ମହଗାଁରେ କିଡ୍‌ନୀ ରୋଗ ଆତଙ୍କ

ସିନାପାଲି,୨୪।୮(ମନଫୁଲ ମେହେର): ନୂଆପଡ଼ା ଜିଲା ସିନାପାଲି ବ୍ଲକ ଗୋଡାଲ ଗ୍ରାମପଞ୍ଚାତ ଅନ୍ତର୍ଗତ ମହଗାଁରେ କିଡ୍‌ନୀ ରୋଗ ବ୍ୟାପିଛି। ଏହି ଘଟଣା ଜଣାପଡ଼ିବା ପରେ ବୁଧବାର ମେଡିକାଲ ଟିମ ଉକ୍ତ ଗାଁରେ ପହଞ୍ଚତ୍ ତଦନ୍ତ ଆରମ୍ଭ କରିଛି। ସିନାପାଲି ଗୋଷ୍ଠୀ ସ୍ବାସ୍ଥ୍ୟ ଅଧିକାରୀ ଡ଼ା ଶ୍ରୀମାନ ସାହୁଙ୍କ ନେତୃତ୍ୱରେ ଏକ ଟିମ ମହଗାଁ ଯାଇ ସମସ୍ତ କିଡ୍‌ନୀ ଆକ୍ରାନ୍ତଙ୍କୁ ଭେଟି ଥିଲେ। ସେମାନଙ୍କ ମଧ୍ୟରୁ ପ୍ରାୟ ୯ଜଣ ରୋଗୀଙ୍କ ସମସ୍ୟା ଗୁରୁତର ହୋଇଥିବା ଡ଼ା ସାହୁ ପ୍ରକାଶ କରିଛନ୍ତି। ହେଲେ କ’ଣ ପାଇଁ ଏଠାରେ କିଡ୍‌ନୀ ରୋଗ ବ୍ୟାପିଛି, ତାହା ଆଗରୁ କହିହେବ ନାହିଁ ବୋଲି କହିଛନ୍ତି। ଅନ୍ୟପକ୍ଷରେ ସିନାପାଲି ଗ୍ରାମୀଣ ଜଳ ଓ ପରିମଳ ବିଭାଗ ପକ୍ଷରୁ ମଧ୍ୟ ଗ୍ରାମର ସମସ୍ତ ପାନୀୟ ଜଳ ଉତ୍ସରୁ ପରୀକ୍ଷା ପାଇଁ ଜଳ ସଂଗ୍ରହ କରାଯାଇଛି। ସୂଚନାଯୋଗ୍ୟ ଯେ, ଏହି ଗ୍ରାମରେ ଗତ ୨ ବର୍ଷରେ ୩ ଜଣ କିଡ୍‌ନୀ ରୋଗୀ ମୃତ୍ୟୁବରଣ କରିଥିବାବେଳେ ପ୍ରାୟ ୧୪ଜଣ ବ୍ୟକ୍ତି କିଡ୍‌ନୀ ରୋଗାକ୍ରାନ୍ତ ହୋଇ ଚିକିତ୍ସିତ ହେଉଥିବା କଥା ଗ୍ରାମବାସୀ କହିଥିଲେ। ବର୍ତ୍ତମାନ ଏହି ଘଟଣାକୁ ନେଇ ଗ୍ରାମାସୀଙ୍କ ମଧ୍ୟରେ ଭୟର ବାତାବରଣ ସୃଷ୍ଟି ହୋଇଛି। ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଆବଶ୍ୟକ ପଦକ୍ଷେପ ଗ୍ରହଣ କରାଯିବ ବୋଲି ତଦନ୍ତ ଟିମ ମୁଖ୍ୟ ଡ଼ା ସାହୁ ପ୍ରକାଶ କରିଛନ୍ତି। ଅନ୍ୟପକ୍ଷରେ ଖଡିଆଳ ବିଧାୟକ ଏ ସଂକ୍ରାନ୍ତରେ ସୂଚନା ପାଇ ତାଙ୍କର ପ୍ରତନିଧିଙ୍କୁ ଉକ୍ତ ଗ୍ରାମକୁ ପଠାଇ ସମସ୍ୟା ବୁଝିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରୋଗ ଯନ୍ତ୍ରଣାଠୁ ବଳିଯାଉଛି ଧାଡ଼ି ଯନ୍ତ୍ରଣା: ଡାକ୍ତରଖାନାରେ ବିକଳ ଚିତ୍ର

ପଦ୍ମପୁର,୧୨ା୯(ପ୍ରଦୀପ୍ତ ଦାଶ):କିଏ କାଖେଇ ଧରିଛି, କିଏ ଆଣ୍ଠେଇ ପଡ଼ିଛି, ଆଉ କିଏ ଯନ୍ତ୍ରଣାରେ ଭୂଇଁରେ ଲୋଟୁଛି। ବୃଦ୍ଧାବୃଦ୍ଧମାନେ ବାଡ଼ି ସାହାଯ୍ୟରେ ଘଣ୍ଟା ଘଣ୍ଟା ଧରି ଡାକ୍ତରଙ୍କୁ ଅପେକ୍ଷା…

ମହିଳାଙ୍କୁ ସ୍ବାବଲମ୍ବୀ ହେବାର ବାଟ ଦେଖାଇଛି ଖଲିଦନା: ଜଣେ ମହିଳା ମାସକୁ ରୋଜଗାର କରୁଛନ୍ତି…

ନୂଆପଡ଼ା,୧୨ା୯ (ମକାରୁ ବେମାଲ):ବହୁଳ ପ୍ଲାଷ୍ଟିକ ବ୍ୟବହାର ଯୋଗୁ ପରିବେଶ ପ୍ରଦୂଷଣ ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ରୋକିବା ପାଇଁ ନୂଆପଡ଼ା ଜିଲା ପ୍ରଶାସନ ପକ୍ଷରୁ ଏକକ ବ୍ୟବହାର…

୨ ଦିନ ହେଲାଣି ଘରୁ ବାହାରି ଯାଇ ଜଙ୍ଗଲରେ ରହୁଥିଲେ ପ୍ରେମୀଯୁଗଳ, ତା’ପରେ କଲେ ଏମିତି କାମ…

ନୂଆପଡ଼ା,୧୨/୯(ମକାରୁ ବେମାଲ):ନୂଆପଡ଼ା ଜିଲା ସିନାପାଲି ଥାନା ଅଞ୍ଚଳରେ କୌଣସି କାରଣରୁ ପ୍ରେମୀଯୁଗଳ ବିଷପାନ କରିବା ପରେ ନାବାଳିକା ପ୍ରେମିକା ଡୋଲେଶ୍ୱରୀ ସା (୧୭)ଙ୍କ ମୃତ୍ୟୁ ଘଟିଛି। ପ୍ରେମିକ…

ଓରାଙ୍ଗ୍‌ଉଟାନ ଉଦ୍ଧାର ଘଟଣା: ଦୀଘାରୁ ୩ ଜଣଙ୍କୁ ଉଠାଇ ଆଣିଲା ଏସ୍‌ଟିଏଫ୍‌

ଭୁବନେଶ୍ୱର/ଭୋଗରାଇ,୧୨ା୯(ତ୍ରିନାଥ ମହାନ୍ତି/ ପ୍ରଦୀପ ଦାସ): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ଅନ୍ତର୍ଗତ ବିଚିତ୍ରପୁର ରଣକୋଠା ଜଙ୍ଗଲରୁ ୫ ଓରାଙ୍ଗଉଟାନ ଶାବକ ଉଦ୍ଧାର ଘଟଣାରେ ତଦନ୍ତକୁ ତ୍ୱରାନ୍ବିତ କରିଛି…

ଗିରଫ ଧମକ ଦେଇ ଟଙ୍କା ଆଦାୟ ପଡ଼ିଲା ଭାରି: ଭିଜିଲାନ୍ସ ଜାଲରେ ଖଲ୍ଲିକୋଟ ଥାନା ASI ସୁଜିତ୍‌ ପାଣିଗ୍ରାହୀ

ଖଲ୍ଲିକୋଟ,୧୧।୯(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଥାନାରେ ଶୁକ୍ରବାର ଭିଜିଲାନ୍ସ ଟିମ୍‌ ପକ୍ଷରୁ ଏକ ବଡ଼ଧରଣର ଚଢ଼ାଉ କରାଯାଇଛି। ୧୫ ହଜାର ଟଙ୍କା ଲାଞ୍ଚ ନେଉଥିବା…

ମହିଳା ସରପଞ୍ଚଙ୍କୁ ଦୁର୍ବ୍ୟବହାର : ଜାତିଆଣ ମନ୍ତବ୍ୟ…

ଛତ୍ରପୁର, ୧୧/୯ (ଦିଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଆସିକା ବ୍ଲକ ଅନ୍ତର୍ଗତ ହରିପଦପୁର ଗ୍ରାମପଞ୍ଚାୟତର ସମସ୍ୟା ନେଇ ବ୍ଲକରେ ଅନୁଷ୍ଠିତ ସମିତି ବୈଠକରେ ବିଧାୟକଙ୍କ ସମ୍ମୁଖରେ…

ଆର୍ଯ୍ୟପଲ୍ଲୀ ଫିସିଂ ହାର୍ବର କାର୍ଯ୍ୟକ୍ଷମ କରିବାକୁ ନିର୍ଦ୍ଦେଶ ଦେଲେ ମନ୍ତ୍ରୀ

ଛତ୍ରପୁର, ୧୧ା୯ (ଦ୍ୱାରକା ପଟ୍ଟନାୟକ/ଦିଲ୍ଲୀପ ସାମଲ): ଓଡ଼ିଶା ସରକାରଙ୍କ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିଭାଗ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ ଶୁକ୍ରବାର ଦିନିକିଆ ଗଞ୍ଜାମ ଗସ୍ତରେ ଆସି…

ଶାଗୁଆନ କାଠ ବୋଝେଇ ପିକ୍ଅପ ଭ୍ୟାନ ଜବତ: ମାମଲା ରୁଜୁ କଲା ବନ ବିଭାଗ               

ଦିଗପହଣ୍ଡି/ମୋହନା,୧୧|୯(ଅଶେଷ ନାଥ ମିଶ୍ର/ ମନ୍ମଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପୋଡ଼ାମାରି ଗ୍ରାମ ସ୍ଥିତ ବନ ବିଭାଗ ଚନ୍ଦ୍ରଗିରି ରେଞ୍ଜ କାର୍ଯ୍ୟାଳୟ କର୍ମଚାରୀ ବୃନ୍ଦ ଗଜପତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?