Posted inଖେଳ

କିଟ୍‌, କଟକ ଦଳଗତ ଚାମ୍ପିୟନ

ଭୁବନେଶ୍ୱର, ୧୪।୯(ତପନ ସ୍ବାଇଁ): ଓଡ଼ିଶା ସାଇକ୍ଲିଂ ଆସୋସିଏଶନ ଆନୁକୂଲ୍ୟରେ ପ୍ରଥମଥର ପାଇଁ ରାଜ୍ୟସ୍ତରୀୟ ସିନିୟର, ଜୁନିୟର, ସବ୍‌ଜୁନିୟର ଓ ୟୁଥ୍‌ ବର୍ଗରେ ମାଉଣ୍ଟେନ ସାଇକ୍ଲିଂ ପ୍ରତିଯୋଗିତା କେନ୍ଦୁଝରର ଖଣିବଜାର ହଦଗଡ଼ ଡ୍ୟାମ ଟ୍ରାକ୍‌ରେ ଅନୁଷ୍ଠିତ ହୋଇଯାଇଛି।

ଏହି ଦୁଇଦିନିଆ ପ୍ରତିଯୋଗିତାର ସିନିୟର ଓ ଜୁନିୟର ବର୍ଗରେ କିଟ୍‌ ଏବଂ ସବ୍‌ଜୁନିୟର ଓ ୟୁଥ୍‌ ବର୍ଗରେ କଟକ ଦଳଗତ ଚାମ୍ପିୟନ ହୋଇଛି। ରାଜ୍ୟର ବିଭିନ୍ନ ଜିଲାରୁ ୧୨୪ ପ୍ରତିଯୋଗୀ ବିଭିନ୍ନ ବର୍ଗର ପ୍ରତିଯୋଗିତାରେ ଅଂଶଗ୍ରହଣ କରିଥିଲେ। ସିନିୟର ଟାଇମ୍‌ ଟ୍ରାଏଲ୍‌ ପ୍ରତିଯୋଗିତାର ପୁରୁଷ ବର୍ଗରେ ରୋହିତ ହେମ୍ବ୍ରମ, ସୁନୀଲ କୁମାର ସାହୁ ଓ ଅଜୟ ବିଶ୍ୱାସ ଯଥାକ୍ରମେ ପ୍ରଥମ, ଦ୍ୱିତୀୟ ଓ ତୃତୀୟ ସ୍ଥାନ ହାସଲ କରିଥିଲେ। ସେହିପରି ମହିଳା ବିଭାଗରେ ଊର୍ମିଳା ବେହେରା, ଆନନ୍ଦିନୀ ପ୍ରଧାନ ଓ ମଧୁସ୍ମିତା ବେଡାକ୍‌ ପ୍ରଥମ ୩ ସ୍ଥାନ ଅଧିକାର କରିଥିଲେ। ମାସ୍‌ଷ୍ଟାଟ୍‌ ପ୍ରତିଯୋଗିତାର ସିନିୟର ବର୍ଗରେ ସୂରଜ କୁମାର ସେଠୀ ପ୍ରଥମ, ରୋହିତ ହେମ୍ବ୍ରମ ଦ୍ୱିତୀୟ ଓ ଟିକେଶ୍ୱର ମାଝି ତୃତୀୟ ହୋଇଥିଲେ। ବିଭିନ୍ନ ବର୍ଗର ମହିଳା, ପୁରୁଷ, ବାଳକ ଓ ବାଳିକା ବିଭାଗରେ ମୋଟ ୪୮ ଜଣ ପ୍ରତିଯୋଗୀଙ୍କୁ ପୁରସ୍କୃତ କରାଯାଇଥିଲା।

କେନ୍ଦୁଝର ଜିଲା ଡିଆର୍‌ଡିଏ ଉପାଧ୍ୟକ୍ଷ ସୋମନାଥ ଦାସ ମୁଖ୍ୟ ଅତିଥିଭାବେ ଯୋଗଦେଇ ପୁରସ୍କାର ପ୍ରଦାନ କରିଥିଲେ। ରାଜ୍ୟ ଆସୋସିଏଶନ ସଭାପତି ମିନତୀ ମହାପାତ୍ର ଉଦ୍‌ଯାପନୀ କାର୍ଯ୍ୟକ୍ରମରେ ସଭାପତିତ୍ୱ କରିଥିଲେ। ସମ୍ପାଦକ ପ୍ରସନ୍ନ କୁମାର ରାଉତ, କୋଷାଧ୍ୟକ୍ଷ ସୁଜିତ ରାଉତ, ଉପସଭାପତି ନୃସିଂହ ସାହୁ, ସହସମ୍ପାଦକ ଗୋପୀନାଥ ସ୍ବାଇଁ, କୋଚ୍‌ ସୁଶୀଲ ଦାସ, ଅପୂର୍ବ ରଞ୍ଜନ ବେହେରା, ମନୋରଞ୍ଜନ ବାରିକା, ରାମକୃଷ୍ଣ ଦାସ ପ୍ରମୁଖ ଉପସ୍ଥିତ ଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଅଧିନାୟଙ୍କ ବଡ଼ ଦାବି , ଜିମ୍ବାଓ୍ବେ ପାଖରେ ସିରିଜ୍‌ ଜିତିବାର ସୁଯୋଗ ରହିଛି

ହରାରେ,୨୧ା୭: ଆସନ୍ତା ଗୁରୁବାର ଭାରତ ଓ ଜିମ୍ବାଓ୍ବେ ମଧ୍ୟରେ ୩ ମ୍ୟାଚ୍‌ ବିଶିଷ୍ଟ ଟି୨୦ ସିରିଜ୍‌ର ପ୍ରଥମ ମ୍ୟାଚ୍‌ ଖେଳାଯିବ। ଜିମ୍ବାଓ୍ବେ ଅଧିନାୟକ ଶିକନ୍ଦର ରାଜାଙ୍କ ମତରେ…

ଚାମ୍ପିୟନ ସ୍ପେନ୍‌ ଦଳକୁ ଭବ୍ୟ ସ୍ବାଗତ

ମାଡ୍ରିଡ୍‌,୨୧ା୭: ସ୍ପେନ୍‌ର ବିଶ୍ୱ ଚାମ୍ପିୟନ ଫୁଟବଲ ଦଳ ମଙ୍ଗଳବାର ସ୍ବଦେଶ ଫେରିଛି। ଦଳକୁ ସ୍ବାଗତ କରିବା ପାଇଁ ପାଖାପାଖି ୨୦ ଲକ୍ଷ ପ୍ରଶଂସକ ମାଡ୍ରିଡ୍‌ ରାସ୍ତାରେ ଏକତ୍ରିତ…

୬୪୭ ଦିନ ପରେ ଟିମ୍‌ ଇଣ୍ଡିଆକୁ ଫେରିବେ ଏହି ଘାତକ ଖେଳାଳି: ବଢୁଛି ଚର୍ଚ୍ଚା

ନୂଆଦିଲ୍ଲୀ,୨୧।୭: ଇଂଲଣ୍ଡ ବିପକ୍ଷ ନିରାଶାକୁ ପଛରେ ପକାଇ, ଭାରତୀୟ କ୍ରିକେଟ ଦଳ ଏବେ ଜିମ୍ବାୱେ ବିପକ୍ଷରେ ତିନି ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ ଖେଳିବାକୁ ପ୍ରସ୍ତୁତ। ଶ୍ରେୟସ…

ଟିମ ଇଣ୍ଡିଆରେ ବଡ଼ ଧରଣର ଅଦଳବଦଳ: ବିଦାୟ ନେଲେ ଏହି କୋଚ୍‌! ଶେଷ ହେଲା ୫ ବର୍ଷର ଯାତ୍ରା

ମୁମ୍ବାଇ,୨୧।୭: ଇଂଲଣ୍ଡ ବିପକ୍ଷରେ ଟିମ ଇଣ୍ଡିଆକୁ ଟି-20 ଏବଂ ଦିନିକିଆ ସିରିଜରେ ଶୋଚନୀୟ ପରାଜୟର ସାମ୍ନା କରିବାକୁ ପଡ଼ିଛି। ଇଂଲଣ୍ଡ ପ୍ରଥମେ ଭାରତକୁ ଟି-20 ସିରିଜରେ ୪-୦ରେ…

ଏହି ୫ କାରଣ: ରୋହିତ ଶର୍ମାଙ୍କୁ ଅବସର ପାଇଁ କେହି କରିପାରିବେ ନାହିଁ ବାଧ୍ୟ! ଜାଣନ୍ତୁ କ’ଣ

ମୁମ୍ବାଇ,୨୧।୭: ଇଂଲଣ୍ଡ ବିପକ୍ଷ ଲଡର୍‌ସ ଦିନିକିଆରେ ୧୩୮ ରନର ଏକ ଚମତ୍କାର ଇନିଂସ ଖେଳିବା ପରେ ରୋହିତ ଶର୍ମାଙ୍କ ଅବସରକୁ ନେଇ ଚାଲିଥିବା ଚର୍ଚ୍ଚା ଏକ ନୂତନ…

‘ସେ ଦେଶ ପାଇଁ ନିଜ ଜୀବନ ଦେବେ’ – ରୋହିତ ଶର୍ମାଙ୍କ ପାଇଁ ମହମ୍ମଦ କୈଫଙ୍କ ଭାବପ୍ରବଣ Video

ନୂଆଦିଲ୍ଲୀ,୨୧।୭: ରୋହିତ ଶର୍ମାଙ୍କ ଭବିଷ୍ୟତ ସମ୍ପର୍କରେ ପ୍ରାୟତଃ ପ୍ରଶ୍ନ ଉଠିଛି। ସମ୍ପ୍ରତି ଗୁଜବ ଜୋର ଧରିଛି ଯେ ରୋହିତ ଲର୍ଡସରେ ତାଙ୍କର ଶେଷ ମ୍ୟାଚ ଖେଳିପାରନ୍ତି। ତଥାପି,…

ବଳାତ୍କାର ମାମଲାରେ ଗିରଫ ହେବେ IPLର ଏହି କ୍ରିକେଟର, ସଭିଏଁ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୧।୭: କଲିକତା ହାଇକୋର୍ଟ ସୋମବାର, କ୍ରିକେଟର ଅଭିଷେକ ପୋରେଲ ଏବଂ ଅନ୍ୟ ଜଣେ ଅଭିଯୁକ୍ତଙ୍କୁ ତୁରନ୍ତ ଗିରଫ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଜଣେ ଡାକ୍ତରୀ ଛାତ୍ରୀଙ୍କ ଅଭିଯୋଗ…

ଦିନେ ତାଙ୍କୁ କୋଳରେ ଧରିଥିଲେ ମେସି, ଆଜି ପଡ଼ିଆରେ ହରାଇବା ପରେ କହିଲେ..

ନୂଆଦିଲ୍ଲୀ,୨୦।୭: ଫାଇନାଲରେ ଆର୍ଜେଣ୍ଟିନାକୁ ୧-୦ରେ ପରାସ୍ତ କରି ସ୍ପେନ ୨୦୨୬ ଫିଫା ବିଶ୍ୱକପ ଟାଇଟଲ ଜିତିଛି। ଏହି ମ୍ୟାଚରେ ପ୍ରଶଂସକଙ୍କ ଆଖି ସମସ୍ତ ଷ୍ଟାର ଖେଳାଳିଙ୍କ ଉପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri