ଶିଶୁକନ୍ୟାଙ୍କୁ ଅପହରଣ ଉଦ୍ୟମ, ମା’ଙ୍କୁ ଗୁଳିମାଡ଼

ବାସୁଦେବପୁର,୫।୧୧(ଡି.ଏନ.ଏ.): ଭଦ୍ରକ ଜିଲା ବାସୁଦେବପୁର -ଇଚ୍ଛାପୁର ରାସ୍ତାର ଚଉରା ଛକଠାରେ ଶୁକ୍ରବାର ସନ୍ଧ୍ୟାରେ ଦୁର୍ବୃତ୍ତମାନେ ଜଣେ ଶିଶୁକନ୍ୟାଙ୍କୁ ଅପହରଣ ଉଦ୍ୟମ ସହ ତାଙ୍କ ମା’ଙ୍କୁ ଗୁଳିମାଡ଼ କରିଛନ୍ତି। ମହିଳାଙ୍କ ଡାହାଣ ହାତରେ ଗୁଳି ବାଜିଛି। ଗୁରୁତର ଅବସ୍ଥାରେ ତାଙ୍କୁ ବାସୁଦେବପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଛି। ମହିଳା ଜଣଙ୍କ ହେଲେ ଅଲବଗା ଗ୍ରାମର ପ୍ରଫୁଲ୍ଲ ସାହୁଙ୍କ ସ୍ତ୍ରୀ ଜ୍ୟୋତ୍ସ୍ନାରାଣୀ।
ସୂଚନା ଅନୁଯାୟୀ, ଜ୍ୟୋତ୍ସ୍ନା ସନ୍ଧ୍ୟା ପ୍ରାୟ ସାଢ଼େ ୬ଟା ବେଳେ ସ୍ଥାନୀୟ ଗଗନବାବୁ ଛକକୁ କିଛି ସାମଗ୍ରୀ କିଣିବାକୁ ତାଙ୍କ ୪ ବର୍ଷର ଝିଅ ସହ ଯାଇଥିଲେ। ସେଠାରୁ ଫେରିବା ବାଟରେ ଚଉରା ଛକଠାରେ ଦୁଇଜଣ ଯୁବକ ଏକ ବାଇକ୍‌ରେ ଆସି ତାଙ୍କ ଝିଅଙ୍କୁ ଅପହରଣ ଓ ମୋବାଇଲ ଛଡ଼ାଇବାକୁ ଉଦ୍ୟମ କରିଥିଲେ। ସେ ପ୍ରତିବାଦ କରିବାରୁ ସେମାନେ ତାଙ୍କ ଉପରକୁ ଗୁଳି ଚାଳନା କରିଥିଲେ। ଜ୍ୟୋତ୍ସ୍ନାଙ୍କ ପାଟି ଶୁଣି ସ୍ଥାନୀୟ ଲୋକେ ଆସିଯିବାରୁ ସେମାନେ ତାଙ୍କ ମୋବାଇଲ ଛଡ଼ାଇ ନେଇ ସେଠାରୁ ପଳାଇ ଯାଇଥିଲେ। ସ୍ଥାନୀୟ ଲୋକେ ଆହତ ଜ୍ୟୋତ୍ସ୍ନାଙ୍କୁ ଡାକ୍ତରଖାନାକୁ ନେଇଥିଲେ। ଖବରପାଇ ବାସୁଦେବପୁର ଥାନାଧିକାରୀ ସାବିତ୍ରୀ ପଣ୍ଡା ଡାକ୍ତରଖାନାରେ ପହଞ୍ଚି ଜ୍ୟୋତ୍ସ୍ନାଙ୍କୁ ପଚରାଉଚରା କରି ତଦନ୍ତ ଜାରି ରଖିଛନ୍ତି। ପ୍ରାଥମିକ ଚିକିତ୍ସା ପରେ ଜ୍ୟୋତ୍ସ୍ନାଙ୍କୁ ଭଦ୍ରକ ଜିଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି। ଖବର ଲେଖାହେବା ପର୍ଯ୍ୟନ୍ତ ଏନେଇ ଥାନାରେ ଲିଖିତ ଅଭିଯୋଗ ହୋଇନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଗ୍ରୀଷ୍ମପ୍ରବାହଠୁ ବଳିଯାଉଛି ଇଟାଭାଟି ତାତି

ଧାମନଗର,୨୬।୪ (ସନ୍ତୋଷ କୁମାର ମହାପାତ୍ର): କିଛିଦିନ ହେଲା ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ ଜାରି ରହିଛି। ସକାଳ ୮ଟା ପରେ ଲୋକେ ଘରୁ ବାହାରିବା କଷ୍ଟକର ହୋଇପଡ଼ୁଛି। ଖରା...

ଯେତିକି ଲିଭୁଛି, ସେତିକି ଜଳୁଛି

ବାରିପଦା,୨୬ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ିଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ କରି...

୨ ନବାଗତଙ୍କ ସହ ଅଭିଜ୍ଞଙ୍କ ମୁକାବିଲା

ଅନୁଗୋଳ,୨୬।୪(ଅମିତ କୁମାର ସାମଲ):ଆସନ୍ତା ମେ ୨୫ରେ ହେବ ଅନୁଗୋଳ ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ଭୋଟଗ୍ରହଣ। ଏଥର ବିଜେଡି ଅନୁଗୋଳରେ ନୂଆ ରଣନୀତି ଆପଣାଇଛି। ଦଳ ଦୀର୍ଘ...

ସମ୍ବଲପୁର କଂଗ୍ରେସ ଯୁବନେତା ବିଜେଡି ମୁହାଁ

ସମ୍ବଲପୁର,୨୬ା୪(ଭବାନୀ ଶଙ୍କର ଭୋଇ):ରାଜ୍ୟରେ କଂଗ୍ରେସ ଦଳର ଗୋଟିଏ ପରେ ଗୋଟିଏ ନେତା ଦଳ ଛାଡୁଛନ୍ତି। ରାଜ୍ୟ କିମ୍ବା କେନ୍ଦ୍ରୀୟ ନେତୃତ୍ୱ ନିଜର କର୍ମୀମାନଙ୍କ ଭିତରେ ଉତ୍ସାହ...

ବାପାଙ୍କ ବଦଳରେ ଲଢିବେ ଝିଅ: ୨୭ରେ ଘୋଷଣା କରିପାରେ କଂଗ୍ରେସ

କଟକ,୨୬।୪(ଶିଳ୍ପା ପ୍ରିୟଦର୍ଶିନୀ):କଂଗ୍ରେସ ପକ୍ଷରୁ ଆସନ୍ତା ୨୭ ତାରିଖରେ ବାଲିଯାତ୍ରା ଉପର ପଡ଼ିଆରେ ଏକ ବଡ଼ ସଭା ହେବ ଏବଂ ସେଥିରେ ଦଳ ମହମ୍ମଦ ମୋକିମଙ୍କ ବଡ଼...

ନୟାଗଡ଼ ଡବଲ ମର୍ଡର: ଦୋଷୀଙ୍କୁ ଫାଶୀ

ନୟାଗଡ଼,୨୬ା୪(ଲୋକନାଥ ମିଶ୍ର): ନୟାଗଡ଼ ଜିଲାରେ ହୋଇଥିବା ଡବଲ ମର୍ଡର ଘଟଣାରେ ଶୁକ୍ରବାର ଓଡ଼ଗାଁ ଏଡିଜେ କୋର୍ଟ ଦୋଷୀଙ୍କୁ ଫାଶୀ ଦଣ୍ଡାଦେଶ ଦେଇଛନ୍ତି। ଦୋଷୀ ନିରଞ୍ଜନ ମଲ୍ଲିକଙ୍କୁ...

ଦଳ ବିରୋଧୀ କାର୍ଯ୍ୟ କରିବା ପଡ଼ିଲା ମହଙ୍ଗା, ଯୁବ କଂଗ୍ରେସର ୨ ନେତା ପଦରୁ ନିଲମ୍ବିତ

ଭୁବନେଶ୍ୱର,୨୬।୪: ଦଳ ବିରୋଧୀ କାର୍ଯ୍ୟ ପାଇଁ ବଡ଼ କାର୍ଯ୍ୟାନୁଷ୍ଠାନ ନେଲା କଂଗ୍ରେସ। ଯୁବ କଂଗ୍ରେସର ୨ ନେତାଙ୍କୁ ପଦରୁ ନିଲମ୍ବନ କରାଯାଇଛି। ସା. ସମ୍ପାଦକ ପଦରୁ...

୫୫ନଂ. ରାଜପଥ କାର୍ଯ୍ୟ ସମ୍ପୂର୍ଣ୍ଣ ନେଇ ଅନିଶ୍ଚିତତା

ଢେଙ୍କାନାଳ,୨୬ା୪(ରତନ ନାୟାର): କଟକର ମଙ୍ଗୁଳି ଛକରୁ ଢେଙ୍କାନାଳ ଓ ଅନୁଗୋଳ ଜିଲା ଦେଇ ସମ୍ବଲପୁରକୁ ଯାଇଥିବା ୫୫ନଂ. ଜାତୀୟ ରାଜପଥର ଉନ୍ନତୀକରଣ କାର୍ଯ୍ୟ ସମ୍ପୂର୍ଣ୍ଣ ହେବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri