାଜୁଙ୍କୁ ମଙ୍ଗଳବାର ପୋଲିସ ଗିରଫ କରି…

ଦୁଇ ଦିନ ପରେ ଦେଇଥାନ୍ତେ ମାଟ୍ରିକ୍‌ ପରୀକ୍ଷା, ବାଇକ୍‌ ସହ ଦୁର୍ଘଟଣା ପରେ ଟ୍ରାକ୍ଟର ଚାପି ଦେବାରୁ ଚାଲିଗଲା ଛାତ୍ରଙ୍କ ଜୀବନ

ରାୟଗଡ଼ା,୧୭।୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହରରେ ଚିନ୍ତାଜନକ ହୋଇପଡ଼ିଛି ଟ୍ରାଫିକ ସମସ୍ୟା । ସହର ଦେଇ ଯାଇଥିବା ୩୨୬ନଂ ଜାତୀୟ ରାଜପଥ କଡ଼ରେ ବେଆଇନ ପାର୍କିଂ ଯୋଗୁ…

ବ୍ରହ୍ମପୁର-ରେଢ଼ାଖୋଲ ରେଳ ପ୍ରକଳ୍ପ: ୩୩୨ କିମି ହେବ ରେଳ ଲାଇନ୍‌, ଅର୍ଥ ଅନୁମୋଦନ କେବେ…?

ଭଞ୍ଜନଗର,୧୭।୨(ବାବୁଲା ପ୍ରଧାନ)- ସରକାର ପରେ ସରକାର ବଦଳୁଛି, କିନ୍ତୁ ବ୍ରହ୍ମପୁର ଭାୟା ଭଞ୍ଜନଗର, ଫୁଲବାଣୀ ରେଢ଼ାଖୋଲ ରେଳ ପ୍ରକଳ୍ପ ଅଗ୍ରଗତି ହୋଇପାରୁନାହିଁ। କନ୍ଧମାଳ ଜିଲାବାସୀଙ୍କ ପାଇଁ ରେଳ…

କଲେଜ ଯାଇଥିବା ବେଳେ ଛାତ୍ରୀଙ୍କୁ ଅପହରଣ କରି ୫ ଦିନ ଧରି ବଳାତ୍କାର, ଜେଲ ହାଜତକୁ ଗଲେ …

ଦିଗପହଣ୍ଡି,୧୭।୨(ଅଶେଷ  ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳର ଏକ କଲେଜରେ ଯୁକ୍ତ ୨ ଦିତୀୟ ବର୍ଷ କଳା ଶ୍ରେଣୀରେ ପଢୁଥିବା ୧୭ ବର୍ଷର ଛାତ୍ରୀଙ୍କୁ ଅପହରଣ…

‘ମୁଖ୍ୟମନ୍ତ୍ରୀ ମୋ ସାନ ଭାଇ, ବିଜେଡି ଫେରିବା ଆଶା ନାହିଁ’- ସନାତନ ମହାକୁଡ଼

ଭୁବନେଶ୍ୱର,୧୭l୨: ବିଜୁ ଜନତା ଦଳ (ବିଜେଡି) ରୁ ନିଲମ୍ବିତ ହେବା ପରେ ପ୍ରଥମ ଥର ପାଇଁ ମୁହଁ ଖୋଲିଛନ୍ତି ଚମ୍ପୁଆ ବିଧାୟକ ସନାତନ ମହାକୁଡ଼। ଦଳରୁ ନିଲମ୍ବନ…

ଦୁର୍ବ୍ୟବହାର ଅଭିଯୋଗ ଆଣିଥିଲେ ଅତିରିକ୍ତ ତହସିଲଦାର, ଆଖି ବୁଜିଲେ ବିଷ ପିଇଥିବା ଚିକିଟି ପିଇଓ 

ଚିକିଟି,୧୭।୨(ପ୍ରକାଶ ଚନ୍ଦ୍ର ସାହୁ): ଚିକିଟି ଅତିରିକ୍ତ ତହସିଲଦାରଙ୍କ ଦ୍ୱାରା ଦୁର୍ବ୍ୟବହାର କରିଥିବା ଅଭିଯୋଗ ଆସିବା ପରେ ଗଞ୍ଜାମ ଜିଲା ରାମଚନ୍ଦ୍ରପୁର ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ(ପିଇଓ) ଦଣ୍ଡପାଣି ପାତ୍ର…

ଚାକିରି ନାଁରେ ଠକେଇ: ଖୋର୍ଦ୍ଧା କୋର୍ଟରେ ଜାମିନ ଆବେଦନ କଲେ ଗିରଫ ଜୟଦୁର୍ଗା ଫାଉଣ୍ଡେଶନ ଅଧ୍ୟକ୍ଷା, ୨୦ରେ… 

ହାଟଡିହୀ,୧୭l୨(ଶୁଭକାନ୍ତ ନାୟକ): ୨୨ ଲକ୍ଷ ଟଙ୍କା  ଠକେଇ ମାମଲାରେ ଗିରଫ ହୋଇଥିବା ଜୟଦୁର୍ଗା ଫାଉଣ୍ଡେଶନ ଅଧ୍ୟକ୍ଷା ସୁରେଶ୍ୱରୀ ସାଗରୀକା ଜେନା ଗିରଫ ପରେ ଜାମିନ ପାଇଁ ଖୋର୍ଦ୍ଧା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri