ବିଶ୍ୱ ର଼୍ୟାଙ୍କିଙ୍ଗ୍‌ରେ ଉପରକୁ ଉଠିଲା କିଟ୍‌

ଭୁବନେଶ୍ୱର, ୧୩।୧୦(ବ୍ୟୁରୋ): ଟାଇମ୍ସ ହାୟର ଏଜୁକେଶନ୍‌ ବିଶ୍ୱ ବିଶ୍ୱବିଦ୍ୟାଳୟ ର଼୍ୟାଙ୍କିଙ୍ଗ୍‌-୨୦୨୩ ବୁଧବାର ପ୍ରକାଶ ପାଇଛି। ଏଥିରେ କିଟ୍‌ ବିଶ୍ୱବିଦ୍ୟାଳୟ ଭଲ ପ୍ରଦର୍ଶନ କରିବା ସହ ଉପରକୁ ଉଠିଛି। ପୂର୍ବବର୍ଷ କିଟ୍‌ ୮୦୧+ ସ୍ଥାନରେ ରହିଥିବାବେଳେ ଏବର୍ଷ ୨ଶହ ର଼୍ୟାଙ୍କ ଉନ୍ନୀତ ହୋଇ ସମଗ୍ର ବିଶ୍ୱର ବିଶ୍ୱବିଦ୍ୟାଳୟଗୁଡ଼ିକ ମଧ୍ୟରେ ୬୦୧+ ସ୍ଥାନ ପାଇଛି। ଏଥିସହ ଦେଶର ପୂର୍ବାଞ୍ଚଳ ଏବଂ ଓଡ଼ିଶା ବିଶ୍ୱବିଦ୍ୟାଳୟଗୁଡ଼ିକ ମଧ୍ୟରେ କିଟ୍‌ ପ୍ରଥମ ସ୍ଥାନରେ ରହିଛି। ଶୈକ୍ଷିକ ପରିବେଶ, ଗବେଷଣା, ଆଦୃତି, ଅନ୍ତର୍ଜାତୀୟ ଦୃଷ୍ଟିକୋଣ ଓ ଇଣ୍ଡଷ୍ଟ୍ରି ଇନ୍‌କମ୍‌ ଆଦି ମାନଦଣ୍ଡକୁ ନେଇ ଟାଇମ୍ସ ହାୟର ଏଜୁକେଶନ୍‌ ପକ୍ଷରୁ ବିଶ୍ୱର ପ୍ରମୁଖ ବିଶ୍ୱବିଦ୍ୟାଳୟକୁ ନେଇ ଏହି ର଼୍ୟାଙ୍କ ପ୍ରସ୍ତୁତ କରାଯାଇଛି। ଚଳିତବର୍ଷ କିଟ୍‌ ରୌପ୍ୟ ଜୟନ୍ତୀ ପାଳନ କରୁଥିବାବେଳେ କିଟ୍‌ ବିଶ୍ୱବିଦ୍ୟାଳୟକୁ ଏହି ସଫଳତା ମିଳିଥିବାରୁ କିଟ୍‌ର ସମସ୍ତ ଛାତ୍ରୀଛାତ୍ର, ଅଧ୍ୟାପକ ଓ କର୍ମଚାରୀଙ୍କ ମଧ୍ୟରେ ଖୁସି ଭରିଦେଇଛି। ଏଥିପାଇଁ କିଟ୍‌ ଓ କିସ୍‌ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତ ବିଶ୍ୱବିଦ୍ୟାଳୟର ସମସ୍ତ ଅଧ୍ୟାପିକା, ଅଧ୍ୟାପକ, ଛାତ୍ରୀଛାତ୍ର ଓ କର୍ମଚାରୀଙ୍କ ମିଳିତ ପ୍ରୟାସ ଯୋଗୁ ଏହା ସମ୍ଭବ ହୋଇପାରିଛି ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୨୦୨୭ ପଞ୍ଚାୟତ ଓ ପୌର ନିର୍ବାଚନ ପାଇଁ ବାଜିଲା ବିଗୁଲ୍‌, ଉଚ୍ଚସ୍ତରୀୟ ବୈଠକ ଡାକିଲେ ରାଜ୍ୟ ନିର୍ବାଚନ କମିଶନ

ଭୁବନେଶ୍ବର,୯।୭: ୨୦୨୭ ପଞ୍ଚାୟତ ଓ ପୌର ନିର୍ବାଚନ ପାଇଁ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି । ଏନେଇ ରାଜ୍ୟ ନିର୍ବାଚନ କମିଶନ ଉଚ୍ଚସ୍ତରୀୟ ବୈଠକ ଡାକିଛନ୍ତି । ଆସନ୍ତା…

ପାଠ ପଢ଼ିବାକୁ ଭୁବନେଶ୍ବର ଆସିଥିଲେ ଝିଆରୀ; ବଳାତ୍କାର କରୁଥିଲେ ମଉସା, ସହଯୋଗ କରୁଥିଲେ ମାଉସୀ

ଭୁବନେଶ୍ୱର,୯।୭(ପ୍ରସନଜିତ୍‌ ସାହୁ): ରାଜଧାନୀ ଭୁବନେଶ୍ୱରରେ ଏକ ବଳାତ୍କାର ଘଟଣା ସାମ୍ନାକୁ ଆସିଛି। ନୟାପଲ୍ଲୀ ଥାନା ଅନ୍ତର୍ଗତ ନୂଆସାହିସ୍ଥିତ ଏକ ଆପାର୍ଟମେଣ୍ଟରେ ଜଣେ ନାବାଳିକା ଝିଆରୀଙ୍କୁ ତାଙ୍କ ମଉସା…

ବର୍ଷା ସହ ବିଜୁଳି-ଘଡ଼ଘଡ଼ି ସମ୍ଭାବନା: ୩୦ରୁ ୪୦ କିମି ବେଗରେ ବହିବ ପଦନ: ୟେଲୋ ୱାର୍ନିଂ ଜାରି

ଭୁବନେଶ୍ୱର,୯ା୭(ସୌମ୍ୟରଞ୍ଜନ ରାଉତ):ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ସଂଲଗ୍ନ ଉତ୍ତର ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳରେ ସୃଷ୍ଟି ହୋଇଥିବା ଅବପାତ ଦୁର୍ବଳ ହୋଇ ସଦୃଶ ଲଘୁଚାପରେ ପରିଣତ ହୋଇଛି। ବର୍ତ୍ତମାନ ସଦୃଶ ଲଘୁଚାପ…

ଠିକା କର୍ମଚାରୀ ହେବେ ନିୟମିତ: ସରକାରଙ୍କ ବଡ଼ ଘୋଷଣା

ଭୁବନେଶ୍ୱର, ୯ା୭ (ରବିନାରାୟଣ ଜେନା):ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗରେ ଦୀର୍ଘବର୍ଷ ଧରି କାର୍ଯ୍ୟରତ ଠିକା କର୍ମଚାରୀଙ୍କୁ ନିୟମିତ କରିବା ପାଇଁ ଦାବିହୋଇ ଆସୁଥିବାବେଳେ ଏହାକୁ ସରକାର ଗୁରୁତ୍ୱର…

ଭୁବନେଶ୍ୱର କୋର୍ଟକୁ ବୋମା ଧମକ, ବ୍ୟାପକ ସୁରକ୍ଷା ବ୍ୟବସ୍ଥା; ବୋମା ନିଷ୍କ୍ରିୟକାରୀ ଦଳର ଛାନଭିନ୍ ଜାରି

ଭୁବନେଶ୍ୱର, ୮।୭: ରାଜଧାନୀ ଭୁବନେଶ୍ୱର କୋର୍ଟକୁ ବୋମା ଧମକ ମିଳିବା ପରେ ସମଗ୍ର କୋର୍ଟ ପରିସରରେ ହାଇ ଆଲର୍ଟ ଜାରି କରାଯାଇଛି। ଧମକ ଖବର ପାଇବା ମାତ୍ରେ…

ପୋଲିସ୍‌ରେ ୩୩ ହଜାର ପଦବୀ ଖାଲି: ବଡ଼ ସୂଚନା ଦେଲେ DGP

ଭୁବନେଶ୍ୱର,୭।୮: ଓଡ଼ିଶା ପୋଲିସରେ ୩୩ ହଜାର ପଦବୀ ଖାଲି ରହିଛି। ଏନେଇ ଡିଜିପି ଓ୍ବାବି ଖୁରାନିଆ ସୂଚନା ଦେଇଛନ୍ତି। ସେ କହିଛନ୍ତି, ଜନସଂଖ୍ୟା ଅନୁସାରେ ପୋଲିସ ବିଭାଗରେ…

ବିମାନବନ୍ଦରରୁ ଜବତ ହେଲା ୫କୋଟିର ମାରିଜୁଆନା

ଭୁବନେଶ୍ୱର,୮।୭(ତ୍ରିନାଥ ମହାନ୍ତି): ଭୁବନେଶ୍ବର ବିମାନବନ୍ଦରରୁ ପୁଣି ଜବତ ହୋଇଛି ୫କୋଟି ଟଙ୍କା ମୂଲ୍ୟର ମାରିଜୁଆନା। ବ୍ୟାଙ୍କକ୍‌ରୁ ଭୁବନେଶ୍ୱର ଚାଲାଣ ବେଳେ ୧୧କେଜି ମାରିଜୁଆନା ଜବତ କରାଯାଇଛି। ଏହି…

ଜଳବାୟୁ ପରିବର୍ତ୍ତନ ରୋକିବାକୁ ବୃକ୍ଷରୋପଣ ଏକମାତ୍ର ସମାଧାନ

ଭୁବନେଶ୍ୱର,୮।୭(ସୁନିତ୍‌ ମିଶ୍ର): ବିଶ୍ୱବ୍ୟାପୀ ଜଳବାୟୁ ପରିବର୍ତ୍ତନ ଓ ଗ୍ରୀଷ୍ମ ଲହରର ମୁକାବିଲା ପାଇଁ ବ୍ୟାପକ ବୃକ୍ଷରୋପଣ ହିଁ ଏକମାତ୍ର ଦୀର୍ଘକାଳୀନ ସମାଧାନ। ବିକାଶ ଓ ପରିବେଶ ପରସ୍ପରର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri