ଭୋଜିରୁ ଫେରିବା ବାଟରେ ୪ ଜଣଙ୍କୁ ଅପହରଣ ଅଭିଯୋଗ

ଉମରକୋଟ,୧୨ା୧୨(ସ୍ବ.ପ୍ର.): ଛତିଶଗଡ଼ର କାଙ୍କେରରୁ ଭୋଜିଖାଇ ଫେରୁଥିବା ବେଳେ ଶନିବାର ରାତିରୁ ୪ ଜଣ ନିଖୋଜ ଅଛନ୍ତି। ସେମାନଙ୍କୁ ଅପହରଣ କରାଯାଇଥିବା ପରିବାର ଲୋକେ ସନ୍ଦେହ କରି କାଙ୍କେର ଥାନାରେ ଏତଲା ଦେଇଛନ୍ତି। ଅପହୃତମାନେ ହେଲେ ନବରଙ୍ଗପୁର ଜିଲା ଉମରକୋଟର ସପନ ସରକାର, ତାଙ୍କ ସ୍ତ୍ରୀ ରିତା ସରକାର, ଶଳା ବିଶ୍ୱଜିତ ଅଧିକାରୀ ଏବଂ ପରିଚିତ ବ୍ୟକ୍ତି ହଜାରି ଢାଲି।
ସୂଚନା ଅନୁଯାୟୀ, ସପନ ଶନିବାର କାଙ୍କେର ସ୍ଥିତ ନିଜ ସମ୍ପର୍କୀୟଙ୍କ ବିବାହ ଭୋଜିରେ ଯୋଗଦେଇ ରାତି ୧୦.୩୦ରେ କାର୍‌(ଓଡି ୨୪ ସି ୧୭୦୫)ଯୋଗେ ଛତିଶଗଡ଼ର କଣ୍ଡଗାଁ ସ୍ଥିତ ନିଜ ସମ୍ପର୍କୀୟଙ୍କ ଘରକୁ ଫେରୁଥିଲେ। ସକାଳେ ସେମାନେ ଘରକୁ ନ ପହଞ୍ଚିବାରୁ ସପନଙ୍କ ପୁଅ ନବୋଜିତ୍‌ ଖୋଜିବାକୁ ବାହାରିଥିଲେ। ବହୁ ଖୋଜିଖୋଜି କରି ବିଫଳ ହେବାପରେ ସେ ଥାନାରେ ଏତଲା ଦେଇଛନ୍ତି। ଖବର ପାଇ ଉମରକୋଟ ଥାନା ଅଧିକାରୀ ଦୀପକ କୁମାର ଜେନା ସପନ ସରକାରଙ୍କ ଘରକୁ ଯାଇ ପରିବାର ସଦସ୍ୟଙ୍କ ସହ ଆଲୋଚନା କରି ତଦନ୍ତ ଆରମ୍ଭ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କାର ବାଇକ୍ ମୁହାମୁହିଁ ଧକ୍କା,ଦୁଇ ଗୁରୁତର

ଗୁଣପୁର,୧୪।୮( ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ବ୍ଲକ ଜଗନ୍ନାଥପୁର ରୋଡ ଠାରେ ବାଇକ୍ କାର ମୁହାଁ ମୁହିଁ ଯୋଗୁଁ ଦୁଇ ବାଇକ୍ ଆରୋହୀ ଗୁରୁତର ହୋଇ…

୩୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ

ମୋହନା,୧୪ା୮(ମନ୍ମଥ ମିଶ୍ର): ଗୋପଟିମା ଓ କୁଟିଗୁଡ଼ା ଗାଁ ମଧ୍ୟରେ ଥିବା ଜଙ୍ଗଲରୁ ମୋହନା ପୋଲିସ ୩ କୁଇଣ୍ଟାଲରୁ ଊର୍ଦ୍ଧ୍ୱ (୩୦୩ କିଲୋ ୬୦୦ ଗ୍ରାମ) ଗଞ୍ଜେଇ ଜବତ…

ସ୍ୱାଧୀନତା ଦିବସ ପୂର୍ବସନ୍ଧ୍ୟାରେ ଦେଶକୁ ସମ୍ବୋଧିତ କଲେ ରାଷ୍ଟ୍ରପତି: ‘ସର୍ବଶ୍ରେଷ୍ଠ ଭାରତ’ ଗଠନ ପାଇଁ ରଖନ୍ତୁ ଭାବନା, ପଢ଼ନ୍ତୁ ପ୍ରମୁଖ…

ନୂଆଦିଲ୍ଲୀ,୧୪।୮: ୮୦ତମ ସ୍ୱାଧୀନତା ଦିବସର ପୂର୍ବସନ୍ଧ୍ୟାରେ ଦେଶବାସୀଙ୍କୁ ସମ୍ବୋଧନ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଏହି ଅବସରରେ ସେ ଦେଶ ଓ ବିଦେଶରେ ରହୁଥିବା ସମସ୍ତ ଭାରତୀୟଙ୍କୁ…

୧ ଟଙ୍କାରେ ମିଳୁଛି ସିମ: ନେବାକୁ ଚାହୁଁଥିଲେ…

ଭବାନୀପାଟଣା,୧୪।୮(ଉତ୍ତମ କୁମାର ଦାଶ): ଦେଶରେ ଦୁରସଞ୍ଚାର ସେବା ପ୍ରଦାନକାରୀ ସଂସ୍ଥା ଭାବରେ, ବିଏସଏନଏଲ୍ ସାରା ଦେଶରେ ନିର୍ଭରଯୋଗ୍ୟ, ସୁରକ୍ଷିତ, ସୁଲଭ ଭାବେ ଗଣନା ହେଉଥିବାବେଳେ ଏବେ ସମସ୍ତ…

ଓଡ଼ିଶାକୁ ପୁଣି ଫେରିଲା କୋଭିଡ୍‌: ଭୁବନେଶ୍ୱରରେ ଚିହ୍ନଟ ହେଲେ ଆକ୍ରାନ୍ତ, ଭୟରେ…

ଭୁବନେଶ୍ୱର, ୧୪।୮ ରାଜଧାନୀ ଭୁବନେଶ୍ୱରରେ ପୁଣି ଜଣେ କୋଭିଡ୍‌ ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜଣାପଡ଼ିଛି। ବରମୁଣ୍ଡା ଅଞ୍ଚଳର ଜଣେ ୫୦ ବର୍ଷୀୟ ବ୍ୟକ୍ତି କୋଭିଡ୍‌ ସଂକ୍ରମିତ ହୋଇଥିବା…

ବିନୟତୋଷ ମିଶ୍ରଙ୍କୁ ମିଳିଲା ଓଡ଼ିଶାର ଅନ୍ତରୀଣ ଡିଜିପି ଦାୟିତ୍ୱ; ରଖିଲେ ଏଭଳି ପ୍ରତିକ୍ରିୟା…

ଭୁବନେଶ୍ୱର,୧୪।୮: ଓଡ଼ିଶାର ନୂତନ ଅନ୍ତରୀଣ ପୋଲିସ ମହାନିର୍ଦ୍ଦେଶକ (ଡିଜିପି) ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି ବରିଷ୍ଠ ଆଇପିଏସ୍ ଅଧିକାରୀ ବିନୟତୋଷ ମିଶ୍ର। ବର୍ତ୍ତମାନ କ୍ରାଇମବ୍ରାଞ୍ଚ ଡିଜି ଭାବେ…

ଦିଗପହଣ୍ଡି ସବଜେଲ କ୍ୱାଟର୍ସରୁ ମିଳିଲା ୱାର୍ଡରଙ୍କ ମୃତଦେହ, ଡ୍ୟୁଟିକୁ ନ ଯିବାରୁ ବଢ଼ିଲା …

ଦିଗପହଣ୍ଡି,୧୪|୮(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାହାସପୁର ଗ୍ରାମ ନିକଟ ଦିଗପହଣ୍ଡି ସବଜେଲ କ୍ୱାଟର୍ସରୁ ଶୁକ୍ରବାର ସନ୍ଧ୍ୟାରେ ଜଣେ ଜେଲ ୱାର୍ଡରଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତକ…

ସୂର୍ଯ୍ୟ-ଗୁରୁଙ୍କ ଯୋଗରେ ୫ ରାଶି ପାଇଁ ଭାରି ଭଲ; ପ୍ରଚୁର ଧନଲାଭକୁ ଅମାପ ସମ୍ପତ୍ତି ମିଳିବ…

ଦ୍ରିକ ପାଞ୍ଜି ଅନୁସାରେ, ୨୩ ଅଗଷ୍ଟ, ୨୦୨୬ ରେ ସୂର୍ଯ୍ୟ ଏବଂ ବୃହସ୍ପତି କେବଳ ୧୮° ଦୂରତାରେ ଅବସ୍ଥିତ ହେବେ। ଜ୍ୟୋତିଷ ଶାସ୍ତ୍ରରେ ଏହାକୁ ଅଷ୍ଟଦଶ ଯୋଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri