ଫିଲ୍ମ ଷ୍ଟାଇଲ୍‌ରେ କରିଥିଲେ ଅପହରଣ, ଧରାପଡ଼ିଲେ ୧୦ ଅଭିଯୁକ୍ତ

କୋଟଗଡ଼,୬ା୯(ସରୋଜ ବଳିୟାରସିଂ): ଫିଲ୍ମ ଷ୍ଟାଇଲ୍‌ରେ ଆସି ଦୁଇ ଜଣଙ୍କୁ ଅପହରଣ କରିନେଇଥିଲେ। ଏହି ଅଭିଯୋଗରେ ୧୦ ଅପହରଣକାରୀଙ୍କୁ ବୁଧବାର ଗିରଫ କରିଛି ବାଲିଗୁଡ଼ା ପୋଲିସ। ଏଥିସହିତ ଅପହରଣରେ ବ୍ୟବହୃତ ଗୋଟିଏ ବୋଲେରୋ ଓ ଗୋଟିଏ ଇନୋଭା କାର୍‌କୁ ମଧ୍ୟ ଜବତ କରିଥିବା ଖବରଦାତା ସମ୍ମିଳନୀ ମାଧ୍ୟମରେ ସୂଚନା ଦେଇଛନ୍ତି ବାଲିଗୁଡ଼ା ଏସ୍‌ଡିପିଓ ୟସ ପ୍ରତାପ ଶ୍ରୀମଲ।

ସୂଚନାନୁଯାୟୀ, ମଙ୍ଗଳବାର ସନ୍ଧ୍ୟାରେ ବାଲିଗୁଡ଼ା ବସ୍‌ଷ୍ଟାଣ୍ଡ ନିକଟସ୍ଥ ବୁଡାଗୁଡ଼ା ଛକରୁ ଫିଲ୍ମ ଷ୍ଟାଇଲରେ ଦୁଇଟି ଗାଡ଼ିରେ ଆସି ଜନଗହଳି ପୂର୍ଣ୍ଣ ସ୍ଥାନରୁ ଦୁଇ ମାଂସ ବ୍ୟବସାୟୀଙ୍କୁ ଅପହରଣ କରିନେଇଥିଲେ ଅପହରଣକାରୀ । ଏହା ପୋଲିସ ପାଇଁ ଏକ ବଡ଼ ଚ୍ୟାଲେଞ୍ଜ ସୃଷ୍ଟି ହୋଇଥିଲା। ବାଲିଗୁଡ଼ା ଏସ୍‌ଡିପିଓ ୟସ ପ୍ରତାପ ଶ୍ରୀମଲଙ୍କ ନିର୍ଦ୍ଦେଶକ୍ରମେ ପାଞ୍ଚୋଟି ଥାନା ଅଧିକାରୀ ସ୍ବତନ୍ତ୍ର ଟିମ୍‌ ଗଠନ କରି ପାଞ୍ଚୋଟି ସ୍ଥାନରେ ଚଢ଼ାଉ କରି ଅପହରଣକାରୀଙ୍କୁ ଧରିବାକୁ ଜାଲ ବିଛାଇଥିଲେ। ଅପହରଣରେ ବ୍ୟବହୃତ ଗୋଟିଏ ବୋଲେରୋ ଗାଡ଼ିକୁ ପ୍ରଥମେ କ.ନୂଆଗାଁ ଥାନା ଅଞ୍ଚଳରୁ ପୋଲିସ କାବୁ କରିଥିବା ବେଳେ ଅଧା ରାସ୍ତାରେ କୌଣସି ପ୍ରକାରେ ଦୁଇ ଅପହୃତା ଇନୋଭା କାର୍‌ରୁ ଡେଇଁ ପଡ଼ିଥିଲେ। ପିଛା କରୁଥିବା ପୋଲିସ ଉଭୟଙ୍କୁ ଉଦ୍ଧାର କରିବା ସହ ରାଇକିଆ ନିକଟରେ ଇନୋଭା କାର୍‌ ସହ ଅପହରଣକାରୀଙ୍କୁ କାବୁ କରିବାରେ ସକ୍ଷମ ହୋଇଥିଲା ପୋଲିସ। ଉଦ୍ଧାର ହୋଇଥିବା ଦୁଇ ଅପହୃତା ବାଲିଗୁଡ଼ା ହାଟପଦା ସାହିର ମାଂସ ବ୍ୟବସାୟୀ ପଣ୍ଡିତ ମାଝି ଓ ହେମନ୍ତ ଗଣ୍ଡା ହୋଇଥିବା ବେଳେ ଏଯାବତ୍‌ ଅପହରଣର ପ୍ରକୃତ କାରଣ ଜଣାପଡ଼ିନାହିଁ। ସେପଟେ ସମସ୍ତ ଅଭିଯୁକ୍ତ ଗଞ୍ଜାମ ଜିଲା କୋଦଳା ଥାନା ଅଞ୍ଚଳର ହୋଇଥିବା ପୋଲିସ ପକ୍ଷରୁ ସୂଚନା।


Enter your email to get our daily news in your inbox.

All Right Reserved By Dharitri.Com

ପୁରୀକୁ ବେଆଇନ ମଦ ଚାଲାଣ ବେଳେ ମାଡ଼ିବସିଲା ରମ୍ଭା ପୋଲିସ: କାର ସହ ୪୦୦ ଲିଟର ମଦ ଜବତ, ୩ ଗିରଫ

ରମ୍ଭା,୨୯।୯(ବିଦ୍ୟାଧର ସାହୁ): ପୁରୀ ଜିଲାକୁ ବେଆଇନ ଭାବେ କାର୍‌ ଯୋଗେ ମଦ ଚାଲାଣ ହେଉଥିବା ବେଳେ ରମ୍ଭା ଥାନା ପୋଲିସ ହାତରେ ଧରାପଡ଼ିଛନ୍ତି ମଦ ଚାଲାଣକାରୀ। ପୋଲିସ…

ବେଲଘର ଜଙ୍ଗଲରୁ ଛେଳି ଗୋଠ ସହ ଚାଲିଆସିଲା ହରିଣ ଛୁଆ: ଉଦ୍ଧାର ପରେ ଜଙ୍ଗଲରେ ଛାଡ଼ିଲା ବନ ବିଭାଗ

ବାଲିଗୁଡ଼ା/ତୁମୁଡ଼ିବନ୍ଧ,୨୯।୯ (ସଞ୍ଜୟ କୁମାର ପାଣିଗ୍ରାହୀ/ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡ଼ିବନ୍ଧ ବ୍ଲକ୍ ଅନ୍ତର୍ଗତ ବେଲଘର ବନାଞ୍ଚଳରୁ ମଙ୍ଗଳବାର ସକାଳୁ ଏକ ହରିଣ ଛୁଆକୁ ସୁରକ୍ଷିତ ଭାବେ…

ବୁଧଙ୍କ ଓଲଟା ଚାଲି: ଅକ୍ଟୋବରରେ ଏହି ୩ ରାଶିଙ୍କ ବଢ଼ିବ ଟେନସନ, ପାଖରୁ ପଳେଇବ ସବୁ ଟଙ୍କା!

ବୁଧଙ୍କ ରାଶି ପରିବର୍ତ୍ତନ ସହିତ ତାଙ୍କର ମାର୍ଗୀ ଏବଂ ବକ୍ରୀ ହେବା ଜ୍ୟୋତିଷ ଶାସ୍ତ୍ର ଦୃଷ୍ଟିକୋଣରୁ ବିଶେଷ ମହତ୍ତ୍ୱ ବହନ କରେ। ଜ୍ୟୋତିଷୀୟ ମାନ୍ୟତା ଅନୁଯାୟୀ, ବୁଧଙ୍କ…

ବେଲଗୁଣ୍ଠା ଏନ୍‌ଏସିର ନୂଆ ଉପାଧ୍ୟକ୍ଷା ପ୍ରିୟମ୍ବଦା ସାମଲ: ନିର୍ବିରୋଧ ନିର୍ବାଚିତ, ୨ ବର୍ଷ ପରେ…

ବେଲଗୁଣ୍ଠା,୨୯।୯(କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ବେଲଗୁଣ୍ଠା ବିଜ୍ଞାପିତ ଅଞ୍ଚଳ ପରିଷଦ (ଏନ୍‌ଏସି)ର ଉପାଧ୍ୟକ୍ଷା ପଦବୀ ପାଇଁ ମଙ୍ଗଳବାର ଉପ-ନିର୍ବାଚନ ଶାନ୍ତିପୂର୍ଣ୍ଣ ଭାବେ ସମ୍ପନ୍ନ ହୋଇଛି। ଏଥିରେ ୪ ନମ୍ବର…

କ୍ରେନ ତଳେ ଚାପି ହୋଇ ଗଞ୍ଜାମର ପ୍ରବାସୀ ଶ୍ରମିକଙ୍କ ମୃତ୍ୟୁ

ଗଞ୍ଜାମ,୨୯।୯(ଅନାଥ ତରାଇ): ପେଟ ପାଇଁ ଆନ୍ଧ୍ରପ୍ରଦେଶର ତିରୁପତି ଯାଇଥିବା ଗଞ୍ଜାମ ଜିଲାର ଜଣେ ପ୍ରବାସୀ ଶ୍ରମିକଙ୍କର ଏକ ଅଭାବନୀୟ ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ଗଞ୍ଜାମ ବ୍ଲକ ପାଳିବନ୍ଧ…

ଏସିଡ ଆକ୍ରମଣ ବିରୋଧରେ ସଚେତନତା ସଭା ଓ ପଥପ୍ରାନ୍ତ ନାଟକ, ଛାତ୍ରୀଛାତ୍ର ସମ୍ୱର୍ଦ୍ଧିତ

ଥୁଆମୂଳ ରାମପୁର, ୨୯।୯ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ତାଲୁକ ଆଇନ ସେବା ସମିତି (T.L.S.C.) ଆନୁକୂଲ୍ୟରେ ମଙ୍ଗଳବାର କୋର୍ଟ ସାମ୍ନା ମଣ୍ଡପଠାରେ ଏସିଡ…

ହଜିଗଲା ମାନବିକତା: ଗଞ୍ଜାମରେ ଘଣ୍ଟା ଘଣ୍ଟା ଧରି ପଡ଼ିରହିଲା ନିରାଶ୍ରୟା ବୃଦ୍ଧାଙ୍କ ମୃତଦେହ

ଗଞ୍ଜାମ,୨୯।୯(ଅନାଥ ତରାଇ ): ଗଞ୍ଜାମ ସହରରୁ ଆସିଥିବା ଏକ ହୃଦୟବିଦାରକ ଦୃଶ୍ୟ ଆଜି ସମାଜର ମୁଖା ଖୋଲିଦେଇଛି। ବଜାରର ଭିଡ଼ ମଝିରେ ଘଣ୍ଟା ଘଣ୍ଟା ଧରି ପଡ଼ିରହିଥିଲା…

ବଦଳିବ ଭଞ୍ଜନଗର ପର୍ଯ୍ୟଟନର ଚେହେରା: ଗଠନ ହେବ ଉପଖଣ୍ଡ ସ୍ତରୀୟ କମିଟି, ବୋଟିଂ-ଭାସମାନ ରେଷ୍ଟୁରାଣ୍ଟ…

ଭଞ୍ଜନଗର,୨୯।୯(ବାବୁଲା ପ୍ରଧାନ): ଭଞ୍ଜନଗର ଉପଖଣ୍ଡରେ ପର୍ଯ୍ୟଟନର ସାମଗ୍ରିକ ବିକାଶ, ପ୍ରମୁଖ ପର୍ଯ୍ୟଟନ ସ୍ଥଳୀଗୁଡ଼ିକର ଭିତ୍ତିଭୂମି ସୁଦୃଢ଼ୀକରଣ ଏବଂ ପର୍ଯ୍ୟଟକମାନଙ୍କୁ ଉନ୍ନତ ସୁବିଧା ପ୍ରଦାନ ନେଇ ମଙ୍ଗଳବାର ଉପଜିଲାପାଳଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?