Posted inଖେଳ

କିଟ୍‌ ଅନ୍ତର୍ଜାତୀୟ ଚେସ୍‌ ମହୋତ୍ସବ ଉଦ୍‌ଘାଟିତ

ଭୁବନେଶ୍ୱର,୧୨।୬ (କ୍ରୀଡ଼ା ପ୍ରତିନିଧି): କିଟ୍‌ ଅନ୍ତର୍ଜାତୀୟ ଚେସ୍‌ ମହୋତ୍ସବର ୧୪ତମ ସଂସ୍କରଣ ରବିବାର କିଟ୍‌ ବିଶ୍ୱବିଦ୍ୟାଳୟସ୍ଥିତ ବିଶ୍ୱନାଥନ୍‌ ଆନନ୍ଦ ଚେସ୍‌ ହଲ୍‌ରେ ଉଦ୍‌ଘାଟିତ ହୋଇଯାଇଛି। ଓଡ଼ିଶା ସରକାର, ଭାରତୀୟ ଚେସ୍‌ ସଂଘ, ଭାରତୀୟ କ୍ରୀଡ଼ା ପ୍ରାଧିକରଣ, ଓଡ଼ିଶା ଚେସ୍‌ ସଂଘ ଓ ଫିଡେ ସହଯୋଗରେ କିଟ୍‌ ଓ କିସ୍‌ ପକ୍ଷରୁ ଏହି ଟୁର୍ନାମେଣ୍ଟ ଆୟୋଜନ କରାଯାଉଛି। ଆସନ୍ତା ୧୮ ପର୍ଯ୍ୟନ୍ତ ୮ ଦିନ ଧରି ଏହି ପ୍ରତିଯୋଗିତା ଚାଲିବ। ଉଦ୍‌ଘାଟନୀ ଉତ୍ସବରେ ଏସୀୟ ଚେସ୍‌ ସଂଘର ଉପସଭାପତି ତଥା ଫିଡେ ପରାମର୍ଶଦାତା ବୋର୍ଡର ଅଧ୍ୟକ୍ଷ ଭରତ ସିଂ ଚୌହାନ, ଭାରତୀୟ ଚେସ୍‌ ସଂଘର କୋଷାଧ୍ୟକ୍ଷ ନରେଶ ଶର୍ମା, ଯୁଗ୍ମ ସମ୍ପାଦକ ରଞ୍ଜନ ମହାନ୍ତି, ଓଡ଼ିଶା ଚେସ୍‌ ସଂଘର ସଭାପତି ଜି.ସି.ମହାପାତ୍ର, ସମ୍ପାଦକ ଦେବବ୍ରତ ଭଟ୍ଟ, ଟୁର୍ନାମେଣ୍ଟ ନିର୍ଦ୍ଦେଶକ ତଥା ଅନ୍ତର୍ଜାତୀୟ ମାଷ୍ଟର (ଆଇଏମ୍‌) ଶେଖର ଚନ୍ଦ୍ର ସାହୁ ଏବଂ କିଟ୍‌ ଓ କିସ୍‌ର ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତ ପ୍ରମୁଖ ଉପସ୍ଥିତ ଥିଲେ। ଏହି ଚେସ୍‌ ମହୋତ୍ସବରେ ଭାରତ ସମେତ ୨୦ଟି ଦେଶରୁ ୧୨୦୦ ଖେଳାଳି ଯୋଗ ଦେଇଛନ୍ତି। ସେମାନଙ୍କ ମଧ୍ୟରେ ୧୪ ଗ୍ରାଣ୍ଡମାଷ୍ଟର ଏବଂ ୫୦ରୁ ଊର୍ଦ୍ଧ୍ୱ ଅନ୍ତର୍ଜାତୀୟ ଟାଇଟଲ୍‌ଧାରୀ ରହିଛନ୍ତି। ପ୍ରତିଯୋଗିତାର ମୋଟ ପୁରସ୍କାର ରାଶି ୩୨ ଲକ୍ଷ ଟଙ୍କା ରଖାଯାଇଛି।
ପ୍ରକାଶ ଯୋଗ୍ୟ ଯେ, କିଟ୍‌ ଅନ୍ତର୍ଜାତୀୟ ଚେସ୍‌ ମହୋତ୍ସବ ଏସିଆର ଶ୍ରେଷ୍ଠ ୪ ଗ୍ରାଣ୍ଡମାଷ୍ଟର ଚେସ୍‌ ଟୁର୍ନାମେଣ୍ଟ ମଧ୍ୟରୁ ଅନ୍ୟତମ। କିଟ୍‌ ଭାରତୀୟ ଚେସ୍‌ ସଂଘ ଦ୍ୱାରା ସ୍ବିକୃତିପ୍ରାପ୍ତ ୟୁନିଟ୍‌ ଭାବେ ପ୍ରଥମ ଥର ପାଇଁ ଏପରି ଏକ ଚେସ୍‌ ଟୁର୍ନାମେଣ୍ଟ ଆୟୋଜନ ଅଧିକାର ପାଇଛି। ୧୪ବର୍ଷ ଧରି କିଟ୍‌ ଅନ୍ତର୍ଜାତୀୟ ଚେସ୍‌ ମହୋତ୍ସବକୁ ପ୍ରମୋଟ କରିଆସୁଛି। ପୂର୍ବରୁ କିଟ୍‌-କିସ୍‌ରେ ୩୦ରୁ ଅଧିକ ଜାତୀୟ ଓ ଅନ୍ତର୍ଜାତୀୟ ଚେସ୍‌ ଟୁର୍ନାମେଣ୍ଟ ଆୟୋଜିତ ହୋଇ ସାରିଛି। ଗ୍ରାମାଞ୍ଚଳରେ ମଧ୍ୟ ଚେସ୍‌ର ପ୍ରଚାର ଓ ପ୍ରସାର ପାଇଁ କିଟ୍‌ ଉଦ୍ୟମ କରି ଆସିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା-ଚାଇନାକୁ ନେଇ ବଡ଼ ଖୁଲାସା କଲେ ଜୟଶଙ୍କର, ବିଶ୍ବରେ ହଇଚଇ!

ନୂଆଦିଲ୍ଲୀ,୪।୧୦: ଭାରତର ବୈଦେଶିକ ମନ୍ତ୍ରୀ ଏସ୍. ଜୟଶଙ୍କର ଆମେରିକା ଓ ଚାଇନାକୁ ନେଇ ବଡ଼ ମନ୍ତବ୍ୟ ଦେଇଛନ୍ତି । ୬୨ତମ ମ୍ୟୁନିକ୍ ସିକ୍ୟୁରିଟି କନଫରେନ୍ସରେ ଜୟଶଙ୍କର କହିଛନ୍ତି…

ଏସିଆନ ଗେମ୍ସର ୨୦ତମ ସଂସ୍କରଣ ଉଦ୍‌ଯାପିତ

ନାଗୋୟା,୪ା୧୦: ଜାପାନର ପରମ୍ପରା ଓ ଆତିଥ୍ୟକୁ ପ୍ରଦର୍ଶିତ କରୁଥିବା ଲାଇଟ୍‌ ଓ ମ୍ୟୁଜିକାଲ ଶୋ’ ସହିତ ଏସିଆନ ଗେମ୍ସର ୨୦ତମ ସଂସ୍କରଣ ରବିବାର ଉଦ୍‌ଯାପିତ ହୋଇଯାଇଛି। ଦୁଇ…

ବୈଭବ ସୂର୍ଯ୍ୟବଂଶୀଙ୍କ ବଡ଼ ଗୁମର ଖୋଲିଲେ ଆୟର, ସମୟ ଆସିଲେ….

ନୂଆଦିଲ୍ଲୀ,୪।୧୦: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଟି-୨୦ ସିରିଜ୍‌ ପୂର୍ବରୁ ଭାରତୀୟ ଟି-୨୦ ଦଳର ଅଧିନାୟକ ଶ୍ରେୟସ ଆୟର ଦଳର ଖେଳ ରଣନୀତି ଓ ଯୁବ ଖେଳାଳି ବୈଭବ ସୂର୍ଯ୍ୟବଂଶୀଙ୍କୁ…

ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼, ବୈଠକ ସାରି ବାହାରିଲା ବେଳେ …

ଭୁବନେଶ୍ବର,୪।୧୦: ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼ ହୋଇଛି । ବୈଠକ ସାରି ଫେରୁଥିବା ବେଳେ କିଛି ବ୍ୟକ୍ତି ତାଙ୍କ ଗାଡି ଉପରକୁ ଟେକା ଫିଙ୍ଗିଥିବା…

ବୀରେନ୍ଦ୍ର ସେହୱାଗଙ୍କ ପୁଅଙ୍କୁ ମିଳିଲା ବଡ଼ ଦାୟିତ୍ବ, ଏହି ଦଳର ହେବେ ଅଧିନାୟକ

ନୂଆଦିଲ୍ଲୀ,୪।୧୦: ଭାରତୀୟ କ୍ରିକେଟ୍‌ ଟିମ୍‌ର ପୂର୍ବତନ ଓପନର୍‌ ବୀରେନ୍ଦ୍ର ସେହୱାଗଙ୍କ ୧୮ ବର୍ଷୀୟ ପୁଅ ଆର୍ଯ୍ୟବୀର ସେହୱାଗଙ୍କୁ ଘରୋଇ କ୍ରିକେଟ୍‌ରେ ବଡ଼ ଦାୟିତ୍ୱ ମିଳିଛି । ଆଗାମୀ…

FSSAI ର ବଡ଼ କାର୍ଯ୍ୟାନୁଷ୍ଠାନ: ‘କ୍ରିଏଟିଭ୍ ବେକର୍ସ’ର ଲାଇସେନ୍ସ ନିଲମ୍ବିତ, ‘ଏଭରେଷ୍ଟ ଜିରା ପାଉଡର’ ବଜାରରୁ ପ୍ରତ୍ୟାହାର ନିର୍ଦ୍ଦେଶ

ନୂଆଦିଲ୍ଲୀ,୪।୧୦: ଖାଦ୍ୟ ସୁରକ୍ଷା ନିୟମର କଡ଼ା ଉଲ୍ଲଂଘନ ଅଭିଯୋଗରେ ଫୁଡ୍ ସେଫ୍ଟି ଆଣ୍ଡ ଷ୍ଟାଣ୍ଡାର୍ଡସ ଅଥରିଟି ଅଫ୍ ଇଣ୍ଡିଆ (FSSAI) ଦୁଇଟି ପ୍ରମୁଖ ଖାଦ୍ୟ ପ୍ରସ୍ତୁତକାରୀ କମ୍ପାନୀ…

ମିଳିଲାନି ଷ୍ଟ୍ରେଚର, ଦିବ୍ୟାଙ୍ଗ ଭାଇଙ୍କୁ ପିଠିରେ ବୋହି ୱାର୍ଡକୁ ନେଲେ ଭଉଣୀ, ଭିଡିଓ ଦେଖିଲେ ଥରିଉଠିବ….

ଭୋପାଳ,୪ା୧୦: ସରକାରୀ ହସ୍ପିଟାଲରେ ରୋଗୀଙ୍କୁ ମିଳୁଥିବା ସୁବିଧାକୁ ନେଇ ପୁଣି ପ୍ରଶ୍ନ ଉଠିଛି । ମଧ୍ୟପ୍ରଦେଶର ଗୁନା ଜିଲାରୁ ଏଭଳି ଏକ ଭିଡିଓ ସାମ୍ନାକୁ ଆସିଛି, ଯାହା…

ନୟାପଲ୍ଲୀ ବଳାତ୍କାର ମାମଲା: ମୁଖ୍ୟ ଅଭିଯୁକ୍ତଙ୍କ ୨ ସହଯୋଗୀଙ୍କୁ ଗିରଫ କଲା ପୋଲିସ

ଭୁବନେଶ୍ୱର,୪ା୧୦: ରାଜଧାନୀରେ ଚର୍ଚ୍ଚାର ବିଷୟ ପାଲଟିଥିବା ନୟାପଲ୍ଲୀ ବଳାତ୍କାର ମାମଲାରେ ପୋଲିସକୁ ମିଳିଛି ଆଉ ଏକ ବଡ଼ ସଫଳତା। ବଳାତ୍କାର ମାମଲାର ମୁଖ୍ୟ ଅଭିଯୁକ୍ତ ଶ୍ରୀଧର ପଣ୍ଡାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?