Posted inଜାତୀୟ

ନାବାଳିକାଙ୍କୁ ଅପହରଣ, ଗଣବଳାତ୍କାର

ଗୟା,୩ା୯ (ପି.ଟି.): ବିହାରର ଗୟା ଜିଲାରେ ଏକ ଜଘନ୍ୟ ଅପରାଧ ଘଟଣା ସାମନାକୁ ଆସିଛି। ୬ ବର୍ଷର ବାଳିକାଙ୍କୁ ୨ ଜଣ ଯୁବକ ଅପହରଣ କରିନେଇ ବଳାତ୍କାର କରିବା ପରେ ହତ୍ୟା କରିଛନ୍ତି। ପୀଡ଼ିତାଙ୍କୁ ହତ୍ୟା କରିବା ପରେ ୨ ଅଭିଯୁକ୍ତ ତାଙ୍କ ମୃତଦେହକୁ ନେଇ ଉଚିତରଭାନ ଗ୍ରାମ ନିକଟ ମୋରହାର ନଦୀକୂଳରେ ଫିଙ୍ଗିଦେଇଥିଲେ। ଉଭୟ ଅଭିଯୁକ୍ତଙ୍କୁ ଗିରଫ କରାଯାଇଥିବା ପୋଲିସ କହିଛି।
ମୃତା ନାବାଳିକାଙ୍କ ପରିବାର ଦାଖଲ କରିଥିବା ଏତଲା ଅନୁଯାୟୀ ସୋମବାର ରାତିରେ ଝିଅଟି ଘରେ ଶୋଇଥିବାବେଳେ ଅଭିଯୁକ୍ତମାନେ ତାଙ୍କୁ ଅପହରଣ କରିନେଇଥିଲେ। ତାଙ୍କୁ ହତ୍ୟା କରିବା ପୂର୍ବରୁ ଗଣବଳାତ୍କାର କରାଯାଇଥିଲା। ନଦୀକୂଳରେ ନାବାଳିକାଙ୍କ ମୃତଦେହ ପଡ଼ିଥିବା ଖବର ପାଇ ପୋଲିସ ଟିମ୍‌ ତୁରନ୍ତ ସେଠାରେ ପହଞ୍ଚତ୍ଥିଲା। ମୃତଦେହକୁ ବ୍ୟବଚ୍ଛେଦ ପାଇଁ ପଠାଯାଇଛି। ଏହି ଘଟଣାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ଦେଖାଦେଇଛି। ପୋଲିସ ଗିରଫ କରିବା ପୂର୍ବରୁ ଜଣେ ଅଭିଯୁକ୍ତଙ୍କୁ ସ୍ଥାନୀୟ ଲୋକେ ଧରିନେଇ ମାଡ଼ ମାରିଥିଲେ। ଜେରା ବେଳେ ଅଭିଯୁକ୍ତମାନେ ଦୋଷ ସ୍ବୀକାର କରିଛନ୍ତି। ତୁରନ୍ତ ନ୍ୟାୟ ଦାବିରେ ସ୍ଥାନୀୟ ଲୋକେ ଥାନାରେ ବିକ୍ଷୋଭ ପ୍ରଦର୍ଶନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଶିଶୁ ଫର୍ମୁଲା ଫୁଡ୍ ମାମଲାରେ ନେସଲେ ଇଣ୍ଡିଆ ବିରୋଧରେ କାର୍ଯ୍ୟାନୁଷ୍ଠାନ, FSSAI ଉଠାଇଲା କଠୋର ପଦକ୍ଷେପ

ନୂଆଦିଲ୍ଲୀ,୧୮।୯: ଶିଶୁମାନଙ୍କ ପାଇଁ ବ୍ୟବହୃତ ହେଉଥିବା ଫର୍ମୁଲା ଫୁଡ୍ (Infant Formula Food) ର ବିଜ୍ଞାପନ ଓ ପୋଷକ ତତ୍ତ୍ୱର ଗୁଣବତ୍ତାକୁ ନେଇ ଖାଦ୍ୟ ସୁରକ୍ଷା ଓ…

ଦିଗପହଣ୍ଡିର ବିଭିନ୍ନ ପର୍ଯ୍ୟଟନ ସ୍ଥଳର ବିକାଶ ପାଇଁ ଜିଲାପାଳଙ୍କ ଉପସ୍ଥିତିରେ ବିଧାୟକଙ୍କ ସମୀକ୍ଷା 

ଦିଗପହଣ୍ଡି,୧୮|୯(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ରହିଥିବା ବିଭିନ୍ନ ପର୍ଯ୍ଯଟନୀସ୍ଥଳ ଗୁଡ଼ିକର ଉନ୍ନତି କରାଯିବା ନେଇ ଶୁକ୍ରବାର ଦିଗପହଣ୍ଡି ବ୍ଲକ ଖମାରୀଗାଁ ପଞ୍ଚାୟତ ଘୋଡାହାଡ…

ଖେମୁଣ୍ଡି କଲେଜରେ  କ୍ୟାରିଅର କାଉନସେଲିଂ: ଛାତ୍ରୀ ମାନଙ୍କ ଦକ୍ଷତା ବିକାଶ କୁ ନେଇ ଗୁରୁତ୍ୱାରୋପ

ଦିଗପହଣ୍ଡି,୧୮|୯(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି କଲେଜ ଶକ୍ତିଶ୍ରୀ ମହିଳା ସଶକ୍ତିକରଣ ସେଲ୍ ଏବଂ ଏକ ଘରୋଇ ଶିକ୍ଷାନୁଷ୍ଠାନ ର ମିଳିତ ସହଭାଗିତା…

ନନ୍ଦୀଗ୍ରାମ ଉପନିର୍ବାଚନରେ ହାଇଡ୍ରାମା: ମମତାଙ୍କ ସମର୍ଥନ ମିଳିବାର କିଛି ଘଣ୍ଟା ମଧ୍ୟରେ କଂଗ୍ରେସ ପ୍ରାର୍ଥୀ ଗିରଫ

କୋଲକାତା,୧୮।୯: ପଶ୍ଚିମବଙ୍ଗର ଚର୍ଚ୍ଚିତ ନନ୍ଦୀଗ୍ରାମ ବିଧାନସଭା ଆସନର ଉପନିର୍ବାଚନ ପୂର୍ବରୁ ରାଜନୈତିକ ପାରଦ ବୃଦ୍ଧି ପାଇବାରେ ଲାଗିଛି। ତୃଣମୂଳ କଂଗ୍ରେସ (TMC) ପ୍ରାର୍ଥୀ ନାମପତ୍ର ପ୍ରତ୍ୟାହାର କରିବା,…

ସମୟ ପୂର୍ବରୁ ବିଦ୍ୟାଳୟ ବନ୍ଦ ମହଙ୍ଗା ପଡ଼ିଲା ପ୍ରଧାନଶିକ୍ଷକ ନିଲମ୍ବିତ

ପାତ୍ରପୁର, ୧୮ା୯(ଉମାଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ଗୁଣ୍ଡୁରା ପଞ୍ଚାୟତ ଅନ୍ତର୍ଗତ ଜଗନ୍ନାଥପୁର ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ବିଶ୍ୱନାଥ ପ୍ରଧାନଙ୍କୁ ସମୟ ପୂର୍ବରୁ ବିଦ୍ୟାଳୟ…

ଛତ୍ରପୁର କଲେଜ ଛକରେ ଦୁର୍ଘଟଣା: ସ୍କୁଟିକୁ ଧକ୍କା ଦେଲା ଦ୍ରୁତଗାମୀ ଟ୍ରକ୍‌

ଛତ୍ରପୁର, ୧୮/୯ (ଦିଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଛତ୍ରପୁର କଲେଜ ଛକରେ ଗୁରୁବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ଦ୍ରୁତଗାମୀ ଟ୍ରକ୍‌ ସ୍କୁଟିକୁ ଧକ୍କା…

୩୩ ଫିଲ୍ମକୁ ପଛରେ ପକାଇ ଓସ୍କାର ଗଲା ‘ଗୋନ୍ଧଳ’; ମିଳିଲା ଅଫିସିଆଲ୍ ଟିକେଟ୍!

ନୂଆଦିଲ୍ଲୀ: ୯୯ତମ ଏକାଡେମୀ ଆୱାର୍ଡ (ଓସ୍କାର ୨୦୨୭) ପାଇଁ ଭାରତରୁ ଅଫିସିଆଲ ଏଣ୍ଟ୍ରି କରିଛି ମରାଠୀ ଫିଲ୍ମ ‘ଗୋନ୍ଧଳ’। ଫିଲ୍ମ ଫେଡେରେସନ ଅଫ ଇଣ୍ଡିଆ ଏବଂ ଇମ୍ପାର…

ମା’ଙ୍କ ଏକମାତ୍ର ଭରସା ଥିଲେ ସୁମିତ, ଛଡ଼ାଇନେଲା ତୁମ୍ବେଶ୍ୱର ଘାଟ: ଗଣେଶ ଭସାଣି ବେଳେ ଋଷିକୁଲ୍ୟାରେ ଭାସିଗଲେ ଛାତ୍ର

ପୁରୁଷୋତ୍ତମପୁର, ୧୮/୯ (ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ପ୍ରତାପୁର ଗ୍ରାମ ନିକଟ ଋଷିକୁଲ୍ୟା ନଦୀର ତୁମ୍ବେଶ୍ୱର ଘାଟରେ ଶୁକ୍ରବାର ଅଘଟଣ ଘଟିଛି। ଗଣେଶ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?