ରାଜଧାନୀରେ ଡେଲିଭରି ବୟଙ୍କୁ ଅପହରଣ: ସ୍ତ୍ରୀଙ୍କୁ ଶେଷ ଥର କହିଥିଲେ‘ମୋତେ ବହୁତ ଡର ଲାଗୁଛି’

ଭୁବନେଶ୍ୱର, ୨।୯(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରର ଧଉଳି ଥାନା ଅଞ୍ଚଳରୁ ଶନିବାର ରାତିରେ ଜଣେ ଡେଲିଭରି ବୟଙ୍କୁ ଅପହରଣ କରି ନିଆଯାଇଥିବା ଅଭିଯୋଗ ହୋଇଛି। ସେ ହେଲେ ପତିତପାବନ ପୃଷ୍ଟି। ସେ ନୂଆଗାଁ ସ୍ଥିତ ବିଜୟ ବିହାରରେ ଭଡ଼ାରେ ରୁହନ୍ତି। ଅନ୍ୟପଟେ ଲିଙ୍ଗିପୁର ପାଖ ଦୟା ନଦୀ ନିକଟସ୍ଥ ରାସ୍ତାରୁ ତାଙ୍କର ଚପଲ, ବ୍ୟାଗ, ମନିପର୍ସ ଓ ଗଞ୍ଜି ମିଳିଛି। ପତିତପାବନ ତାଙ୍କ ପରିବାର ଲୋକଙ୍କୁ ଏକ ଭଏସ ମେସେଜ ଯୋଗେ ତାଙ୍କୁ ଅପହରଣ କରାଯାଇଥିବା ସୂଚନା ଦେଇଛନ୍ତି। ତେବେ କେଉଁ ପରିସ୍ଥିତିରେ ଓ କିଭଳି ଭାବେ ତାଙ୍କୁ ଅପହରଣ କରାଯାଇଛି, ସେ ନେଇ କିଛି ସ୍ପଷ୍ଟ ହୋଇନାହିଁ।

ସୂଚନାଯୋଗ୍ୟ, ଶନିବାର ରାତିରେ ପତିତପାବନ ଘରକୁ ଫେରୁଥିବା ବେଳେ ତାଙ୍କ ବାଇକ ଖରାପ ହୋଇଯାଇଥିବା ସେ ତାଙ୍କ ସ୍ତ୍ରୀଙ୍କୁ ଫୋନ୍‌ରେ କହିଥିଲେ। ଓ ତାଙ୍କ ପଛରେ କିଛି ମଦୁଆ ଆସୁଥିବାରୁ ତାଙ୍କୁ ଡର ଲାଗୁଥିବା କଥା ମଧ୍ୟ କହିଥିଲେ। ସ୍ତ୍ରୀଙ୍କ କହିବା ଅନୁଯାୟୀ, ରାତି ୧୦ଟା ୧୫ରେ ତାଙ୍କ ନିକଟକୁ ଏକ ଭଏସ ମେସେଜ ଆସିଥିଲା। ତେବେ ସେ ଏହା ଦେଖି ନଥିଲେ। ରାତି ପ୍ରାୟ ୨ଟା ବେଳେ ସେ ଭଏସ ମେସେଜ ଶୁଣିଥିଲେ। ତାଙ୍କ ସ୍ବାମୀ ଭଏସ ମେସେଜ ପଠାଇ ତାଙ୍କୁ ଅପହରଣ କରାଯାଇଥିବା କହିଥିଲେ। ତାଙ୍କୁ ଏକ ଅଟୋରେ ବସାଇ ପେଟରେ ଛୁରୀ ରଖି ୪ ଜଣ ଲୋକ ନେଇ ଯାଉଥିବା ସେ କହିଥିଲେ।
ପରେ ପରିବାର ଲୋକେ ତାଙ୍କୁ ଖୋଜାଖୋଜି କରିବା ପାଇଁ ବାହାରି ଯାଇ, ଘଟଣା ସମ୍ପର୍କରେ ଧଉଳି ଥାନାରେ ଏତଲା ଦେଇଛନ୍ତି। ପୋଲିସ ପତିତପାବନଙ୍କ ଚପଲ, ବ୍ୟାଗ ଓ ମନିପର୍ସ ଆଦି ଜବତ କରିଛି। ଘଟଣାସ୍ଥଳରୁ ଏକ ଛୁରୀ ମଧ୍ୟ ଜବତ କରାଯାଇଛି।
ତେବେ ୧୦ ଦିନ ତଳେ ଭୁବନେଶ୍ୱରର ଜୟଦେବ ବିହାରର ବିଜୁୁ ପଟ୍ଟନାୟକ କଲେଜ ଛକ ନିକଟ ରାସ୍ତାକଡ଼ରେ ଜଣେ ଡେଲିଭରି ବୟଙ୍କ ମୃତଦେହ ଉଦ୍ଧାର କରାଯାଇଥିଲା। ସେ ଜଗତସିଂହପୁର ଜିଲା ଲୋକ ହୋଇଥିବା ବେଳେ ପାଣ୍ଡରାରେ ରହି ଡେଲିଭରି ବୟ ଭାବେ କାମ କରୁଥିଲେ। ଡେଲିଭରି ବୟଙ୍କ ଏଭଳି ଦୁଇ ଦୁଇଟି ଘଟଣା ରାଜଧାନୀରେ ଚାଞ୍ଚଲ୍ୟ ସୃଷ୍ଟି କରୁଥିବା ବେଳେ । ସେମାନଙ୍କ ଉପରେ ବିପଦ ବଢ଼ି ଯାଇଥିବା କୁହାଯାଉଛି।

 

 


Enter your email to get our daily news in your inbox.

All Right Reserved By Dharitri.Com

ପୀତବାସ ହତ୍ୟା ମାମଲାର ସାକ୍ଷୀଙ୍କୁ ଧମକ: ଡାକ୍ତରଙ୍କ ମୋବାଇଲ ଫୋନ ଜବତ

ବ୍ରହ୍ମପୁର,୧୬ା୯(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁରର ଆଇନଜୀବୀ ପୀତବାସ ପଣ୍ଡା ହତ୍ୟା ମାମଲାର ସାକ୍ଷୀଙ୍କୁ ଜେଲ ଭିତରୁ ଯେଉଁ ମୋବାଇଲ ଫୋନରୁ ଧମକ ମିଳିଥିବା ତାହା ସେଠାରେ କାର୍ଯ୍ୟରତ…

ପୋଖରୀରେ ବୁଡ଼ି ଚାଲିଗଲା ଜୀବନ

ଦିଗପହଣ୍ଡି,୧୭।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଙ୍କୋରଡ଼ା ଗ୍ରାମ ମା’ନାରାୟଣୀ ଠାକୁରାଣୀ ମନ୍ଦିର ନିକଟ ପୋଖରୀକୁ ଶୌଚ ପାଇଁ ଯାଇଥିବା ଜଣେ ମହିଳା ଗୁରୁବାର…

ରାଣୀ ସାହି ଦୁର୍ଗାପୂଜା କମିଟି ଗଠିତ, ଆଶ୍ୱିନ ମହାସପ୍ତମୀରୁ ହେବ ମହୋତ୍ସବ

ଦିଗପହଣ୍ଡି,୧୭ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୧୦ ନଂ. ୱାର୍ଡ ରାଣୀ ସାହି ଦୁର୍ଗାପୂଜା କମିଟିର ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ପ୍ରତିବର୍ଷ ଭଳି…

‘ମୁକ୍ତା’ଯୋଜନାରେ ହୋଇଥିବା କାର୍ଯ୍ୟର ଭିଜିଲାନ୍ସ ତଦନ୍ତ ହେବ: ବିଧାୟକ

ଗୁଡାରି,୧୭।୯(ପ୍ରମୋଦ କୁମାର ପତି): ଗୁଣୁପୁର ବିଧାୟକ ସତ୍ୟଜିତ ଗମାଙ୍ଗ ଗୁଡାରି ଏନ୍‌ଏସି କାର୍ଯ୍ୟାଳୟରେ ଗୁରୁବାର ବିଭିନ୍ନ ଯୋଜନାର ସମୀକ୍ଷା କରିଥିଲେ। ନଥିପତ୍ର ଯାଞ୍ଚ ପରେ ଭେଣ୍ଡି ଜୋନ…

ପ୍ରଧାନମନ୍ତ୍ରୀଙ୍କ ଦୀର୍ଘାୟୁ କାମନା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୭ା୯(ସୁଚିସ୍ମିତା ସାହୁ): ଭୁବନେଶ୍ୱର ସମେତ ସାରା ରାଜ୍ୟରେ ଜଳିଲା କୋଟିଏରୁ ଅଧିକ ‘ଆଶୀର୍ବାଦ ଦୀପ’। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ୭୬ତମ ଜନ୍ମଦିନ ଅବସରରେ ଗୁରୁବାର ରାଜ୍ୟ ସରକାରଙ୍କ…

‘ସ୍ନେହଭରା ପ୍ରତ୍ୟେକ ଶବ୍ଦ ପାଇଁ…’ ଜନ୍ମଦିନର ଶୁଭେଚ୍ଛା ପାଇଁ କୃତଜ୍ଞତା ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୧୭।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କ ଜନ୍ମଦିନ ଅବସରରେ ମିଳିଥିବା ଶୁଭେଚ୍ଛା ପାଇଁ କୃତଜ୍ଞତା ଜଣାଇଛନ୍ତି। ସୋସିଆଲ ମିଡିଆ ପ୍ଲାଟଫର୍ମ ‘ଏକ୍ସ’ (X) ରେ ପୋଷ୍ଟ କରି…

ଜମିକୁ ଯାଇ ଗଛରେ ଝୁଲି ପଡ଼ିଲେ ଚାଷୀ

ଭେଡେନ,୧୭।୯(ହୃଷୀକେଶ ଖମାରୀ): ବରଗଡ଼ ଜିଲା ଭେଡେନ ଥାନା ଅଧୀନ ରେଶମ ପ୍ରଧାନପାଲି ଗ୍ରାମରୁ ଗୁରୁବାର ଜଣେ ଚାଷୀଙ୍କ ମୃତଦେହ ଉଦ୍ଧାର ହୋଇଛି। ମୃତକ ଜଣକ ଉକ୍ତ ଗ୍ରାମର…

ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ଝଲସିଲା ମନ୍ଦିର ପ୍ରାଙ୍ଗଣ

ପାଟଣା,୧୭।୯(ବୀର କିଶୋର ଦାଶ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମଦିନ ଅବସରରେ କେନ୍ଦୁଝର ଜିଲା ପାଟଣା ନିର୍ବାଚନମଣ୍ଡଳୀର ବିଭିନ୍ନ ମନ୍ଦିର ଏବଂ ଧାର୍ମିକ ଅନୁଷ୍ଠାନରେରେ ଗୁରୁବାର ସନ୍ଧ୍ୟାରେ ପ୍ରଦୀପ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?