ନାବାଳିକାଙ୍କୁ ଅପହରଣ କରି ବଳାତ୍କାର: ଅଭିଯୁକ୍ତଙ୍କୁ ୨ବର୍ଷ ଜେଲ

କେନ୍ଦୁଝର,୭ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଫାଷ୍ଟ ଟ୍ରାକ କୋର୍ଟ ବିଚାରପତି ବିଜୟ କୁମାର ମିଶ୍ର ସୋମବାର ଜଣେ ନାବାଳିକା ଅପହରଣ ଏବଂ ବଳାତ୍କାର ମାମଲାର ବିଚାର କରି ରାୟ ପ୍ରକାଶ କରିଛନ୍ତି। ବିଚାରପତି ତାଙ୍କ ରାୟରେ ତେଲକୋଇ ଥାନା ଅନ୍ତର୍ଗତ ଭିମକାଣ୍ତ ଗ୍ରାମର ଅଭିଯୁକ୍ତ ଅଭିମନ୍ୟୁ ପାତ୍ର(୨୩)ଙ୍କୁ ଦୁଇବର୍ଷ ସଶ୍ରମ କାରାଦଣ୍ତରେ ଦଣ୍ଡିତ କରିଛନ୍ତି। ଏଥିସହ ୧ ହଜାର ଟଙ୍କା ଜରିମାନା ନିର୍ଦ୍ଦେଶ ଦେଇଛନ୍ତି। ଜରିମାନା ଅନାଦେୟ ଅଧିକ ୧ ମାସ ଜେଲଦଣ୍ଡ ଭୋଗିବାକୁ ବିଚାରପତି ରାୟ ଶୁଣାଇଛନ୍ତି।

୨୦୨୨ ଜାନୁଆରୀ ୫ ରେ ୧୬ ବର୍ଷିୟା ନାବାଳିକା କଲେଜ ଯିବା ସମୟରେ ଅଭିମନ୍ୟୁ ତାଙ୍କୁ ଅପହରଣ କରି କଟକ ଜିଲା ଘଣ୍ଟିଖାଲ ଏକ ଭଡା ଘରେ ନେଇ ରଖିଥିଲେ। ପରିବାର ଲୋକେ ଝିଅଙ୍କୁ ବହୁ ଖୋଜାଖୋଜି ପରେ ତାଙ୍କର କୌଣସି ସନ୍ଧାନ ପାଇ ନ ଥିଲେ। ଏନେଇ ତେଲକୋଇ ଥାନାରେ ଅଭିଯୋଗ କରିଥିଲେ।

ପୋଲିସ ଅଭିଯୋଗକୁ ଭିତ୍ତି କରି ଏକ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଥିଲା। ତଦନ୍ତ ପରେ ପୋଲିସ ଘଣ୍ଟିଖାଲରୁ ନାବାଳିକାଙ୍କୁ ଉଦ୍ଧାର କରିବା ସହିତ ଅଭିଯୁକ୍ତଙ୍କୁ ଗିରଫ କରିଥିଲା। ସୋମବାର କେନ୍ଦୁଝର ଫାଷ୍ଟ ଟ୍ରାକ କୋର୍ଟ ବିଚାରପତି ୧୭ଜଣ ସାକ୍ଷୀଙ୍କ ବୟାନକୁ ଭିତ୍ତି କରି ଅଭିଯୁକ୍ତଙ୍କୁ ଦୋଷୀ ସାବ୍ୟସ୍ତ କରି ଉପୋରକ୍ତ ଦଣ୍ତାଦେଶ ଶୁଣାଇଛନ୍ତି। ସରକାରଙ୍କ ପକ୍ଷରୁ ସ୍ବତନ୍ତ୍ର ପବ୍ଲିକ ପ୍ରସିକ୍ୟୁଟର ଜ୍ଞାନେନ୍ଦ୍ରନାଥ ଜେନା ମାମଲା ପରିଚାଳନା କରୁଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବେପରୁଆ ଗାଡି ଚାଳନା, ଚକା ଫାଟି ଭାଙ୍ଗିଲା ଘର କାଚ

ଗଞ୍ଜାମ,୨୨।୩(ବିଦ୍ୟାଧର ସାହୁ ): ଗଞ୍ଜାମ ସହର ସ୍ଥିତ ଗ୍ରାସୀମ କମ୍ପାନୀକୁ ବିଭିନ୍ନ କାମରେ ଦୈନଦିନ ଶହ ଶହ ଟ୍ରକ ଟ୍ରାକ୍ଟର ଦଶ ଚକିଆ ଭାରୀଯାନ ଯାତାୟତ କରୁଛି…

ଧରିତ୍ରୀ ପ୍ରଭାବ: ସଜଡା ହେଲା ବ୍ଲକ ଗେଟ୍‌, ମରାମତି ହେଲା ‘ମରଣଯନ୍ତା’

ଥୁଆମୂଳ ରାମପୁର,୨୨।୩(ଦୁର୍ଗା କୀର୍ତ୍ତି): ଜନସାଧାରଣଙ୍କ ସମସ୍ୟା ସମାଧାନର ପେଣ୍ଠସ୍ଥଳ କୁହାଯାଉଥିବା ଥୁଆମୂଳ ରାମପୁର ପଞ୍ଚାୟତ ସମିତି କାର୍ଯ୍ୟାଳୟର ମୁଖ୍ୟ ପ୍ରବେଶ ପଥ ଏବେ ସମ୍ପୂର୍ଣ୍ଣ ସୁରକ୍ଷିତ ହୋଇଛି…

ବିଶ୍ୱଶାନ୍ତି ପାଇଁ ପଞ୍ଚକୁଣ୍ଡୀୟ ରୁଦ୍ର ମହାଯଜ୍ଞ

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ବମକୋଇ ପଞ୍ଚାୟତ ମଦନମୋହନପୁର ଗ୍ରାମସ୍ଥିତ ଶ୍ରୀ ମହାକାଳେଶର ଶୈବପୀଠରେ ବଶ୍ୱଶାନ୍ତି ପଞ୍ଚକୁଣ୍ଡୀୟ ରୁଦ୍ର ମହାଯଜ୍ଞ ପାଇଁ ପ୍ରସ୍ତୁତି…

ଯାତ୍ରୀଙ୍କୁ ମୃତ୍ୟୁମୁଖରୁ ବଞ୍ଚାଇଲେ ଆରପିଏଫ୍ କନେଷ୍ଟବଳ, ଟ୍ରେନରେ….

ରାୟଗଡ଼ା,୨୨।୩(ଆଶିଷ ରଞ୍ଜନ ପଣ୍ଡା): ଆରପିଏଫ କନଷ୍ଟେବଳଙ୍କ ସତର୍କତା କାରଣରୁ ମୃତ୍ୟୁମୁଖରୁ ଅଳ୍ପକେ ବର୍ତ୍ତିଗଲେ ଯାତ୍ରୀ । ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି ରାୟଗଡ଼ା ରେଳ ଷ୍ଟେସନରେ ।…

ରାସ୍ତା କଡ଼ ତାର ବାଡ଼ରେ ପିଟିହେଲା ବାଇକ୍‌, ଆଉ ତା’ପରେ…

କଳିଙ୍ଗନଗର,୨୨।୩(ଶୁଭାଶିଶ ରାଉତ): ଯାଜପୁର ଜିଲା କୋରାଇ ଥାନା ଅଧୀନ ଖମିଗାଁ ନିକଟରେ ରବିବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ଏକ ବାଇକ୍‌ ଭାରସାମ୍ୟ ହରାଇ ସ୍ଥାନୀୟ ପଛିକୋଟ…

କ୍ରସର ୟୁନିଟରୁ ଚୋରି, ବିଳମ୍ବିତ ରାତିରେ ପାଣି ମୋଟର…

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ପଞ୍ଚାୟତ କେ.ସାମନ୍ତରାପୁର ଗ୍ରାମ ନିକଟ ଷ୍ଟୋନ କ୍ରସର ୟୁନିଟରୁ ଚୋରି ହୋଇଥିବା ନେଇ ଅଭିଯୋଗ ହୋଇଛି…

ସ୍ୱାମୀ ଚେତନାନନ୍ଦଙ୍କ ଆଧ୍ୟାତ୍ମିକ ବାଣୀ ମାନବ ଜୀବନକୁ ଶୃଙ୍ଖଳିତ କରିପାରିବ

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଏନ୍‌ଏସି ୧୦ନମ୍ୱର ୱାର୍ଡ ଗଡ଼ ଚୈତନ୍ୟପୁର ଶାସନ ସାହି ସ୍ଥିତ ସ୍ୱାମୀ ଚେତନାନନ୍ଦ ସାରସ୍ୱତ ବିଦ୍ୟାମନ୍ଦିରର ୧୫ତମ ବାର୍ଷିକୋତ୍ସବ ଏବଂ ଦୁଇଦିନ…

ହର୍ମୁଜ ଷ୍ଟ୍ରେଟରେ ପହଞ୍ଚିଲା ବ୍ରିଟିଶ ବୁଡ଼ାଜାହାଜ, ଟ୍ରମ୍ପଙ୍କ ଧମକ ମଧ୍ୟରେ କୀର ଷ୍ଟାରମରଙ୍କ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି

ଓ୍ବାଶିଂଟନ,୨୨।୩: ମଧ୍ୟପ୍ରାଚ୍ୟରେ ବର୍ତ୍ତମାନ ଚାଲିଥିବା ସଂଘର୍ଷ ଆରମ୍ଭ ହେବାର ତିନି ସପ୍ତାହରୁ ଅଧିକ ସମୟ ବିତିଗଲାଣି; ତଥାପି, ଯୁଦ୍ଧ ଶେଷ ହେବାର କୌଣସି ସୂଚନା ନାହିଁ –…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri