KIITରେ ପୁଣି ଜଣେ ନେପାଳୀ ଛାତ୍ରୀ ମୃତ୍ୟୁ ଘଟଣା: କ୍ଷୋଭ ପ୍ରକାଶ କଲେ ନେପାଳ ବୈଦେଶିକ ମନ୍ତ୍ରୀ

ଭୁବନେଶ୍ୱର,୨।୫:କିଟ ବିଶ୍ୱବିଦ୍ୟାଳୟ(KIIT)ରେ ପୁଣି ଜଣେ ନେପାଳୀ ଛାତ୍ରୀ ଆତ୍ମହତ୍ୟା କରିଛନ୍ତି। ପୋଲିସ କମିଶନର ଏନେଇ ସୂଚନା ଦେଇଛନ୍ତି। ସେପଟେ ଏହି ଘଟଣାରେ ଉଦବେଗ ପ୍ରକାଶ କରିଛନ୍ତି ନେପାଳ ବୈଦେଶିକ ମନ୍ତ୍ରୀ ଆରଜୁ ରାଣା ଦେଉବା। ସେ ଟୁଇଟ୍‌ ଯୋଗେ ଘଟଣାକୁ ନେଇ ଦୁଃଖ ପ୍ରକାଶ କରିବା ସହ ଘଟଣାର ଯାଞ୍ଚ ପାଇଁ କହିଛନ୍ତି।
ନେପାଳ ବୈଦେଶିକ ମନ୍ତ୍ରୀ ନିଜ ଟୁଇଟ୍‌ରେ କହିଛନ୍ତି,ଓଡ଼ିଶାର କଳିଙ୍ଗ ଇନଷ୍ଟିଚ୍ୟୁଟ ଅଫ ଇଣ୍ଡଷ୍ଟ୍ରିଆଲ ଟେକ୍ନୋଲୋଜି (KIIT) ବିଶ୍ୱବିଦ୍ୟାଳୟରେ ଅଧ୍ୟୟନରତ ନେପାଳୀ ଛାତ୍ରୀ ପ୍ରିସା ସାହଙ୍କ ତାଙ୍କ ହଷ୍ଟେଲ ରୁମ୍‌ରେ ମୃତଦେହ ମିଳିବା ଘଟଣା ଆମକୁ ଗଭୀର ଦୁଃଖ ଦେଇଛି। ପ୍ରିସାଙ୍କ ଆତ୍ମାର ସଦ୍‌ଗତି କାମନା କରୁଛୁ। ଏହି ଦୁଃଖଦ ମୁହୂର୍ତ୍ତରେ ମୁଁ ତାଙ୍କ ପରିବାର ପ୍ରତି ମୋର ସମବେଦନା ଜଣାଉଛି।

ଘଟଣା ପରେ ବୈଦେଶିକ ବ୍ୟାପାର ମନ୍ତ୍ରଣାଳୟ ତୁରନ୍ତ କୂଟନୈତିକ ପ୍ରୟାସ ଆରମ୍ଭ କରିଛି, ଭାରତ ସରକାର, ଓଡ଼ିଶା ସରକାରଙ୍କ ବରିଷ୍ଠ ଅଧିକାରୀ ଏବଂ ଦିଲ୍ଲୀରେ ଥିବା ନେପାଳୀ ଦୂତାବାସ ସହିତ ସମନ୍ବୟ ରଖି ଘଟଣାର ସତ୍ୟତା ଏବଂ ତଥ୍ୟ ତଦନ୍ତ କରିଛି।

ସୂଚନାଯୋଗ୍ୟ, ଗୁରୁବାର କିଟ୍‌ ହଷ୍ଟେଲ ରୁମରୁ ନେପାଳ ଛାତ୍ରୀଙ୍କ ମୃତଦେହ ଉଦ୍ଧାର ହୋଇଥିଲା। ତେବେ କେଉଁ ପରିସ୍ଥିତିରେ ଛାତ୍ରୀଙ୍କ ମୃତ୍ୟୁ ହୋଇଛି ଏଯାଏ ସ୍ପଷ୍ଟ ହୋଇନାହିଁ। ଗତ ଫେବୃଆରୀ ୧୬, ୨୦୨୫ରେ ଜଣେ ୨୦ ବର୍ଷୀୟ ନେପାଳୀ ଛାତ୍ରୀ ପ୍ରକ୍ରିତି ଲମସାଲଙ୍କ ଆତ୍ମହତ୍ୟା ପରେ ଏହା ଦ୍ୱିତୀୟ ଏଭଳି ଘଟଣା। ଘଟଣାର ପ୍ରାଥମିକ ତଦନ୍ତରୁ ଜଣାପଡିଥିଲା ଯେ, ଛାତ୍ରୀ ଜଣଙ୍କ ଜଣେ ସହପାଠୀଙ୍କ ଦ୍ୱାରା ନିର୍ଯାତନାର ଶିକାର ହୋଇଥିଲେ। ଏହି ଅଭିଯୋଗକୁ ନେଇ ସେ ବିଶ୍ୱବିଦ୍ୟାଳୟର ଇଣ୍ଟରନ୍ୟାଶନାଲ ରିଲେସନ୍ସ ଅଫିସ (IRO)ରେ ଅଭିଯୋଗ କରିଥିଲେ, କିନ୍ତୁ କୌଣସି କାର୍ଯ୍ୟାନୁଷ୍ଠାନ ନିଆଯାଇ ନ ଥିଲା। ଜାତୀୟ ମାନବାଧିକାର ଆୟୋଗ (NHRC) ତାଙ୍କ ରିପୋର୍ଟରେ ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷଙ୍କ ଏହି ଅବହେଳାକୁ ଗୁରୁତର ଅବହେଳା ବୋଲି କୁହାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ସରିଲା ସିବିଏସି ପରୀକ୍ଷା: ପିଠିରେ ଲେଖି ଜଣାଇଲେ ବିଦାୟ ବାର୍ତ୍ତା

ପଟ୍ଟାଙ୍ଗି,୭।୩(ଶରତ କୁମାର ଧଳ): ରାଜ୍ୟରେ ବିଭିନ୍ନ ପରୀକ୍ଷା କେନ୍ଦ୍ରରେ ଚାଲିଥିବା ଦଶମ ସିବିଏସି ପରୀକ୍ଷା ଶନିବାର ସରିଥିବା ବେଳେ ପରୀକ୍ଷା ସରିବା ପରେ ପରସ୍ପର ମଧ୍ୟରେ ଛାତ୍ରୀଛାତ୍ର…

ସେମିଫାଇନାଲରେ ପହଞ୍ଚିଲେ ଲକ୍ଷ୍ୟ ସେନ୍‌

ବର୍ମିଂହାମ୍‌,୭ା୩:ଭାରତର ଲକ୍ଷ୍ୟ ସେନ୍‌ ଅଲ୍‌ ଇଂଲଣ୍ଡ ଓପନ ବ୍ୟାଡ୍‌ମିଣ୍ଟନ ଚାମ୍ପିୟନଶିପ୍‌ ପୁରୁଷ ସିଙ୍ଗଲ୍ସ ସେମିଫାଇନାଲରେ ପ୍ରବେଶ କରିଛନ୍ତି। ୨୦୨୨ ସଂସ୍କରଣରେ ରନର-ଅପ୍‌ ବିଶ୍ୱର ୧୨ତମ ମାନ୍ୟତାପ୍ରାପ୍ତ ଏହି…

ପରୀକ୍ଷା ସରିବା ପରେ ତିନି ସାଙ୍ଗ ଯାଇଥିଲେ ଜଳଭଣ୍ଡର, ଫେରିଲା…

କୋରାପୁଟ,୭।୩(ଅମିତାଭ ବେହେରା ): କୋଲାବ ଜଳଭଣ୍ଡରରେ ବୁଡ଼ି ୩ ଛାତ୍ରଙ୍କ ମୃତ୍ୟୁ। ପରୀକ୍ଷା ସରିବା ପରେ ୩ ସାଙ୍ଗ ଗାଧେଇବା ପାଇଁ ଜଳଭଣ୍ଡର ଯାଇଥିଲେ। ତିନି ଛାତ୍ର…

ପୋଖରୀରେ ବୁଡ଼ି ଚାଲିଗଲା ୨ ନାବାଳିକାଙ୍କ ଜୀବନ

ଉଦଳା,୭।୩: ମୟୂରଭଞ୍ଜ ଜିଲା କପ୍ତିପଦା ଥାନା ନଥିପୁର ଗାଁରେ ଶନିବାର ଏକ ଅଘଟଣ ଘଟିଛି। ପୋଖରୀରେ ବୁଡ଼ି ୨ ନାବାଳିକାଙ୍କ ମୃତ୍ୟୁ ଘଟିଛି। ଦୁଇ ନାବାଳିକାଙ୍କୁ ହରାଇ…

ପଟ୍ଟାଙ୍ଗିରେ ପହଞ୍ଚିଲା ଲୋକ ଅଧିକାର ଯାତ୍ରା : ବଞ୍ଚିବା ପାଇଁ ଲଢେଇ କର

ପଟ୍ଟାଙ୍ଗି,୭।୩(ଶରତ କୁମାର ଧଳ): ରାଜ୍ୟରେ ଭରି ରହିଥିବା ବକ୍ସାଇଟ ଖଣି, ପାହାଡ଼ ତଥା ପ୍ରାକୃତିକ ସମ୍ପଦର ସୁରକ୍ଷା ପାଇଁ ବାହାରିଥିବା ଲୋକ ଅଧିକାର ଯାତ୍ରା ଶନିବାର କୋରାପୁଟ…

‘ଛାତ୍ରୀଛାତ୍ରଙ୍କ ଭବିଷ୍ୟତ ଉଜ୍ବଳ ହେଲେ ପୃଥିବୀ ଉଜ୍ଜ୍ୱଳ ହେବ’

ପୁରୁଷୋତ୍ତମପୁର,୭।୩(ସବିିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ତାରାତାରିଣୀ କଲେଜର ବାର୍ଷିକ ଉତ୍ସବ ଅଧ୍ୟକ୍ଷ ଡ. ପ୍ରଦୀପ କୁମାର ସାହୁଙ୍କ ପୌରୋହିତ୍ୟରେ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ…

ଖେମୁଣ୍ଡି ଓକିଲ ସଂଘର ନିର୍ବାଚନ ପାଇଁ ପ୍ରାର୍ଥତ୍ପତ୍ର ଦାଖଲ

ଦିଗପହଣ୍ଡି,୭ା୩(ଅଶେଷ ନାଥ ମିଶ୍ର): ରାଜ୍ୟ ବାର୍‌ କାଉନସିଲ ପକ୍ଷରୁ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି ଓକିଲ ସଂଘର କାର୍ଯ୍ୟକର୍ତ୍ତା ନିର୍ବାଚନ ନିମନ୍ତେ ଶନିବାରଠାରୁ…

‘ଆମେ ଯାହା କରିଛୁ ଠିକ୍‌ କରିଛୁ’, କାହିଁକି ଏମିତି କହିଲେ ଜୟଶଙ୍କର? ଜାଣନ୍ତୁ ଇରାନ ଯୁଦ୍ଧ ସହ କ’ଣ ରହିଛି ସମ୍ପର୍କ

ନୂଆଦିଲ୍ଲୀ,୭।୩: ରାଇସିନା ଡାଏଲଗ ୨୦୨୬ରେ ମଧ୍ୟପ୍ରାଚ୍ୟ ଉତ୍ତେଜନା ମଧ୍ୟରେ ଭାରତର ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର କୋଚିରେ ଏକ ଇରାନୀ ନୌସେନା ଜାହାଜକୁ ଡକିଂ କରିବାକୁ ଅନୁମତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri