KIIT କାଣ୍ଡ: ଅଚ୍ୟୁତ ସାମନ୍ତଙ୍କୁ ହାଇଲେବୁଲ କମିଟି ଆଗରେ ହାଜର ହେବାକୁ ନିର୍ଦ୍ଦେଶ

ଭୁବନେଶ୍ୱର,୨୦।୨: KIIT ଛାତ୍ରୀ ଘଟଣାରେ ଗୁରୁବାର ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତଙ୍କୁ ସରକାରଙ୍କ ହାଇଲେବୁଲ କମିଟି ଆଗରେ ହାଜର ହେବାକୁ ନିର୍ଦ୍ଦେଶ ଦିଆଯାଇଛି। ହାଜର ପାଇଁ  ନିର୍ଦ୍ଦେଶ ଜାରି କରିଛି ଉଚ୍ଚ ଶିକ୍ଷା ବିଭାଗ। ଚିଠି ଜରିଆରେ ତାଙ୍କୁ ଶୁକ୍ରବାର ସନ୍ଧ୍ୟା ସାଢ଼େ ୬ଟାରେ ସମସ୍ତ ଡକ୍ୟୁମେଣ୍ଟ ସହ ହାଜର ପାଇଁ ନିର୍ଦ୍ଦେଶ ଦିଆଯାଇଛି।

ସୂଚନାଯୋଗ୍ୟ, କିଟ୍‌ ବିଶ୍ୱବିଦ୍ୟାଳୟରେ ପୁରୁଷବନ୍ଧୁଙ୍କ ନିର୍ଯାତନା ସହି ନ ପାରି ଜଣେ ନେପାଳୀ ଇଞ୍ଜିନିୟରିଂ ଛାତ୍ରୀ ଆତ୍ମହତ୍ୟା କରିଛନ୍ତି। ମୃତା ଛାତ୍ରୀ ହେଲେ ବି.ଟେକ୍‌ ତୃତୀୟ ବର୍ଷ (କମ୍ପ୍ୟୁଟର ସାଇନ୍ସ)ର ପ୍ରକ୍ରିତି ଲାମ୍‌ସଲ୍‌ (୨୦)। ପ୍ରକ୍ରିତି ବିଶ୍ୱବିଦ୍ୟାଳୟ କ୍ୟାମ୍ପସ୍‌ସ୍ଥିତ ହଷ୍ଟେଲ ‘କ୍ୟୁସି୪’ର ରୁମ୍‌ ନଂ.୪ଏ୧୨୫ରେ ରବିବାର ଅପରାହ୍ନରେ ଫ୍ୟାନ୍‌ ଜରିଆରେ ଓଢ଼ଣିରେ ଝୁଲି ଆଖି ବୁଜିଛନ୍ତି।

ତେବେ ଏହି ଘଟଣାକୁ କେନ୍ଦ୍ର କରି କ୍ୟାମ୍ପସ୍‌ ଅଶାନ୍ତ ହୋଇଥିବା ଘଟଣାକୁ ନେଇ ଦେଶବ୍ୟାପୀ ଉଦ୍‌ବେଗ ପ୍ରକାଶ ପାଇଛି। ଅନ୍ୟପକ୍ଷରେ ଏହି ଘଟଣାକୁ ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷଙ୍କ ପକ୍ଷରୁ ଚପାଇ ଦେବାକୁ ଉଦ୍ୟମ ହୋଇଥିବା ଅଭିଯୋଗ ହୋଇଛି। ପୁରୁଷବନ୍ଧୁଙ୍କ ବ୍ଲାକମେଲ୍‌ରୁ ପ୍ରକ୍ରିତି ଏଭଳି କରିବାକୁ ବାଧ୍ୟ ହୋଇଥିଲେ ବୋଲି ସହପାଠୀମାନେ ଦାବି କରିବା ସହ କଲେଜ କର୍ତ୍ତୃପକ୍ଷଙ୍କ ଅବହେଳାକୁ ଦାୟୀ କରି ଆନ୍ଦୋଳନକୁ ଓହ୍ଲାଇଥିଲେ। ଶତାଧିକ ନେପାଳୀ ଛାତ୍ରୀଛାତ୍ର ରବିବାର ରାତିରୁ ଆନ୍ଦୋଳନ କରିବା ସହ ସୋମବାର ସକାଳୁ ମଧ୍ୟ ବିଶ୍ୱବିଦ୍ୟାଳୟ ସାମ୍ନା ରାସ୍ତାକୁ ଅବରୋଧ କରି ବିକ୍ଷୋଭ କରିଥିଲେ।

ସେପଟେ ଏହି ଘଟଣାରେ ପୁରୁଷବନ୍ଧୁ ବି.ଟେକ୍‌ ତୃତୀୟ ବର୍ଷ (ମେକାନିକାଲ)ର ଛାତ୍ର ଆଦଭିକ୍‌ ଶ୍ରୀବାସ୍ତବଙ୍କ ବ୍ଲାକମେଲ୍‌ ସହି ନ ପାରି ପ୍ରକ୍ରିତି ଏଭଳି ଚରମ ନିଷ୍ପତ୍ତି ନେଇଥିବା ତାଙ୍କ ସମ୍ପର୍କୀୟ ଭାଇ ସିଦ୍ଧାନ୍ତ ସିଗ୍‌ଦେଲ୍‌ କହିଛନ୍ତି। ସିଗ୍‌ଦେଲଙ୍କ ଏତଲା ଆଧାରରେ ଇନ୍‌ଫୋସିଟି ଥାନା ପୋଲିସ ଭାରତୀୟ ନ୍ୟାୟ ସଂହିତା (ବିଏନ୍‌ଏସ୍‌) ଦଫା ୧୦୮ (ଆତ୍ମହତ୍ୟା ପାଇଁ ପ୍ରବର୍ତ୍ତାଇବା)ରେ ଏକ ମାମଲା (ନଂ.୫୪/୨୦୨୫) ରୁଜୁ କରିଛି। ଅଭିଯୁକ୍ତ ଆଦଭିକ୍‌ ରାଜ୍ୟ ବାହାରକୁ ଖସି ପଳାଉଥିବା ବେଳେ ପୋଲିସ ଟିମ୍‌ ତାଙ୍କୁ ଭୁବନେଶ୍ୱର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନ ବନ୍ଦରରୁ ଗିରଫ କରିଛି। ପରେ ତାଙ୍କୁ କୋର୍ଟ ଚାଲାଣ କରାଯାଇଥିଲା। ସେଠାରୁ ତାଙ୍କୁ ବିଚାବିଭାଗୀୟ ହାଜତକୁ ପଠାଇ ଦିଆଯାଇଛି। ଆଦଭିକ୍‌ଙ୍କ ଘର ଲକ୍ଷ୍ନୌରେ ହୋଇଥିବାବେଳେ ସେ ନନ୍ଦନକାନନ ଥାନା ଅଞ୍ଚଳରେ ଥିବା ଏକ ଆପାର୍ଟମେଣ୍ଟରେ ରହୁଥିଲେ। ତାଙ୍କ ପାଖରୁ ମୋବାଇଲ ଓ ଲାପଟପ୍‌ ଜବତ କରାଯାଇଛି।

ତେବେ ଏହି ଘଟଣାକୁ ନେଇ ନେପାଳୀ ଛାତ୍ରୀଛାତ୍ର ଓ କିଟ୍‌ କର୍ତ୍ତୃପକ୍ଷ ମୁହାଁମୁହିଁ ପରିସ୍ଥିତିର କେତେକ ଭିଡିଓ ଭାଇରାଲ ମଧ୍ୟ ହୋଇଛି। ଛାତ୍ରୀଙ୍କୁ ଧମକ ସହ ହଷ୍ଟେଲରୁ ବଳପୂର୍ବକ ତଡୁଥିବା ଦେଖିବାକୁ ମିଳିଛି। ଏଥିସହ ଛାତ୍ରଙ୍କୁ ସୁରକ୍ଷାକର୍ମୀ ମାଡ଼ ମାରୁଥିବା ମଧ୍ୟ ଭିଡିଓରୁ ଦେଖିବାକୁ ମିଳିଛି। ସେପଟେ କ୍ୟାମ୍ପସ୍‌ରେ ଅଧିକ ଉତ୍ତେଜନାପୂର୍ଣ୍ଣ ପରିସ୍ଥିତିକୁ ଏଡାଇବା ପାଇଁ ସବୁ ବର୍ଷର ନେପାଳୀ ଛାତ୍ରୀଛାତ୍ରଙ୍କ କ୍ଲାସ୍‌କୁ ଅନିର୍ଦ୍ଦିଷ୍ଟ କାଳ ପାଇଁ କଲେଜ କର୍ତ୍ତୃପକ୍ଷ ବନ୍ଦ କରି ‘ସାଇନ୍‌ ଏ ଡାଏ’ ଘୋଷଣା କରିଥିଲେ। ସେମାନଙ୍କୁ ନିଜ ଘରକୁ ଫେରିଯିବାକୁ କୁହାଯିବା ସହ ତୁରନ୍ତ ହଷ୍ଟେଲ ଛାଡ଼ିବାକୁ ନିର୍ଦ୍ଦେଶ ଦିଆଯାଇଥିଲା। ଏପରିକି ପ୍ରାୟ ଶତାଧିକ ନେପାଳୀ ଛାତ୍ରୀଛାତ୍ରଙ୍କୁ ବସ୍‌ ଯୋଗେ ବଳପୂର୍ବକ କଟକ ରେଳ ଷ୍ଟେଶନରେ ଛାଡ଼ି ଦିଆଯାଇଥିଲା।

ଏହାକୁ ନେଇ ନେପାଳୀ ଛାତ୍ରୀଛାତ୍ରଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ଦେଖାଦେଇଥିଲା। ଘରକୁ ଯିବା ପାଇଁ କଲେଜ କର୍ତ୍ତୃପକ୍ଷଙ୍କ ପକ୍ଷରୁ କୌଣସି ବ୍ୟବସ୍ଥା କରା ନ ଯାଇ ତୁରନ୍ତ ଚାଲିଯିବାକୁ କୁହାଯିବାରୁ ଛାତ୍ରୀଛାତ୍ରମାନେ ଅକଳରେ ପଡ଼ିଥିଲେ। ପୋଲିସ ସୂଚନା ଅନୁଯାୟୀ, ଦୁଇବର୍ଷ ତଳେ ପ୍ରକ୍ରିତି ଓ ଆଦଭିକ୍‌ଙ୍କ ମଧ୍ୟରେ ପ୍ରେମ ସମ୍ପର୍କ ଗଢି ଉଠିଥିଲା। ଏହାରି ଭିତରେ ପ୍ରକ୍ରିତିଙ୍କ କିଛି ଅନ୍ତରଙ୍ଗ ମୁହୂର୍ତ୍ତର ଫଟୋ ଏବଂ ଭିଡିଓ ଉତ୍ତୋଳନ କରି ଆଦଭିକ୍‌ ମୋବାଇଲରେ ରଖିଥିଲେ। ଫଟୋ ଓ ଭିଡିଓ ଜରିଆରେ ସେ ପ୍ରକ୍ରିତିଙ୍କୁ ବ୍ଲାକମେଲ କରିଥିଲେ। ଫଳରେ ଉଭୟଙ୍କ ମଧ୍ୟରେ ଝଗଡା ହୋଇଥିଲା। ଏହି କାରଣରୁ ଉଭୟ କିଟ୍‌ ଇଣ୍ଟରନ୍ୟାଶନାଲ ରିଲେଶନ୍‌ ଅଫିସ (ଆଇଆର୍‌ଓ)ର ସାହାଯ୍ୟ ନେଇଥିବାବେଳେ ଦୁଇଥର ଏହି ସମସ୍ୟାର ଆପୋସ ସମାଧାନ ହୋଇଥିଲା। ହେଲେ କିଛିଦିନ ଯିବା ପରେ ଆଦଭିକ୍‌ ପୂର୍ବଭଳି ସମ୍ପର୍କ ରଖିବା ପାଇଁ ପୀଡିତାଙ୍କ ଉପରେ ଚାପ ପକାଇଥିଲେ। କିନ୍ତୁ ପ୍ରକ୍ରିତି ରାଜି ନ ହେବାରୁ ଆଦଭିକ୍‌ ତାଙ୍କୁ ପୁଣି ମାନସିକ ନିର୍ଯାତନା ଦେଇଥିଲେ।

ରବିବାର ସକାଳେ ଉଭୟଙ୍କ ମଧ୍ୟରେ ଝଗଡା ହୋଇଥିଲା। ପ୍ରକ୍ରିତି ଆତ୍ମହତ୍ୟା କରିଥିବା ନେଇ ସହପାଠୀମାନେ ଦେଖିବାକୁ ପାଇଥିଲେ। ତୁରନ୍ତ ସେମାନେ ତାଙ୍କୁ ଘଟଣାସ୍ଥଳରୁ ଉଦ୍ଧାର କରି କିମ୍‌ସ ହସ୍ପିଟାଲକୁ ସ୍ଥାନାନ୍ତର କରିଥିବା ବେଳେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ତେବେ ଏହି ଘଟଣାକୁ ନେଇ ନେପାଳ ପ୍ରଧାନମନ୍ତ୍ରୀ କେ.ପି. ଶର୍ମା ଓଲି ଉଦ୍‌ବେଗ ପ୍ରକାଶ କରିବା ସହ ନେପାଳ ଦୂତାବାସ ଘଟଣାକୁ ନେଇ ଚିନ୍ତାପ୍ରକଟ କରିବା ସହ ଛାତ୍ରୀ ମୃତ୍ୟୁ ଘଟଣାର ନିରପେକ୍ଷ ତଦନ୍ତ ଦାବି କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କ୍ରିକେଟ କପ୍‌: ବଡ଼ ଡୁଙ୍ଗୁରୀଗୁଡ଼ା ଚାମ୍ପିୟନ

କର୍ଲାମୁଣ୍ଡା:୧୪।୧୨(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରେଗଡ଼ା ପଞ୍ଚାୟତରେ ଦ୍ୱିତୀୟ ଗଜାନନ କ୍ରିକେଟ କପ୍‌ ଭୋଇରମୁଣ୍ଡା ୨୦୨୫ ଅନୁଷ୍ଠିତ ହୋଇଯାଇଛି। ଭୋଇରମୁଣ୍ଡା ଗଜାନନ...

ଇତିହାସ ରଚିଲେ ହାର୍ଦ୍ଦିକ ପାଣ୍ଡ୍ୟା; ଏପରି କରିବାରେ ପ୍ରଥମ ଅଲରାଉଣ୍ଡର

ନୂଆଦିଲ୍ଲୀ,୧୪।୧୨: ଭାରତୀୟ କ୍ରିକେଟର ହାର୍ଦ୍ଦିକ ପାଣ୍ଡ୍ୟା ଦକ୍ଷିଣ ଆଫ୍ରିକା ବିପକ୍ଷରେ ଖେଳାଯାଇଥିବା ଦ୍ୱିତୀୟ ଟି-୨୦ ମ୍ୟାଚରେ ଏକ ବିଶ୍ୱ ରେକର୍ଡ ସ୍ଥାପନ କରିଛନ୍ତି। ସେ ଅନ୍ତର୍ଜାତୀୟ...

ତୃତୀୟ ଟି୨୦ରେ ଭାରତର ଦମ୍‌ଦାର ବିଜୟ: ୨-୧ରେ ସିରିଜ୍‌ ଅଗ୍ରଣୀ

ଧର୍ମଶାଳା,୧୪।୧୨: ଧର୍ମଶାଳାରେ ରବିବାର ଖେଳାଯାଇଥିବା ଭାରତ-ଦକ୍ଷିଣ ଆଫ୍ରିକା ତୃତୀୟ ଟି୨୦ ମ୍ୟାଚ୍‌ରେ ଭାରତ ୭ ଉଇକେଟରେ ବିଜୟୀ ହୋଇଛି। ଭାରତୀୟ ବ୍ୟାଟର ୨୫ ବଲ୍‌ ବାକି...

ମନ୍ଦିରରେ ପଶି ମହିଳା ପୂଜାରିଙ୍କୁ ଛୁରୀ ଭୁସି ହତ୍ୟା, ଅଭିଯୁକ୍ତ ଫେରାର

ନୂଆଦିଲ୍ଲୀ,୧୪।୧୨: ରାଜଧାନୀ ଦିଲ୍ଲୀର ଏକ ମନ୍ଦିର ଭିତରେ ଜଣେ ମହିଳାଙ୍କୁ ଛୁରି ଭୁସି ହତ୍ୟା କରାଯାଇଛି । ଏହି ଘଟଣା ପୂର୍ବ ଦିଲ୍ଲୀର ମାନସରୋବର ପାର୍କ...

ବାୟୁ ପ୍ରଦୂଷଣ ଯୋଗୁଁ ପଞ୍ଚମ ଶ୍ରେଣୀ ଯାଏଁ ବନ୍ଦ ହେଲା ସ୍କୁଲ, ପରୀକ୍ଷା ବାତିଲ

ନୂଆଦିଲ୍ଲୀ,୧୪।୧୨:  ପ୍ରଦୂଷଣ ଯୋଗୁଁ, ଉତ୍ତର ପ୍ରଦେଶର ନୋଏଡାରେ ନର୍ସରୀ ଠାରୁ ପଞ୍ଚମ ଶ୍ରେଣୀ ପର୍ଯ୍ୟନ୍ତ ସମସ୍ତ ସ୍କୁଲକୁ ବନ୍ଦ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି । ଦିଲ୍ଲୀ-ଏନସିଆରରେ...

ଓଡିଶା – ଝାରଖଣ୍ଡ ସୀମାରେ ଲ୍ୟାଣ୍ଡମାଇନ ବିସ୍ଫୋରଣ, ଯବାନ ଆହତ

ବଣାଇଁ, ୧୪ / ୧୨ (ପ୍ରଦୀପ ତ୍ରିପାଠୀ)- ଓଡିଶା – ଝାରଖଣ୍ଡ ସୀମାରେ ପୁଣି ଆଜି ଲ୍ୟାଣ୍ଡମାଇନ ବିସ୍ଫୋରଣ ହୋଇଥିଲା । ଏଥିରେ କୋବ୍ରା ବାଟାଲିୟନର...

ଦକ୍ଷିଣ ଆଫ୍ରିକା ସିରିଜ ମଝିରୁ ଘରକୁ ଫେରିଗଲେ ବୁମରାହ, ଜାଣନ୍ତୁ କାରଣ

ନୂଆଦିଲ୍ଲୀ,୧୪।୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯାଉଥିବା ତୃତୀୟ T20 ଆନ୍ତର୍ଜାତୀୟ ମ୍ୟାଚରୁ ଦଳର ମୁଖ୍ୟ ଦ୍ରୁତ ବୋଲର ଯଶପ୍ରୀତ ବୁମରାହ ବାଦ୍ ପଡ଼ିଛନ୍ତି।...

୧୧୭ ରନ୍‌ରେ ଅଟକିଲା ଦକ୍ଷିଣ ଆଫ୍ରିକା

ଧର୍ମଶାଳା,୧୪।୧୨:ଧର୍ମଶାଳାରେ ରବିବାର ଖେଳାଯାଉଥିବା ଭାରତ-ଦକ୍ଷିଣ ଆଫ୍ରିକା ତୃତୀୟ ଟି୨୦ ମ୍ୟାଚ୍‌ରେ ୧୧୭ ରନ୍‌ରେ ଅଲ୍‌ଆଉଟ ହୋଇଯାଇଛି ଦକ୍ଷିଣ ଆଫ୍ରିକା। ଫଳରେ ଭାରତ ଆଗରେ ୧୧୮ ରନ୍‌ର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri