Posted inଖେଳ

ଐତିହାସିକ ରୌପ୍ୟ ସହ ଫେରିଲେ ଶ୍ରୀକାନ୍ତ

ନୂଆଦିଲ୍ଲୀ,୧୯।୧୨: ଭାରତୀୟ ଷ୍ଟାର ପୁରୁଷ ଶଟଲର କିଡାମ୍ବି ଶ୍ରୀକାନ୍ତ ଚଳିତ ବିଡବ୍ଲ୍ୟୁଏଫ୍‌ ବିଶ୍ୱ ଚାମ୍ପିୟନଶିପ୍‌ରେ ରୌପ୍ୟ ପଦକରେ ସନ୍ତୁଷ୍ଟ ରହିଛନ୍ତି। ରବିବାର ସ୍ପେନର ହୁଏଲଭାଠାରେ ଖେଳାଯାଇଥିବା ଫାଇନାଲରେ ତାଙ୍କୁ ହରାଇ ସ୍ବର୍ଣ୍ଣ ପଦକ ହାତେଇ ନେଇଛନ୍ତି ସିଙ୍ଗାପୁରର ଲୋ କେନ ୟେ। ତେବେ ଫାଇନାଲରେ ପରାସ୍ତ ହୋଇଥିଲେ ମଧ୍ୟ ଇତିହାସ ରଚିଛନ୍ତି ଶ୍ରୀକାନ୍ତ। ପ୍ରଥମ ଭାରତୀୟ ପୁରୁଷ ଖେଳାଳି ଭାବେ ବିଡବ୍ଲ୍ୟୁଏଫ୍‌ ବିଶ୍ୱ ଚାମ୍ପିୟନଶିପ୍‌ରେ ସେ ରୌପ୍ୟ ପଦକ ଜିତିଛନ୍ତି। ତାଙ୍କ ପୂର୍ବରୁ ପ୍ରକାଶ ପାଦୁକୋଣ (୧୯୮୩), ଏସ୍‌ ଏସ୍‌ ପ୍ରଣୟ (୨୦୧୯) ଓ ଲକ୍ଷ୍ୟ ସେନ (୨୦୨୧) ବ୍ରୋଞ୍ଜ ପଦକ ହାତେଇଥିଲେ।

ଫାଇନାଲରେ ପୂର୍ବତନ ନଂ ୧ ଶଟଲର ପ୍ରଥମ ଗେମ୍‌ରେ ୯-୩ର ଅଗ୍ରଣୀ ହାତେଇଥିଲେ। କିନ୍ତୁ ମଧ୍ୟାନ୍ତର ପରେ ୨୧-୧୫ ବ୍ୟବଧାନରେ ତାଙ୍କ ଠାରୁ ଗେମ୍‌ ଛଡ଼ାଇ ନେଇଥିଲେ ସିଙ୍ଗାପୁର ଖେଳାଳି। ଦ୍ୱିତୀୟ ଗେମ୍‌ରେ ଦୁଇ ପ୍ରତିଦ୍ୱନ୍ଦ୍ୱୀଙ୍କ ମଧ୍ୟରେ କଡ଼ା ସଂଘର୍ଷ ହୋଇଥିଲା। ଶେଷରେ ୨୨-୨୦ରେ ପରାସ୍ତ ହୋଇଥିଲେ ୨୮ ବର୍ଷୀୟ ଶ୍ରୀକାନ୍ତ।

ଇତିହାସରେ ପ୍ରଥମ ଥର ପାଇଁ ଏହି ସମ୍ମାନଜନକ ଟୁର୍ନାମେଣ୍ଟର ପୁରୁଷ ବର୍ଗରେ ଭାରତ ଦୁଇଟି ପଦକ ଜିତିଛି। ଏହି ଇଭେଣ୍ଟର ସେମିଫାଇନାଲରେ ଶ୍ରୀକାନ୍ତଙ୍କଠାରୁ ପରାସ୍ତ ହୋଇ ଲକ୍ଷ୍ୟ ବ୍ରୋଞ୍ଜ ପଦକରେ ସନ୍ତୁଷ୍ଟ ରହିଥିଲେ। ତେବେ ଏକମାତ୍ର ଭାରତୀୟ ଭାବେ ପି ଭି ସିନ୍ଧୁ ଏହି ଟୁର୍ନାମେଣ୍ଟ ଟାଇଟଲ ଜିତିଛନ୍ତି। ଟୁର୍ନାମେଣ୍ଟର ମହିଳା ସିଙ୍ଗଲ୍ସ ବର୍ଗରେ ସିନ୍ଧୁଙ୍କ ନାମରେ ଗୋଟିଏ ସ୍ବର୍ଣ୍ଣ ସହିତ ଦୁଇଟି ଲେଖାଏ ରୌପ୍ୟ ଓ ବ୍ରୋଞ୍ଜ ପଦକ ରହିଛି। ତାଙ୍କ ଭଳି ସାନିଆ ନେହ୍ବାଲ ଥରେ ରୌପ୍ୟ ଏବଂ ବ୍ରୋଞ୍ଜ ପଦକ ଜିତିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନେପାଳ ଫେରିଲେ ତିବ୍ବତରେ ଫସି ରହିଥିବା ଭାରତୀୟ ତୀର୍ଥଯାତ୍ରୀ

ବେଜିଂ,୨୯ା୮: ବନ୍ୟାରେ ଗିରୋଙ୍ଗ୍‌ ସୀମାନ୍ତ ପୋଷ୍ଟ ଧ୍ୱଂସ ହୋଇଯାଇଥିବା ବେଳେ ତିବ୍ବତରେ ଅଟକି ରହିଥିବା ବହୁସଂଖ୍ୟାରେ ଭାରତୀୟ ତୀର୍ଥଯାତ୍ରୀ ଶନିବାର ବିକଳ୍ପ ସୀମାନ୍ତ ରାସ୍ତା ଦେଇ ନେପାଳ…

ଉଜ୍‌ବେକିସ୍ତାନରେ ପ୍ରଧାନମନ୍ତ୍ରୀ ମୋଦି

ତାଶକେଣ୍ଟ,୨୯ା୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଉଜ୍‌ବେକିସ୍ତାନ ଏବଂ କିର୍‌ଗିଜସ୍ତାନକୁ ୪ ଦିନିଆ ଗସ୍ତରେ ଯାଇ ଶନିବାର ଉଜ୍‌ବେକିସ୍ତାନରେ ପହଞ୍ଚିଛନ୍ତି। ୨ ଦେଶ ମଧ୍ୟରେ ରଣନୈତିକ ସହଭାଗିତାକୁ ଆହୁରି…

ସୃଷ୍ଟି ହେଲା ଲଘୁଚାପ, ୫ଦିନ ପ୍ରବଳରୁ ଅତି ପ୍ରବଳ ବର୍ଷା, ୩ ଜିଲାକୁ ରେଡ୍‌ ଓ୍ବାର୍ନିଂ

ଭୁବନେଶ୍ୱର, ୨୯ା୮ (ବନ୍ଦନା ସେଠୀ) – ଉତ୍ତରପଶ୍ଚିମ ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ-ଉତ୍ତରଓଡ଼ିଶା ଉପକୂଳରେ ଶନିବାର ସକାଳ ୫ଟା ୩୦ରେ ଆଉଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା…

ଖଡ଼ିଆଳରେ ନୂଆଖାଇ ପାଇଁ ଲଗ୍ନ ଧାର୍ଯ୍ୟ

ଖଡ଼ିଆଳ,୨୯ା୮(ସୁଜିତ କୁମାର ପ୍ରଧାନ): ଖଡ଼ିଆଳ ରାଜଦରବାର ହଲଠାରେ ପଣ୍ଡିତ ମଣ୍ଡଳୀ ନବାନ୍ନ ଲଗ୍ନ ଧାର୍ଯ୍ୟ କରିଛନ୍ତି। ପରମ୍ପରାନୁସାରେ ଆସନ୍ତା ୧୫ ତାରିଖ ମଙ୍ଗଳବାର ଘ.୯.୦୫ମି.ରୁ ଘ.୧୦. ୦୦…

ଦେଓମାଳି ପର୍ଯ୍ୟଟନ ସ୍ଥଳୀରେ ପର୍ଯ୍ୟଟକ ଅସୁରକ୍ଷିତ: ମୁଖାପିନ୍ଧା ଯୁବକଙ୍କ ଅତର୍କିତ ଆକ୍ରମଣକୁ ନେଇ କୋଟିଆ ଥାନାରେ ମାମଲା ରୁଜୁ

ପଟ୍ଟାଙ୍ଗି,୨୯।୮(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ଅଧୀନ ପ୍ରସିଦ୍ଧ ଦେଓମାଳି ପର୍ଯ୍ୟଟନ ସ୍ଥଳୀରେ ପର୍ଯ୍ୟଟକଙ୍କ ସୁରକ୍ଷା ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଶୁକ୍ରବାର ସନ୍ଧ୍ୟାରେ…

 ଚାଷୀ ପଞ୍ଜୀକରଣକୁ ଆଉ ମାତ୍ର ୨ ଦିନ ବାକି, ସର୍ଭର ଡାଉନ୍‌ ବଢ଼ାଉଛି ଚିନ୍ତା

ନବରଙ୍ଗପୁର, ୨୯।୮(ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲାରେ ୨୦୨୬-୨୭ ଖରିଫ ଧାନମଣ୍ଡି ନିମନ୍ତେ ଚାଷୀ ପଞ୍ଜୀକରଣ ପ୍ରକ୍ରିୟା ଜାରି ରହିଛି। ପଞ୍ଜୀକରଣର ଶେଷ ତାରିଖ ଅଗଷ୍ଟ ୩୧ ଥିବାବେଳେ…

ତାରାତାରିଣୀ ଛକରେ ସାଙ୍ଘାତିକ କାର୍ ଦୁର୍ଘଟଣା: ତହସିଲଦାରଙ୍କ କଲ୍‌କୁ ବି ଖାତିର କଲାନି ଆମ୍ବୁଲାନ୍ସ କଲ୍ ସେଣ୍ଟର; ଛଟପଟ ହେଲେ…

ପୁରୁଷୋତ୍ତମପୁର,୨୯।୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ମୁଖ୍ୟ ରାସ୍ତାର ତାରାତାରିଣୀ ଛକ ନିକଟରେ ଶନିବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି।…

ଏସିଆନ ଗେମ୍ସରୁ ଓହରିଗଲେ ନୀରଜ ଚୋପ୍ରା, କାହିଁକି ଜାଣନ୍ତୁ…

ନୂଆଦିଲ୍ଲୀ,୨୯ା୮: ଭାରତର ଷ୍ଟାର ଜାଭେଲିନ୍‌ ଥ୍ରୋୟର ନୀରଜ ଚୋପ୍ରାଙ୍କ ଗୋଡ଼ ଲିଗାମେଣ୍ଟ ଛିଣ୍ଡିଯିବା କାରଣରୁ ସେ ୨୦୨୬ ସିଜନ ଅବଶିଷ୍ଟାଂଶରୁ ଓହରିଯାଇଛନ୍ତି। ଫଳରେ ସେ ଜାପାନରେ ହେବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri