ପ୍ରଥମେ ଯୁବତୀଙ୍କୁ ଅପହରଣ ପରେ ବଳାତ୍କାର, ଶେଷରେ ମାରିଦେବାକୁ ଉଦ୍ୟମ

ବନ୍ତ,୬।୫(ଡି.ଏନ୍‌.ଏ.): ଭଦ୍ରକ ଜିଲା ବନ୍ତ ବ୍ଲକ କେନ୍ଦୁଆପଦା ଫାଣ୍ଡି ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି ା ଜଣେ ଯୁବତୀଙ୍କୁ ଅପହରଣ ପରେ ବଳାତ୍କାର କରାଯାଇ ଶେଷରେ ନଦୀକୁ ଠେଲି ମାରିଦେବାକୁ ଉଦ୍ୟମ କରାଯାଇଥିବା ନେଇ ଅଭିଯୋଗ ହୋଇଛି।

ଅଭିଯୋଗରୁ ପ୍ରକାଶ ଯେ, କେନ୍ଦୁଆପଦା ଫାଣ୍ଡି ଅଞ୍ଚଳର ଜଣେ ଗରିବ, ଦଳିତ ଶ୍ରେଣୀର ଯୁବତୀଙ୍କୁ ଗଣ୍ଡଗରା ଗ୍ରାମର ଜନୈକ ଯୁବକ ମଙ୍ଗଳବାର ରାତି ପ୍ରାୟ ୧୧ଟାରେ ଘରୁ ଜୋରଜବରଦସ୍ତ ଉଠାଇ ନେଇ ଯାଜପୁରରୋଡ୍‌ ଅଞ୍ଚଳର ଏକ ସ୍ଥାନରେ ରଖି ବଳପୂର୍ବକ ବଳାତ୍କାର କରିଥିଲେ। ଯୁବତୀ ଜଣକ ପ୍ରତିବାଦ କରିବାକୁ ତାଙ୍କୁ ଜାତିଆଣ ଆକ୍ଷେପ କରାଯିବା ସହ ଜୀବନରୁ ମାରି ଦେବାକୁ ଧମକ ଦିଆଯାଇଥିଲା ା ବୁଧବାର ସନ୍ଧ୍ୟାରେ ଅପହରଣକାରୀଙ୍କ ସମେତ ୬ ଜଣ ଯୁବକ ତାଙ୍କୁ ଏକ ବାଇକ୍‌ ଯୋଗେ ଆଣି ପାଟୁଳି ବାଖରପୁରସ୍ଥିତ ନଦୀରେ ତାଙ୍କୁ ଠେଲି ମାରିଦେବାକୁ ଉଦ୍ୟମ କରିଥିଲେ। ପାଟି ଶୁଣି ସ୍ଥାନୀୟ ଲୋକେ ସେଠାରେ ପହଞ୍ଚି ଯୁବତୀଙ୍କୁ ଉଦ୍ଧାର କରି ପୋଲିସକୁ ଖବର ଦେଇଥିଲେ। ଗୁରବାର ପୀଡ଼ିତାଙ୍କ ଅଭିଯୋଗ ପାଇବା ପରେ ପୋଲିସ ତଦନ୍ତ ଜାରି ରଖିଛି ା ଖବର ଲେଖା ହେବା ପର୍ଯ୍ୟନ୍ତ ମାମଲା ରୁଜୁ ହୋଇ ନ ଥିବା ଜଣାଯାଇଛି ା


Enter your email to get our daily news in your inbox.

All Right Reserved By Dharitri.Com

ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟରେ ନୂତନ ସ୍ଥାୟୀ କୁଳପତି ନିଯୁକ୍ତ: ଜାଣନ୍ତୁ କାହାକୁ ମିଳିଲା ଦାୟିତ୍ୱ

ଭବାନୀପାଟଣା,୬।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟର ନୂତନ ସ୍ଥାୟୀ କୁଳପତି ଭାବେ ଡ଼.ପବନ କୁମାର ଅଗ୍ରୱାଲ ସୋମବାର ନିଯୁକ୍ତ ହୋଇଛନ୍ତି। ଏ…

ଧର୍ମଗଡ଼ ଉପଖଣ୍ଡରେ କୁଆପଥର ବର୍ଷା: ଯାତାୟାତ ବାଧାପ୍ରାପ୍ତ

ଭବାନୀପାଟଣା,୬।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଧର୍ମଗଡ଼ ଉପଖଣ୍ଡରେ ସୋମବାର ମଧ୍ୟାହ୍ନରେ ପ୍ରବଳ ଝଡ଼ ତୋଫାନ ସହ କୁଆପଥର ବର୍ଷା ହୋଇଛି। ବିଶେଷ କରି ଉପଖଣ୍ଡର ଧର୍ମଗଡ଼…

ପୋଲିସକୁ ଭୁଆଁ ବୁଲାଇ ନୂଆ ତରିକାରେ ହେଉଥିଲା ଗଞ୍ଜେଇ ଚାଲାଣ, ଖବରପାଇ ପହଞ୍ଚିଗଲା ପୋଲିସ

ମୋହନା,୬।୪( ମନ୍ମଥ ମିଶ୍ର ): ଗଜପତି ଜିଲାର ଭୂସ୍ବର୍ଗ ପାଲଟିଥିବା ଅଡବା ଥାନା ଅଞ୍ଚଳରେ ପୋଲିସର ଘନଘନ ଚଢ଼ାଉ ଜାରି ରହିଛି। ଗତ କିଛି ଦିନ ଭିତରେ…

କଣ୍ଟେନରରେ ଆନ୍ଦ୍ରପ୍ରଦେଶକୁ ହେଉଥିଲା ଗୋ ଚାଲାଣ, ହଠାତ୍‌ ପହଞ୍ଚିଗଲା ପୋଲିସ, ତା’ପରେ…

ଭବାନୀପାଟଣା,୬।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ଅନ୍ତର୍ଗତ ରିଷଗାଁ ବାଇପାସ ରାସ୍ତାରେ ସୋମବାର ବେଆଇନ ଭାବେ ଏକ କଣ୍ଟେନରରେ ଗୋରୁ ଚାଲାଣ ହେଉଥିବା…

ଅପହଞ୍ଚ ଅଞ୍ଚଳରେ ଆଇଏଏସ୍‌ ଅଧିକାରୀ: ପାହାଡ଼ ଚଢ଼ି ଆଦିବାସୀଙ୍କ ବୁଝିଲେ ଦୁଃଖ, ପ୍ରସ୍ତୁତ ହେଲା ବିକାଶର ବ୍ଲୁ-ପ୍ରିଣ୍ଟ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାର ଅତି ଦୁର୍ଗମ ଥୁଆମୂଳ ରାମପୁର ବ୍ଲକର କନ୍ଦାଗୁଡ଼ା, କେନ୍ଦୁଗୁଡ଼ା ଓ ଦେର୍ଲାଠି ଭଳି ଅପହଞ୍ଚ ଗ୍ରାମଗୁଡ଼ିକରେ ପ୍ରଥମକରି…

ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ବୃଦ୍ଧାଙ୍କୁ ଆକ୍ରମଣ: ଘରେ ଏକୁଟିଆ ଥିବାବେଳେ ଟାଣି ନେଇ…

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡ଼ି ପଞ୍ଚାୟତ ଝରିପଦର ଗ୍ରାମର ଏନ.କସ୍ତୁରୀ ରେଡ୍ଡୀ(୭୦)ଙ୍କୁ ତାଙ୍କ ପଡୋଶୀ ଭି.ଭିକି ରେଡ୍ଡୀ,ଭି. ମାମି ରେଡ୍ଡୀ…

ତାମ୍ପରା ହ୍ରଦର ହେବ ପୁନଃରୁଦ୍ଧାର: ବିଧାୟକଙ୍କ ଉପସ୍ଥିତରେ ସମୀକ୍ଷା କଲେ ଜିଲାପାଳ

ଛତ୍ରପୁର,୬।୪(ଦିଲ୍ଲୀପ ସାମଲ): ଛତ୍ରପୁର ସହର ନିକଟରେ ଥିବା ତାମ୍ପରା ହ୍ରଦର ପୁନଃରୁଦ୍ଧାର l ତା’ସହିତ ତାମ୍ପରା ଓ ସମୁଦ୍ର ମଧ୍ୟରେ ନୋଳିଆନୁଆଁ ଗାଁ ବେଳାଭୂମି ରହିଛି l…

ପୈତୃକ ସମ୍ପତ୍ତି ଭାଗବଣ୍ଟାକୁ କେନ୍ଦ୍ରକରି ଆକ୍ରମଣ: ୨ ଭାଇ ଗିରଫ, ଜାମିନ ଆବେଦନ ଖାରଜ ହେବାରୁ…

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବିଜୟ ଲକ୍ଷ୍ମୀନାରାୟଣପୁର ଗ୍ରାମରେ ପୈତୃକ ସମ୍ପତ୍ତି ଭାଗବଣ୍ଟାକୁ କେନ୍ଦ୍ରକରି ପାରିବାରିକ ହିଂସା ଘଟଣାରେ କେ.ନୂଆଗାଁ ଥାନା ନୂଆପଡ଼ା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri