ଯୁବକଙ୍କୁ ଅପହରଣ ପରେ ହତ୍ୟା ଘଟଣା, ୪ ଗିରଫ

କୋଦଳା,୧୦।୧୦(ଅମିତ କୁମାର ପଟ୍ଟନାୟକ): କୋଦଳା ଥାନା ଅଧୀନରେ ଗତ ଶୁକ୍ରବାର କବିସୂର୍ଯ୍ୟନଗର ଥାନା କେ. ଝରିଡ଼ା ଗ୍ରାମର ଦିପୁ ପାତ୍ର(୩୨)ଙ୍କୁ ଅପହରଣ ପରେ ହତ୍ୟା କରାଯାଇଥିଲା। ଏହି ଘଟଣାରେ ସୋମବାର ପୋଲିସ ୪ ଜଣଙ୍କୁ ଗିରଫ କରିଥିବା ବେଳେ ଜଣେ ନାବାଳକଙ୍କୁ ବ୍ରହ୍ମପୁର ସୁଦ୍ଧାର ଗୃହକୁ ପଠାଇଛି। ଗିରଫ ଅଭିଯୁକ୍ତମାନେ ହେଲେ କୋଦଳା ଥାନା ଅନ୍ତର୍ଗତ ଜେ ଛଚିନା ଗ୍ରାମର ସଂଗ୍ରାମ ପରିଡା, ଲିଟୁ ନାହାକ, ଭ୍ରମର ପାଣ୍ଡୀ, ଏବଂ ସଞ୍ଜୟ ରାଉତ।
ସୂଚନା ଅନୁସାରେ, ସୁରଟରେ ମଦବେପାର କରିବାକୁ ନେଇ ଦୁଇ ଗୋଷ୍ଠୀ ମଧ୍ୟରେ ବାରମ୍ବାର ଗଣ୍ଡଗୋଳ ହେଉଥିବା ସହ ଗତ ଅଗଷ୍ଟ ୨୮ତାରିଖରେ ସୁରଟସ୍ଥିତ କତାରଗାଁ ଥାନାରେ ମାମଲା ରୁଜୁ ହୋଇଥିଲା। ଯାହାକୁ ନେଇ ଗୋଟିଏ ଗୋଷ୍ଠୀ ପକ୍ଷରୁ ଅନ୍ୟ ଗୋଷ୍ଠୀର ଦିପୁ ପାତ୍ର କୋଦଳା କୋର୍ଟରୁ ଫେରୁଥିବା ବେଳେ ଅପହରଣ କରି ହତ୍ୟା କରିଥିଲେ। ଏ ନେଇ ଅପହରଣ ମାମଲା ନଂ.୪୮୨/୨୩କୁ ହତ୍ୟା ମାମଲା ରୂପାନ୍ତର କରି ଅଭିଯୁକ୍ତମାନଙ୍କୁ ଗିରଫ କରାଯାଇଥିବା ବେଳେ ଅନ୍ୟମାନଙ୍କୁ ଶୀଘ୍ର ଧରାଯିବ ବୋଲି ସୂଚନା ମିଳିଛି। ଏହାସହ ହତ୍ୟାକାଣ୍ଡରେ ବ୍ୟବହୃତ କାଠ ଖଣ୍ଡକୁ ପୋଲିସ ଜବତ କରିଛି। ରବିବାର କୋଦଳା ଥାନା ବେରୁଆଁବାଡ଼ି -ସାତନଳ ରାସ୍ତାର ଏକ ବୁଦାମୂଳରେ ଦିପୁଙ୍କ କ୍ଷତାକ୍ତ ଶରୀର ମିଳିବା ପରେ ଗଞ୍ଜାମ ଏସପି ଏନେଇ ଗଞ୍ଜାମ ଏସପି ଜଗମୋହନ ମିନାଙ୍କ ନିର୍ଦ୍ଦେଶକ୍ରମେ ପୁରୁଷୋତ୍ତମପୁର ଏସଡିପିଓ ରଜନୀକାନ୍ତ ସାମଲଙ୍କ ନେତୃତ୍ୱରେ କୋଦଳା ଥାନା ଅଧିକାରୀ ଉମାକାନ୍ତ ସାହୁ, ବେଗୁନିଆପଡା ଥାନା ଅଧିକାରୀ ମଞ୍ଜରୀ ନାୟକ ଏବଂ ପୋଲସରା ଥାନା ଅଧିକାରୀ କୌଶିକ ମାଝୀ ଏକ ମିଳିତ ଟିମ କରି ବିଭିନ୍ନ ସ୍ଥାନରେ ଚଢ଼ାଉ କରି ଅଭିଯୁକ୍ତ ମାନଙ୍କୁ ଗିରଫ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ବୃଦ୍ଧାଙ୍କୁ ଆକ୍ରମଣ: ଘରେ ଏକୁଟିଆ ଥିବାବେଳେ ଟାଣି ନେଇ…

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡ଼ି ପଞ୍ଚାୟତ ଝରିପଦର ଗ୍ରାମର ଏନ.କସ୍ତୁରୀ ରେଡ୍ଡୀ(୭୦)ଙ୍କୁ ତାଙ୍କ ପଡୋଶୀ ଭି.ଭିକି ରେଡ୍ଡୀ,ଭି. ମାମି ରେଡ୍ଡୀ…

ତାମ୍ପରା ହ୍ରଦର ହେବ ପୁନଃରୁଦ୍ଧାର: ବିଧାୟକଙ୍କ ଉପସ୍ଥିତରେ ସମୀକ୍ଷା କଲେ ଜିଲାପାଳ

ଛତ୍ରପୁର,୬।୪(ଦିଲ୍ଲୀପ ସାମଲ): ଛତ୍ରପୁର ସହର ନିକଟରେ ଥିବା ତାମ୍ପରା ହ୍ରଦର ପୁନଃରୁଦ୍ଧାର l ତା’ସହିତ ତାମ୍ପରା ଓ ସମୁଦ୍ର ମଧ୍ୟରେ ନୋଳିଆନୁଆଁ ଗାଁ ବେଳାଭୂମି ରହିଛି l…

ପୈତୃକ ସମ୍ପତ୍ତି ଭାଗବଣ୍ଟାକୁ କେନ୍ଦ୍ରକରି ଆକ୍ରମଣ: ୨ ଭାଇ ଗିରଫ, ଜାମିନ ଆବେଦନ ଖାରଜ ହେବାରୁ…

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବିଜୟ ଲକ୍ଷ୍ମୀନାରାୟଣପୁର ଗ୍ରାମରେ ପୈତୃକ ସମ୍ପତ୍ତି ଭାଗବଣ୍ଟାକୁ କେନ୍ଦ୍ରକରି ପାରିବାରିକ ହିଂସା ଘଟଣାରେ କେ.ନୂଆଗାଁ ଥାନା ନୂଆପଡ଼ା…

ସ୍ପଷ୍ଟ ଦିବାଲୋକରେ ବ୍ୟବସାୟୀଙ୍କୁ ଆକ୍ରମଣ: ଲୁଟିନେଲେ ରୁପା ଅଳଙ୍କାର

ପୁରୁଷୋତ୍ତମପୁର,୬।୪(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅଞ୍ଚଳରେ ଦିନକୁ ଦିନ ଚୋର, ଲୁଟେରାମାନେ ସକ୍ରିୟ ହୋଇପଡ଼ିଛନ୍ତି। ଲୁଟେରାଙ୍କ ଏଭଳି କାର୍ଯ୍ୟ ପୋଲିସକୁ ଖୋଲା ଚ୍ୟାଲେଞ୍ଜ ଦେବା…

କାଳବୈଶାଖୀର ତାଣ୍ଡବ: ବର୍ଷା ପବନରେ ଉଡିଗଲା ରାବଣର ମୁଣ୍ଡ

ନୟାଗଡ,୬।୪(ଲୋକନାଥ ମିଶ୍ର): ଭାରତ ପ୍ରସିଦ୍ଧ ଲଙ୍କାପୋଡି ଯାତ୍ରାର ଲଙ୍କାପୋଡି ପୂର୍ବରୁ ୩୫ ଫୁଟ କାଠର ରାବଣର ମୁଣ୍ଡ ଉଡି ଯାଇ କିଛି ଦୂରରେ ପଡିଛି। ଅପରାହ୍ନରେ ଦଶପଲ୍ଲାରେ…

ମମିତାଙ୍କୁ ବଡ଼ ଦାୟିତ୍ୱ ଦେଲେ ମୁଖ୍ୟମନ୍ତ୍ରୀ: ଚାରିଆଡ଼ୁ ମିଳୁଛି ଶୁଭେଚ୍ଛା

ପାଟଣା,୬।୪(ବୀର କିଶୋର ଦାଶ):ପୂର୍ବତନ ଜିଲାପରିଷଦ ଅଧ୍ୟକ୍ଷା ତଥା ମମିତା ନାଏକଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋମବାର ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷା ( Special Development…

ଆଇସିସି ପ୍ଲେୟର ଅଫ୍‌ ଦି ଇୟର: ସଂକ୍ଷିପ୍ତ ତାଲିକାରେ ଭାରତର ଏହି ଦୁଇ ଖେଳାଳି

ଦୁବାଇ,୬ା୪: ମାର୍ଚ୍ଚ ମାସର ଆଇସିସି ପ୍ଲେୟର ଅଫ୍‌ ଦି ମନ୍ଥ୍‌ ପୁରସ୍କାର ପାଇଁ ପ୍ରସ୍ତୁତ ସଂକ୍ଷିପ୍ତ ତାଲିକାରେ ଭାରତ ଓପନର ସଞ୍ଜୁ ସାମ୍‌ସନ ଏବଂ ପେସ୍‌ ବୋଲର…

ଓଡ଼ିଆ ପକ୍ଷ ଅବସରରେ ଝାଡୁ ମାରି ସଫାକଲେ ପ୍ରଶାସନିକ ଅଧିକାରୀ

ପାଟଣା,୬।୪(ବୀର କିଶୋର ଦାଶ): ରାଜ୍ୟରେ ଓଡ଼ିଆ ପକ୍ଷ ପାଳନ ହେଉଥିବାବେଳେ ସୋମବାର କେନ୍ଦୁଝର ଜିଲା ପାଟଣା ବ୍ଲକର ରାଜନଗର ରଘୁନାଥ ଜିଉ ମଠ, ଟାଙ୍ଗରପଡ଼ା ମଠ, ଭୀମକୁଣ୍ଡ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri