ଦିଗପହଣ୍ଡିରୁ ଅପହୃତା ନାବାଳିକା ଢେଙ୍କାନାଳରୁ ଉଦ୍ଧାର

ଦିଗପହଣ୍ଡି,୧୧ା୧(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ନିକଟ ଏକ ଗ୍ରାମରୁ ଅପହରଣ କରାଯାଇଥିବା ଜଣେ ନାବାଳିକାଙ୍କୁ ପୋଲିସ ଢେଙ୍କାନାଳରୁ ଉଦ୍ଧାର କରିଥିବା ଜଣାପଡ଼ିଛି। ନାବାଳିକାଙ୍କୁ ଅପହରଣ କରିଥିବା ନୟାଗଡ଼ ଜିଲା ନୂଆଗାଁ ଥାନା ବରଗଡ଼ ଗ୍ରାମର ନବାନ ଖାନ୍‌ଙ୍କୁ ପୋଲିସ ଗିରଫ କରି ବୁଧବାର ବ୍ରହ୍ମପୁର ପୋକ୍ସୋ କୋର୍ଟକୁ ଚାଲାଣ କରିଛି। ଥାନାରେ ୬/୨୩ରେ ଏକ ମାମଲା ରୁଜୁ ହୋଇଛି।

ଜାମିନ ଆବେଦନ ନାମଞ୍ଜୁର ହେବାରୁ ଅଭିଯୁକ୍ତଙ୍କୁ ବ୍ରହ୍ମପୁର ଜେଲ୍‌ ହାଜତକୁ ପଠାଇ ଦିଆଯାଇଛି। ଅଭିଯୁକ୍ତ ଜଣକ ଗ୍ୟାସ ଚୁଲା ମରାମତି କାର୍ଯ୍ୟ କରନ୍ତି। ସେ ନାବାଳିକାଙ୍କ ଗାଁରେ ଏକ ଭଡ଼ା ଘରେ ରହୁଥିଲେ। ଗତ ୨ ତାରିଖରେ ନାବାଳିକାଙ୍କୁ ବିଭିନ୍ନ ଉପାୟରେ ପ୍ରଲୋଭନ ଦେଖାଇ ଅଭିଯୁକ୍ତ ଜଣକ ଅପହରଣ କରିଥିବା ନେଇ ନାବାଳିକାଙ୍କ ମା’ ଥାନାରେ ଏତଲା ଦେଇଥିଲେ। ଆଇଆଇସି ଦୀପ୍ତିରଞ୍ଜନ ବେହେରା ଏତଲାକୁ ଭିତ୍ତି କରି ଅଭିଯୁକ୍ତଙ୍କ ବିରୋଧରେ ମୋକଦ୍ଦମା ରୁଜୁ କରିଥିଲେ। ଅଭିଯୁକ୍ତଙ୍କ ମୋବାଇଲକୁ ଟ୍ରାକିଂ କରି ସେ ଢେଙ୍କାନାଳରେ ଥିବା ପୋଲିସକୁ ସୂଚନା ମିଳିଥିଲା। ଦିଗପହଣ୍ଡି ପୋଲିସ ଟିମ୍‌ ମଙ୍ଗଳବାର ଢେଙ୍କାନାଳରେ ପହଞ୍ଚି ନାବାଳିକାଙ୍କୁ ଉଦ୍ଧାର କରିଥିବା ବେଳେ କୌଶଳ କ୍ରମେ ଅଭିଯୁକ୍ତଙ୍କୁ ଗିରଫ କରିଥିଲେ। ଉଭୟଙ୍କୁ ବ୍ରହ୍ମପୁର ବଡ଼ ଡାକ୍ତରଖାନାରେ ଡାକ୍ତରୀ ମାଇନା କରାଯିବା ପରେ ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଉତ୍କଳ ଆଲୁମିନା CSR ପ୍ରତାରଣା ଅଭିଯୋଗ: ଥୁଆମୂଳ ରାମପୁର ବ୍ଲକ କାର୍ଯ୍ୟାଳୟ ଘେରାଉ କଲେ ଶତାଧିକ ଖଣି ପ୍ରଭାବିତ ଅଞ୍ଚଳବାସୀ

ଥୁଆମୂଳ ରାମପୁର, ୭।୭ (ଦୁର୍ଗା କୀର୍ତ୍ତି): ଉତ୍କଳ ଆଲୁମିନା କମ୍ପାନୀର ସାମାଜିକ ଦାୟିତ୍ୱବୋଧ (CSR) କାର୍ଯ୍ୟକ୍ରମରେ ବ୍ୟାପକ ଅନିୟମିତତା ଓ ପ୍ରତିଶ୍ରୁତି ଖିଲାପ ପ୍ରତିବାଦରେ ଆଜି କଳାହାଣ୍ଡି…

ପ୍ରଶାସନିକ ସ୍ତରରେ ବଡ଼ ଅଦଳବଦଳ: କେନ୍ଦୁଝର ଜିଲାର ୧୧ ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀଙ୍କ ବଦଳି

ବଞ୍ଚୋ, ୭।୭(ପ୍ରଦୋଷ କୁମାର ବିଶ୍ୱାଳ ): କେନ୍ଦୁଝର ଜିଲାରେ ପ୍ରଶାସନିକ କାର୍ଯ୍ୟକୁ ଅଧିକ ସୁଚାରୁ ଓ ସୁଦୃଢ଼ ଭାବେ ପରିଚାଳନା କରିବା ପାଇଁ ଏକ ବଡ଼ଧରଣର ଅଦଳବଦଳ…

ନାଖରା ସେତୁରେ ଅଘଟଣ: ବୁଢ଼ାବଳଙ୍ଗ ନଦୀରେ ରିଲ୍ସ କରୁଥିବା ବେଳେ ଭାସିଗଲେ ଯୁକ୍ତ ୨ ଛାତ୍ର, ୪ ସାଙ୍ଗ ଉଦ୍ଧାର

ବୈଶିଙ୍ଗା,୭|୭(ରତନ ଦାଶ ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ବୁଢ଼ାବଳଙ୍ଗ ନଦୀର ନାଖରା ସେତୁ ନିକଟରେ ଏକ ଦୁଃଖଦ ଅଘଟଣ ଘଟିଛି। ନଦୀର ବଢ଼ି ପାଣିରେ…

SPF 30 ନା SPF 50? ସନ୍‌ସ୍କ୍ରିନ୍ କିଣିବା ପୂର୍ବରୁ ଜାଣନ୍ତୁ ଆପଣଙ୍କ ତ୍ୱଚା ପାଇଁ କେଉଁଟି ଭଲ

ଆଜିକାଲିର ସମୟରେ ନାରୀମାନେ ନିଜର ତ୍ୱଚାକୁ ନେଇ ବେଶ ଯତ୍ନବାନ। ଖାସ୍‌ ସେଥିଲାଗି ଖରା, ବର୍ଷା କିମ୍ବା ଶୀତ ଆଦି ଋତୁରେ ସନ୍‌ସ୍କ୍ରିନର ବ୍ୟବହାର ଏବେ ଏକ…

ମାନସିକ ଭାରସାମ୍ୟ ହରାଇଲେ ଯୁବକ: ନେଲେ ଚରମ ନିଷ୍ପତ୍ତି…

ଦିଗପହଣ୍ଡି,୭|୭(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି.ତୁରୁବୁଡ଼ି ପଞ୍ଚାୟତ ଝରିପଦର ଗ୍ରାମ ଗୌଡ଼ସାହିର   ଜିତେନ୍ଦ୍ର ସେଠୀ (୪୦) ନାମକ ଜଣେ ଯୁବକ ମାନସିକ ଭାରସାମ୍ୟ…

ଆମେରିକାକୁ ହରାଇ କ୍ୱାର୍ଟର ପହଞ୍ଚିଲା ବେଲଜିୟମ

ସିଆଟେଲ,୭ା୭: ଚାଲର୍‌ସ ଡି କେଟେଲେରେଙ୍କ ଦ୍ୱିତୀୟ ଗୋଲ ବଳରେ ଫିଫା ବିଶ୍ୱକପ୍‌ରେ ମଙ୍ଗଳବାର ଖେଳାଯାଇଥିବା ପ୍ରି-କ୍ୱାର୍ଟର ଫାଇନାଲରେ ବେଲଜିୟମ ୪-୧ ଗୋଲରେ ଆମେରିକାକୁ ପରାସ୍ତ କରିଛି। ଡିଫେଣ୍ଡର…

ସମୁଦ୍ର କୂଳରେ ପଥର ବନ୍ଧ ନିର୍ମାଣ ଦାବି: ୭ ଦିନ ମଧ୍ୟରେ ପଦକ୍ଷେପ ନ ନେଲେ…

ଛତ୍ରପୁର, ୭।୭ (ଦିଲ୍ଲୀପ ସାମଲ): ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ସାନ ଆର୍ଯ୍ୟପଲ୍ଲୀ ଅଞ୍ଚଳରେ ଦିନକୁ ଦିନ ସମୁଦ୍ର କୂଳ କ୍ଷୟ ବଢ଼ି ଚାଲିଥିବାରୁ ଗ୍ରାମବାସୀଙ୍କ ମଧ୍ୟରେ ଭୟ…

ସମାଲୋଚକଙ୍କୁ ଗଡ଼କରୀଙ୍କ ଖୋଲା ଚ୍ୟାଲେଞ୍ଜ: E-୨୦ ପେଟ୍ରୋଲ୍‌ରେ ଗୋଟିଏ ହେଲେ ଗାଡ଼ି ଖରାପ ହେବାର ପ୍ରମାଣ ଦିଅ… 

ନୂଆଦିଲ୍ଲୀ,୭।୭: ୨୦ ପ୍ରତିଶତ ଏଥାନଲ ମିଶ୍ରିତ ପେଟ୍ରୋଲ (ଇ-୨୦) ବ୍ୟବହାର ଦ୍ୱାରା ଗାଡ଼ିର ମାଇଲେଜ କମିବା ଏବଂ ଇଞ୍ଜିନରେ ସମସ୍ୟା ଦେଖାଦେବା ଭଳି କେତେକ ଅଭିଯୋଗ ଉପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri