ବେଦାନ୍ତ ସୁରକ୍ଷା ଅଧିକାରୀଙ୍କ ନାମରେ ଅପହରଣ ମାମଲା

ଝାରସୁଗୁଡା ଅଫିସ୍‌,୧୫।୯: ଝାରସୁଗଡ଼ା ଭୂର୍କାମୁଣ୍ଡା ସ୍ଥିତ ବେଦାନ୍ତ କମ୍ପାନୀର କିଛି ସିକ୍ୟୁରିଟି ଅଧିକାରୀ ଜଣେ ସ୍ଥାନୀୟ ବ୍ୟକ୍ତିଙ୍କୁ ଅପହରଣ କରି ୧୫ ଦିନ ପ୍ରକଳ୍ପ ପରିସରରେ ନିର୍ଯାତନା ଦେଇଥିଲେ। ଏଭଳି ଅଭିଯୋଗ ଆଣିଛନ୍ତି ବଡମାଲ ଥାନା ଅଧୀନ ବଞ୍ଜରୀ ଗ୍ରାମର ବିହାରୀ ଓରାମଙ୍କ ପୁଅ ଦିଲୀପ ଓରାମ। ସେ ବେଦାନ୍ତ ସୁରକ୍ଷା ଅଧିକାରୀଙ୍କ ନାମରେ ବଡମାଲ ଥାନାରେ ଲିଖିତ ଅଭିଯୋଗ କରିଛନ୍ତି। ପୋଲିସ ଏକ ମାମଲା( ନଂ.୧୭୧/୨୧) ରୁଜୁ କରି ଅଧିକ ତଦନ୍ତ ଚଳାଇଛି। ଏହି ମାମଲାରେ ପୋଲିସ କମ୍ପାନୀର କିଛି ସୁରକ୍ଷା ଅଧିକାରୀଙ୍କୁ ଥାନାରେ ଅଟକ ରଖି ପଚରାଉଚୁରା କରୁଛି। ବଡମାଲ ଥାନା ଆଇଆଇସି ଅମିତାଭ ପଣ୍ଡା କହିଛନ୍ତି, ଅଭିଯୋଗକୁ ନେଇ ତଦନ୍ତ ଚାଲିଛି। ତଦନ୍ତ ପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ।

ଗତ ୨୫ ତାରିଖରୁ ବିହାରୀ ଓରାମ(୫୫) ନିଖୋଜ ଥିଲେ। ଏନେଇ ତାଙ୍କ ପୁଅ ଦିଲୀପ ବଡମାଲ ଥାନାରେ ଅଭିଯୋଗ କରିଥିଲେ। ପୋଲିସ ଏକ ନିଖୋଜ ମାମଲା(ନଂ.୧୫/୨୧) ରୁଜୁ କରି ଖୋଜାଖୋଜି କରିଥିଲା। ହେଲେ ବିହାରୀଙ୍କ ନିଖୋଜ ସମ୍ପର୍କରେ କୌଣସି ପତ୍ତା ମିଳି ନ ଥିଲା। ଏହା ଗ୍ରାମରେ ପ୍ରଚାର ହୋଇଥିଲା। ବିହାରୀଙ୍କୁ କମ୍ପାନୀର କିଛି ସିକ୍ୟୁରିଟି ଅଟକ ରଖିଥିବା ପ୍ରକଳ୍ପରେ କାମ କରୁଥିବା କିଛି ମହିଳା ଗ୍ରାମବାସୀଙ୍କୁ ଜଣାଇଥିଲେ। ଏହା ଜଣାପଡିବା ପରେ ଅସନ୍ତୋଷ ଗ୍ରାମବାସୀ କମ୍ପାନୀ ବିରୋଧରେ ଆନ୍ଦୋଳନ ପାଇଁ ସଜବାଜ ହେଉଥିଲେ। ଏହି ସମ୍ପର୍କରେ ଖବର ପାଇ କୁଆଡେ କମ୍ପାନୀ ସିକ୍ୟୁରିଟିମାନେ ବିହାରୀଙ୍କୁ ଗାଁରେ ଛାଡି ଆସିଥିଲେ। ବିହାରୀ ଘରେ ପହଞ୍ଚିଲା ପରେ ଘଟଣା ସମ୍ପର୍କରେ ପରିବାର ଲୋକଙ୍କ ଜଣାଇଥିଲେ। ଏନେଇ କମ୍ପାନୀର ସୂଚନା ଓ ଲୋକସମ୍ପର୍କ ଅଧିକାରୀ ପ୍ରତ୍ୟୁଷ ଜେନା କହିଛନ୍ତି ଅଭିଯୋଗ ପରେ କମ୍ପାନୀର ମୁଖ୍ୟ ସିକ୍ୟୁରିଟି ଅଧିକାରୀଙ୍କୁ ପୋଲିସ୍‌ ଥାନାରେ ଅଟକ ରଖିଥିଲା। ପଚରାଉଚୁରା ପରେ ଛାଡି ଦିଆଯାଇଛି। ଏଥିରେ କମ୍ପାନୀର କୌଣସି ସମ୍ପୃକ୍ତି ନାହିଁ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଯୋଗାଣ ମନ୍ତ୍ରୀଙ୍କ ବଡ଼ ସୂଚନା: ଏତିକି ଯାଏ ବଢିଲା ଧାନକିଣା ଅବଧି

ଭୁବନେଶ୍ୱର,୧।୪: ଖରିଫ ଧାନକିଣା ଅବଧି ୭ ଦିନ ବୃଦ୍ଧି କଲେ ରାଜ୍ୟ ସରକାର। ଏନେଇ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ସୂଚନା ଦେଇ କହିଛନ୍ତି, ଯେପରି…

ବ୍ରାହ୍ମଣୀଗାଁରେ ବିଏସ୍‌ଏନ୍‌ଏଲ୍‌ ନେଟ୍‌ଓ୍ବର୍କ ଅଚଳ: ଗ୍ରାମବାସୀ ଥାନାରେ ଲିଖିତ ଅଭିଯୋଗ କରି…

ଦାରିଙ୍ଗବାଡ଼ି,୧ା୩(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁଠାରେ ବିଏସ୍‌ଏନ୍‌ଏଲ ନେଟ୍‌ଓ୍ବର୍କ ବାରମ୍ବାର ଅଚଳ ହେଉଥିବା ବେଳେ ଗତ ୩୦ ମଧ୍ୟ ରାତ୍ରରୁ ସମ୍ପୂର୍ଣ୍ଣ ଅଚଳ ହୋଇଥିଲେ…

ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା, ଯୁବକ ଗିରଫ

ଗୋପାଳପୁର,୧।୪(ନବୀନ ରାଜ ଆଚାରୀ): ବରଗଡ଼ ଜିଲା ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତ ଦେଇ ବଳତ୍କାର କରିବା ଅଭିଯୋଗରେ ଗୋଳନ୍ଥରା ପୋଲିସ ମଙ୍ଗଳବାର ବଳାତ୍କାରୀକୁ ଗିରଫ କରି କୋର୍ଟଚାଲାଣ କରିଛି।…

ମୃତ ବ୍ୟକ୍ତିଙ୍କ ନାମରେ ଜାଲ ଆଧାର କାର୍ଡ କରି ଜମି ବିକ୍ରି: ୨୦ ଭରଣ ଜମି ହଡପ

ସୋରଡା,୧।୪(ରଜନୀ ମହାପାତ୍ର): ଗଞ୍ଜାମ ଜିଲା ସୋରଡା ଉପନିବନ୍ଧକଙ୍କ କାର୍ଯ୍ୟାଳୟରେ ଜମି କିଣାବିକାରେ ଜାଲିଆତି ହେଉଥିବା ଅଭିଯୋଗ ହେଉଛି। ଜାଲ୍‌ ଆଧାରକାର୍ଡ ପ୍ରସ୍ତୁତ କରି ଜାଲ ଦସ୍ତଖତରେ ଜଣେ…

ବିଜୟ ପରେ ମଧ୍ୟ BCCI ଶ୍ରେୟସ ଆୟରଙ୍କ ଉପରେ କାହିଁକି ଲଗାଇଲା ଜରିମାନା? ହେଲା ୧୨ ଲକ୍ଷର କ୍ଷତି

ନୂଆଦିଲ୍ଲୀ,୧।୪: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗର ଆରମ୍ଭ ପଞ୍ଜାବ କିଙ୍ଗ୍ସ ପାଇଁ ଚମତ୍କାର ପ୍ରମାଣିତ ହୋଇଥିଲା, କାରଣ ସେମାନେ ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଶେଷ ଓଭରରେ ଏକ…

ବିଧାନସଭାରେ ୧୧ ଘୋଡ଼ାର ନାଁ କହିଲେ ଅରୁଣ କୁମାର: ଚିହ୍ନିପାରିଲେନି ବିଧାୟକ ସିଦ୍ଧାନ୍ତ, ଜାଣନ୍ତୁ ରୋଚକ ଘଟଣା ବିଷୟରେ…

ଭୁବନେଶ୍ୱର, ୧।୪(ସୁନିତ୍‌ ମିଶ୍ର):ବିଧାନସଭାରେ ୨୦୨୬-୨୭ ଆର୍ଥିକ ବର୍ଷର ବ୍ୟୟ ମଞ୍ଜୁର ବିଧେୟକ ଉପରେ ଆଲୋଚନା ହେବା ସମୟରେ ବିଜେଡିର ବରିଷ୍ଠ ବିଧାୟକ ଅରୁଣ କୁମାର ସାହୁଙ୍କ ଘୋଡ଼ା…

ଶେଷରେ ନଇଁଲେ ଟ୍ରମ୍ପ୍‌! ‘ଏତିକି ସପ୍ତାହ ମଧ୍ୟରେ ଶେଷ କରିବେ ଯୁଦ୍ଧ’

ଓ୍ବାଶିଂଟନ,୧।୪: ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି। ସେ କହିଛନ୍ତି ଯେ ଆମେରିକୀୟ ସୈନ୍ୟମାନେ…

କୁଏଟ୍‌ରୁ ସ୍ବତନ୍ତ୍ର ବିମାନରେ କେରଳ ଆସିଲା ୨୦ ଭାରତୀୟଙ୍କ ମୃତଦେହ, ହେଲେ କିଏ ଏମାନେ କେମିତି ହେଲା ଏମାନଙ୍କ ମୃତ୍ୟୁ? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୧।୪: କୁଏତରେ ବିଭିନ୍ନ ଘଟଣାରେ ପ୍ରାଣ ହରାଇଥିବା ୨୦ ଜଣ ଭାରତୀୟ ନାଗରିକଙ୍କ ପାର୍ଥିବ ଶରୀର ବୁଧବାର କେରଳର କୋଚିନ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଛି। ଅଧିକାରୀଙ୍କ ଅନୁଯାୟୀ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri