ଗାଁରେ ମାତିଛି କିଡ୍‌ନୀ ରୋଗ: ୧୪ ମଲେଣି, ୧୯ ମୃତ୍ୟୁ ସହ କରୁଛନ୍ତି ସଂଗ୍ରାମ

କର୍ଲାମୁଣ୍ଡା:୨୪।୫(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜଲା କର୍ଲାମୁଣ୍ଡା ବ୍ଲକ ଗଜବାହାଲ ପଞ୍ଚାୟତ ବଲାଙ୍ଗୀର ଜିଲାର ସୀମାନ୍ତରେ ରହିଛି ଧରାଖମନ ଗାଁ। ବ୍ଲକ ସଦରମହକୁମାରଠାରୁ ପ୍ରାୟ ୧୫ କିଲୋମିଟର ଦୂରରେ ଏହି ଗାଁ ରହିଛି । ଗାଁର ପରିବାର ସଂଖ୍ୟା ପ୍ରାୟ ୯୦। ଗାଁ ଲୋକେ ମଜୁରୀ କାମ କରି ପେଟ ପୋଶନ୍ତି। ହେଲେ ଗାଁରେ କିଡନୀ ରୋଗ ଏକ ବଡ଼ ସମସ୍ୟା ଦେଖାଦେଇଛି।

କିଡ୍‌ନୀ ରୋଗୀରେ ଆକ୍ରାନ୍ତ ହୋଇ ଗ୍ରାମର ମାଡ୍ରାସ ଭୋଇ, ଚନ୍ଦ୍ର ଶେଖର ଭୋଇ, ମୁନିବର ଭୋଇ, ସାଦିନି ଭୋଇ, ଈଶ୍ୱର ଭୋଇ, ବିମନୀ ଭୋଇ, ମହାଦେବ ଭୋଇ, ପିତାମ୍ବର ପୁଟେଲ, ବିଶାମିତ୍ର ପୁଟେଲ, ରୂପ ମାଝୀ, ଜିତେନ୍ଦ୍ର ଭୋଇ, ଦମନ ଭୋଇ, ଉପେଶ୍ୱର ଭୋଇ, ସରସ୍ବତୀ ପୁଟେଲ ପ୍ରମୁଖ ୧୪ରୁ ଊଦ୍ଧର୍‌ବ ମହିଳା ପୁରୁଷଙ୍କ ମୃତ୍ୟୁବରଣ କରିଛନ୍ତି।

ଅନ୍ୟପକ୍ଷେ ଗ୍ରାମର ମୋତିଲାଲ ପୁଟେଲ, ଚୁଡାମଣି ପୁଟେଲ, ଜଗବନ୍ଧୁ ପୁଟେଲ, ଚନ୍ଦ୍ର ମଣୀ ଭୋଇ, ଯମୁନା ଜାନୀ, ମହାଦେବ ପୁଟେଲ, ମଚିନ୍ଦ୍ର ଭୋଇ, କିଆ ଭୋଇ, ନାଥ ଭୋଇ, ମିଥିଲା ଭୋଇ, ଧବଳେଶ୍ବର ଭୋଇ, ବିଦ୍ୟାଧର ପୁଟେଲ, ସୁମିତ୍ରା ପୁଟେଲ, ହେମ ସାଗର ପୁଟେଲ, ଭବାନୀ ଭୋଇ, ବନିତା ପୁଟେଲ, ଦୟା ସାଗର ରଣା, ଯୋଗୀନ୍ଦ୍ର ରଣା, କୁଞ୍ଜବନ ଭୋଇ ପ୍ରମୁଖ ୨୦ରୁ ଊଦ୍ଧର୍‌ବ ବ୍ୟକ୍ତି ଲକ୍ଷ୍ୟାଧିକ ଟଙ୍କା ଖର୍ଚ୍ଚ କରି ଚିକିତ୍ସିତ ହେଉଛନ୍ତି। ହେଲେ ସେମାନେ ମୃତ୍ୟୁ ସହ ସଂଗ୍ରାମ କରୁଥିବା ଗ୍ରାମର ସ୍ବେଚ୍ଛାସେବୀ ବଳଦେବ ଭୋଇ, ବିଶ୍ବମ୍ବର ଭୋଇ ପ୍ରମୁଖ କହିଛନ୍ତି।

ତେବେ କର୍ଲାମୁଣ୍ଡା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର ପକ୍ଷରୁ ତଦନ୍ତ କରିଥିଲେ ହେ କେଉଁ କାରଣରୁ ଗ୍ରାମବାସୀ କିଡ୍‌ନୀ ରୋଗୀରେ ଆକ୍ରନ୍ତ ହେଉଛନ୍ତି ତାହା ସ୍ପଷ୍ଟ ହୋଇପାରୁ ନ ଥିବା ଗ୍ରାମବାସୀ ଅଭିଯୋଗ କରିଛନ୍ତି। ଏନେଇ ଜିଲା ମୁଖ୍ୟ ଚିକିତ୍ସା ଅଧିକାରିଣୀଙ୍କୁ ପଚାରିବା ସର୍ଭେ କରାଯିବ ବୋଲି କହିଛନ୍ତି। ଅନ୍ୟପକ୍ଷେ ରାଜ୍ୟ ସରକାର ଘଟଣାର ଦୃଷ୍ଟି ଦେବାକୁ ଗ୍ରାମବାସୀ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୨୪ ଘଣ୍ଟାରେ ଲଘୁଚାପ: ସପ୍ତାହେ ଯାଏ ପ୍ରବଳ ବର୍ଷା, ଆଜି ୬ ଜିଲାକୁ ଓ୍ବାର୍ନିଂ…

ଭୁବନେଶ୍ୱର, ୭ା୮(ବନ୍ଦନା ସେଠୀ) – ରାଜ୍ୟରେ ଲଗାଣ ବର୍ଷା ପାଇଁ ବିଭିନ୍ନ ଅଞ୍ଚଳରେ ଜଳବନ୍ଦୀ ଓ ବନ୍ୟା ପରିସ୍ଥିତି ଲାଗି ରହିଥିବାବେଳେ ଆସୁଛି ଆଉ ୨ ଲଘୁଚାପ।…

ବରଗଡ଼ରେ ଶନିବାର ସକାଳ ୮ଟାରୁ ବିଦ୍ୟୁତ୍ କାଟ୍: ଏସବୁ ଅଞ୍ଚଳରେ ୬ ଘଣ୍ଟା ବନ୍ଦ ରହିବ ବିଦ୍ୟୁତ୍ ସେବା

ବରଗଡ଼,୭।୮(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଡିଭିଜନ୍-୨ ଗ୍ରୀଡ୍ ଅନ୍ତର୍ଗତ ୧୧କେଭି ଟେଲିଫୋନ୍ ଏକ୍ସଚେଞ୍ଜ୍ ଫିଡର୍ରେ ଜରୁରୀକାଳୀନ ମରାମତି କାର୍ଯ୍ୟ ଯୋଗୁ ଆସନ୍ତାକାଲି (ଶନିବାର) ସକାଳ ୮ଟାରୁ ଅପରାହ୍ନ ୨ଟା…

ବର୍ଷୀୟାନ ସଂଗଠକଙ୍କୁ ଝୁରୁଛି ଗାଁ ମାଟି ….

ପାଟଣା,୨୮/୭(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ମୂଷାଖରି ପଂଚାୟତ ମଲ୍ଲି ପୋଷି ଗ୍ରାମର ଅବସର ପ୍ରାପ୍ତ ଶିକ୍ଷକ ଓ ବିଶିଷ୍ଟ ସଂଗଠକ ରବୀନ୍ଦ୍ର ବେଜଙ୍କ…

ସରକାରୀ ଜମି ଦଖଲକୁ ନେଇ ଗୋଷ୍ଠୀ ସଂଘର୍ଷ: ୨ ମହିଳାଙ୍କ ସମେତ ୯ ଅଭିଯୁକ୍ତ ଗଲେ ଜେଲ, ଫୋର୍ସ ମୁତୟନ

ଦିଗପହଣ୍ଡି, ୭।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା କୁକୁଡ଼ାଖଣ୍ଡି ବ୍ଲକ ଅନ୍ତର୍ଗତ ଦିଗପହଣ୍ଡି ଥାନା ନୂଆ ଅନନ୍ତେଇ ଗ୍ରାମରେ ସରକାରୀ ଜମି ଦଖଲ ଏବଂ ଚାଷକୁ ନେଇ…

କମେ ଗାଁ ଜଙ୍ଗଲରୁ ହାତୀଛୁଆର ମୃତଦେହ ଉଦ୍ଧାର: ନର୍ଲା ରେଞ୍ଜରେ ବାରମ୍ବାର ହାତୀ ମୃତ୍ୟୁକୁ ନେଇ…

ନର୍ଲା, ୭।୮(ସନ୍ତୋଷ ପାତ୍ର): କଳାହାଣ୍ଡି ଜିଲା ଉତ୍ତର ବନଖଣ୍ଡ ଅନ୍ତର୍ଗତ ନର୍ଲା ରେଞ୍ଜ କମେ ଗାଁ ଜଙ୍ଗଲରୁ ଶୁକ୍ରବାର ଏକ ହାତୀ ଛୁଆର ମୃତଦେହ ଉଦ୍ଧାର କରାଯାଇଛି।…

“କାମ କର, ନଚେତ୍ ଅନ୍ୟପାଇଁ ବାଟ ଛାଡ଼”: କଡ଼ା ଚେତାବନୀ ଦେଇ…

ବରଗଡ଼,୭।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା କଂଗ୍ରେସର ଏକ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟକାରିଣୀ ବୈଠକ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ଉକ୍ତ ବୈଠକରେ ପ୍ରଦେଶ ଏବଂ ଜାତୀୟ ସ୍ତରର ପ୍ରମୁଖ ଦଳୀୟ…

ମୁନିସିପେଣ୍ଠ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ପରିଦର୍ଶନ କଲେ ଜିଲାସ୍ତରୀୟ ଟିମ୍‌

ଛତ୍ରପୁର,୭ା୮(ଦିଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ଅନ୍ତର୍ଗତ ମୁନିସିପେଣ୍ଠ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ହିଞ୍ଜିଳିକାଟୁ ଉପଖଣ୍ଡ ଚିକିତ୍ସାଳୟର ଅଧୀକ୍ଷକ ଡାକ୍ତର ଶ୍ରୀକାନ୍ତ ସାହୁ ନେତୃତ୍ୱରେ ଏକ ଜିଲାସ୍ତରୀୟ…

ଝିଲିମିଣ୍ଡା ପାଇଁ ଗୌରବ ଆଣିଲେ ରାମ ମେହେର

ଅତାବିରା,୭ା୮ (ଯୁଧିଷ୍ଠିର ମହାପାତ୍ର): ଜାତୀୟ ହସ୍ତତନ୍ତ ଦିବସ ଅବସରରେ ବରଗଡ଼ ଜିଲା ପାଇଁ ଆସିଛି ଗର୍ବର ମୁହୂର୍ତ୍ତ। ଅତାବିରା ବ୍ଲକ ଅନ୍ତର୍ଗତ ଝିଲିମିଣ୍ଡା ଗ୍ରାମର ବିଶିଷ୍ଟ ହସ୍ତତନ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri