କ୍ୟାମ୍ପସ ଛାଡିଥିବା ଛାତ୍ରୀଛାତ୍ରଙ୍କୁ ଫେରିଆସିବାକୁ ଅନୁରୋଧ କଲା KIIT

ଭୁବନେଶ୍ୱର,୧୭।୨: କିଟ୍‌ କ୍ୟାମ୍ପସରେ ନେପାଳୀ ଛାତ୍ରୀ ମୃତ୍ୟୁ ଘଟଣାକୁ ନେଇ ଉତ୍ତେଜନା ପ୍ରକାଶ ପାଇବା ପରେ ୫୦୦ରୁ ଅଧିକ ନେପାଳୀ ଛାତ୍ରୀଛାତ୍ରଙ୍କୁ ଘରକୁ ପଠାଇ ଦିଆଯାଇଛି। ଏହା ପରେ KIIT ବିଶ୍ୱବିଦ୍ୟାଳୟ ନେପାଳୀ ଛାତ୍ରମାନଙ୍କୁ କ୍ୟାମ୍ପସକୁ ଫେରିବାକୁ ଅନୁରୋଧ କରିଛି।

ଏକ୍ସରେ ଏକ ପୋଷ୍ଟରେ, KIIT କହିଛି, ଗତକାଲି   KIIT କ୍ୟାମ୍ପସରେ ଏକ ଦୁର୍ଭାଗ୍ୟଜନକ ଘଟଣା ଘଟିଥିଲା। ଘଟଣା ପରେ ତୁରନ୍ତ ପୋଲିସ ଘଟଣାର ତଦନ୍ତ କରି ଅପରାଧୀଙ୍କୁ ଗିରଫ କରିଛି।

ବିଶ୍ୱବିଦ୍ୟାଳୟ ପ୍ରଶାସନ ଆହୁରି ମଧ୍ୟ କହିଛି ଯେ, କ୍ୟାମ୍ପସ ଏବଂ ହଷ୍ଟେଲରେ ସ୍ବାଭାବିକତା ଫେରାଇ ଆଣିବା ପାଇଁ ପ୍ରୟାସ କରାଯାଉଛି ଯାହା ଦ୍ୱାରା ଶିକ୍ଷାଗତ କାର୍ଯ୍ୟକଳାପ ପୁନର୍ବାର ଆରମ୍ଭ ହୋଇପାରିବ।

KIIT ମଧ୍ୟ ନେପାଳୀ ଛାତ୍ରମାନଙ୍କୁ ଏକ ଆବେଦନ ଜାରି କହିଛି, ଯେଉଁମାନେ କଲେଜ ଛାଡି ଯାଇଛନ୍ତି କିମ୍ବା ଯିବାକୁ ଯୋଜନା କରୁଛନ୍ତି, ସେମାନେ ଫେରି ଆସି ସେମାନଙ୍କ କ୍‌ଲାସ୍‌ ପୁନର୍ବାର ଆରମ୍ଭ କରନ୍ତୁ। ପୂର୍ବରୁ ବିଶ୍ୱବିଦ୍ୟାଳୟ ନେପାଳର ସମସ୍ତ ଆନ୍ତର୍ଜାତୀୟ ଛାତ୍ରଙ୍କୁ ତୁରନ୍ତ କ୍ୟାମ୍ପସ ଖାଲି କରିବାକୁ ନିର୍ଦ୍ଦେଶ ଦେଇ ଏକ ନୋଟିସ ଜାରି କରିଥିଲା।

ଅନ୍ୟପଟେ, ଏହି ଘଟଣା ଦୁର୍ଭାଗ୍ୟଜନକ କହିଛନ୍ତି ମନ୍ତ୍ରୀ ସୂର୍ଯ୍ୟବଂଶୀ। ଏଥିସହ ସେ ମୃତ ଛାତ୍ରୀଙ୍କ ପରିବାର ପ୍ରତି ସମବେଦନା ଜଣାଇଛନ୍ତି। ମନ୍ତ୍ରୀ କହିଛନ୍ତି , ବିଶ୍ବବିଦ୍ୟାଳୟ ଓ ଭାରତୀୟ ବୈଦେଶିକ ମନ୍ତ୍ରାଳୟ ସହ ଯୋଗାଯୋଗରେ ଅଛି। ନେପାଳ ଛାତ୍ରୀଛାତ୍ରଙ୍କ ପାଇଁ ସାଇନ ଡାଏ କରିବା ଦୁର୍ଭାଗ୍ୟଜନକ। ସାଇନ ଡାଏ ଉଠିଛି, OSRTC ବସ୍‌ରେ ସେମାନଙ୍କୁ ଫେରାଇ ଅଣାଯିବ। ଭବିଷ୍ୟତରେ ଯେପରି ଧମକ ନ ମିଳେ, ସରକାର ଯତ୍ନବାନ ଅଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

୫କେଜି LPG ସିଲିଣ୍ଡରକୁ ନେଇ ସରକାରଙ୍କ ବଡ଼ ଘୋଷଣା, ଲକ୍ଷ ଲକ୍ଷ ଲୋକଙ୍କୁ…

ନୂଆଦିଲ୍ଲୀ,୭।୪: ଇରାନରେ ଜାରି ରହିଥିବା ଯୁଦ୍ଧ କାରଣରୁ ସାରା ବିଶ୍ୱରେ LPG ଯୋଗାଣ ପ୍ରଭାବିତ ହୋଇଛି। ଏହାର ପ୍ରଭାବ ଭାରତର ପ୍ରବାସୀ ଶ୍ରମିକ ଓ ଦୁର୍ବଳ ଶ୍ରେଣୀର…

ଯେଉଁଠି ଅଛନ୍ତି ସେଇଠି ଥାନ୍ତୁ, ୪୮ ଘଣ୍ଟା ଯାଏ ଘରୁ ବାହାରନ୍ତୁ ନାହିଁ; ଭାରତୀୟଙ୍କ ପାଇଁ Advisory ଜାରି କଲା…

ତେହେରାନ,୭।୪: ପଶ୍ଚିମ ଏସିଆରେ ଯୁଦ୍ଧ ପରିସ୍ଥିତି ଭୟଙ୍କର ରୂପ ନେବାରେ ଲାଗିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବିନାଶକାରୀ ଧମକ ଏବଂ ଇସ୍ରାଏଲର ଆକ୍ରମଣ ମଧ୍ୟରେ ଇରାନରେ…

ଭଡ଼ାଘରେ ଚଲାଇଥିଲେ ଦେହ ବ୍ୟବସାୟ, ଦମ୍ପତିଙ୍କୁ ବାନ୍ଧିଲା ଟାଉନ ଥାନା ପୋଲିସ, ମିଳିଲା ଆପତ୍ତିଜନକ…

ବରଗଡ଼,୭।୪(ପ୍ରେମାନନ୍ଦ ଖମାରୀ)-ବରଗଡ଼ ସହର ଉପକଣ୍ଠ ଶ୍ରୀଧାମ ସୋସାଇଟି ନିକଟ ଏକ ଭଡ଼ାଘରେ ଦେହ ବ୍ୟବସାୟ ଚଲାଉଥିବା ଅଭିଯୋଗରେ ସ୍ଥାନୀୟ ଟାଉନ ଥାନା ପୋଲିସ ଜଣେ ଦମ୍ପତିଙ୍କୁ ଗିରଫ…

ଫସିଗଲେ ଡେଭିଡ୍‌ ଓ୍ବାର୍ନର, ମଦ ପିଇ ଗାଡ଼ି ଚଳାଇବା ଅଭିଯୋଗରେ ସିଡନୀରେ ଗିରଫ

ସିଡନୀ,୭।୪: ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଡେଭିଡ ୱାର୍ନରଙ୍କ ପାଇଁ ଅଡୁଆ ବଢ଼ିଛି। ମଦ୍ୟପାନ କରି ଗାଡ଼ି ଚଲାଉଥିବା ବେଳେ (Drink-driving) ସିଡନୀ ପୋଲିସ ତାଙ୍କୁ ଗିରଫ କରିଛି।…

ସାମିଆପଲ୍ଲୀରୁ ବିପୁଳ ପରିମାଣରେ ଶାଗୁଆନ କାଠ ଜବତ

ଛତ୍ରପୁର,୭।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟ ସାମିଆପଲ୍ଲୀ ଗ୍ରାମ ନିକଟରୁ ଭିଜିଲାନ୍ସ, ବନବିଭାଗ ମୋବାଇଲ ଟିମ, ଛତ୍ରପୁର ବନ ବିଭାଗ ବିପୁଳ ପରିମାଣର ଶାଗୁଆନ…

ରାଜ୍ୟସଭା କ୍ରସ୍‌ ଭୋଟିଂ ପରେ ପ୍ରଥମ ଥର ମୋହନା ଆସିଲେ ବିଧାୟକ

ମୋହନା, ୭ା୪(ମନ୍ମଥ ମିଶ୍ର): ରାଜ୍ୟସଭା ନିର୍ବାଚନ ପରେ ଗଜପତି ଜିଲା କଂଗ୍ରେସରେ ହଟଚମଟ ଦେଖିବାକୁ ମିଳିଥିଲା। ମୋହନା ବିଧାୟକ ଦାଶରଥି ଗମାଙ୍ଗ ନିଜ ଦଳର କଥା ଅବମାନନା…

ଆମେରିକା ରେଡ୍‌ ଲାଇନ୍‌ ପାର କଲେ, ଆମର କ୍ଷେପଣାସ୍ତ୍ର ଟ୍ରମ୍ପଙ୍କୁ ଭୟଙ୍କର ଜବାବ ଦେବ; ଇରାନ ଦେଲା ପାଲଟା ଚେତାବନୀ

ତେହେରାନ,୭।୪: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା ଦିଆଯାଇଥିବା ଡେଡ୍‌ଲାଇନ୍‌ ଶେଷ ହେବା ପୂର୍ବରୁ ଇରାନର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ‘ଖାର୍ଗ…

ଏକା ବେଳେ ଜଳିଲା ଗୋଟିଏ ପରିବାରର ୪ ଜୁଇ: କାନ୍ଦ ବୋବାଳିରେ ଫାଟି ପଡ଼ୁଛି ଗାଁ  

କୋରାପୁଟ,୭।୪(ଅମିତାଭ ବେହେରା):ଏକା ବେଳକେ ଜଳିଲା ଗୋଟିଏ ପରିବାରର ୪ ଜୁଇ। ଦୁର୍ଘଟଣାରେ ଗୋଟିଏ ପରିବାରର ୪ ଜଣଙ୍କ  ଘଟିଲା ମୃତ୍ୟୁ। କୋରପୁଟ ଶ୍ମଶାନରେ ଜଳିଲା ଜୁଇ। ନବରଙ୍ଗପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri