Posted inଜାତୀୟ

ନାବାଳିକାଙ୍କୁ ଅପହରଣ, ଗଣବଳାତ୍କାର

ଗୟା,୩ା୯ (ପି.ଟି.): ବିହାରର ଗୟା ଜିଲାରେ ଏକ ଜଘନ୍ୟ ଅପରାଧ ଘଟଣା ସାମନାକୁ ଆସିଛି। ୬ ବର୍ଷର ବାଳିକାଙ୍କୁ ୨ ଜଣ ଯୁବକ ଅପହରଣ କରିନେଇ ବଳାତ୍କାର କରିବା ପରେ ହତ୍ୟା କରିଛନ୍ତି। ପୀଡ଼ିତାଙ୍କୁ ହତ୍ୟା କରିବା ପରେ ୨ ଅଭିଯୁକ୍ତ ତାଙ୍କ ମୃତଦେହକୁ ନେଇ ଉଚିତରଭାନ ଗ୍ରାମ ନିକଟ ମୋରହାର ନଦୀକୂଳରେ ଫିଙ୍ଗିଦେଇଥିଲେ। ଉଭୟ ଅଭିଯୁକ୍ତଙ୍କୁ ଗିରଫ କରାଯାଇଥିବା ପୋଲିସ କହିଛି।
ମୃତା ନାବାଳିକାଙ୍କ ପରିବାର ଦାଖଲ କରିଥିବା ଏତଲା ଅନୁଯାୟୀ ସୋମବାର ରାତିରେ ଝିଅଟି ଘରେ ଶୋଇଥିବାବେଳେ ଅଭିଯୁକ୍ତମାନେ ତାଙ୍କୁ ଅପହରଣ କରିନେଇଥିଲେ। ତାଙ୍କୁ ହତ୍ୟା କରିବା ପୂର୍ବରୁ ଗଣବଳାତ୍କାର କରାଯାଇଥିଲା। ନଦୀକୂଳରେ ନାବାଳିକାଙ୍କ ମୃତଦେହ ପଡ଼ିଥିବା ଖବର ପାଇ ପୋଲିସ ଟିମ୍‌ ତୁରନ୍ତ ସେଠାରେ ପହଞ୍ଚତ୍ଥିଲା। ମୃତଦେହକୁ ବ୍ୟବଚ୍ଛେଦ ପାଇଁ ପଠାଯାଇଛି। ଏହି ଘଟଣାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ଦେଖାଦେଇଛି। ପୋଲିସ ଗିରଫ କରିବା ପୂର୍ବରୁ ଜଣେ ଅଭିଯୁକ୍ତଙ୍କୁ ସ୍ଥାନୀୟ ଲୋକେ ଧରିନେଇ ମାଡ଼ ମାରିଥିଲେ। ଜେରା ବେଳେ ଅଭିଯୁକ୍ତମାନେ ଦୋଷ ସ୍ବୀକାର କରିଛନ୍ତି। ତୁରନ୍ତ ନ୍ୟାୟ ଦାବିରେ ସ୍ଥାନୀୟ ଲୋକେ ଥାନାରେ ବିକ୍ଷୋଭ ପ୍ରଦର୍ଶନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ହଷ୍ଟେଲ ଖାଦ୍ୟରେ ଝିଟିପିଟିି: ୫ ଛାତ୍ରୀ ଅସୁସ୍ଥ

ବନ୍ଧୁଗାଁ,୧୩ା୧୨(ବେଣୁଧର ଲାବାଲା)- କୋରାପୁଟ ଜିଲା ବନ୍ଧୁଗାଁ ବ୍ଲକ ସଦର ପଞ୍ଚାୟତ ବାଉଁଶପୁଟ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ହଷ୍ଟେଲରେ ଝିଟିପିଟି ପଡ଼ିଥିବା ଭାତ ଖାଇ ୫...

ମାଓବାଦୀ ବିରୋଧୀ ଅଭିଯାନ: ୯୨ କୋଟିର ସମ୍ପତ୍ତି ଜବତ

ନୂଆଦଲ୍ଲୀ,୧୩ା୧୨: ଦେଶରେ ମାଓବାଦୀ ବିରୋଧୀ ଅଭିଯାନ ବେଳେ ୯୨ କୋଟି ଟଙ୍କାର ସମ୍ପତ୍ତି ଜବତ ହୋଇଛି। ବିଭିନ୍ନ ସୁରକ୍ଷା ଏଜେନ୍ସି ମିଳିତ ଚଢ଼ାଉ ଫଳରେ ମାଓବାଦୀମାନଙ୍କ...

ମହାନଦୀ ସଙ୍କଟ: ସ୍ପଷ୍ଟୀକରଣ ମାଗିଲେ ପ୍ରସନ୍ନ ଆଚାର୍ଯ୍ୟ

ବରଗଡ଼,୧୩ା୧୨(ପ୍ରେମାନନ୍ଦ ଖମାରୀ): ମହାନଦୀ ଜଳ ବିବାଦ ତଥା ମହାନଦୀ ସଙ୍କଟକୁ ନେଇ ବିଜେଡ଼ି ପୁଣି ରାଜ୍ୟ, କେନ୍ଦ୍ର ସରକାରକୁ ଘେରିବା ଆରମ୍ଭ କରିଛି। ଓଡ଼ିଶା ଏବଂ...

ପୂର୍ବତନ ବାୟୁସେନା ଅଧିକାରୀ ଗିରଫ

ଗୁଆହାଟୀ,୧୩ା୧୨: ପାକିସ୍ତାନ ଗୁପ୍ତଚରଗିରି ନେଟ୍‌ଓ୍ବର୍କ ସହ ସମ୍ପୃକ୍ତି ଅଭିଯୋଗରେ ଭାରତୀୟ ବାୟୁସେନାର ଜଣେ ଅବସରପ୍ରାପ୍ତ ଅଫିସରଙ୍କୁ ଆସାମ ପୋଲିସ ଗିରଫ କରିଛି। ଅଭିଯୁକ୍ତ କୁଳେନ୍ଦ୍ର ଶର୍ମାଙ୍କ...

ବୃଦ୍ଧଙ୍କୁ ନଦୀପଠାରେ ହତ୍ୟା ଘଟଣା: ଜେଲ୍‌ ଗଲେ ମହିଳା ଅଭିଯୁକ୍ତ

ଦିଗପହଣ୍ଡି,୧୩ା୧୨(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ନୂଆପଡ଼ା ଗ୍ରାମ ନିକଟ ବାହୁଦା ନଦୀପଠାରେ ଗ୍ରାମର ବୃଦ୍ଧ ନାରାୟଣ ପ୍ରଧାନ(୬୧)ଙ୍କୁ ହତ୍ୟା ଘଟଣାରେ ତଦନ୍ତକାରୀ...

ରିକି କେଜ୍‌ଙ୍କ ଘରୁ ଚୋରି: ଅଭିଯୁକ୍ତଙ୍କୁ ଚିହ୍ନଟ କରିବାରେ ସହାୟତା କରିବାକୁ ନିବେଦନ

ବେଙ୍ଗାଲୁରୁ,୧୩ା୧୨: ଗ୍ରାମୀ ପୁରସ୍କାର ବିଜେତା ତଥା ବିଶିଷ୍ଟ ସଙ୍ଗୀତଜ୍ଞ ରିକି କେଜ୍‌ଙ୍କ ଘରୁ ଚୋରି ହୋଇଥିବା ଅଭିଯୋଗ ହୋଇଛି। ଘରୁ ଏକ ସମ୍ପ୍‌ କଭର ଚୋରି...

ହାଡ଼ଭଙ୍ଗା ଶୀତରେ ଥରୁଛି ଥୁଆମୂଳ ରାମପୁର: ନିଆଁ ଭରସାରେ ଦୁର୍ଗମବାସୀ

ଥୁଆମୂଳ ରାମପୁର,୧୩ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାରେ କିଛିଦିନ ଧରି ପାରଦ ଖସିବାରେ ଲାଗିଛି। ଦୁର୍ଗମ ଅଞ୍ଚଳ ଥୁଆମୂଳ ରାମପୁର ବ୍ଲକ ଅଞ୍ଚଳରେ ମଧ୍ୟ ପାରଦ ୫ରୁ...

ମଣ୍ଡିରୁ ଉଠୁନି ଧାନ: ବଢୁଛି ଚାଷୀ ଅସନ୍ତୋଷ

ନୂଆପଡ଼ା,୧୨ା୧୨(ମକାରୁ ବେମାଲ): ନୂଆପଡ଼ା ଜିଲାରେ ମଣ୍ଡି ଆରମ୍ଭର ୧୦ ଦିନ ବିତିଯାଇଥିଲେ ମଧ୍ୟ କୌଣସି ମଣ୍ଡିରେ ଧାନ ଉଠା ନ ଯିବା ନେଇ ଶୁକ୍ରବାର ନୂଆପଡା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri