ଦିଗପହଣ୍ଡିରୁ ଅପହୃତା ନାବାଳିକା ଢେଙ୍କାନାଳରୁ ଉଦ୍ଧାର

ଦିଗପହଣ୍ଡି,୧୧ା୧(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ନିକଟ ଏକ ଗ୍ରାମରୁ ଅପହରଣ କରାଯାଇଥିବା ଜଣେ ନାବାଳିକାଙ୍କୁ ପୋଲିସ ଢେଙ୍କାନାଳରୁ ଉଦ୍ଧାର କରିଥିବା ଜଣାପଡ଼ିଛି। ନାବାଳିକାଙ୍କୁ ଅପହରଣ କରିଥିବା ନୟାଗଡ଼ ଜିଲା ନୂଆଗାଁ ଥାନା ବରଗଡ଼ ଗ୍ରାମର ନବାନ ଖାନ୍‌ଙ୍କୁ ପୋଲିସ ଗିରଫ କରି ବୁଧବାର ବ୍ରହ୍ମପୁର ପୋକ୍ସୋ କୋର୍ଟକୁ ଚାଲାଣ କରିଛି। ଥାନାରେ ୬/୨୩ରେ ଏକ ମାମଲା ରୁଜୁ ହୋଇଛି।

ଜାମିନ ଆବେଦନ ନାମଞ୍ଜୁର ହେବାରୁ ଅଭିଯୁକ୍ତଙ୍କୁ ବ୍ରହ୍ମପୁର ଜେଲ୍‌ ହାଜତକୁ ପଠାଇ ଦିଆଯାଇଛି। ଅଭିଯୁକ୍ତ ଜଣକ ଗ୍ୟାସ ଚୁଲା ମରାମତି କାର୍ଯ୍ୟ କରନ୍ତି। ସେ ନାବାଳିକାଙ୍କ ଗାଁରେ ଏକ ଭଡ଼ା ଘରେ ରହୁଥିଲେ। ଗତ ୨ ତାରିଖରେ ନାବାଳିକାଙ୍କୁ ବିଭିନ୍ନ ଉପାୟରେ ପ୍ରଲୋଭନ ଦେଖାଇ ଅଭିଯୁକ୍ତ ଜଣକ ଅପହରଣ କରିଥିବା ନେଇ ନାବାଳିକାଙ୍କ ମା’ ଥାନାରେ ଏତଲା ଦେଇଥିଲେ। ଆଇଆଇସି ଦୀପ୍ତିରଞ୍ଜନ ବେହେରା ଏତଲାକୁ ଭିତ୍ତି କରି ଅଭିଯୁକ୍ତଙ୍କ ବିରୋଧରେ ମୋକଦ୍ଦମା ରୁଜୁ କରିଥିଲେ। ଅଭିଯୁକ୍ତଙ୍କ ମୋବାଇଲକୁ ଟ୍ରାକିଂ କରି ସେ ଢେଙ୍କାନାଳରେ ଥିବା ପୋଲିସକୁ ସୂଚନା ମିଳିଥିଲା। ଦିଗପହଣ୍ଡି ପୋଲିସ ଟିମ୍‌ ମଙ୍ଗଳବାର ଢେଙ୍କାନାଳରେ ପହଞ୍ଚି ନାବାଳିକାଙ୍କୁ ଉଦ୍ଧାର କରିଥିବା ବେଳେ କୌଶଳ କ୍ରମେ ଅଭିଯୁକ୍ତଙ୍କୁ ଗିରଫ କରିଥିଲେ। ଉଭୟଙ୍କୁ ବ୍ରହ୍ମପୁର ବଡ଼ ଡାକ୍ତରଖାନାରେ ଡାକ୍ତରୀ ମାଇନା କରାଯିବା ପରେ ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପୋଖରୀରେ ଗାଧୋଇବା ବେଳେ ବୁଡ଼ିଗଲେ ଦୁଇ ଭଉଣୀ

ଗୋପ,୨୫ା୪(ଭାରତୀ ଭୂଷଣ): ପୋଖରୀରେ ଗାଧୋଇବା ହେଲା କାଳ। ଦୁଇ ଭଉଣୀ ଗୁରୁବାର ପୋଖରୀରେ ବୁଡ଼ି ମୃତ୍ୟୁବରଣ କରିଛନ୍ତି। ପୁରୀ ଜିଲା ଗୋପ ଥାନା ଡଭାର ଗାଁରେ...

ପୁରୀରେ ପହଞ୍ଚିଲା ତୃତୀୟ ପର୍ଯ୍ୟାୟ ରଥକାଠ

ପୁରୀ,୨୫ା୪: ପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା ପାଇଁ ନୟାଗଡ଼ରୁ ତୃତୀୟ ପର୍ଯ୍ୟାୟ ରଥକାଠ ଆସି ବଡ଼ଦାଣ୍ଡସ୍ଥିତ ରଥଖଳାରେ ପହଞ୍ଚିଛି। ଆସିଥିବା କାଠରେ ୨୩ ଖଣ୍ଡ...

ନିଜେ ପଞ୍ଚମ ଫେଲ୍, ଚାକିରି ଦେବା ଆଳରେ ଠକିନେଲେ ୨କୋଟିରୁ ଊର୍ଦ୍ଧ୍ୱ ଟଙ୍କା 

ସୋର, ୨୫।୪: (ଜନ୍ମେଜୟ ମିଶ୍ର): ଚାକିରି କରାଇ ଦେବାର ଆଳ ଦେଖାଇ ବାଲେଶ୍ୱର ଜିଲା ସୋର ଅଞ୍ଚଳର ଜଣେ ଯୁବକ ବିଭିନ୍ନ ଲୋକଙ୍କଠାରୁ ୨କୋଟିରୁ ଊର୍ଦ୍ଧ୍ୱ...

ନିଜ ଦେହରେ କିରୋସିନ ଢାଳି ନିଆଁ ଲଗାଇ ଦେଲେ ମହିଳା, ରକ୍ଷା କରିବାକୁ ଯାଇ ସ୍ବାମୀ ଗୁରୁତର

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା କାଠକଟା ଗାଁରେ ବୁଧବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପରିବାରିକ କଳହରୁ ଜଣେ...

ଅମରେନ୍ଦ୍ରଙ୍କୁ ଖୋଲା ଚ୍ୟାଲେଞ୍ଜ କଲେ ଚିରଞ୍ଜୀବ

ଜଗତ୍‌ସିଂହପୁର, ୨୫ା୪(ପ୍ରମୋଦ କୁମାର ନାୟକ)ବରିଷ୍ଠ କଂଗ୍ରେସ ନେତା ଚିରଞ୍ଜୀବ ବିଶ୍ୱାଳ ଦଳ ଛାଡ଼ି ବିଜେଡିରେ ମିଶିଥିଲେ ସୁଦ୍ଧା ୨୦୨୪ ସାଧାରଣ ନିର୍ବାଚନରେ ପ୍ରାର୍ଥୀ ହୋଇନାହାନ୍ତି। କିନ୍ତୁ...

ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରେ ଟଳିପଡିଲେ ୨ ମାଓବାଦୀ

ଘଣ୍ଟାପଡ଼ା, ୨୫।୪: (ପ୍ରଭାତ କୁମାର ସାହୁ): କଣ୍ଟାମାଳ ଥାନା ଅନ୍ତର୍ଗତ ବରଗାଁ ପଞ୍ଚାୟତର ପାଢ଼େଲ ଡ୍ୟାମ ନିକଟ ଜଙ୍ଗଲରେ ଗୁରୁବାର ଏସଓଜିଓ ଡିଭିଏଫ ମିଳିତ କମ୍ବିଂ...

‘କେନ୍ଦ୍ର ପାଇଁ ଓଡ଼ିଶା କେବଳ ଏକ ବିନ୍ଦୁ’

ଛେଣ୍ଡିପଦା, ୨୫।୪ (ଅଜିତ ଧଳ)/ ଅନୁଗୋଳ, (ଅମିତ କୁମାର ସାମଲ)ସମ୍ବଲପୁର ବିଜେଡି ଏମ୍‌ପି ପ୍ରାର୍ଥୀ ତଥା ବିଜେଡି ରାଜ୍ୟ ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ...

ବାରବାଟୀ-କଟକ ନଚେତ ସାଲେପୁରରୁ ପ୍ରାର୍ଥୀ ହୋଇପାରନ୍ତି ଅରିନ୍ଦମ

କଟକ, ୨୫ା୪(ଶିଳ୍ପା ପ୍ରିୟଦର୍ଶିନୀ)ଆସନ୍ତା ନିର୍ବାଚନ ପାଇଁ ଭାଜପା ପକ୍ଷରୁ ଷ୍ଟାର୍‌ ପ୍ରଚାରକ ତାଲିକା ପ୍ରକାଶ ପାଇବା ପରେ ଏବେ ରୋଚକ ମୋଡ ନେବାରେ ଲାଗିଛି କଟକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri