ଅପହୃତା ନାବାଳିକା ଭୁବନେଶ୍ୱରରୁ ଉଦ୍ଧାର: ଜେଲ ଗଲେ…

ଦିଗପହଣ୍ଡି,୧୮।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା ଅଞ୍ଚଳରୁ ଅପହୃତ କରାଯାଇଥିବା ଜଣେ ନାବାଳିକାଙ୍କୁ ପାଟପୁର ପୋଲିସ ଭୁବନେଶ୍ୱରସ୍ଥିତ ଏକ ଘରୁ ଉଦ୍ଧାର କରିଛି। ନାବାଳିକାଙ୍କୁ ଅପହରଣ ଘଟଣାରେ ସମ୍ପୃକ୍ତ କାହ୍ନା ବାରିକଙ୍କୁ ପୋଲିସ ଗିରଫ କରି ବ୍ରହ୍ମପୁରସ୍ଥିତ ପୋକ୍ସକୋର୍ଟକୁ ଚାଲାଣ କରଛିି। ଜାମିନ ଆବେଦନ ନାମଞ୍ଜୁର ହେବାରୁ ତାଙ୍କୁ ବ୍ରହ୍ମପୁର ଜେଲ ହାଜତକୁ ପଠାଇ ଦିଆଯାଇଛି। ଗତ ବୁଧବାର ଅଭିଯୁକ୍ତ ନାବାଳିକାଙ୍କୁ ଅପହରଣ କରି ନେଇଥିଲେ। ଏ ନେଇ ନାବାଳିକାଙ୍କ ମା’ ପାଟପୁର ଥାନାରେ ଏତଲା ଦେବାପରେ ଆଇଆଇସି ଦୀପ୍ତି ରଞ୍ଜନ ବେହେରା ମକଦ୍ଦମା ରୁଜୁ କରି ନାବାଳିକାଙ୍କୁ ଉଦ୍ଧାର ପାଇଁ ସ୍ବତନ୍ତ୍ର ଟିମ ଗଠନ କରିଥିଲେ। ଟିମ ସଦସ୍ୟ ପାଟପୁର ଥାନା ଏଏସଆଇ ସୁଧୀର କୁମାର ନାୟକ,ଶିବଶଙ୍କର ତ୍ରିପାଠୀ ସଦଳବଳେ ଭୁବନେଶ୍ୱରସ୍ଥିତ ଏକ ଘରୁ ଅଭିଯୁକ୍ତ ଏବଂ ନାବାଳିକାଙ୍କୁ ଉଦ୍ଧାର କରି ପାଟପୁର ଥାନାକୁ ନେଇଥିଲେ।ପରେ ବ୍ରହ୍ମପୁର ବଡ଼ ଡାକ୍ତରଖାନାରେ ଉଭୟଙ୍କ ଡାକ୍ତରୀ ମାଇନା କରାଯିବା ପରେ ମାଜିଷ୍ଟ୍ରେଟଙ୍କ ସମ୍ମୁଖରେ ପୀଡ଼ିତାଙ୍କ ବୟାନ ରେକର୍ଡ କରାଯାଇଥିଲା। ନାବାଳିକାଙ୍କୁ ତାଙ୍କ ମାଆଙ୍କୁ ଜିମା ଦିଆଯାଇଥିବା ବେଳେ ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ କରାଯାଇଥିଲା॥


Enter your email to get our daily news in your inbox.

All Right Reserved By Dharitri.Com

ଏଇ ଭାରତରେ

ରକ୍ତଦାନ ମହାପୁଣ୍ୟ, ଏହି ଉକ୍ତିର ଯଥାର୍ଥତା ପ୍ରତିପାଦନ କରିଛନ୍ତି ତେଲଙ୍ଗାନାର ଭି. ରାମକୃଷ୍ଣ ରେଡ୍ଡୀ। ସେ ୩୦ ବର୍ଷ ଧରି ରକ୍ତଦାନ କାର୍ଯ୍ୟକ୍ରମକୁ ସଫଳତାର ସହ ସଞ୍ଚାଳନ…

ଐତିହାସିକ ବିସ୍ମୃତିର ନବପର୍ବ

ଗୋଟିଏ ମୂର୍ତ୍ତି। ଅତୀତର ଗର୍ଭରେ ବିଲୀନ ହୋଇଯାଇଥିବା ମହେଞ୍ଜୋଦାରୋ ସଭ୍ୟତାର ସାମାଜିକ ଓ ସାଂସ୍କୃତିକ ଜୀବନଧାରା ସମ୍ପର୍କରେ ଯେଉଁ ଯତ୍‌କିଞ୍ଚତ୍ତ୍‌ ଧାରଣା ଏବେ ଆମେ ପାଇଛେ, ସେଥିରେ…

ଅବସର ଘୋଷଣା କଲେ ନେମାର, ଫିଫା ବିଶ୍ୱକପ୍‌ରେ ବ୍ରାଜିଲର ଅଶ୍ରୁଳ ବିଦାୟ ପରେ…

ବ୍ରାସିଲିଆ,୬ା୭: ଅନ୍ତର୍ଜାତୀୟ ଫୁଟବଲ୍‌ରୁ ଅବସର ନେଇଛନ୍ତି ବ୍ରାଜିଲର ଷ୍ଟାର୍‌ ଖେଳାଳି ନେମାର। ଫିଫା ବିଶ୍ୱକପ୍‌ରେ ବ୍ରାଜିଲର ଅଶ୍ରୁଳ ବିଦାୟ ପରେ ନେମାର ଏହି ଅବସର ଘୋଷଣା କରିଛନ୍ତି।…

ଚାକିରିରୁ ରିଜାଇନ ଦେଲେ ଭୁବନେଶ୍ୱର ଡିସିପି, କହିଲେ ଏହି କାରଣରୁ…

ଭୁବନେଶ୍ୱର,୬ା୭: ଭୁବନେଶ୍ୱର ଡିସିପି ଜଗମୋହନ ମୀନା ଚାକିରିରୁ ରିଜାଇନ ଦେଇଛନ୍ତି। ବ୍ୟକ୍ତିଗତ କାରଣରୁ ସେ ଚାକିରି ଛାଡ଼ିଦେଇଥିବା କହିଛନ୍ତି। ଡିସିପି ଜଗମୋହନ ୨୦୧୩ ବ୍ୟାଚ୍‌ର ଆଇପିଏସ୍‌ ଅଫିସର…

ସକାଳୁ ସକାଳୁ ଚମ୍ପୁଆରେ ଏନ୍‌କାଉଣ୍ଟର, ଅପରାଧୀଙ୍କ ନାମରେ ରହିଛି…

କେନ୍ଦୁଝର,୬ା୭(ନରେଶ ଚନ୍ଦ୍ର ପଟ୍ଟନାୟକ) କେନ୍ଦୁଝର ପୋଲିସ ସୋମବାର ଚମ୍ପୁଆ ଥାନା ଅନ୍ତର୍ଗତ ପତଳା ଜଙ୍ଗଲରେ ଜଣେ ଅପରାଧୀଙ୍କୁ ଏନ୍‌କାଉଣ୍ଟର କରିଥିବା ଜଣା ପଡ଼ିଛି। ସେ ଆହତ ହୋଇ…

ଭାରତର ଏକତା ଓ ପ୍ରଗତି ପାଇଁ ସମର୍ପିତ ଏକ ଜୀବନ

ରାଷ୍ଟ୍ରବାଦ ଓ ନିଃସ୍ବାର୍ଥ ସେବାର ଆଦର୍ଶରେ ବିଶ୍ୱାସ କରୁଥିବା ଅଗଣିତ ଲୋକଙ୍କ ପାଇଁ ଆଜିର ଦିନ, ୬ ଜୁଲାଇର ବିଶେଷ ମହତ୍ତ୍ୱ ରହିଛି। ଆମେ ଡକ୍ଟର ଶ୍ୟାମା…

ସାରା ରାଜ୍ୟରେ ବର୍ଷା ବିତ୍ପାତ: ବଦଳିଗଲା ସ୍ମାର୍ଟସିଟି ଭୁବନେଶ୍ୱରର ଚିତ୍ର, ଜୀବନଯାତ୍ରା…

ଭୁବନେଶ୍ୱର,୬ା୭(ବନ୍ଦନା ସେଠୀ): ରାଜ୍ୟରେ ଲଘୁଚାପଜନିତ ମୌସୁମୀ ବର୍ଷା ସାଧାରଣ ଜୀବନଯାତ୍ରାକୁ ଗୁରୁତର ପ୍ରଭାବିତ କରିଛି। ତିନିଦିନର ଲଗାଣ ବର୍ଷାରେ ବିଭିନ୍ନ ଜିଲାରେ ବ୍ୟାପକ କ୍ଷୟକ୍ଷତି ହୋଇଛି। ବହୁ…

ଜିଲାପାଳଙ୍କ ବଡ଼ ଘୋଷଣା: କଟକରେ ସ୍କୁଲ ଛୁଟି

କଟକ,୫।୭: ସୋମବାର କଟକ ଜିଲାର ସମସ୍ତ ସରକାରୀ ଏବଂ ବେସରକାରୀ ଶିକ୍ଷାନୁଷ୍ଠାନ ଛୁଟି ରହିବ। ଲଘୁଚାପ ଜନିତ ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି କଟକ ଜିଲାପାଳ ଛୁଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri