ନାବାଳିକାଙ୍କୁ ଅପହରଣ-ବଳାତ୍କାର ମାମଲା: ଜେଲ ଗଲେ ଅଭିଯୁକ୍ତ

ଦିଗପହଣ୍ଡି,୨୧।୧୦(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଥାନା ଅଞ୍ଚଳର ଜଣେ ନାବାଳିକାଙ୍କୁ ଅପହରଣ ଓ ବଳାତ୍କାର ମାମଲାରେ ସମ୍ପୃକ୍ତ ଅଭିଯୁକ୍ତ ସହିଦ ମଲ୍ଲିକଙ୍କୁ ସୋମବାର ଗିରଫ କରି ସନ୍ଧ୍ୟାରେ ବ୍ରହ୍ମପୁର ପୋକ୍ସୋ କୋର୍ଟକୁ ଚାଲାଣ କରିଛନ୍ତି। ଥାନା ମାମଲା ନଂ.୪୧୦/୨୪ ଅନୁଯାୟୀ ଜାମିନ ଆବେଦନ ଖାରଜ ହେବାରୁ ଅଭିଯୁକ୍ତଙ୍କୁ ବ୍ରହ୍ମପୁର ବିଚାର ବିଭାଗୀୟ ହାଜତକୁ ପଠାଇ ଦିଆଯାଇଛି।

ଗତ ୧୪ ତାରିଖ ପୂର୍ବାହ୍ନ ପ୍ରାୟ ୧୧ଟାରେ ନାବାଳିକା ଜଣକ ଘରୁ ଆକସ୍ମିକ ନିଖୋଜ ହୋଇଯାଇଥିଲେ। ସନ୍ଧ୍ୟା ସୁଦ୍ଧା ସେ ଘରକୁ ନ ଫେରିବାରୁ ପରିବାର ଲୋକେ ଖୋଜାଖୋଜି କରିଥିଲେ। କିନ୍ତୁ ତାଙ୍କ ସନ୍ଧାନ ମିଳି ନ ଥିଲା। ଗଜପତି ଜିଲା ଅଡବା ଗ୍ରାମର ସହିଦ ତାଙ୍କ ନାବାଳିକା ଝିଅକୁ ଅପହରଣ କରି ନେଇଥିବା ଜଣାପଡିଥିଲା। ଏନେଇ ନାବାଳିକାଙ୍କ ବାପା ରବିବାର ଦିଗପହଣ୍ଡି ଥାନାରେ ପହଞ୍ଚି ଏତଲା ଦେଇଥିଲେ। ଏତଲାକୁ ଭିତ୍ତିକରି ଆଇଆଇସି ପ୍ରଶାନ୍ତ କୁମାର ପାତ୍ର ଅଭିଯୁକ୍ତଙ୍କ ବିରୋଧରେ ମକଦ୍ଦମା ରୁଜୁ କରିଥିଲେ।

ତଦନ୍ତକାରୀ ଅଧିକାରୀ ଏସ.ଆଇ ଜ୍ୟୋତି ରଞ୍ଜନ ବେହେରା କୌଶଳକ୍ରମେ ଅଭିଯୁକ୍ତଙ୍କୁ ଗିରଫ କରିବା ସହ ନାବାଳିକାଙ୍କୁ ଉଦ୍ଧାର କରିଥିଲେ। ଉଭୟଙ୍କୁ ବ୍ରହ୍ମପୁର ବଡ଼ ଡାକ୍ତରଖାନାରେ ଡାକ୍ତରୀ ମାଇନା କରାଯାଇଥିଲା। ପରେ ମାଜିଷ୍ଟ୍ରେଟଙ୍କ ସମ୍ମୁଖରେ ପୀଡ଼ିତାଙ୍କ ବୟାନ ରେକର୍ଡ କରାଯାଇଥିଲା। ନାବାଳିକାଙ୍କୁ ଅପହରଣ କରିବା ପରେ ଅଭିଯୁକ୍ତ ତାଙ୍କ ଇଚ୍ଛା ବିରୋଧରେ ଯାଇ ବାରମ୍ବାର ବଳାତ୍କାର କରିଥିବା ଏତଲାରେ ଉଲ୍ଲେଖ ରହିଛି।

 


Enter your email to get our daily news in your inbox.

All Right Reserved By Dharitri.Com

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

କୁରୁକୁଟି ମୌଜାରେ ଜମି ବିବାଦ ଅସମାହିତ: ଜିଲାପାଳ-ଏସପିଙ୍କ ବୁଝାଶୁଝା ସତ୍ତ୍ୱେ ହଟିଲେନି ଆନ୍ଦୋଳନକାରୀ

ଥୁଆମୂଳ ରାମପୁର, ୩ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କୁରୁକୁଟି ମୌଜାରେ ପ୍ରସ୍ତାବିତ ଥଇଥାନ କଲୋନୀ ନିର୍ମାଣକୁ ନେଇ ଚାଲିଥିବା ବିବାଦ ଆଜି…

ଭୂକମ୍ପ ଝଟ୍‌କାରେ ଥରିଲା ଜମ୍ମୁ-କଶ୍ମୀରରୁ ନେଇ ଦିଲ୍ଲୀ, ଭୟରେ ଘରୁ ବାହାରକୁ ଦୌଡ଼ିଲେ ଲୋକେ…

ନୂଆଦିଲ୍ଲୀ,୩।୪: ଭାରତର ରାଜଧାନୀ ଦିଲ୍ଲୀ-ଏନ୍‌ସିଆର (Delhi-NCR), ଜମ୍ମୁ-କାଶ୍ମୀର ଏବଂ ଚଣ୍ଡିଗଡ଼ ସମେତ ଉତ୍ତର ଭାରତର ବିଭିନ୍ନ ସ୍ଥାନରେ ଶକ୍ତିଶାଳୀ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ଜମ୍ମୁ-କାଶ୍ମୀରରେ ପରସ୍ପର…

୬ ଘଣ୍ଟା ଧରି ପୂର୍ତ୍ତ ବିଭାଗ କର୍ମଚାରୀଙ୍କ ହାତଗୋଡ଼ ବାନ୍ଧି ମାଡ଼ ମାରି ଲୁଟ୍‌, ମହିଳାଙ୍କ ସମେତ ୫ଜଣଙ୍କୁ ବାନ୍ଧିଲା…

ରାୟଗଡ଼ା, ୩।୪ (ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହରରେ ଜଣେ ସରକାରୀ କର୍ମଚାରୀଙ୍କୁ ବନ୍ଧୁକ ଦେଖାଇ ମରଣାନ୍ତକ ଆକ୍ରମଣ ଓ ଲୁଟ କରିବା ଘଟଣାର ପର୍ଦ୍ଦାଫାଶ କରିଛି…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର

ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri