Posted inଜାତୀୟ

ଭବାନୀପୁର ଉପ ନିର୍ବାଚନ ପ୍ରଚାର ବେଳେ ଭାଜପା ମୁଖ୍ୟଙ୍କୁ ସେକିଲେ

କୋଲାକାତା,୨୭।୯: ଆସନ୍ତା ୩୦ ତାରିଖରେ ହେବାକୁ ଯାଉଥିବା ଭବାନୀପୁର ଉପ ନିର୍ବାଚନ ଲାଗି ସୋମବାର ଘରରୁ ଘର ପ୍ରଚାରବେଳେ ଭାଜପାର ଜାତୀୟ ଉପ ସଭାପତି ଦୀଲିପ ଘୋଷଙ୍କୁ ଆକ୍ରମଣର ସମ୍ମୁଖୀନ ହେବାକୁ ପଡ଼ିଛି। ଏହି ଆସନରେ ପ୍ରତିଦ୍ୱନ୍ଦ୍ୱିତା କରୁଥିବା ମୁଖ୍ୟମନ୍ତ୍ରୀ ତଥା ତୃଣମୂଳ କଂଗ୍ରେସ (ଟିଏମ୍‌ସି)ର ସୁପ୍ରିମୋ ମମତା ବାନାର୍ଜୀଙ୍କ ସମର୍ଥକମାନେ ଘୋଷଙ୍କୁ ଗୋଇଠା, ବିଧା ଓ ତଣ୍ଟିଆ ମାରିଥିବା ଅଭିଯୋଗ କରିଛନ୍ତି ପଶ୍ଚିମବଙ୍ଗ ଭାଜପା ସଭାପତି ସୁକାନ୍ତ ମଜୁମଦାର। ଜଦୁ ବାବୁର ବଜାର ନିକଟରେ ଦୁଇ ବିରୋଧୀ ଗୋଷ୍ଠୀ ମଧ୍ୟରେ ଝଗଡ଼ା ହୋଇଥିଲା। ଏଥିରେ ଜଣେ ଭାଜପା କର୍ମୀ ଆହତ ହୋଇଥିବା ସେ ଟୁଇଟ୍‌ କରି ସୂଚନା ଦେଇଛନ୍ତି।

ସୋମବାର ପ୍ରଚାରର ଅନ୍ତିମ ଦିନରେ ଭାଜପା ପ୍ରାର୍ଥୀ ପ୍ରିୟଙ୍କା ତିବ୍ରଓ୍ବୋଲଙ୍କ ପାଇଁ ଭବାନୀପୁରରେ ଅନେକ ବରିଷ୍ଠ ନେତାଙ୍କୁ ମୁତୟନ କରାଯାଇଥିଲା। ଘୋଷ ଘରରୁ ଘର ବୁଲି ବୁଲି ପ୍ରଚାର କରୁଥିବା ବେଳେ ଟିଏମ୍‌ସି କର୍ମୀ ଓ ସମର୍ଥକମାନେ ଘୋଷଙ୍କ ବିରୋଧରେ ସ୍ଲୋଗାନ ଦେବା ସହ ଫେରିଯିବାକୁ କହିଥିଲେ। ଏହାର କିଛି ସମୟ ପରେ ଟିଏମ୍‌ସି କର୍ମୀମାନେ ଘୋଷ ଓ ତାଙ୍କ ସୁରକ୍ଷା କର୍ମୀଙ୍କୁ ଧକ୍କା ପକାଇଥିଲେ। ଏପରିକି ଟିଏମ୍‌ସି କର୍ମୀଙ୍କୁ ଭିଡକୁ ତଡ଼ିବା ପାଇଁ ସୁରକ୍ଷା କର୍ମୀଙ୍କୁ ସର୍ଭିସ ରିଭଲଭର ଦେଖାଇବାକୁ ପଡ଼ିଥିଲା। ପରିସ୍ଥିତି ଜଟିଳ ହେଉଥିବା ଦେଖି ଦଳୀୟ କର୍ମୀଙ୍କ ସହ ଫେରିବାକୁ ନିଷ୍ପତ୍ତି ନେଇଥିଲେ ଘୋଷ।

ଘୋଷ ଘଟଣା ଉପରେ କହିଛନ୍ତି, ଭବାନୀପୁରରେ ଆମ ପାଇଁ କୌଣସି ସୁରକ୍ଷା ବ୍ୟବସ୍ଥା କରାଯାଇ ନ ଥିଲା। ସେମାନେ ଆମ କର୍ମୀଙ୍କ ମୁଣ୍ଡ ଫଟାଇ ଦେଲେ। ଏପରି କି ମୋତେ ଗୋଇଠା ମାରିଲେ। ଏଭଳି ପରିସ୍ଥିତିରେ ଉପ ନିର୍ବାଚନ କେମିତି ହେବ ମୋତେ ଜଣାନାହିଁ। ଗଣତନ୍ତ୍ର କାହିଁ। ଆମେ ଏ ନେଇ ନିର୍ବାଚନ ଆୟୋଗଙ୍କଠାରେ ଦ୍ୱାରସ୍ତ ହେବୁ। କିନ୍ତୁ ମୋତେ ଜଣାନାହିଁ ଲୋକେ ଭୋଟ ଦେବେ କେମିତି?


Enter your email to get our daily news in your inbox.

All Right Reserved By Dharitri.Com

ନବ ଦାସ ହତ୍ୟା ମାମଲା: PSO ମିତ୍ରଭାନୁ ଦେଓଙ୍କ ସାକ୍ଷ୍ୟ ଗ୍ରହଣ, କ’ଣ କହିଲେ କୋର୍ଟରେ…

ଝାରସୁଗୁଡ଼ା, ୨୧ା୨(ଆଶିଷ ରଞ୍ଜନ ଦାଶ): ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସ ହତ୍ୟା ମାମଲାରେ ତାଙ୍କର ତତ୍କାଳୀନ ପିଏସ୍‌ଓ ମିତ୍ରଭାନୁ ଦେଓ ଶନିବାର ଝାରସୁଗୁଡ଼ା ଅତିରିକ୍ତ ଜିଲାଜଜ୍‌ କୋର୍ଟରେ…

ଦିବ୍ୟାଙ୍ଗ ଯୁବତୀଙ୍କୁ ବଳାତ୍କାର

ଦେବଗଡ଼,୨୧ା୨(ଶଶାଙ୍କ ଶେଖର ଝାଙ୍କର)- ଦେବଗଡ଼ ଥାନା ଅଞ୍ଚଳର ଦିବ୍ୟାଙ୍ଗ ଯୁବତୀଙ୍କୁ ବଳାତ୍କାର କରିବା ଅଭିଯୋଗରେ ପୋଲିସ ଜଣେ ବିବାହିତ ଯୁବକଙ୍କୁ ଗିରଫ କରି ଶନିବାର କୋର୍ଟ ଚାଲାଣ…

ପଶ୍ଚିମବଙ୍ଗ ପାଇଁ BJPର ମାଷ୍ଟରଷ୍ଟ୍ରୋକ୍‌! ସାରା ରାଜ୍ୟରେ ବାହାରିବ…ମୋଦି କରିବେ… 

କୋଲକାତା,୨୧।୨: ଆଗାମୀ ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ପାଇଁ ଭାରତୀୟ ଜନତା ପାର୍ଟି (ଭାଜପା) ଏକ ବଡ଼ ରଣନୀତି ପ୍ରସ୍ତୁତ କରିଛି। ମମତା ବାନାର୍ଜୀଙ୍କ ସରକାରକୁ କ୍ଷମତାରୁ ହଟାଇବା…

ନୂଆପଡ଼ାରୁ ଧରାପଡ଼ିଲେ ୬ ସାଇବର ଅପରାଧୀ

ନୂଆପଡ଼ା,୨୧ା୨ (ମକାରୁ ବେମାଲ): ନୂଆପଡ଼ା ଜିଲା ପୋଲିସ ୬ଜଣ ସାଇବର ଠକଙ୍କୁ ଗିରଫ କରି ସେମାନଙ୍କଠାରୁ ୬ଟି ମୋବାଇଲ, ୩ ଆକାଉଣ୍ଟ୍ସ ଡିଟେଲ୍‌ ପାଇଛି। ସେଥିରେ ୨…

ସ୍ବଦେଶୀ ଟିଟାନସ୍‌, ଡିପ୍‌ଥେରିଆ ଟିକାର ହେଲା ଶୁଭାରମ୍ଭ, ବୈଜ୍ଞାନିକଙ୍କୁ ଅଭିନନ୍ଦନ ଜଣାଇଲେ ନଡ୍ଡା

ନୂଆଦିଲ୍ଲୀ,୨୧ା୨: ସ୍ବଦେଶୀ ଜ୍ଞାନକୌଶଳରେ ପ୍ରସ୍ତୁତ ଟିଟାନସ୍‌ ଏବଂ ବୟସ୍କଙ୍କ ପାଇଁ ଡିପ୍‌ଥେରିଆ ଟିକାକୁ କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ଜେ.ପି. ନଡ୍ଡା ଶନିବାର ହିମାଚଳପ୍ରଦେଶର କସୌଲିସ୍ଥିତ ସେଣ୍ଟ୍ରାଲ ରିସର୍ଚ୍ଚ ଇନ୍‌ଷ୍ଟିଚ୍ୟୁଟ୍‌ରେ…

ଭଦ୍ରକ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ଯୁବତୀଙ୍କ ଆତ୍ମାହୁତି ଉଦ୍ୟମ, ନିଜ ଡ୍ରେସରେ ନିଆଁ ଲଗାଇଦେବା ପରେ…

ଭଦ୍ରକ, ୨୧।୨(ସନାତନ ରାଉତ)- ଭଦ୍ରକ ଜିଲାପାଳଙ୍କ କାର୍ଯ୍ୟଳୟ ପରିସରରେ ଜଣେ ଯୁବତୀ ଆତ୍ମାହୁତି ଉଦ୍ୟମ କରିଛନ୍ତି । ଯୁବତୀ ଜଣଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଛି। ତେବେ ଯୁବତୀଜଣଙ୍କ…

୧୦ ବର୍ଷ ଅପେକ୍ଷାର ଅନ୍ତ, ଅଷ୍ଟ୍ରେଲିଆ ମାଟିରେ ଟି-୨୦ ସିରିଜ ଜିତି ଇତିହାସ ରଚିଲା ଭାରତ

ଆଡିଲେଡ,୨୧।୨: ଅଷ୍ଟ୍ରେଲିଆ ଗସ୍ତରେ ଥିବା ଭାରତୀୟ ମହିଳା କ୍ରିକେଟ ଦଳ ଜବରଦସ୍ତ ପ୍ରଦର୍ଶନ କରି ଟି-୨୦ ସିରିଜକୁ ୨-୧ରେ ନିଜ ନାମରେ କରିଛି। ଶନିବାର ୨୧ ଫେବୃଆରୀରେ…

ଅଭିଷେକଙ୍କ ଫର୍ମକୁ ନେଇ ମୁହଁ ଖୋଲିଲେ ଅଧିନାୟକ ସୂର୍ଯ୍ୟକୁମାର

ଅହମଦାବାଦ,୨୧ା୨: ଭାରତୀୟ ଓପନର ଅଭିଷେକ ଶର୍ମା ୩ ମ୍ୟାଚ୍‌ରେ ୩ ଥର ଖାତା ଖୋଲିବାରେ ବିଫଳ ହେବା ସତ୍ତ୍ୱେ ତାଙ୍କ ଫର୍ମ ଦଳ ପାଇଁ ଚିନ୍ତାର କାରଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri