ଅପହୃତା ନାବାଳିକା ୨ ବର୍ଷ ପରେ କୋଏମ୍ବାଟୁରରୁ ଉଦ୍ଧାର, ଜେଲ୍‌ ଗଲେ ଅଭିଯୁକ୍ତ

ଦିଗପହଣ୍ଡି,୨୫ା୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧୀନ ଏକ ଗାଁରୁ ଅପହୃତା ନାବାଳିକାଙ୍କୁ ୨ ବର୍ଷ ପରେ ପାଟପୁର ପୋଲିସ ତାମିଲନାଡୁ କୋଏମ୍ବାଟୁରରୁ ଉଦ୍ଧାର କରିବାରେ ସମର୍ଥ ହୋଇଛନ୍ତି। ନାବାଳିକାଙ୍କୁ ଅପହରଣ କରିଥିବା ଅଭିଯୁକ୍ତ ଜଣକ ହେଲେ ଯାଜପୁର ଜିଲା ସୁକିନ୍ଦା ଥାନା ପୁମ୍ପୁଡ଼ିଆ ଗ୍ରାମର ଜଗଦୀଶ ବୁଇଆ। ବ୍ରହ୍ମପୁର ବଡ଼ ଡାକ୍ତରଖାନାରେ ଉଭୟଙ୍କ ଡାକ୍ତରୀ ମାଇନା କରାଯିବା ପରେ ମାଜିଷ୍ଟ୍ରେଟ୍‌ଙ୍କ ସମ୍ମୁଖରେ ପୀଡ଼ିତାଙ୍କ ବୟାନ ରେକର୍ଡ କରାଯାଇଥିଲା। ଏହି ଘଟଣାରେ ସମ୍ପୃକ୍ତ ଅଭିଯୁକ୍ତଙ୍କୁ ତଦନ୍ତକାରୀ ପୋଲିସ ଅଧିକାରୀ ଏସ୍‌.ଆଇ ଶୁଭଲକ୍ଷ୍ମୀ କଅଁର ଗିରଫ କରି ରବିବାର ବ୍ରହ୍ମପୁର ପୋକ୍ସ କୋର୍ଟକୁ ଚାଲାଣ କରିଛନ୍ତି।

କେସ୍‌ ନଂ.୧୧୪/୨୩ ଅନୁଯାୟୀ, ଜାମିନ ନାମଞ୍ଜୁର ହେବାରୁ ଅଭିଯୁକ୍ତଙ୍କୁ ବ୍ରହ୍ମପୁର ଜେଲ ହାଜତକୁ ପଠାଇ ଦିଆଯାଇଛି। ନାବାଳିକା ଜଣକ ପରିବାର ସହ କୋଏମ୍ବାଟୁରରେ ରହୁଥିଲେ। ତାଙ୍କ ବାପା ସେଠାକାର ଏକ ଘରୋଇ କମ୍ପାନୀରେ କାମ କରୁଥିବାବେଳେ ଅଭିଯୁକ୍ତ ଜଣକ ତାଙ୍କ ସହ ବନ୍ଧୁତା କରିଥିଲେ। କିଛିଦିନ ପରେ ନାବାଳିକା ଜଣକ ପରିବାର ସହ ଗାଁକୁ ଫେରିଥିଲେ। ଅଭିଯୁକ୍ତ ଜଣକ ପୀଡ଼ିତାଙ୍କ ଗାଁକୁ ଆସି ଗତ ୨୦୨୩ ମାର୍ଚ୍ଚ ୨ରେ କୌଶଳକ୍ରମେ ପୀଡ଼ିତାଙ୍କୁ ଅପହରଣ କରିଥିଲେ। ଏନେଇ ପୀଡ଼ିତାଙ୍କ ବାପା ପାଟପୁର ଥାନାରେ ଏତଲା ଦେଇଥିଲେ। ଏତଲାକୁ ଭିତ୍ତିକରି ପୋଲିସ ମାମଲା ରୁଜୁ କରିବା ସହ ଘଟଣାର ତଦନ୍ତ ଚଳାଇଥିଲେ। ଅଭିଯୁକ୍ତ ଜଣକ ବାରମ୍ବାର ଠିକଣା ବଦଳାଉଥିବା କାରଣରୁ ପୋଲିସ ନାବାଳିକାଙ୍କୁ ଉଦ୍ଧାର କରିବାରେ ଅସମର୍ଥ ହୋଇଥିଲେ। ପରେ ଅଭିଯୁକ୍ତଙ୍କ ମୋବାଇଲ ଫୋନ ଟ୍ରାକିଂ କରିବାରୁ ସେ କୋଏମ୍ବାଟୁର ଫେରିଥିବା ଜଣାପଡ଼ିଥିଲା। ଆଇଆଇସି ଦୀପ୍ତିରଞ୍ଜନ ବେହେରାଙ୍କ ନିର୍ଦ୍ଦେଶକ୍ରମେ ପୋଡ଼ାମାରି ଫାଣ୍ଡି ଅଧିକାରୀ ପରମେଶ୍ବର ମଲ୍ଲିକ,କନଷ୍ଟେବଳ ସ୍ବପ୍ନା ସେଠୀ, ହୋମ୍‌ଗାର୍ଡ ଶିବରଞ୍ଜନ ତ୍ରିପାଠୀ କୋଏମ୍ବାଟୁର ଯାଇ ସେଠାକାର ପୋଲିସ ସହାୟତାରେ ନାବାଳିକାଙ୍କୁ ଉଦ୍ଧାର କରିବା ସହ ଅଭିଯୁକ୍ତଙ୍କୁ ଉଠାଇ ଆଣିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଛତ୍ରପୁର ଏନଏସି ହେବ ମ୍ୟୁନିସିପାଲଟି, ଜିଲା  ସଦର ମହକୁମାକୁ ନୂଆବର୍ଷର ଭେଟି 

ଛତ୍ରପୁର,୨୮।୧୨: ପ୍ରଥମ ପର୍ଯ୍ୟାୟରେ ଗଞ୍ଜାମ ଜିଲାର ଭଞ୍ଜନଗର, ପୋଲସରା ଓ କବିସୂର୍ଯ୍ୟନଗର ଏନ୍‌ଏସିକୁ ମ୍ୟୁନିସିପାଲଟି ମାନ୍ୟତା ଦିଆଯାଇଥିବା ନେଇ ବିଜ୍ଞପ୍ତି ପ୍ରକାଶ ପାଇଥିଲା। ଯାହାକି ଗଞ୍ଜାମ...

ଶୀତ ମହୋତ୍ସବରେ ଯୋଗଦେବେ ନବରଙ୍ଗପୁର ବିଧାୟକ ଗୌରୀ ଶଙ୍କର: ଭାଜପା କର୍ମକର୍ତ୍ତଙ୍କୁ ଭେଟି …

ଦାରିଙ୍ଗବାଡି,୨୭।୧୨(ଅରୁଣ ସାହୁ ): ଦାରିଙ୍ଗବାଡିରେ ଆସନ୍ତା ଜାନୁଆରୀ ୮ରୁ୧୧ ପର୍ଯ୍ୟନ୍ତ ଶୀତ ମହୋତ୍ସବ ଅନୁଷ୍ଠିତ ହେବାକୁ ଯାଉଛି। ଗତ ୨୦୧୫ରୁ ପ୍ରଥମଥର ପାଇଁ ତାଜ୍ୟ ସ୍ତରୀୟ...

ଆନ୍ତଃ ବାଟାଲିୟନ କମାଣ୍ଡୋ ପ୍ରତିଯୋଗିତା: ଭଞ୍ଜନଗର ଆଇଆରବି ବାଟାଲିୟନ ରନର୍ସ ଅପ୍‌

ଭଞ୍ଜନଗର, ୨ ୮।୧୨(ବାବୁଲା ପ୍ରଧାନ): ସ୍ପେଶାଲ ଅପରେଶନ ଗ୍ରୁପ (ଏସଓଜି) ଚନ୍ଦକା ଠାରେ ୮ମ ରାଜ୍ୟ ପୋଲିସ ଆନ୍ତଃ ବାଟାଲିୟନ କମାଣ୍ଡୋ ପ୍ରତିଯୋଗିତା ଉଦ୍‌ଯାପିତ ହୋଇଯାଇଛି...

ମ୍ଭାରୀଗୁଡା ରାସ୍ତାପଟେ ବୃଦ୍ଧା ଯାଉଥିବା ବେଳେ ହଠାତ୍‌ ଆସିଲା ଭାଲୁ : ପରେ…

ନୂଆପଡ଼ା/ସିନାପାଲି,୨୮ା୧୨ (ମକାରୁ ବେମାଲ/ମନଫୁଲ ମେହେର): ନୂଆପଡ଼ା ଜିଲା ସିନାପାଲି ଥାନା ଗଣ୍ଡାବାହାଲି ଗାଁରେ ଶୁକ୍ରବାର ଭାଲୁ ଆକ୍ରମଣରେ ଜଣେ ବୃଦ୍ଧାଙ୍କ ମୁତ୍ୟୁ ଘଟିଛି। ସେ ହେଲେ...

ସର୍ୱୋତ୍ତମ ପ୍ରତିନିଧିତ୍ୱ ବ୍ୟବସ୍ଥା

କ୍ଷତା, ଯୋଗ୍ୟତା ଓ ଲୋକପ୍ରିୟତା ନିର୍ୱିଶେଷରେ ହାତୀ ସୁନାକଳସ ଢାଳିଲା ପରି ଆମ ଲୋକପ୍ରତିନିଧିମାନେ ସଦନକୁ ନିର୍ୱାଚିତ ହୋଇଯାଉଛନ୍ତି। ନିର୍ୱାଚନର ନୀତି ନିୟମ ଅନୁଯାୟୀ ଜଣେ...

ସଙ୍କଟରେ ପକ୍ଷୀକୁଳ

ବତ୍ତର୍ର୍ନର ସ୍ତରକୁ ଲକ୍ଷ୍ୟ କଲେ ଜଣାଯାଏ ମଣିଷ ଆଗମନର ଢେର ଆଗରୁ ସୃଷ୍ଟି ହୋଇଥିଲେ ଉଦ୍ଭିଦମାନେ ଆଉ କ୍ରମେ ଉଦ୍ଭବ ହୋଇଥିଲେ ବିବିଧ ପ୍ରାଣୀ। ମଣିଷ...

ଉଦ୍ଦେଶ୍ୟ ଓ ଉଦାସୀନତା

ଭାରତୀୟ ଜନତା ପାର୍ଟି (ଭାଜପା) ଏହାର ବିଚାରଧାରାକୁ କାର୍ଯ୍ୟକାରୀ କରିବା ପାଇଁ ଦୃଢ଼ ସଂକଳ୍ପ ନେଇଛି ଏବଂ ଏହା ତାହାର ମୂଳ ଉଦ୍ଦେଶ୍ୟ। ଦଳ କ୍ଷମତାରେ...

କାଠଗଡ଼ାକୁ ଯିବେ ରହମାନ୍‌ ଡକୈତ

ମୁମ୍ୱାଇ,୨୮ା୧୨: ‘ଧୁରନ୍ଧର’ ଫିଲ୍ମର ସୁପରହିଟ୍‌ ସଫଳତା ପରେ ଅଭିନେତା ଅକ୍ଷୟ ଖାନ୍ନାଙ୍କ ଡିମାଣ୍ଡ ରାତାରାତି ବଢ଼ିଯାଇଛି। ସେ ନିଜ ସାଲାରି ୩ ଗୁଣା ବଢ଼ାଇଦେଇଛନ୍ତି। ଏପରି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri