Posted inଖେଳ

ପୋଲାର୍ଡଙ୍କୁ ମିଳିଲା ମୁମ୍ବାଇ ଇଣ୍ଡିଆନ୍ସର ଗୁରୁଦାୟିତ୍ୱ

ମୁମ୍ବାଇ,୨୪ା୧୦: ଆଇପିଏଲ୍‌ ୨୦୨୭ ପୂର୍ବରୁ ଓ୍ବେଷ୍ଟଇଣ୍ଡିଜର ପୂର୍ବତନ ଅଲରାଉଣ୍ଡର କିରନ ପୋଲାର୍ଡ ମୁମ୍ବାଇ ଇଣ୍ଡିଆନ୍ସର ମୁଖ୍ୟ କୋଚ୍‌ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି। ୫ଥର ଚାମ୍ପିୟନ ଦଳ ପକ୍ଷରୁ ଶନିବାର ଏହା ଘୋଷଣା କରାଯାଇଛି। ପୋଲାର୍ଡ ଗତ କିଛି ସିଜନ ହେଲା ମୁମ୍ବାଇ ଇଣ୍ଡିଆନ୍ସର ବ୍ୟାଟିଂ କୋଚ୍‌ ଭାବେ ଦାୟିତ୍ୱ ତୁଲାଇ ଆସୁଥିଲେ। ମାହେଲା ଜୟବର୍ଦ୍ଧନେଙ୍କ ସ୍ଥାନରେ ତାଙ୍କୁ ଏହି ନୂଆ ନିଯୁକ୍ତି ମିଳିଛି।

ଆଇପିଏଲ୍‌ରେ ମୁମ୍ବାଇ ଇଣ୍ଡିଆନ୍ସକୁ ଅନ୍ୟତମ ସଫଳ ଦଳ ଭାବେ ବିବେଚନା କରାଯାଇଥାଏ। ଦଳ ଶେଷ ଥର ପାଇଁ ୨୦୨୦ରେ ଟାଇଟଲ ବିଜୟୀ ହୋଇଥିଲା। ୩୯ ବର୍ଷୀୟ ପୋଲାର୍ଡ ବିଶ୍ୱସାରା ଫ୍ରାଞ୍ଚାଇଜ୍‌ ଟି୨୦ ଲିଗ୍‌ରେ ଖେଳିଛନ୍ତି।

ଆଇପିଏଲ୍‌ରେ ସେ କେବଳ ମୁମ୍ବାଇ ଇଣ୍ଡିଆନ୍ସ ତରଫରୁ ଖେଳିିଛନ୍ତି। ସେ ୨୦୦୯-୧୦ରେ ମୁମ୍ବାଇ ଇଣ୍ଡିଆନ୍ସରେ ଯୋଗଦାନ କରିଥିଲେ। ଦଳ ପକ୍ଷରୁ ଆଇପିଏଲରେ ଶେଷ ଥର ପାଇଁ ସେ ୨୦୨୨ ସଂସ୍କରଣରେ ଖେଳିଥିଲେ।

ଚଳିତବର୍ଷ ମେଜର ଲିଗ୍‌ କ୍ରିକେଟରେ ମୁମ୍ବାଇ ଇଣ୍ଡିିଆନ୍ସ ନ୍ୟୁୟର୍କ ତରଫରୁ ଖେଳିଥିଲେ। ପୋଲାର୍ଡ ମୁମ୍ବାଇ ଇଣ୍ଡିଆନ୍ସ ପକ୍ଷରୁ ୧୮୯ ଆଇପିଏଲ୍‌ ମ୍ୟାଚ ଖେଳି ୧୬ ଅର୍ଦ୍ଧଶତକ ସହ ୩,୪୧୨ ରନ୍‌ କରିଛନ୍ତି। ତାଙ୍କ ଷ୍ଟ୍ରାଇକ୍‌ ରେଟ ୧୪୭.୩୨ ଏବଂ ଆଭରେଜ ୨୮.୬୭ ରହିଥିଲା। ସେ ଆହୁରି ମଧ୍ୟ ୬୯ ଉଇକେଟ ଅକ୍ତିଆର କରିଥିଲେ। ତାଙ୍କ କ୍ୟାରିୟର ଶ୍ରେଷ୍ଠ ବୋଲିଂ ଫିଗର ୪/୪୪ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?