କିଡନୀ ରୋଗ ନେଲା ସ୍ବାମୀଙ୍କ ଜୀବନ: ମା’ଙ୍କ କାନ୍ଧରେ ଦୁଇ ସନ୍ତାନଙ୍କ ବୋଝ

କର୍ଲାମୁଣ୍ଡା:୧।୫(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଗଜବାହାଲ ପଞ୍ଚାୟତ ଧରାଖମନ ଗାଁରେ କିଡନୀ ରୋଗରେ ଆକ୍ରନ୍ତ ହୋଇ ୨୦ରୁ ଊଦ୍ଧର୍‌ବ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଥିବା ବେଳେ ଏବେ ବି ୧୦ରୁ ଊଦ୍ଧର୍‌ବ ମହିଳା, ପୁରୁଷ ମୃତ୍ୟୁ ସହ ସଂଗ୍ରାମ କରୁଥିବା ଦେଖିବାକୁ ମିଳିଛି। ଗାଁର ଜଗବନ୍ଧୁ ପୁଟେଲ(୪୦) ଶ୍ରମିକ ଭାବେ କାମ କରି ସ୍ତ୍ରୀ ପ୍ରମୋଦିନି ପୁଟେଲ(୩୫)ଦୁଇ ସନ୍ତାନ ଯଶୋବନ୍ତ ପୁଟେଲ(୧୩) ଏବଂ ଝିଅ ଖିତିଶୁତା ପୁଟେଲଙ୍କୁ ନେଇ ହସ ଖୁସିରେ ପରିବାର ଚଳେଇ ନେଉଥିଲେ। ହେଲେ ଜଗବନ୍ଧୁ କିଡନୀ ରୋଗରେ ଆକ୍ରାନ୍ତ ହେବା ପରେ ସ୍ତ୍ରୀ ପ୍ରମୋଦୀନୀ ବନ୍ଧୁ ବାନ୍ଧବଙ୍କ ନିକଟରୁ ଧାର କରଜ କରି ସ୍ବାମୀଙ୍କ ବିଭିନ୍ନ ଡାକ୍ତରଖାନାରେ ଚିକିତ୍ସା କରାଇଥିଲେ। ଗତ ମାସ ୩୦ ତାରିଖରେ ଜଗବନ୍ଧୁଙ୍କ ମୃତ୍ୟୁ ଘଟିଥିଲା। ରୋଜଗାରିଆ ସ୍ବାମୀଙ୍କୁ ହରେଇ ପ୍ରମୋଦିନି ଏବେ ସମ୍ପୂର୍ଣ୍ଣ ଭାଙ୍ଗି ପଡିଛନ୍ତି। ସେ କିପରି ପରିବାର ଚଲାଇବା ସହ ଦୁଇ ସନ୍ତାନଙ୍କୁ କିଭଳି ପାଠ ପଢେଇବେ ସେ ନେଇ ଚିନ୍ତାରେ ପଡିଛନ୍ତି। ତୁରନ୍ତ ସରକାରୀ ସହାୟତା ଯୋଗାଇ ଦେବାକୁ ଦାବି କରିଛନ୍ତି।

ଏନେଇ ସରପଞ୍ଚ ଅରବିନ୍ଦ ଗହୀରଙ୍କୁ ପଚାରିବାରୁ ପରିବାରକୁ ଅନ୍ତୋଦୟ ଗୃହ ଯୋଜନାରେ ଘର ଯୋଗାଇବା ସହ ଜାତୀୟ ପରିବାର କଲ୍ୟାଣ ଯୋଜନାରୁ (ଏନ୍‌ଏଫବିଏସ୍‌) ସହାୟତା ପାଇଁ ଚେଷ୍ଠା କରାଯିବ ବୋଲି କହିଛନ୍ତି। ଏପରିକି ପଞ୍ଚାୟତ ପକ୍ଷରୁ ହରିଶ୍ଚନ୍ଦ୍ର ଯୋଜନାରୁ ତୁରନ୍ତ ସହାୟତା ଯୋଗାଇ ଦିଆଯିବ ବୋଲି ସେ କହିଛନ୍ତି।

ଅନ୍ୟପକ୍ଷେ ଜିଲା ଶିଶୁ ସୁରକ୍ଷା ସମିତି ପକ୍ଷରୁ ପରିବାରକୁ ସରକାରୀ ଆର୍ଥିକ ସହାୟତା ଯୋଗେଇ ଦେବାକୁ ଗ୍ରାମବାସୀ ଅନୁରୋଧ କରିଛନ୍ତି। ସୂଚନା ଯୋଗ୍ୟ, ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଗାଁରେ ପୂର୍ବରୁ ଲୋକଙ୍କ ସ୍ବାସ୍ଥ୍ୟ ପରୀକ୍ଷା କରାଯାଇଥିଲେ ହେଁ କେଉଁ କାରଣରୁ ଗ୍ରାମବାସୀ କିଡନୀ ରୋଗରେ ଆକ୍ରାନ୍ତ ହେଉଛନ୍ତି, ତାହାର କାରଣ ଜଣା ନ ପଡ଼ିବା ପରିତାପର ବିଷୟ ବୋଲି ବୁଦ୍ଧିଜୀବୀ ମହଲରେ ଆଲୋଚନା ହେଉଛି। ଏଣୁ ଜିଲା ସ୍ବାସ୍ଥ୍ୟ ବିଭାଗ ଏଥିପ୍ରତି ଦୃଷ୍ଟି ଦେବାକୁ ଗାଁ ଲୋକେ ଅନୁରୋଧ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦୁଇ ଦିନରେ ପୋଲିସକୁ ଦ୍ୱିତୀୟ ସଫଳତା: ୭ ଲକ୍ଷ ଟଙ୍କା ଲୁଟ୍‌ ମାମଲାର ହେଲା ପର୍ଦ୍ଦାଫାଶ

ଗଜପତି,୩।୮(ଗିରିଧାରୀ ପରିଛା): ଗଜପତି ଜିଲାରେ ଟଙ୍କା ଲୁଟ୍‌ ଘଟଣାରେ ପୁଣି ଏକ ବଡ଼ ସଫଳତା ହାସଲ କରିଛି ଗାରାବନ୍ଧା ପୋଲିସ । ଦୁଇ ଦିନ ମଧ୍ୟରେ ଜିଲାରେ…

ଭତ୍ତା ପାଇଁ ହଟହଟା: ଜିଲାପାଳଙ୍କୁ ଫେରାଦ ହେଲେ ବୃଦ୍ଧାବୃଦ୍ଧ

ବରଗଡ଼,୩।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାର ବିଭିନ୍ନ ଅଞ୍ଚଳର ବୃଦ୍ଧାବୃଦ୍ଧ ଦୀର୍ଘ ମାସ ହେଲା ବାର୍ଦ୍ଧକ୍ୟ ଭତ୍ତାରୁ ବଞ୍ଚିତ ହୋଇଥିବା ଅଭିଯୋଗ ହୋଇଛି । ବ୍ୟାଙ୍କକୁ ଗଲେ କେତେବେଳେ…

‘୨୫ ଦିନ ଅନଶନ କରନ୍ତୁ, ତା’ପରେ ଇସ୍ତଫା ଦେବି’: ଗୃହମନ୍ତ୍ରୀଙ୍କ ବୟାନକୁ ନେଇ ଭାଜପା ନିଆଁ

ନୂଆଦିଲ୍ଲୀ,୩।୮: ଭାରତୀୟ ଜନତା ପାର୍ଟି (BJP) କର୍ନାଟକ ଗୃହମନ୍ତ୍ରୀ ପ୍ରିୟଙ୍କ ଖାର୍ଗେଙ୍କର ଏକ ବୟାନକୁ ଶେୟାର କରି ତାଙ୍କୁ ଟାର୍ଗେଟ କରିଛି। ଭିଡିଓରେ ପ୍ରିୟଙ୍କ ଖାର୍ଗେ କହୁଥିବାର…

ନୂଆ ଅବତାରରେ ଧୋନୀ: ଭାଇରାଲ ହେଉଛି VIDEO

ରାଞ୍ଚି,୩।୮: ପୁଣି ଚର୍ଚ୍ଚାରେ ଭାରତୀୟ କ୍ରିକେଟ୍‌ ଦଳର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ। ତାଙ୍କୁ ଏକ ନୂଆ ଅବତାରରେ ଦେଖାଯାଇଛି। ଧୋନୀ ଏକ ରେସଟ୍ରାକରେ ବାଇକ…

୧୫ ବର୍ଷୀୟା ଛାତ୍ରୀଙ୍କୁ ଅପହରଣ କରି ବଳାତ୍କାର ଅଭିଯୋଗ, ୪ ମାସ ପରେ ଯୁବକଙ୍କୁ ପୋଲିସ ଧରି…

ଦିଗପହଣ୍ଡି,୩।୮(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧୀନ ଏକ ଗାଁର ୯ମ ଶ୍ରେଣୀରେ ପଢୁଥିବା ଜଣେ ୧୫ ବର୍ଷୀୟା ଛାତ୍ରୀଙ୍କୁ ଅପହରଣ କରି…

ଚା’ ପିଉଥିବା ବେଳେ ବ୍ୟକ୍ତିଙ୍କୁ ଛୁରାମାଡ଼, ଗୁରୁତର ଅବସ୍ଥାରେ ଭଦ୍ରକ ମେଡିକାଲକୁ ସ୍ଥାନାନ୍ତର

ଧାମନଗର,୩।୮(କାଳିନ୍ଦୀ ବେହେରା): ଭଦ୍ରକ ଜିଲା ଧୁଷୁରୀ ଥାନା ଅଧୀନସ୍ଥ କୋଠାର ପଞ୍ଚାୟତ ଅନ୍ତର୍ଗତ ମିର୍ଘାଟକୁଳ ଗ୍ରାମରେ ସୋମବାର ସନ୍ଧ୍ୟାରେ ଏକ ଛୁରାମାଡ଼ ଘଟଣାକୁ ନେଇ ଅଞ୍ଚଳରେ ଉତ୍ତେଜନା…

ମଙ୍ଗଳବାର ରାଷ୍ଟ୍ରପତିଙ୍କ ତପ୍ତପାଣି ଗସ୍ତ: ମା’ କନ୍ଧୁଣି ଦେବୀଙ୍କୁ କରିବେ ପୂଜାର୍ଚ୍ଚନା, ସୁରକ୍ଷା ବ୍ୟବସ୍ଥା କଡାକଡି

ଦିଗପହଣ୍ଡି,୩।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ – ଗଜପତି ସୀମାନ୍ତ ପ୍ରସିଦ୍ଧ ପର୍ଯ୍ୟଟନ କ୍ଷେତ୍ର ତପ୍ତପାଣିକୁ ମଙ୍ଗଳବାର ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ।ରାଷ୍ଟ୍ରପତିଙ୍କ ଗ୍ରସ୍ତକୁ ଦୃଷ୍ଟିରେ ରଖି…

୧୦ ଦିନରେ ୩ ସ୍ଥାନରେ ବଡ଼ଧରଣର ଲୁଟ୍‌କୁ ନେଇ ଖେଳିଗଲା ଆତଙ୍କ: ସିସିଟିଭି ଲଗାଇବାକୁ ପରାମର୍ଶ ଦେଲେ ଏସଡିପିଓ

ଦାରିଙ୍ଗବାଡି, ୩ ।୮ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଅଞ୍ଚଳରେ ଗତ କିଛି ଦିନ ହେଲା ଲୁଟେରା ମାତିଛନ୍ତି । ୧୦ ଦିନ ମଧ୍ୟରେ ୩ଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri