ବ୍ୟାପୁଛି କିଡ୍‌ନୀ ରୋଗ: ଗାଁରେ ମେଡିକାଲ ଟିମ୍‌ର ତଦନ୍ତ ଆରମ୍ଭ

କର୍ଲାମୁଣ୍ଡା,୧୩।୬(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଗଜବାହାଲ ପଞ୍ଚାୟତର ଧଅଁରାଖମନ ଗ୍ରାମରେ କିଡ୍‌ନୀ ରୋଗ ବ୍ୟାପିବାରେ ଲାଗିଛି। କିଡ୍‌ନୀ ରୋଗରେ ଆକ୍ରାନ୍ତ ହୋଇ ଅନେକଙ୍କ ଜୀବନ ଗଲାଣି। ଏହି ଖବର ଗଣମାଧ୍ୟମରେ ପ୍ରକାଶ ପାଇଥିଲା। ଅନ୍ୟପକ୍ଷେ ସ୍ବାସ୍ଥ୍ୟମନ୍ତ୍ରୀ ଡଃ ମୁକେଶ ମହାଲିଙ୍ଗ କର୍ଲାମୁଣ୍ଡା ଗ୍ରସ୍ତ ସାରି ଉକ୍ତ ରାସ୍ତାଦେଇ ବଲାଙ୍ଗୀର ଯାଉଥିବା ବେଳେ ଧଅଁରାଖମନ ଛକରେ ସ୍ଥାନୀୟ ନେତୃମଣ୍ଡଳୀ ଓ ଗ୍ରାମବାସୀ ତାଙ୍କୁ ଅଟକାଇ କିଡ୍‌ନୀ ରୋଗ ସଂକ୍ରାନ୍ତରେ ଦୃଷ୍ଟି ଆକର୍ଷଣ କରିଥିଲେ।

ଏନେଇ ମନ୍ତ୍ରୀ ସିଡିଏମ୍‌ଓଙ୍କୁ ତଦନ୍ତ ପାଇଁ ନିର୍ଦ୍ଦେଶ ଦେଇଥିଲେ। ଗୁରୁବାର ଭବାନୀପାଟଣା ରେଣ୍ଡୋ ମାଝୀ ଭେଷକ ମହାବିଦ୍ୟାଳୟର ମେଡିସିନ ବିଭାଗର ଏଚ୍‌ଓଡି ପ୍ରଫେସର ଡା.ଲୋମପାଦ ନାଏକଙ୍କ ନେତୃତ୍ୱରେ ମେଡିସିନ(ଜେନେରାଲ) ବିଭାଗର ସହକାରୀ ପ୍ରଫେସର ଡା.ଠାକୁର ସୋହେନ, ଏମରଜେନ୍ସି ମେଡିସିନ ବିବାଗ ଏଚ୍‌ଓଡି ଡା.ଶେଷଦେବ ଛତର, ସହକାରୀ ପ୍ରଫେସର ଡା.ସାରଦା ପ୍ରିୟଦର୍ଶନୀ ଓ ଲ୍ୟାବ ଟେକନିସିଆନ ଭାଷ୍କର ପଧାନ ଗାଁରେ ପହଞ୍ଚି ରୋଗୀଙ୍କ ସ୍ବାସ୍ଥ୍ୟ ପରୀକ୍ଷା କରିଥିଲେ।

ଅନ୍ୟମାନଙ୍କ ମଧ୍ୟରେ ଡା. ନିହାର ରଞ୍ଜନ ଠାକୁର, କର୍ଲାମୁଣ୍ଡା ସିଏଚ୍‌ସି ମେଡିକାଲ ଅଫିସର ମୁକେଶ କୁମାର ଯାଦବ, ସିଏଚ୍‌ଇଓ କିଶୋର ଚନ୍ଦ୍ର ଦାସ, ବିପିଏମ୍‌ ଅଜିତ ସିଂ କୁମାର ମଧ୍ୟ ଉପସ୍ଥିତ ଥିଲେ।

ଏହି ଅବସରରେ ୧୩ଜଣ ରୋଗୀଙ୍କୁ ଚିହ୍ନଟ କରାଯାଇଥିବା ଜଣାପଡ଼ିଛି। ଏଥି ସହିତ ଗାଁରେ ଏକ ସଚେତନା ସଭା କରାଯିବା ସହ ପାଣି ନମୁନା ସଂଗ୍ରହ କରାଯାଇଥିଲା। ସୂଚନା ଯୋଗ୍ୟ, ଗାଁରେ ଗତ ୫ବର୍ଷ ମଧ୍ୟରେ କିଡ୍‌ନୀ ରୋଗରେ ୧୪ ଜଣଙ୍କ ମୃତ୍ୟୁ ଘଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ଏକା ବେଳେ ଜଳିଲା ଗୋଟିଏ ପରିବାରର ୪ ଜୁଇ: କାନ୍ଦ ବୋବାଳିରେ ଫାଟି ପଡ଼ୁଛି ଗାଁ  

କୋରାପୁଟ,୭।୪(ଅମିତାଭ ବେହେରା):ଏକା ବେଳକେ ଜଳିଲା ଗୋଟିଏ ପରିବାରର ୪ ଜୁଇ। ଦୁର୍ଘଟଣାରେ ଗୋଟିଏ ପରିବାରର ୪ ଜଣଙ୍କ  ଘଠିଲା ମୃତ୍ୟୁ। କୋରପୁଟ ଶ୍ମଶାନରେ ଜଳିଲା ଜୁଇ। ନବରଙ୍ଗପୁର…

ଥୁଆମୂଳ ରାମପୁର ଦୁର୍ଘଟଣା: ପ୍ରଶାସନର ପ୍ରତିଶ୍ରୁତି ପରେ ଓହରିଲା ରାସ୍ତାରୋକ: ମୃତଦେହ ବ୍ୟବଚ୍ଛେଦ ପରେ ପରିବାରକୁ ହସ୍ତାନ୍ତର

ଥୁଆମୂଳରାମପୁର,୭ା୪(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳରାମପୁର ଥାନା ଅଞ୍ଚଳରେ ସୋମବାର ଘଟିଥିବା ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ମୃତ୍ୟୁସଂଖ୍ୟା ୪କୁ ବୃଦ୍ଧି ପାଇଛି। ଜିଲା ମୁଖ୍ୟ…

ସିଜିମାଳି ଖଣିରେ ରାସ୍ତା ନିର୍ମାଣକୁ ନେଇ ତୁମୁଳକାଣ୍ଡ: ଗ୍ରାମବାସୀ-ପୋଲିସ ମୁହାଁମୁହିଁ, ୧୦୦ରୁ ଊର୍ଦ୍ଧ୍ୱ ଆହତ,ଗିରଫ ଭୟରେ…

ରାୟଗଡ଼ା,୭।୪(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲା ସିଜିମାଳି ପାହାଡରେ ରାସ୍ତା ନିର୍ମାଣକୁ ନେଇ ସମଗ୍ର ଅଞ୍ଚଳ ଅଶାନ୍ତ ହୋଇପଡିଛି। ରାସ୍ତା ନିର୍ମାଣ କାର୍ଯ୍ୟକୁ ବିରୋଧ କରି କାଶୀପୁର…

ରାତିରେ କାଠଗଦାରେ ଚାଲୁଥିଲା ୧୨ ଫୁଟର କିଂ କୋବ୍ରା: ହଠାତ ପଡିଲା ଲୋକଙ୍କ ନଜରରେ…

ଦିଗପହଣ୍ଡି,୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ପଞ୍ଚାୟତ ପେଣ୍ଡୁରାବାଡ଼ି ଗାଁରୁ ୧୨ ଫୁଟ ଲମ୍ବର ଏକ ଅହିରାଜ (କିଙ୍ଗକୋବ୍ରା) ସାପକୁ ବନବିଭାଗ କର୍ମଚାରୀ…

ଜବରଦସ୍ତ Family Pack, କରିବାକୁ ପଡିବନି ଅଲଗା ଅଲଗା ରିଚାର୍ଜ! ଗୋଟିଏ ପ୍ଲାନରେ ସବୁ ଫ୍ରି….

ଆପଣ କ’ଣ ଆପଣଙ୍କ ପରିବାରର ଚାରି ଜଣ ସଦସ୍ୟଙ୍କ ପାଇଁ ପୃଥକ ପୃଥକ ରିଚାର୍ଜ କରୁଛନ୍ତି? ପ୍ରତି ମାସରେ ୧୫୦୦ରୁ ୨୦୦୦ ଟଙ୍କା ଖର୍ଚ୍ଚ କରୁଛନ୍ତି? ପ୍ରତ୍ୟେକ…

ଡେଡଲାଇନ୍‌ ପୂର୍ବରୁ ଇରାନର ଖାର୍ଗ ଦ୍ବୀପ ଉପରେ ଆକ୍ରମଣ କଲା ଆମେରିକା: ଆକାଶଛୁଆଁ ହେବ କି ପେଟ୍ରୋଲ ଡିଜେଲ…

ତେହରାନ,୭।୪: ଡେଡଲାଇନ୍‌ ପୂର୍ବରୁ ଇରାନର ଖାର୍ଗ ଦ୍ବୀପ ଉପରେ ଆମେରିକା ଆକ୍ରମଣ କରିଛି। ଏହାରି ମଧ୍ୟରେ କାସନରେ ଏକ ବଡ଼ ରେଲୱେ ବ୍ରିଜକୁ ଉଡ଼ାଇ ଦେଇଛି ଇସ୍ରାଏଲ।…

ପୁଣି ଦୁର୍ଘଟଣା ଘଟାଇଲା ଆମବସ୍‌: ଯାତ୍ରୀଙ୍କ ଉପରେ ଭାଙ୍ଗି ପଡ଼ିଲା କାଚ

ଭୁବନେଶ୍ୱର,୭।୪: ପୁଣି ଦୁର୍ଘଟଣା ଘଟାଇଲା ଆମ ବସ୍‌। ହାଇଓ୍ବାକୁ ପିଟିଲା ପଛରୁ ଅଳ୍ପକେ ବର୍ତ୍ତିଲେ ଯାତ୍ରୀ। ଏଭଳି ଘଟଣା ଘଟିଛି ବାରଙ୍ଗ ଥାନା ପଦ୍ମନାଭ ନଗର ଛକ…

ହର୍ମୁଜରେ ଘନେଇଲା ପୁଣି ବଡ଼ ବିପଦ, ଭାରତୀୟ ଜାହାଜକୁ…

ନୂଆଦିଳ୍ଲୀ,୭।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନାର ପ୍ରଭାବ ଏବେ ସାମୁଦ୍ରିକ ବାଣିଜ୍ୟରେ ମଧ୍ୟ ଦୃଶ୍ୟମାନ ହେଉଛି। ଅନେକ ଅଞ୍ଚଳରେ, ଜାହାଜ ପାଇଁ ବୀମା ପାଇବା ମହଙ୍ଗା ହୋଇଯାଇଛି। ସମ୍ୱନ୍ଧିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri