ନାବାଳିକା ଛାତ୍ରୀଙ୍କୁ ଅପହରଣ, ବଳାତ୍କାର ମାମଲା: ଜେଲ ଗଲେ ଅଭିଯୁକ୍ତ

ଗଞ୍ଜାମ,୨୫।୯(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଅଧିନ ଏକ ଗ୍ରାମର ୮ ମ ଶ୍ରେଣୀରେ ପଢୁଥିବା ଜଣେ ଛାତ୍ରୀଙ୍କୁ ତାଙ୍କ ଗାଁର  କାଳିଆ ବାଡ଼ତ୍ୟା ବିଭିନ୍ନ ପ୍ରଲୋଭନ ଦେଖାଇ ସ୍କୁଲ ଯିବା ରାସ୍ତାରୁ ଜବରଦସ୍ତ ଅପହରଣ କରି ବଳାତ୍କାର କରିଥିବା ଅଭିଯୋଗରେ ଦିଗପହଣ୍ଡି ପୋଲିସ ଅଭିଯୁକ୍ତ କାଳିଆ ଙ୍କୁ ବୁଧବାର ବ୍ରହ୍ମପୁର ପୋକ୍ସ କୋର୍ଟ କୁ ଚାଲାଣ କରିଛନ୍ତି।

ଥାନା ମାମଲା ନଂ.୩୫୭/୨୪ ଦଫା -୧୩୭(୨)/୮୭ ବିଏନଏସ ଓ ଶିଶୁ ଯୌନ ନିର୍ଯ୍ୟାତନା ନିରୋଧ ଆଇନ ପୋକ୍ସର ଧାରା – ୬ ଅନୁଯାୟୀ ଜାମିନ ଆବେଦନ ନାମଞ୍ଜୁର ହେବାରୁ ଅଭିଯୁକ୍ତଙ୍କୁ ବ୍ରହ୍ମପୁର ଜେଲ ହାଜତକୁ ପଠାଇ ଦିଆଯାଇଛି। ଗତ ଶୁକ୍ରବାର ପୂର୍ବାହ୍ନ ପ୍ରାୟ ୧୦ ଟାରେ ଛାତ୍ରୀ ଜଣକ ସ୍କୁଲ ଯାଉଥିବା ବେଳେ ରାସ୍ତାରୁ ତାଙ୍କୁ ଅପହରଣ କରିନେଇଥିଲେ।

ଏନେଇ ଛାତ୍ରୀଙ୍କ ବାପା ଦିଗପହଣ୍ଡି ଥାନାରେ ଏତଲା ଦେଇଥିଲେ। ମଙ୍ଗଳବାର ସକାଳେ ତଦନ୍ତକାରୀ ପୋଲିସ ଅଧିକାରୀ ସୋଫିଆ ମିଶ୍ର ଅଭିଯୁକ୍ତଙ୍କୁ ତାଙ୍କ ଘରୁ ଗିରଫ କରିଥିଲେ। ତାଙ୍କ ସୂଚନା ପ୍ରକାରେ ଛାତ୍ରୀଙ୍କୁ ତପ୍ତପାଣି ସ୍ଥିତ ଏକ ମନ୍ଦିର ନିକଟରୁ ଉଦ୍ଧାର କରାଯାଇଥିଲା।ଉଭୟ ଙ୍କୁ ବ୍ରହ୍ମପୁର ବଡ଼ ଡାକ୍ତରଖାନା ରେ ଡାକ୍ତରୀ ମାଇନା କରାଯିବା ପରେ ମାଜିଷ୍ଟ୍ରେଟଙ୍କ ସମ୍ମୁଖରେ ପୀଡ଼ିତା ଙ୍କ ବୟାନ ରେକର୍ଡ କରାଯାଇଥିଲା। ଛାତ୍ରୀ ଙ୍କୁ ପରିବାର ଲୋକେ ଗ୍ରହଣ ନକରିବାରୁ ମାଜିଷ୍ଟ୍ରେଟଙ୍କ ନିର୍ଦ୍ଦେଶ ପ୍ରକାରେ ତାଙ୍କୁ ବ୍ରହ୍ମପୁର ସ୍ଥିତ ସେଲ୍ଟର ହୋମ ରେ ରଖାଯାଇଥିବା ତଦନ୍ତକାରୀ ଅଧିକାରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

CPET ପରୀକ୍ଷା ନେଇ ଉଚ୍ଚଶିକ୍ଷା ବିଭାଗର ବଡ଼ ନିଷ୍ପତ୍ତି,  ଆବେଦନର ସମୟ ସୀମା…

ଭୁବନେଶ୍ବର,୧୬ା୩: Common PG Entrance Test (CPET) ପରୀକ୍ଷା ନେଇ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ବଡ଼ ନିଷ୍ପତ୍ତି ନିଆଯାଇଛି । ଆବେଦନର ସମୟସୀମାକୁ ବୃଦ୍ଧି କରାଯାଇଛି ।…

ଉପାସନାଙ୍କ ଭୋଟ୍‌ ନେଇ ରାଗିଗଲେ ନବୀନ, ଅଭିଯୋଗ ଆଣି କହିଲେ…

ଭୁବନେଶ୍ୱର,୧୬ା୩: ସୋମବାର ରାଜ୍ୟ ସଭା ଆସନ ଲାଗି ମତଦାନ ଚାଲିଛି। ଏହି ସମୟରେ ବିଧାୟିକା ଉପାସନା ମହାପାତ୍ରଙ୍କ ଭୋଟ୍‌କୁ ନେଇ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ…

ଅଧିକ ଚା’ ପିଉଛନ୍ତି କି, ହୋଇପାରେ…

ଚା’ ଓ କଫି ଅମ୍ଳୀୟ। ତେଣୁ ଖାଲି ପେଟରେ ଏହାକୁ ପିଇଲେ ଅମ୍ଳ ବୃଦ୍ଧି ପାଇଥାଏ। ସକାଳେ ପାକସ୍ଥଳୀ ଭିତରେ କୌଣସି ଖାଦ୍ୟ ନ ଥାଏ। ବିଶେଷକରି…

ବ୍ଲକ୍‌ରେ ନାହିଁ ଶିଶୁଉଦ୍ୟାନ, ଖେଳପଡ଼ିଆ, ପଠାଗାର ଶିଶୁ, ଯୁବଗୋଷ୍ଠୀଙ୍କ ମାନସିକ ଓ ଶାରିରୀକ ବିକାଶରେ ବାଧା

ନନ୍ଦପୁର,୧୬ା୩ (ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକର ୨୩ ପଞ୍ଚାୟତବାସୀ, ଶିଶୁ, କିଶୋର, ମହିଳା, ଯୁବଗୋଷ୍ଠୀ ଓ ବୃଦ୍ଧାବୃଦ୍ଧଙ୍କ ପାଇଁ କୌଣସି ଚିତ୍ତ ବିନୋଦନର…

ଗୋଟିଏ ରାତିରେ ଏକାଧିକ ଚୋରି, ପୋଲିସର ତନାଘନା

ନନ୍ଦପୁର,୧୬ା୩(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ପୋଲିସ ଥାନାରେ ରବିବାର ରାତ୍ରରେ ଥାନା ଅଧୀନ ଗୁଣ୍ଠାପୁଟ, ପିତାଗୁଡ଼ା, ସୁବାଇ ଗ୍ରାମରୁ ଏକାଧିକ ଚୋରି ଘଟଣାର ଅଭିଯୋଗ ହୋଇଛି।…

ଶେଷ ହେଲା ଯୁଦ୍ଧ! ପ୍ରଥମଥର ପାଇଁ ଇରାନ ନେଇଛି ଏହି ପ୍ରମୁଖ ପଦକ୍ଷେପ… ଅକାମୀ ହୋଇଗଲାଣି ଇସ୍ରାଏଲର ପ୍ରତିରକ୍ଷା ବ୍ୟବସ୍ଥା…

ଜେରୁଜେଲମ,୧୬।୩: ଇରାନ-ଇସ୍ରାଏଲ ବିବାଦ ଆରମ୍ଭ ହେବାର ୧୫ ଦିନରୁ ଅଧିକ ସମୟ ବିତିଗଲାଣି। ଏହା ମଧ୍ୟରେ, ରିପୋର୍ଟ ଆସିଛି ଯେ ଇରାନର IRGC (ଇସଲାମିକ ରିଭୋଲ୍ୟୁସନାରୀ ଗାର୍ଡ…

ଉଜ୍ଜ୍ୱଳା ଗ୍ୟାସ ହଡ଼ପ କରିଛନ୍ତି ବିତରକ, ୮ ବର୍ଷ ହେଲା ମହିଳାଙ୍କୁ ଠକୁଛନ୍ତି….

ପରଜଙ୍ଗ,୧୬।୩(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ କଣ୍ଢେଇଖୋଲ ଗ୍ରାମର ରାଶନକାର୍ଡଧାରୀ ଖୁଜାରୀ କାଣ୍ଡି (୬୨) ୨୦୧୮ରେ ଉଜ୍ଜ୍ୱଳା ଗ୍ୟାସ ଯୋଜନାରେ ସରାଙ୍ଗସ୍ଥିତ ଅଗ୍ନି ଭାରତ ଗ୍ୟାସ…

SCB ଅଗ୍ନିକାଣ୍ଡ: ପ୍ରଧାନମନ୍ତ୍ରୀଙ୍କୁ ଫୋନ୍ କଲେ ମୁଖ୍ୟମନ୍ତ୍ରୀ, ସ୍ଥିତି ନେଇ ଅବଗତ….

ଭୁବନେଶ୍ବର,୧୬।୩(ସୁନିତ୍‌ ମିଶ୍ର):  କଟକ ଏସସିବି ମେଡିକାଲ କଲେଜରେ ଘଟିଥିବା ଅଭାବନୀୟ ଦୁର୍ଘଟଣାରେ  ୧୦ ରୋଗୀଙ୍କ ମୃତ୍ୟୁ ହୋଇଛି । ଏହି ଘଟଣାକୁ ନେଇ ପ୍ରଧାନମନ୍ତ୍ରୀ ମୋଦିଙ୍କ ସହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri