ମହଗାଁରେ କିଡ୍‌ନୀ ରୋଗ ଆତଙ୍କ

ସିନାପାଲି,୨୪।୮(ମନଫୁଲ ମେହେର): ନୂଆପଡ଼ା ଜିଲା ସିନାପାଲି ବ୍ଲକ ଗୋଡାଲ ଗ୍ରାମପଞ୍ଚାତ ଅନ୍ତର୍ଗତ ମହଗାଁରେ କିଡ୍‌ନୀ ରୋଗ ବ୍ୟାପିଛି। ଏହି ଘଟଣା ଜଣାପଡ଼ିବା ପରେ ବୁଧବାର ମେଡିକାଲ ଟିମ ଉକ୍ତ ଗାଁରେ ପହଞ୍ଚତ୍ ତଦନ୍ତ ଆରମ୍ଭ କରିଛି। ସିନାପାଲି ଗୋଷ୍ଠୀ ସ୍ବାସ୍ଥ୍ୟ ଅଧିକାରୀ ଡ଼ା ଶ୍ରୀମାନ ସାହୁଙ୍କ ନେତୃତ୍ୱରେ ଏକ ଟିମ ମହଗାଁ ଯାଇ ସମସ୍ତ କିଡ୍‌ନୀ ଆକ୍ରାନ୍ତଙ୍କୁ ଭେଟି ଥିଲେ। ସେମାନଙ୍କ ମଧ୍ୟରୁ ପ୍ରାୟ ୯ଜଣ ରୋଗୀଙ୍କ ସମସ୍ୟା ଗୁରୁତର ହୋଇଥିବା ଡ଼ା ସାହୁ ପ୍ରକାଶ କରିଛନ୍ତି। ହେଲେ କ’ଣ ପାଇଁ ଏଠାରେ କିଡ୍‌ନୀ ରୋଗ ବ୍ୟାପିଛି, ତାହା ଆଗରୁ କହିହେବ ନାହିଁ ବୋଲି କହିଛନ୍ତି। ଅନ୍ୟପକ୍ଷରେ ସିନାପାଲି ଗ୍ରାମୀଣ ଜଳ ଓ ପରିମଳ ବିଭାଗ ପକ୍ଷରୁ ମଧ୍ୟ ଗ୍ରାମର ସମସ୍ତ ପାନୀୟ ଜଳ ଉତ୍ସରୁ ପରୀକ୍ଷା ପାଇଁ ଜଳ ସଂଗ୍ରହ କରାଯାଇଛି। ସୂଚନାଯୋଗ୍ୟ ଯେ, ଏହି ଗ୍ରାମରେ ଗତ ୨ ବର୍ଷରେ ୩ ଜଣ କିଡ୍‌ନୀ ରୋଗୀ ମୃତ୍ୟୁବରଣ କରିଥିବାବେଳେ ପ୍ରାୟ ୧୪ଜଣ ବ୍ୟକ୍ତି କିଡ୍‌ନୀ ରୋଗାକ୍ରାନ୍ତ ହୋଇ ଚିକିତ୍ସିତ ହେଉଥିବା କଥା ଗ୍ରାମବାସୀ କହିଥିଲେ। ବର୍ତ୍ତମାନ ଏହି ଘଟଣାକୁ ନେଇ ଗ୍ରାମାସୀଙ୍କ ମଧ୍ୟରେ ଭୟର ବାତାବରଣ ସୃଷ୍ଟି ହୋଇଛି। ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଆବଶ୍ୟକ ପଦକ୍ଷେପ ଗ୍ରହଣ କରାଯିବ ବୋଲି ତଦନ୍ତ ଟିମ ମୁଖ୍ୟ ଡ଼ା ସାହୁ ପ୍ରକାଶ କରିଛନ୍ତି। ଅନ୍ୟପକ୍ଷରେ ଖଡିଆଳ ବିଧାୟକ ଏ ସଂକ୍ରାନ୍ତରେ ସୂଚନା ପାଇ ତାଙ୍କର ପ୍ରତନିଧିଙ୍କୁ ଉକ୍ତ ଗ୍ରାମକୁ ପଠାଇ ସମସ୍ୟା ବୁଝିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମହିଳାକୁ ହତ୍ୟା ଅଭିଯୋଗ, ପୋଲିସର ତନାଘନା

ଗୋପାଳପୁର,୩୦ା୧୨(ନବୀନ ରାଜ ଆଚାରୀ): ଗୋଳନ୍ଥରା ଥାନା ଅଞ୍ଚଳରେ ସୋମବାର ବିଳମ୍ବିତ ରାତିରେ ଜଣେ ମହିଳାଙ୍କୁ ତାଙ୍କ ସ୍ବାମୀ ହତ୍ୟା କରିଥିବା ଅଭିଯୋଗ ହୋଇଛି। ଫାସୀନୂଆପଡା ଗ୍ରାମରେ...

ସୁରୁଖୁରୁରେ ଧାନକିଣାକୁ ଗୁରୁତ୍ୱ ଚାଷୀ, ସମବାୟ ଓ ଯୋଗାଣ ବିଭାଗ ଅଧିକାରୀଙ୍କୁ ନେଇ ବୈଠକ

ଛତ୍ରପୁର,୩୦ା୧୨(ଦିଲୀପ ସାମଲ): ଚଳିତ ବର୍ଷ ଜିଲାରେ ଧାନକିଣା ସୁରୁଖୁରୁରେ କରିବା ପାଇଁ ମଙ୍ଗଳବାର ଚାଷୀ, ସମବାୟ ଓ ଯୋଗାଣ ବିଭାଗର ଅଧିକାରୀମାନଙ୍କୁ ନେଇ ତ୍ରିପାକ୍ଷିକ ବୈଠକ...

ରାଜ୍ୟସ୍ତରୀୟ ଟାଏକୋଣ୍ଡୋରେ ସଫଳତା: ଛୁଟୁଛି ଶୁଭେଚ୍ଛାର ସୁଅ

ରାଇକିଆ,୩୦ା୧୨ (ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ସେଣ୍ଟ କ୍ୟାଥରିନ ବିଦ୍ୟାଳୟରଛାତ୍ରୀଛାତ୍ରମାନେ ରାଜ୍ୟସ୍ତରୀୟ ଟାଏକୋଣ୍ଡୋ କ୍ରୀଡ଼ାରେ ସଫଳତା ଅର୍ଜନ କରିଛନ୍ତି। ଭଦ୍ରକ ଠାରେ ଅନୁଷ୍ଠିତ ୩ଦିନିଆ...

କଳାହାଣ୍ଡି ଉତ୍ସବ ଲାଗି ପ୍ରସ୍ତୁତି ବୈଠକକୁ ନେଇ ପ୍ରଶ୍ନବାଚୀ: ଅନୁପସ୍ଥିତ ରହିଲେ ଉପରିସ୍ଥ ଅଧିକାରୀ, ଜାନୁଆରୀ ୯ରେ…

ଥୁଆମୂଳ ରାମପୁର,୩୦।୧୨(ଦୁର୍ଗା କୀର୍ତ୍ତି): ଆସନ୍ତା ୨୮ତମ କଳାହାଣ୍ଡି ଉତ୍ସବ ’ଘୁମୁରା-୨୦୨୬’ ଅବସରରେ ମାହୁଲପାଟଣା ସ୍ଥିତ ଇନ୍ଦ୍ରାବତୀ ଜଳଭଣ୍ଡାରର କେନ୍ଦୁଗୁଡ଼ା ଘାଟଠାରେ ଆୟୋଜିତ ହେବାକୁ ଥିବା ପାରମ୍ପରିକ...

ରାସ୍ତାକଡ଼ରେ ପଡ଼ିଛି ନବଜାତ ଶିଶୁପୁତ୍ରର ମୃତଦେହ, କିଏ-କାହିଁକି ଫିଙ୍ଗି…

ରାୟଗଡ଼ା,୩୦।୧୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହର ମହିଳା ମହାବିଦ୍ୟାଳୟ ପାର୍ଶ୍ୱ ଗଳିରେ ରିଙ୍ଗ ରୋଡକୁ ସଂଯୋଗ କରୁଥିବା ରାସ୍ତାକଡ଼ରେ ଏକ ନବଜାତ ଶିଶୁପୁତ୍ର ମୃତଦେହ ପଡ଼ିଥିବା...

ପ୍ରଭାକର ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ ; ଦାରିଙ୍ଗିବାଡି ଭଲିବଲ ଟିମ୍ ବିଜୟୀ

ଦିଗପହଣ୍ଡି, ୩୦।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ ର ତୃତୀୟ ଦିବସ ମଙ୍ଗଳବାର...

ଭଲିବଲ ଟୁର୍ନାମେଣ୍ଟ: ସେମିଫାଇନାଲରେ ଦାରିଙ୍ଗିବାଡ଼ି

ଦିଗପହଣ୍ଡି,୩୦।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ତୃତୀୟ ଦିବସ ମଙ୍ଗଳବାର କ୍ୱାର୍ଟର ଫାଇନାଲ...

ମୁଜାଗଡ଼ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟ, ସାନକୋଦଣ୍ଡାକୁ ହରାଇ ବୋଇରାଣୀ ଚାମ୍ପିୟନ

ଭଞ୍ଜନଗର,୩୦।୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ମୁଜାଗଡ଼ରେ ଆଜକୁ ଏକ ସପ୍ତାହ ଧରି ଚାଲିଥିବା ମୁଜାଗଡ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟର ଫାଇନାଲ ମ୍ୟାଚ୍ ମଙ୍ଗଳବାର ସାନକୋଦଣ୍ଡା ଓ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri