Posted inଖେଳ

ଦେଶର ଶ୍ରେଷ୍ଠ ଆଥଲେଟିକ୍‌ ଏକାଡେମୀ ମଧ୍ୟରେ କିଟ୍‌

ଭୁବନେଶ୍ୱର, ୧୦।୬- ଭାରତର ଶ୍ରେଷ୍ଠ ୧୦ ଆଥଲେଟିକ୍‌ ଏକାଡେମୀ ମଧ୍ୟରେ ଓଡ଼ିଶାର କିଟ୍‌ ବିଶ୍ୱବିଦ୍ୟାଳୟ ସ୍ଥାନ ପାଇଛି। ଦି ବ୍ରିଜ୍‌ ମିଡିଆ ପକ୍ଷରୁ ନିକଟରେ ପ୍ରସ୍ତୁତ କରାଯାଇଥିବା ତାଲିକାରେ ଶ୍ରେଷ୍ଠ ୪ର୍ଥ ସ୍ଥାନରେ ରହିଛି କିଟ୍‌। ଗୁରୁତ୍ୱପୂର୍ଣ୍ଣ ବିଷୟ ହେଉଛି ତାଲିକାରେ ସ୍ଥାନ ପାଇଥିବା ଅନ୍ୟ ସମସ୍ତ ଅନୁଷ୍ଠାନ ପ୍ରଫେସନାଲ୍‌ କ୍ରୀଡ଼ା ଅନୁଷ୍ଠାନ ହୋଇଥିବା ବେଳେ କିଟ୍‌ ଏକମାତ୍ର ଶିକ୍ଷାନୁଷ୍ଠାନ ଭାବେ ଏହି ତାଲିକାରେ ସ୍ଥାନ ପାଇଛି। କିଟ୍‌ ଓ କିସ୍‌ରେ ରହିଛି ଅନ୍ତର୍ଜାତିୟମାନର କ୍ରୀଡ଼ା ଭିତ୍ତିଭୂମି। ସର୍ବାଧିକ କ୍ରୀଡ଼ା ଭିତ୍ତିଭୂମି ଥିବା ଦେଶର ଏକମାତ୍ର ଶିକ୍ଷାନୁଷ୍ଠାନ। ଏଠାରୁ କିସ୍‌ ମାଧ୍ୟମରେ ୫ ହଜାରରୁ ଊର୍ଦ୍ଧ୍ୱ କ୍ରୀଡ଼ାବିତ ସୃଷ୍ଟି ହୋଇ ସାରିଲେଣି। ଫୁଟବଲ୍‌, ଭଲିବଲ୍‌, ରଗବୀ, ହକି, କ୍ରିକେଟ୍‌ ଓ ଇନ୍‌ଡୋର ଷ୍ଟାଡିଅମ୍‌ ସହ ସ୍ବତନ୍ତ୍ର ଆଥଲେଟିକ୍‌ ଟ୍ରାକ୍‌ ଓ ସୁଇମିଂ ପୁଲ୍‌ ଥାଇ ଏଠାରେ ୧୬ଟି ଅନ୍ତର୍ଜାତୀୟସ୍ତରର ସ୍ପୋଟର୍‌ସକମ୍ପ୍ଲେକ୍ସ ରହିଛି। ଅଲିମ୍ପିକ୍‌ରେ ଯେତେ କ୍ରୀଡ଼ା ଅଛି ସେ ସବୁ ପାଇଁ ଅନ୍ତର୍ଜାତୀୟସ୍ତରର ଭିତ୍ତିଭୂମି ଏଠାରେ ଉପଲବ୍ଧ। ୨୦୨୦ରେ କିଟ୍‌ ପ୍ରଥମ ଖେଲୋ ଇଣ୍ଡିଆ ବିଶ୍ୱବିଦ୍ୟାଳୟ କ୍ରୀଡ଼ା ପ୍ରତିଯୋଗିତା କରି ଉଦାହରଣ ସୃଷ୍ଟି କରିଥିଲା। ଜାତୀୟ ରଗବୀର ପ୍ରାୟୋଜକ ଥିବାବେଳେ ଦୂତୀ ଚାନ୍ଦ ଓ ଭବାନୀ ଦେବୀଙ୍କ ଭଳି ଅଲିମ୍ପିଆନଙ୍କ ସମେତ ଦେଶର ଶ୍ରେଷ୍ଠ ଦ୍ରୁତ ଧାବିକା ଧାବକ, ହର୍ଡଲ୍ସ ଓ ହେପଟାଥଲନ୍‌ ଆଥଲେଟ୍‌ କିଟ୍‌ ଛାତ୍ରଛାତ୍ରୀ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

BCCI ଡାକିଲା ଜରୁରୀ ବୈଠକ; ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉପରେ ହେବ ଆଲୋଚନା; ରୋହିତ-ବିରାଟ, ଏବଂ ଗମ୍ଭୀର-ଆୟରଙ୍କ ସମ୍ପର୍କରେ ପ୍ରମୁଖ ନିଷ୍ପତ୍ତି ଆଶା କରାଯାଉଛି

ନୂଆଦିଲ୍ଲୀ,୧୧।୭: ଭାରତୀୟ କ୍ରିକେଟରେ ସବୁକିଛି ଠିକ ଅଛି କି? ଏହା ବର୍ତ୍ତମାନ ଏକ ପ୍ରମୁଖ ପ୍ରଶ୍ନ ପାଲଟିଛି। ଭାରତୀୟ ଦଳ ଆୟରଲ୍ୟାଣ୍ଡ ବିପକ୍ଷରେ ଦୁଇ ମ୍ୟାଚ ବିଶିଷ୍ଟ…

ମିଷ୍ଟ୍ରି ଗର୍ଲଙ୍କ ସହ ଭାଇରାଲ ହେଉଛି ଶୁବମନ ଗିଲଙ୍କ ଫଟୋ, କିଏ ସେହି ରହସ୍ୟମୟୀ ଝିଅ? ସାରା ତେନ୍ଦୁଲକରଙ୍କୁ ଦେବେ ଟକ୍କର

ନୂଆଦିଲ୍ଲୀ,୧୧।୭: ଟିମ ଇଣ୍ଡିଆର ଟେଷ୍ଟ ଏବଂ ଏକଦିବସୀୟ ଅଧିନାୟକ ଶୁବମନ ଗିଲ ୱିମ୍ବଲଡନକୁ ନେଇ ଚର୍ଚ୍ଚାରେ ଅଛନ୍ତି। ତାଙ୍କୁ ସଚିନ ତେନ୍ଦୁଲକର ଏବଂ ତାଙ୍କ ପରିବାର ସହିତ…

ମ୍ୟାଚ ପୂର୍ବରୁ ଯୁବ ବ୍ୟାଟର ବୈଭବ ସୂର୍ଯ୍ୟବଂଶୀଙ୍କୁ ଚେତାଇଲେ ଇଂଲଣ୍ଡ ଖେଳାଳି, କହିଦେଲେ ଏତେ ବଡ଼ କଥା

ନୂଆଦିଲ୍ଲୀ, ୧୧।୭: ଭାରତୀୟ କ୍ରିକେଟ ଦଳ ଇଂଲଣ୍ଡ ବିପକ୍ଷ ଟି-୨୦ ସିରିଜ ହରାଇ ସାରିଛି, କିନ୍ତୁ ଆଜି ଖେଳାଯିବାକୁ ଥିବା ପଞ୍ଚମ ତଥା ଅନ୍ତିମ ଟି-୨୦ ମ୍ୟାଚ…

ସଚିନଙ୍କ ସହ ୱିମ୍ବଲଡନ ଦେଖିବାକୁ ଗଲେ ଶୁବମନ ଗିଲ୍‌: ଲୋକେ କହିଲେ…

ନୂଆଦିଲ୍ଲୀ,୧୧।୭: ଭାରତର ଟେଷ୍ଟ ଏବଂ ଏକଦିବସୀୟ ଅଧିନାୟକ ଶୁବମନ ଗିଲଙ୍କୁ ୱିମ୍ବଲଡନରେ ରୟାଲ ବକ୍ସରେ କିମ୍ବଦନ୍ତୀ ଭାରତୀୟ ବ୍ୟାଟ୍ସମ୍ୟାନ ସଚିନ ତେନ୍ଦୁଲକର ଏବଂ ତାଙ୍କ ସ୍ତ୍ରୀ ଅଞ୍ଜଳିଙ୍କ…

IND vs ENG: ବାହାନା ପରେ ବାହାନା… ଟିମ ଇଣ୍ଡିଆର ଦୁଃଖଦ ଅବସ୍ଥା ସମ୍ପର୍କରେ ଏକ ଆଶ୍ଚର୍ଯ୍ୟଜନକ ବୟାନ ଦେଲେ ଶ୍ରେୟସ ଆୟର

ନୂଆଦିଲ୍ଲୀ,୧୧।୭: ଭାରତର T20 ଦଳର ନୂତନ ଅଧିନାୟକ ଶ୍ରେୟସ ଆୟରଙ୍କ ପାଖରେ ଅସୀମ ବାହାନା ଥିବା ପରି ମନେହୁଏ। ସେ ଏବେ ଆଉ ଏକ ବାହାନା ବାହାର…

ଇଂଲଣ୍ଡ ଗସ୍ତ ସହ ଶେଷ ହେଲା ଏହି ୩ ଖେଳାଳିଙ୍କ T20 କ୍ୟାରିୟର! ଲଗାତାର ଫ୍ଲପ୍‌ ପରେ…

ନୂଆଦିଲ୍ଲୀ,୧୦।୭: ବ୍ୟାକ-ଟୁ-ବ୍ୟାକ ବିଶ୍ୱବିଜେତା ହେବା ପରେ ଟିମ ଇଣ୍ଡିଆ ଏବେ କ୍ରମାଗତ ୨ଟି ଟି-୨୦ ସିରିଜ ହାରିଛି। ପ୍ରଥମେ ଆୟରଲ୍ୟାଣ୍ଡ ଏବଂ ଏବେ ଇଂଲଣ୍ଡ, ଦୁଇ ଦେଶ…

Sunil Gavaskar Love Story: ଅଟୋଗ୍ରାଫ ନେବାକୁ ଆସିଥିବା ପ୍ରଶଂସକଙ୍କ ପ୍ରେମରେ ପଡ଼ିଯାଇଥିଲେ ସୁନୀଲ ଗାଭାସ୍କର, ଜାଣନ୍ତୁ ‘ଲିଟିଲ ମାଷ୍ଟର’ଙ୍କ ଲଭ ଷ୍ଟୋରୀ

ନୂଆଦିଲ୍ଲୀ,୧୦।୭: ପୂର୍ବତନ ଭାରତୀୟ କ୍ରିକେଟର ସୁନୀଲ ଗାଭାସ୍କର ଆଜି ତାଙ୍କର 77ତମ ଜନ୍ମଦିନ ପାଳନ କରୁଛନ୍ତି। ଏହି ଅବସରରେ, ଆସନ୍ତୁ ତାଙ୍କ ପ୍ରେମ କାହାଣୀକୁ ଶେୟାର କରିବା,…

IND vs ENG 5th T20I Playing-11: ବୈଭବ ସୂର୍ଯ୍ୟବଂଶୀ ଆଉଟ, ସଞ୍ଜୁ ସାମସନ ଇନ୍‌… ଇଜ୍ଜତ ବଞ୍ଚାଇବାକୁ ଗମ୍ଭୀର ଖେଳିବେ ଶେଷ ଗଣିତ

ନୂଆଦିଲ୍ଲୀ,୧୦।୭: ଗୁରୁବାର ରାତିରେ ବ୍ରିଷ୍ଟଲରେ ଭାରତୀୟ କ୍ରିକେଟ ଦଳର ନୈରାଶ୍ୟଜନକ ପ୍ରଦର୍ଶନ ପୁଣି ଥରେ ଦେଖାଯାଇଥିଲା, ଯାହା ଫଳରେ ମ୍ୟାଚ ଏବଂ ସିରିଜ ଉଭୟ ହାରିଯାଇଥିଲା ଟିମ୍‌।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri