ବାପା ଧାର ଟଙ୍କା ନ ଦେବାରୁ ପୁଅଙ୍କୁ ଅପହରଣ

ବୁଗୁଡ଼ା,୨୩ା୮(ଡି.ଏନ.ଏ.): ଗଞ୍ଜାମ ଜିଲା ବୁଗୁଡ଼ା ଥାନା ଅନ୍ତରପଡ଼ା ଗ୍ରାମରେ ବାପା ଧାର ଟଙ୍କା ନ ଦେବାରୁ ତାଙ୍କର ଜଣେ ନାବାଳକ ପୁଅଙ୍କୁ ଅପହରଣ କରାଯାଇଥିଲା। ଏହି ଘଟଣାରେ ସୋମବାର ପୋଲିସ ୩ ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ସେମାନେ ହେଲେ ଆସିକା ମୁଖ୍ୟ ଷଡ଼ଯନ୍ତ୍ରକାରୀ ନିରାକାର ଆଚାରୀ ଓ ଅପହରଣକାରୀ ପବିତ୍ର ପାତ୍ର ଓ କାଳୁ ଦାସ। ସେମାନଙ୍କଠାରୁ ଛୁରି ଓ ୨ ବାଇକ୍‌ ଜବତ ହୋଇଛି। ଏ ନେଇ ବୁଗୁଡ଼ା ଥାନାରେ ନଂ. ୪୧୬/୨୧ରେ ମାମଲା ରୁଜୁ ହୋଇଥିଲା।

ଅନ୍ତରପଡ଼ା ଗ୍ରାମର ସନ୍ତୋଷ ଆପଟ ଓ ତାଙ୍କ ସ୍ତ୍ରୀ ରୁନୁଲତା ୩ ମାସ ତଳେ ଆସିକାର ନିରାକାର ଆଚାରୀଙ୍କଠାରୁ ୯୦ ହଜାର ଟଙ୍କା ଧାର ନେଇଥିଲେ। ୫ ବର୍ଷ ଭିତରେ ଟଙ୍କା ଶୁଝିବେ ବୋଲି ଏକ ଚୁକ୍ତି ହୋଇଥିଲା। କିନ୍ତୁ ୩ ମାସ ନ ଯାଉଣୁ ନିରାକାର ରୁନୁଲତାଙ୍କୁ ଟଙ୍କା ମାଗିବାରୁ ଏତେ ଶୀଘ୍ର ଟଙ୍କା ଦେଇପାରିବେ ନାହିଁ ବୋଲି କହିଥିଲେ। ଟଙ୍କା ନ ପାଇ ଯୋଜନା ମୁତାବକ ନିରାକାର ତାଙ୍କ ସାଙ୍ଗରେ ପବିତ୍ର ଓ କାଳୁଙ୍କୁ ଧରି ୨ଟି ବାଇକରେ ଅନ୍ତରପଡ଼ାରେ ପହଞ୍ଚତ୍ଥିଲେ। ଜେଜେବାପାଙ୍କ ପାଖରେ ରହୁଥିବା ସନ୍ତୋଷଙ୍କ ନାବାଳକ ପୁଅକୁ ଛୁରି ଦେଖାଇ ଅପହରଣ କରିନେଇଥିଲେ। ଅଭିଯୋଗ ପାଇ ବାଲିପଦର ଫାଣ୍ଡି ଅଧିକାରୀ ପୂର୍ଣ୍ଣଚନ୍ଦ୍ର ପ୍ରଧାନ ଆସିକା ପୋଲିସ ସହାୟତାରେ ଝଗଡ଼େଇ ପାହାରୁ ନାବାଳକଙ୍କୁ ଉଦ୍ଧାର କରିଥିଲେ। ଏପରିକି ନାବାଳକଙ୍କୁ ଲୁଚାଇ ରଖିଥିବା କାଳୁଙ୍କୁ ପୋଲିସ ଗିରଫ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବରିଷ୍ଠ ନାଗରିକଙ୍କ ଯତ୍ନ ନେବା ଜରୁରୀ: ଆଶାବାଡ଼ି ପ୍ରଦାନ

ଦାରିଙ୍ଗବାଡ଼ି,୨।୧୦(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସଭାଗୃହଠାରେ ଗୁରୁବାର ବ୍ଲକସ୍ତରୀୟ ବିଶ୍ୱ ବରିଷ୍ଠ ନାଗରିକ ଦିବସ ପାଳିତ ହୋଇଯାଇଛି। ବ୍ଲକ ସାମାଜିକ ସୁରକ୍ଷା ଅଧିକାରୀ ଆଲିଶା…

ଗଜଲକ୍ଷ୍ମୀ ପୂଜା ପାଇଁ ଶୁଭଖୁଣ୍ଟି ସ୍ଥାପନ: ଖେଳିଗଲା ଉତ୍ସାହ

ଦାରିଙ୍ଗବାଡ଼ି,୨।୧୦(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ପଞ୍ଚାୟତ ଅନ୍ତର୍ଗତ ତୁଡ଼ିକିବାଡ଼ି ଗ୍ରାମରେ ଚତୁର୍ଥ ବର୍ଷ ଗଜଲକ୍ଷ୍ମୀ ପୂଜା ପାଇଁ ଜୋରଦାର ପ୍ରସ୍ତୁତି ଆରମ୍ଭ ହୋଇଛି। ଏହି ଅବସରରେ…

ଅକ୍ଟୋବର ୪ରୁ ବଢ଼ିବ ଓମ୍‌ଫେଡ୍ କ୍ଷୀର ଦର, ଲିଟର ପିଛା….

ଭୁବନେଶ୍ୱର,୨।୧: ଅକ୍ଟୋବର ୪ରୁ ରାଜ୍ୟରେ ବଢ଼ିବ ଓମ୍‌ଫେଡ୍ କ୍ଷୀର ଦର । ଓଡ଼ିଶା ଷ୍ଟେଟ୍ କୋ-ଅପରେଟିଭ୍ ମିଲ୍କ ପ୍ରଡ୍ୟୁସର୍ସ ଫେଡେରେସନ୍ (ଓମ୍‌ଫେଡ୍) ପକ୍ଷରୁ ବିଭିନ୍ନ ପ୍ରକାର କ୍ଷୀରର…

କ୍ୟାନସରକୁ ହରାଇ ୧୦ ବର୍ଷ ପରେ ଦଳକୁ ଫେରିଲେ ଏହି କ୍ରିକେଟର୍‌: ଅଚାନକ ମିଳିଲା..

ସିଡନୀ,୨।୧୦: ଦକ୍ଷିଣ ଆଫ୍ରିକା ବିପକ୍ଷ ଟେଷ୍ଟ ସିରିଜ ପାଇଁ ଅଷ୍ଟ୍ରେଲିଆ କ୍ରିକେଟ ଦଳରେ ବଡ଼ ପରିବର୍ତ୍ତନ ହୋଇଛି। ଟେଷ୍ଟିକୁଲାର କ୍ୟାନସର ଭଳି ଗୁରୁତର ରୋଗକୁ ପରାସ୍ତ କରି…

ଟିଏମ୍‌ସିର ଜବତ ବ୍ୟାଙ୍କ ଆକାଉଣ୍ଟ ମାମଲା, ହସ୍ତକ୍ଷେପ କରିବାକୁ ମନାକଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨।୧୦: ମମତା ବାନାର୍ଜୀଙ୍କ ନେତୃତ୍ୱାଧୀନ ଟିଏମ୍‌ସି ଗୋଷ୍ଠୀର ପ୍ରାୟ ୮୦୪ କୋଟି ଟଙ୍କା ଥିବା ୪ଟି ଜବତ (ଡେବିଟ୍‌-ଫ୍ରିଜ) ବ୍ୟାଙ୍କ ଆକାଉଣ୍ଟକୁ ପରିଚାଳନା କରିବାକୁ ଅନୁମତି ଦେବା…

କାର୍ଯ୍ୟକାରୀ ହେଲା ଜନ୍ମ, ମୃତ୍ୟୁ ସଂଶୋଧନ ଆଇନ

ନୂଆଦିଲ୍ଲୀ,୨।୧୦: ଜନ୍ମ ଓ ମୃତ୍ୟୁ ପଞ୍ଜୀକରଣ (ସଂଶୋଧନ) ଆଇନ, ୨୦୨୬ ଗୁରୁବାରଠାରୁ ଦେଶରେ ଲାଗୁ ହୋଇଛି । ଏଥିରେ ନିର୍ଦ୍ଧାରିତ ସମୟସୀମା ପରେ ଜଣାଯାଇଥିବା ଜନ୍ମ ଓ…

ହାଇଭୋଲଟେଜ୍‌ ଡ୍ରାମା କଲେ ରିଷଭ ପନ୍ତ: ଅମ୍ପାୟରଙ୍କ ସହ ଯୁକ୍ତିତର୍କ ପରେ ଘଟିଲା…

ନୂଆଦିଲ୍ଲୀ,୨।୧୦:ଭାରତୀୟ କ୍ରିକେଟ ଦଳର ଉଇକେଟକିପର-ବ୍ୟାଟର ଋଷଭ ପନ୍ତଙ୍କ ପାଇଁ ଇରାନୀ କପ୍‌ର ପ୍ରଥମ ଦିନ ମଇଦାନରେ ହାଇଭୋଲଟେଜ୍‌ ଡ୍ରାମା କରିଛନ୍ତି। ରେଷ୍ଟ ଅଫ ଇଣ୍ଡିଆର ଅଧିନାୟକ ଭାବେ…

ଗାନ୍ଧୀ ବିଚାରରେ ପରିବେଶ ସୁରକ୍ଷା

ମହାକାଳର ଅସୀମ ଗର୍ଭରେ ଇତିହାସର ଅନେକ ପୃଷ୍ଠା ରକ୍ତର କାଳିରେ ଲେଖାଯାଇଛି, ଅନେକ ବିପ୍ଳବ କେବଳ କ୍ଷମତା ଆଉ ସାମ୍ରାଜ୍ୟବାଦର ମୋହରେ ଧୂଳିସାତ ହୋଇଯାଇଛି। କିନ୍ତୁ ବିଂଶ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?