VIRAL VIDEO: ସାଲାର ଫିଲ୍ମ ଦେଖିବାକୁ ପିଲାଙ୍କୁ ମିଳିଲାନି ଏଣ୍ଟ୍ରି, ରାଗିକି ଏଭଳି କିଛି କଲେ ମହିଳା, ଦେଖନ୍ତୁ ପୂରା ଭିଡିଓ

ନୂଆଦିଲ୍ଲୀ: ସାଉଥ ସୁପରଷ୍ଟାର ପ୍ରଭାସଙ୍କ ଫିଲ୍ମ ‘ସାଲାର’ବକ୍ସ ଅଫିସରେ ରେକର୍ଡ ଭାଙ୍ଗୁଛି। ମାତ୍ର ୩ ଦିନ ମଧ୍ୟରେ, ଏହି ଚଳଚ୍ଚିତ୍ରଟି ଭାରତୀୟ ପ୍ରେକ୍ଷାଳୟରେ ୨୦୦କୋଟିରୁ ଅଧିକ ବ୍ୟବସାୟ କରିଥିବାବେଳେ ବିଶ୍ୱବ୍ୟାପୀ ଏହି ଚଳଚ୍ଚିତ୍ର ୪୦୦କୋଟି ରୋଜଗାର କରିଛି। ଏହି ଫିଲ୍ମ ଦେଖିବା ପାଇଁ ଲୋକମାନଙ୍କ ମଧ୍ୟରେ କ୍ରେଜ୍‌ ରହିଛି। ନିକଟରେ ହାଇଦ୍ରାବାଦର ଜଣେ ମହିଳା ତାଙ୍କ ପରିବାର ସହିତ ଚଳଚ୍ଚିତ୍ର ଦେଖିବାକୁ ଯାଇଥିଲେ, କିନ୍ତୁ ଯେତେବେଳେ ଥିଏଟର କର୍ମଚାରୀମାନେ ତାଙ୍କ ପୁଅକୁ ପ୍ରେକ୍ଷାଳୟକୁ ନେବାକୁ ମନା କରିଦେଲେ। ଯାହା ପରେ ମହିଳା ଜଣଙ୍କ ରାଗିକି ଖପ୍ପା ହୋଇଗଲେ । ଯାହାର ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି।

ହାଇଦ୍ରାବାଦ ଥିଏଟରର ଏକ ଭିଡିଓ ଏକ୍ସରେ ଶେୟାର କରାଯାଇଛି । ଏହି ଭିଡିଓରେ ଜଣେ ମହିଳା ତାଙ୍କ ପରିବାର ସହିତ ସାଲାର ଫିଲ୍ମ ଦେଖିବାକୁ ଆସିଥିଲେ। ତାଙ୍କ ସହିତ ତାଙ୍କର ଦୁଇଟି ପିଲା ମଧ୍ୟ ଥିଲେ, କିନ୍ତୁ ଯେତେବେଳେ ଥିଏଟର କର୍ମଚାରୀମାନେ କହିଥିଲେ ଯେ ସେ ପିଲାମାନଙ୍କୁ ଭିତରକୁ ନେଇ ପାରିବେ ନାହିଁ। ଯାହା ପରେ ମହିଳା ଜଣଙ୍କ କ୍ରୋଧିତ ହୋଇ ଥିଏଟର କର୍ମଚାରୀଙ୍କୁ ଗାଳି ଦେଇଥିଲେ। ସୋସିଆଲ ମିଡିଆରେ ଏହି ମହିଳାଙ୍କ ଭିଡିଓ ଭାଇରାଲ ହୋଇଛି ଏବଂ ଏହି ଭିଡିଓକୁ ୧ ଲକ୍ଷ ୧୪ ହଜାରରୁ ଅଧିକ ଭ୍ୟୁ ମିଳିଛି।

 


Enter your email to get our daily news in your inbox.

All Right Reserved By Dharitri.Com

ରୋହିତ ଶର୍ମା-ବିରାଟ କୋହଲି ଆଗାମୀ ଗୋଟିଏ ବର୍ଷ ମଧ୍ୟରେ କେତେ ମ୍ୟାଚ ଖେଳିବେ, ସିଡ୍ୟୁଲ ଜାରିକଲା BCCI

ନୂଆଦିଲ୍ଲୀ,୨୬।୩: ଆଗାମୀ ବର୍ଷ ପାଇଁ ଟିମ ଇଣ୍ଡିଆର ଘରୋଇ ସିରିଜ ସୂଚୀ ପ୍ରକାଶ ପାଇଛି। ଅଷ୍ଟ୍ରେଲିଆ, ୱେଷ୍ଟଇଣ୍ଡିଜ, ଶ୍ରୀଲଙ୍କା ଏବଂ ଜିମ୍ବାୱେ ଆଗାମୀ ୧୨ ମାସ ବା…

ଡିପଫେକ୍‌ରେ ଗମ୍ଭୀର: ଆପତ୍ତିଜନକ ପୋଷ୍ଟ ହଟାଇବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୬ା୩: ଦିଲ୍ଲୀ ହାଇକୋର୍ଟ ଗୁଗଲ, ମେଟା ଓ ଆମାଜନ ଭଳି ଅଗ୍ରଣୀ ଟେକ୍‌ ପ୍ଲାଟଫର୍ମକୁ ପୂର୍ୱତନ କ୍ରିକେଟର ତଥା ବର୍ତ୍ତମାନ ଭାରତୀୟ ଦଳର ମୁଖ୍ୟ କୋଚ୍‌ ଗୌତମ…

ଦୂଷିତ ପାଣି ବ୍ୟବହାର କରି ସେବାଶ୍ରମ ବିଦ୍ୟାଳୟର ଛାତ୍ରୀଛାତ୍ର ଅସୁସ୍ଥ, ମେଡିକାଲ ଟିମ୍‌ ପହଞ୍ଚି…

ବାଙ୍କୀ,୨୬ା୩(ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ବ୍ଲକ ଅନ୍ତର୍ଗତ କଦଳୀବାଡ଼ି ପଞ୍ଚାୟତସ୍ଥିତ ସେବାଶ୍ରମ ସରକାରୀ ବିଦ୍ୟାଳୟର ଛାତ୍ରୀଛାତ୍ର ଜଣ୍ଡିସ୍‌ ରୋଗରେ ଆକ୍ରାନ୍ତ ଥିବା ଅଭିଭାବକ ଓ ଗ୍ରାମବାସୀ ଅଭିଯୋଗ କରିଛନ୍ତି।…

ବ୍ରିଜ୍‌ ଉପରେ ହଠାତ୍‌ ଫାଟିଲା ପାନୀଳ ଜଳ ପାଇପ୍‌, ଆଉ ତା’ ପରେ…

ଗୁଣପୁର,୨୬ା୩(ସଂକେତ ପାତ୍ର): ସ୍ଥାନୀୟ ଗୁଣପୁର-ବିକ୍ରମପୁରକୁ ସଂଯୋଗ କରୁଥିବା ବ୍ରିଜ୍‌ ଉପରେ ଥିବା ପାନୀୟଜଳ ପାଇପ୍‌ ଫାଟିଯାଇ ଅଧିକ ସମୟ ଧରି ପାଣି ବହୁଥିବା ଦେଖାଯାଇଛି। ସୂଚନାନୁସାରେ, କେନ୍ଦ୍ର…

ଯୁଦ୍ଧ ଭିତରେ ଚାଇନା ଯିବେ ଟ୍ରମ୍ପ, ତାରିଖ ଘୋଷଣା କଲା ହ୍ବାଇଟ ହାଉସ

ଓ୍ବାଶିଂଟନ,୨୬।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ମେ ୧୪ ରୁ ୧୫ ମଧ୍ୟରେ ଚାଇନା ଗସ୍ତ କରିବେ ଏବଂ ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗଙ୍କ ସହ ସାକ୍ଷାତ…

ହୋଟେଲ, ରେଷ୍ଟୁରାଣ୍ଟରେ ବଡ଼ ଧରଣର ଚଢ଼ାଉ

ନୂଆପଡ଼ା,୨୬ା୩ (ମକାରୁ ବେମାଲ): ନୂଆପଡ଼ା ଜିଲାରେ ଘରୋଇ ଏଲ୍‌ପିଜି ସିଲିଣ୍ଡରର କୃତ୍ରିମ ଅଭାବ ଦେଖାଦେଇଥିବା ବେଳେ ବିଭିନ୍ନ ହୋଟେଲ ଓ ରେଷ୍ଟୁରାଣ୍ଟରେ ଅବୈଧ ବ୍ୟବହାର କରାଯାଉଥିବା ଅଭିଯୋଗ…

ଚୌକା-ଛକାରେ ଝୁମି ଉଠୁଥିବା ଚିୟରଲିଡର୍ସଙ୍କୁ କେତେ ମିଳେ ଦରମା… ଗୋଟିଏ ମ୍ୟାଚର ପାରିଶ୍ରମିକ ସହ ବିଳାସପୂର୍ଣ୍ଣ ସୁବିଧା ପଛର କାହାଣୀ ଜାଣନ୍ତୁ…

ନୂଆଦିଲ୍ଲୀ,୨୬।୩: ଆଇପିଏଲର ୧୯ତମ ସିଜିନ ୨୮ ମାର୍ଚ୍ଚରୁ ଆରମ୍ଭ ହେଉଛି। ଫାଇନାଲ ମ୍ୟାଚ ୩୧ ମଇରେ ଖେଳାଯିବ। ପଡ଼ିଆରେ ଖେଳାଳିମାନେ ସେମାନଙ୍କ ବିଡ ଏବଂ ଦୌଡ଼ ପାଇଁ…

ଆସନ୍ତାକାଲି ଭକ୍ତଙ୍କୁ ଦର୍ଶନ ଦେବେ ନାହିଁ ମହାପ୍ରଭୁ, ୫ ଘଣ୍ଟା ବନ୍ଦ ରହିବ ଶ୍ରୀମନ୍ଦିର

ପୁରୀ,୨୬ା୩(ଅଜିତ କୁମାର ମହାନ୍ତି):  ଆସନ୍ତାକାଲି ଅର୍ଥାତ୍‌ ଶୁକ୍ରବାର ଭଗବାନ ଆଉ ଭକ୍ତଙ୍କ ମଧ୍ୟରେ ବଢ଼ିବ ଦୂରତା। ୫ ଘଣ୍ଟା ଭକ୍ତଙ୍କୁ ଦର୍ଶନ ଦେବେ ନାହିଁ ମହାପ୍ରଭୁ। ଚୈତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri