ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅପହରଣ: ଅଭିଯୋଗ ଆଣିଲେ ବାପା

ଭଣ୍ଡାରିପୋଖରୀ,୧୨।୧୨(ସ୍ବ.ପ୍ର.): ଭଦ୍ରକ ଜିଲା ଭଣ୍ଡାରିପୋଖରୀ ଥାନା ମଞ୍ଜୁରୀରୋଡ଼ ଫାଣ୍ଡି ଅଧୀନ ବିରିଡ଼ି ଅଞ୍ଚଳର ଜଣେ ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅପହରଣ କରାଯାଇଥିବା ନେଇ ଅଭିଯୋଗ ହୋଇଛି। ଅପହୃତା ଛାତ୍ରୀଙ୍କ ବାପାଙ୍କ ଅଭିଯୋଗ ଅନୁଯାୟୀ, ଝିଅ ରବିବାର ଅପରାହ୍ନ ୪ଟାରେ ସାତଶୋଳା ଗ୍ରାମକୁ ଟ୍ୟୁଶନ ପାଇଁ ଯାଇଥିଲା। ଘରକୁ ଫେରିବାରେ ବିଳମ୍ବ ହେବାରୁ ପରିବାର ଲୋକେ ଖୋଜାଖୋଜି କରି ଝିଅର ସନ୍ଧାନ ପାଇ ନ ଥିଲେ। ପରେ ଗ୍ରାମର ୩ଜଣ ଯୁବକ ଝିଅକୁ ଅପହରଣ କରିଥିବା ତାଙ୍କୁ ଜଣାଇଥିଲେ। ଏପରିକି ଅଶ୍ଳୀଳ ଭିଡିଓ ରଖିଥିବା ମଧ୍ୟ କହିଥିଲେ। ଏଣୁ ମନ୍ଦ ଉଦ୍ଦେଶ୍ୟ ରଖି ଏହି ୩ ଯୁବକ ତାଙ୍କ ଝିଅକୁ ଅପହରଣ କରିଥିବା ସେ ଏତଲାରେ ଉଲ୍ଲେଖ କରିଛନ୍ତି। ଅଭିଯୋଗକୁ ଭିତ୍ତି କରି ପୋଲିସ ଏକ ମାମଲା (ନଂ.୪୩୦/୨୨) ରୁଜୁ କରି ତଦନ୍ତ ଆରମ୍ଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆରପାରିରେ ବଲିଉଡ୍‌ର ମଲ୍ଟି-ଟାଲେଣ୍ଟେଡ୍ ଅଭିନେତା ମୁସ୍ତାକ୍ ଖାନ୍, ୫୬ ବର୍ଷ ବୟସରେ ପରଲୋକ

ମୁମ୍ବାଇ: ହିନ୍ଦୀ ସିନେମା ଓ ଟେଲିଭିଜନ୍ ଜଗତରୁ ଏକ ଦୁଃଖଦ ଖବର ସାମ୍ନାକୁ ଆସିଛି। ଜଣାଶୁଣା ବରିଷ୍ଠ ଅଭିନେତା ମୁସ୍ତାକ୍ ଖାନ୍‌ଙ୍କର ୫୬ ବର୍ଷ ବୟସରେ ପରଲୋକ…

ଏସୀୟ କ୍ରୀଡ଼ାର ୧୦,୦୦୦ ମିଟର ଦୌଡ଼ରେ ସୀମାଙ୍କ ଐତିହାସିକ ବ୍ରୋଞ୍ଜ ପଦକ

ନାଗୋୟା,୨୪ା୯: ଭାରତୀୟ ଟ୍ରାକ ଆଣ୍ଡ ଫିଲ୍ଡ ଆଥଲେଟ୍‌ ସୀମା ଗୁରୁବାର ମହିଳା ୧୦,୦୦୦ ମି. ବ୍ରୋଞ୍ଜ ପଦକ ଜିତିଛନ୍ତି। ସୀମା ଦୌଡ଼କୁ ୩୨:୫୦.୦୫ ସେକେଣ୍ଡରେ ଶେଷ କରି…

କଳାହାଣ୍ଡିରେ ଥମିବାର ନା ଧରୁନି ବର୍ଷା, କୁତ୍ରିମ ନଦୀ ହେଲା ଫତେନଗର ପଡା ମୁଖ୍ୟ ରାସ୍ତା

ଭବାନୀପାଟଣା ୨୪।୯,(ଉତ୍ତମ କୁମାର ଦାଶ): ବଙ୍ଗୋପସାଗରରେ ସୃଷ୍ଟି ଗଭୀର ଅବପାତ ପ୍ରଭାବରେ ଗତ ତିନିଦିନ ଧରି କଳାହାଣ୍ଡି ଜିଲାରେ ପ୍ରବଳ ବର୍ଷା ଜାରି ରହିଛି। ଫଳରେ ଜନଜୀବନ…

ଅକ୍ଟୋବର ୧ରୁ ଧନବର୍ଷା! ରାହୁଙ୍କ ସ୍ୱାତୀ ନକ୍ଷତ୍ରକୁ ଯିବେ ବୁଧ, ମାଲାମାଲ୍ ହେବେ ଏହି ୫ ରାଶି

ଅକ୍ଟୋବର ୧ ତାରିଖ ସକାଳ ୯ଟା ୩୩ ମିନିଟ୍‌ରେ ଗ୍ରହମାନଙ୍କ କୁମାର ‘ବୁଧ’ ତୁଳା ରାଶିରେ ବିରାଜମାନ ଥାଇ ସ୍ୱାତୀ ନକ୍ଷତ୍ରରେ ପ୍ରବେଶ କରିବାକୁ ଯାଉଛନ୍ତି। ବୁଧ…

ଲାଇଭ୍‌ ହେବ କଟକ ଦୁର୍ଗାପୂଜା: ୟୁଟ୍ୟୁବ୍‌-ୱେବସାଇଟ୍‌ରେ ସିଧା ପ୍ରସାରଣ ଦେଖିପାରିବେ ଶ୍ରଦ୍ଧାଳୁ

କଟକ,୨୪।୯: କଟକର ପ୍ରସିଦ୍ଧ ଦୁର୍ଗାପୂଜା ଓ ଭସାଣି ଉତ୍ସବକୁ ନେଇ ଜିଲା ପ୍ରଶାସନ ପକ୍ଷରୁ ଏକ ବଡ଼ ନିଷ୍ପତ୍ତି ନିଆଯାଇଛି। ଚଳିତ ବର୍ଷ କଟକ ଦୁର୍ଗାପୂଜା ଏବଂ…

ଲଗାଣ ବର୍ଷାରେ ଘର ଭୁଶୁଡି ମହିଳା ଗୁରୁତର, ଜିଲା ଚିକିତ୍ସାଲୟରେ ଭର୍ତ୍ତି

କୁନ୍ଦୁରା,୨୪।୯,(ସନ୍ତୋଷ ପ୍ରହରାଜ): କୋରାପୁଟ ଜିଲା କୁନ୍ଦୁରା ବ୍ଲକ ଫୁପୁଗାଁ ଗ୍ରାମ ପଞ୍ଚାୟତ ଚନ୍ଦ୍ରଶୁଣ୍ଢୀଗୁଡା ଠାରେ ଲଗାଣ ବର୍ଷାରେ ଘର ଭୁଶୁଡି ମହିଳା ଗୁରୁତରହୋଇଛନ୍ତି। ମହିଳା ଜଣକ ହେଲେ…

BLOଙ୍କ ପାଇଁ ବଡ଼ ଖବର: ମିଳିବ ବାର୍ଷିକ ୧୮ ହଜାର ଟଙ୍କାର ସମ୍ମାନ ଭତ୍ତା, ୮୧.୪୫ କୋଟିର…

ଭୁବନେଶ୍ୱର,୨୪।୯: ରାଜ୍ୟର ବୁଥ୍ ଲେବଲ୍ ଅଫିସର (BLO)ଙ୍କ ପାଇଁ ରାଜ୍ୟ ସରକାର ଏକ ବଡ଼ ଆର୍ଥିକ ପ୍ରୋତ୍ସାହନ ଘୋଷଣା କରିଛନ୍ତି। SIR ୨୦୨୬ ଭୋଟର ତାଲିକା ସଂଶୋଧନ…

ପୁରୁଷୋତ୍ତମପୁରରେ ଫୁଲୁଛି ରୁଷିକୁଲ୍ୟା

ପୁରୁଷୋତ୍ତମପୁର,୨୪।୯, (ସବିତା ମିଶ୍ର): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତ ପ୍ରଭାବରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ତିନି ଦିନ ହେଲା ବର୍ଷା ଲାଗିରହି ସାଧାରଣ ଜୀବନକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?