Posted inଖେଳ

ବ୍ୟାଟ୍‌ରେ ବଲ ନ ବାଜିବାରୁ ଡ୍ରେସିଂ ରୁମ୍‌ ଚାଲିଗଲେ ପୋଲାର୍ଡ

ଶାରଜା,୨୯।୧୦: ଏଠାରେ ଶୁକ୍ରବାର ବାଂଲାଦେଶ ଓ ଓ୍ବେଷ୍ଟଇଣ୍ଡିଜ ମଧ୍ୟରେ ଖେଳାଯାଇଥିବା ଚଳିତ ଟି୨୦ ବିଶ୍ୱକପ୍‌ର ସୁପର-୧୨ ପର୍ଯ୍ୟାୟ ଏକ ମ୍ୟାଚ୍‌ରେ ଅସାଧାରଣ ଦୃଶ୍ୟ ଦେଖିବାକୁ ମିଳିଛି। ଓ୍ବେଷ୍ଟଇଣ୍ଡିଜ ପାଇଁ ୫ମ କ୍ରମରେ ବ୍ୟାଟିଂ କରିବାକୁ ଓହ୍ଲାଇଥିବା ଅଧିନାୟକ କିରନ ପୋଲାର୍ଡଙ୍କ ବ୍ୟାଟରେ ଆରମ୍ଭରୁ ବଲ ବାଜି ନ ଥିଲା। ୧୬ ବଲର ସମ୍ମୁଖୀନ ହୋଇ ମାତ୍ର ୮ ରନ୍‌ କରିଥିଲେ। ଫଳରେ ୧୩ତମ ଓଭରରେ ତାସ୍କିନ ଅହମ୍ମଦଙ୍କ ଓଭରରେ ଏକ ସିଙ୍ଗଲ ନେବା ପରେ ପ୍ୟାଭିଲିଅନ ଫେରଯାଇଥିଲେ। ପୋଲାର୍ଡଙ୍କ ଏଭଳି ନିଷ୍ପତ୍ତି ସଭିଙ୍କୁ ଚକିତ କରି ଦେଇଥିଲା। ଅନ୍ତର୍ଜାତୀୟ କ୍ରିକେଟରେ ଏପର୍ଯ୍ୟନ୍ତ କଦାପି ଏଭଳି ଘଟଣା ଦେଖିବାକୁ ମିଳି ନ ଥିଲା। ଶେଷ ଓଭରରେ ଡ୍ବେନ ବ୍ରାଭୋ ଆଉଟ୍‌ ହେବା ପରେ ପଡ଼ିଆକୁ ଫେରିଥିଲେ ପୋଲାର୍ଡ। ତା’ ପରେ ଦୁଇ ବଲର ସମ୍ମୁଖୀନ ହୋଇ ସେ ଗୋଟିଏ ଛକା ଲଗାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଶିକ୍ଷାବିଭାଗର ବିକଳ ଚିତ୍ର; ଗୋଟିଏ ଶ୍ରେଣୀ ଗୃହରେ ଚାଲିଛି ୬କ୍ଲାସ, ଫାଟକରେ ତାଲା ପକାଇ ଖରାରେ ଆନ୍ଦୋଳନ…

ଦିଗପହଣ୍ଡି,୯।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷାନିମଖଣ୍ଡି ପଞ୍ଚାୟତରେ ଶିକ୍ଷା ବିଭାଗର ବିକଳ ଚିତ୍ର ଦେଖିବାକୁ ମିଳିଛି । ପଞ୍ଚାୟତ ଅଧିନ ଶ୍ୟାମସୁନ୍ଦର ପଲ୍ଲୀ…

ଷ୍ଟେଶନରୁ ଶିଶୁପୁତ୍ର ଚୋରି ଘଟଣାର ପର୍ଦ୍ଦାଫାଶ: ବାପା ରଚିଥିଲେ ନାଟକ, ଶାଳୀଙ୍କଠାରୁ ଛୁଆ ଆଣି…

ନିରାକାରପୁର, ୯।୪(ମାନସ ଚନ୍ଦ୍ର ପଟ୍ଟନାୟକ): ନିରାକାରପୁର ରେଳବାଇ ଷ୍ଟେଶନରୁ ୪ ମାସର ଶିଶୁପୁତ୍ର ଚୋରି ଘଟଣାରେ ପର୍ଦ୍ଦାଫାଶ କରିଛି ନିରାକାରପୁର ରେଳବାଇ ଫାଣ୍ଡି ପୋଲିସ। ଯେଉଁ ବାପା…

ପଲିଥିନ୍‌ ବାଣ୍ଟିବାକୁ ନେଉଥିଲେ ଘଟଗାଁ ଅତିରିକ୍ତ ତହସିଲଦାର, ଅଟକାଇଲେ ଲୋକେ

ପାଟଣା,୯ା୪(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ମୂଷାଖରି ପଞ୍ଚାୟତ ମୂଷାଖରି-ମଲ୍ଲୀପୋଷି ରାସ୍ତାର ଆହାର ବନ୍ଧ ନିକଟରେ ପଲିଥିନ୍‌ ବୋଝେଇ ଗାଡ଼ି ଅଟକ ରଖିଛନ୍ତି ଉତ୍ତ୍ୟକ୍ତ ଲୋକେ।…

କୋଟିଏ ଟଙ୍କାର ଗଞ୍ଜେଇ ଜବତ କଲା ପାଡୁଆ ପୋଲିସ, ଜଙ୍ଗଲରେ ଲୁଚାଇ ରଖିଥିଲେ ମାଫିଆ

ନନ୍ଦପୁର/ପାଡୁଆ, ୯।୪(ତୁଷାର କାନ୍ତ ମହାନ୍ତି/ଶଙ୍କର ପୂଜାରୀ): କୋରାପୁଟ ଜିଲା ନନ୍ଦପୁର ପୋଲିସ ଉପଖଣ୍ଡ ଅଧିନ ପାଡୁଆ ପୋଲିସକୁ ଗଞ୍ଜେଇ ଧରପଗଡ ମାମଲାରେ ଏକ ବଡ ସଫଳତା ମିଳିଛି…

ଲକ୍ଷ୍ୟଠାରୁ ଦୂରରେ ଏଜୁକେଶନ କମ୍ପ୍ଲେକ୍ସ, ଧରିତ୍ରୀରେ ଖବର ପ୍ରକାଶ ପରେ ପ୍ରଶାସନ ତତ୍ପର

ଗୁଣପୁର,୯।୪(ସଂକେତ ପାତ୍ର): ଦୁର୍ଗମ ଆଦିବାସୀ ଅଞ୍ଚଳରେ ଶିକ୍ଷାର ଉନ୍ନତି ଲକ୍ଷ୍ୟରେ ପ୍ରାୟ ୫ କୋଟି ଟଙ୍କା ବ୍ୟୟରେ ଗୁଣପୁର ବ୍ଲକ୍‌ ଅନ୍ତର୍ଗତ ଲାଞ୍ଜିଆ ସୌରା ଅଞ୍ଚଳର ଆବଡ଼ାରେ…

ସୁନା-ରୂପା ମୂଲ୍ୟରେ ବଡ଼ ହ୍ରାସ,୩୩୦୦ଟଙ୍କା କମିଲା ଦାମ୍

ନୂଆଦିଲ୍ଲୀ,୯।୪:  ଘରୋଇ ଫ୍ୟୁଚର୍ସ ବଜାରରେ ଗୁରୁବାର ସୁନା ଏବଂ ରୂପାର ମୂଲ୍ୟ ହ୍ରାସ ପାଇଛି । ବାଣିଜ୍ୟ ଆରମ୍ଭ ହେବା ସମୟରେ, ସୁନା ଏବଂ ରୂପା ଉଭୟର…

କାମ ନ କଲେ, ମିଳୁଛି ଛଟେଇ ଧମକ: ବିଧାୟକ କଳିକେଶଙ୍କୁ ଭେଟି ଅଭିଯୋଗ କଲେ ସଫେଇ କର୍ମଚାରୀ, ଏଭଳି ପ୍ରତିଶ୍ରୁତି ଦେଲେ…

ବଲାଙ୍ଗୀର,୯।୪ ( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଭୀମଭୋଇ ମେଡିକାଲ କଲେଜ ହସ୍ପିଟାଲର ସଫେଇ କର୍ମଚାରୀଙ୍କୁ ସେମାନଙ୍କ କାମ ବାହାରେ ଅତିରିକ୍ତ କାର୍ଯ୍ୟ କରିବାକୁ ବାଧ୍ୟ କରାଯାଉଥିବା…

‘ଭାଇ! ଯଦି ତୁମକୁ…’ଯୁଦ୍ଧବିରତି ମଧ୍ୟରେ ଭାରତକୁ ବଡ଼ ଅଫର ଦେଲା ରୁଷିଆ, ବିଶ୍ୱରେ ଚହଳ

ନୂଆଦିଲ୍ଲୀ,୯।୪: ଯେତେବେଳେ ମଧ୍ୟପ୍ରାଚ୍ୟରେ ଯୁଦ୍ଧ ଯୋଗୁ ବିଶ୍ୱର ବିଭିନ୍ନ ଦେଶ ତୈଳ ଅଭାବର ସମ୍ମୁଖୀନ ହେଉଥିଲେ, ସେତେବେଳେ ରୁଷିଆ ଭାରତକୁ ତେଲ ଯୋଗାଇଥିଲା। ଏବେ, ରୁଷିଆ ମଧ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri