Posted inଖେଳ

କିଟ୍‌ର ଅମ୍ଳାନଙ୍କ କୃତିତ୍ୱ

ଭୁବନେଶ୍ୱର,୫।୮(ତପନ ସ୍ବାଇଁ): ଚାଇନାର ଚେଙ୍ଗଡୁଠାରେ ଚାଲିଥିବା ଓ୍ବାଲର୍‌ଡ ୟୁନିଭର୍ସିଟି ଗେମ୍ସରେ କିଟ୍‌ ବିଶ୍ୱବିଦ୍ୟାଳୟ ଛାତ୍ର ଅମ୍ଳାନ ବୋରଗୋହେନ ପ୍ରଥମ ଭାରତୀୟ ପୁରୁଷ ଆଥ୍‌ଲେଟ ଭାବେ ଆଥ୍‌ଲେଟିକ୍ସ ଇଭେଣ୍ଟରେ ପଦକ ହାସଲ କରିଛନ୍ତି। ସେ ପୁରୁଷ ୨୦୦ ମିଟର ରେସ୍‌ରେ ବ୍ରୋଞ୍ଜ ପଦକ ପାଇଛନ୍ତି। ସେହିପରି ତାରକା ଆଥଲେଟ୍‌ ଜ୍ୟୋତି ୟାରାଜି ମହିଳା ୧୦୦ ମିଟର ହର୍ଡଲ୍ସରେ ନିଜ ଜାତୀୟ ରେକର୍ଡ ଭାଙ୍ଗିବା ସହ ବ୍ରୋଞ୍ଜ ପଦକ ହାସଲ କରିଛନ୍ତି।
ଜ୍ୟୋତି ବ୍ୟକ୍ତିଗତ ଶ୍ରେଷ୍ଠ ୧୨.୭୮ ସେକେଣ୍ଡ ସମୟ ନେଇ ନିଜ ନାମରେ ଥିବା ଜାତୀୟ ରେକର୍ଡକୁ ଭାଙ୍ଗିଥିଲେ। ୨୦୨୨ରେ ସେ ୧୨.୮୨ ସେକେଣ୍ଡ ସମୟ ନେଇ ଜାତୀୟ ରେକର୍ଡର ଅଧିକାରିଣୀ ହୋଇଥିଲେ। ଏଥିସହ ସେ ହାଙ୍ଗଝୋଉ ଏସିଆନ ଗେମ୍ସ ପାଇଁ ଯୋଗ୍ୟତା ଅର୍ଜନ କରିଥିଲେ। ଭିକ୍ଟୋରିଆ ଫର୍ଷ୍ଟର (୧୨.୭୨) ସ୍ବର୍ଣ୍ଣ ଓ ୟାନି ଉ (୧୨.୭୬) ରୌପ୍ୟ ପଦକ ହାସଲ କରିଥିଲେ। ସେହିପରି ଅମ୍ଳାନ ସିଜନ ଶ୍ରେଷ୍ଠ ୨୦.୫୭ ସେକେଣ୍ଡ ସମୟ ନେଇ ଫାଇନାଲ୍ସରେ ପ୍ରବେଶ କରିଥିଲେ। ଏହି ଟାଇମିଂ ଯୋଗୁ ସେ ଏସିଆନ ଗେମ୍ସ ଯୋଗ୍ୟତା ପାଇଥିଲେ। ନିଜ ଟାଇମିଂରେ ଉନ୍ନତି ଆଣି ସେ ଫାଇନାଲ୍ସରେ ୨୦.୫୫ ସେକେଣ୍ଡ ସମୟ ନେଇ ବ୍ରୋଞ୍ଜ ପଦକ ହାସଲ କରିଥିଲେ। ଦକ୍ଷିଣ ଆଫ୍ରିକାର ସେବୋ ଇସାଡୋରେ ମାସୋସୋ ୨୦.୩୬ ଓ ଜାପାନର ୟୁଦାଇ ନିଶି ୨୦.୪୬ ସେକେଣ୍ଡ ସମୟ ସହ ଯଥାକ୍ରମେ ସ୍ବର୍ଣ୍ଣ ଓ ରୌପ୍ୟ ପଦକ ପାଇଥିଲେ। ପୂର୍ବରୁ କିଟ୍‌ ବିଶ୍ୱବିଦ୍ୟାଳୟ ଛାତ୍ରୀ ଦୂତୀ ଚାନ୍ଦ ଭାରତର ପ୍ରଥମ ମହିଳା ଆଥଲେଟ୍‌ଭାବେ ଆଥ୍‌ଲେଟିକ୍ସ ଇଭେଣ୍ଟରେ ସ୍ବର୍ଣ୍ଣ ପଦକ ହାସଲ କରିଥିଲେ। ଇଟାଲିର ନାପୋଲିରେ ୨୦୧୯ରେ ଅନୁଷ୍ଠିତ ଓ୍ବାଲର୍‌ଡ ୟୁନିଭର୍ସିଟି ଗେମ୍ସରେ ଦୂତୀ ମହିଳା ୧୦୦ ମିଟରରେ ଏହି ସଫଳତା ପାଇଥିଲେ।
ଭାରତର ଆଉ ୨ ଆଥ୍‌ଲେଟ ସାଥ୍ୟା ତାମିଲାରଶନ ଓ ସିନ୍ଧୁଶ୍ରୀ ଗଣେଶ ମହିଳା ପୋଲଭଲ୍ଟ ଫାଇନାଲରେ ପ୍ରବେଶ କରିଥିଲେ। ମାତ୍ର ଫାଇନାଲ୍‌ରେ ସାଥ୍ୟା ୩.୬୦ ମିଟର ସହ ୭ମ ସ୍ଥାନ ପାଇଥିବାବେଳେ ଗଣେଶ ଓହରି ଯାଇଥିଲେ। ପୁରୁଷ ଜାଭେଲିନ ଥ୍ରୋରେ ବିକ୍ରାନ୍ତ ମଲିକ (୭୧.୧୫) ଓ ଅନୁଜ କଲେରା (୬୯.୪୯) ଫାଇନାଲ୍ସରେ ପ୍ରବେଶ କରିଛନ୍ତି। ପୁରୁଷ ହାମର ଥ୍ରୋ ଫାଇନାଲ୍ସରେ ପ୍ରବେଶ କରିଥିଲେ ହେଁ ଅଜୟ କୁମାର ୧୧ଶ ସ୍ଥାନରେ ସନ୍ତୁଷ୍ଟ ରହିଥିଲେ। କିଟ୍‌ ଓ କିସ୍‌ର ପ୍ରତିଷ୍ଠାତା ତଥା ଏମ୍‌ପି ଅଚ୍ୟୁତ ସାମନ୍ତ ଜ୍ୟୋତି ଓ ଅମ୍ଳାନଙ୍କୁ ଅଭିନନ୍ଦନ ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମେୟର ସୁବାସ ସିଂଙ୍କୁ ଟାର୍ଗେଟ୍‌ କଲେ ସୋଫିଆ, କହିଲେ ନିଜ ସ୍ବାର୍ଥ ପାଇଁ…

କଟକ,୧୯ା୨: କଟକରେ ଜଣ୍ଡିସ୍‌ କାୟା ବିସ୍ତାର କରିବା ପ୍ରସଙ୍ଗରେ ମେୟର ସୁବାସ ସିଂଙ୍କୁ ଟାର୍ଗେଟ୍‌ କରିଛନ୍ତି ବିଧାୟିକା ସୋଫିଆ ଫିର୍ଦ୍ଦୋସ। ସେ କହିଛନ୍ତି, ନିଜ ସ୍ବାର୍ଥ ପାଇଁ…

ଜମ୍ବୁ-ମାର୍ଶାଘାଇ ରାସ୍ତା ହେବ ଦୋହରୀକରଣ, ନିର୍ମାଣ ହେବ ନୂଆ ଏୟାର ଷ୍ଟ୍ରିପ୍‌

ମହାକାଳପଡ଼ା, ୧୯ା୨(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ-ଜମ୍ବୁ ରାସ୍ତାର ଉନ୍ନତି ଓ ପ୍ରଶସ୍ତୀକରଣ ପ୍ରକଳ୍ପ ନିମନ୍ତେ ମହାକାଳପଡ଼ା ତହସିଲ ଅନ୍ତର୍ଗତ ଦୁଇଟି ଗ୍ରାମ ତଥା ଚଡେଇଗୁଅଁା…

ବିପର୍ଯ୍ୟସ୍ତ ଶିକ୍ଷା ବ୍ୟବସ୍ଥା: ଖୋଲୁଛି ସ୍କୁଲ, ଧାର ଚାଉଳରେ ଚାଲିଛି ମଧ୍ୟାହ୍ନ ଭୋଜନ

ଥୁଆମୂଳ ରାମପୁର,୧୯।୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ବ୍ଲକରେ ଶିକ୍ଷା ବ୍ୟବସ୍ଥା ସମ୍ପୂର୍ଣ୍ଣ ରୂପେ ଭୁଶୁଡ଼ି ପଡ଼ିଛି। କେଉଁଠି ଶିକ୍ଷକଙ୍କ ଅଭାବ ତ କେଉଁଠି ମଧ୍ୟାହ୍ନ…

ଯାତ୍ରା ଦେଖିବାକୁ ଯାଇଥିଲେ ପରିବାର ଲୋକେ, ଘରେ ପଶି…

ଖୋର୍ଦ୍ଧା,୧୯ା୨(ପ୍ରଭାତ ପାଣିଗ୍ରାହୀ): ଗାଁ ଗାଁରେ ମାତିଲେଣି ଚୋର। ଘରେ କେହି ନ ଥିବା ସୁଯୋଗ ନେଇ ଦିନରେ ଟାର୍ଗେଟ ଏବଂ ବିଳମ୍ବିତ ରାତିରେ ଘରେ ପଶି ଲୁଟ୍‌…

ସରିଲା ଆଜିର ପ୍ରଥମ ଦିନର ମାଟ୍ରିକ ପରୀକ୍ଷା, ଆନନ୍ଦ ମନରେ ପିଲାମାନେ…

ଖୋର୍ଦ୍ଧା,୧୯ା୨(ପ୍ରଭାତ ପାଣିଗ୍ରାହୀ): ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ବାର୍ଷିକ ହାଇସ୍କୁଲ ସାର୍ଟିଫିକେଟ ପରୀକ୍ଷା ବା ମାଟ୍ରିକ ପରୀକ୍ଷା ଆଜିଠାରୁ ଆରମ୍ଭ ହୋଇଛି। ଏହା ମାର୍ଚ୍ଚ…

ସୁଧୀରଙ୍କୁ ବଡ଼ ଦାୟିତ୍ୱ ଦେଲେ ନବୀନ ପଟ୍ଟନାୟକ, ଗଞ୍ଜାମ ବିଜ୍ଞାପିତ ଅଞ୍ଚଳ ପରିଷଦର….

ଗଞ୍ଜାମ,୧୯ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବିଜ୍ଞାପିତ ଅଞ୍ଚଳ ପରିଷଦର ବିଜୁ ଜନତା ଦଳ ନଗର ସଭାପତି ଭାବେ ସୁଧୀର କୁମାର ପାଢ଼ୀଙ୍କୁ ଦଳ ସୁପ୍ରିମୋ ନବୀନ ପଟ୍ଟନାୟକ ମନୋନୀତ…

ଇତିହାସ ରଚିଲା ଭାରତ: ବିଶ୍ୱର ପ୍ରଥମ ଦଳ ଭାବେ କଲା ଏମିତି କାରନାମା

ଅହମ୍ମଦାବାଦ,୧୯।୨: ଟି-୨୦ ବିଶ୍ୱକପରେ ଟିମ ଇଣ୍ଡିଆ ଇତିହାସ ସୃଷ୍ଟି କରିଛି। ଅହମ୍ମଦାବାଦରେ ନେଦରଲାଣ୍ଡ୍ସକୁ ପରାସ୍ତ କରି ଏକ ଉଲ୍ଲେଖନୀୟ ସଫଳତା ହାସଲ କରିଛି ଭାରତ। ଟିମ ଇଣ୍ଡିଆ…

ଆଜିଠୁ ମାଟ୍ରିକ ପରୀକ୍ଷା, ସ୍ଥିତି ପରଖିଲେ ଗଞ୍ଜାମ ଜିଲାପାଳ

ଛତ୍ରପୁର,୧୯ା୨(ଦିଲ୍ଲୀପ ସାମଲ): ଗୁରୁବାରଠୁ ଆରମ୍ଭ ହେଉଛି ମାଟ୍ରିକ ପରୀକ୍ଷା। ମାର୍ଚ୍ଚ ୨ ତାରିଖ ପର୍ଯ୍ୟନ୍ତ ଚାଲିବ। ଆଜି ମାତୃଭାଷାରେ ପରୀକ୍ଷା ଦେଲେ ଛାତ୍ରୀଛାତ୍ର । ସକାଳ ୯…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri