KIIT କାଣ୍ଡ: ନେପାଳୀ ଛାତ୍ରୀଙ୍କ ସୁଇସାଇଡ୍‌ ନୋଟ୍‌, ଭିତରେ ସାଂଘାତିକ କଥା…ରାଜ୍ୟରେ ଚହଳ

ଭୁବନେଶ୍ୱର,୧୯।୨: କିଟ୍‌ ଘଟଣାକୁ ନେଇ ସାରା ରାଜ୍ୟ ଉଠୁଛି ପଡୁଛି। ନେପାଳୀ ଛାତ୍ରୀ ଆତ୍ମହତ୍ୟା ଘଟଣାରେ କ୍ୟାମ୍ପସରେ ସୃଷ୍ଟି ହୋଇଥିବା ଅଶାନ୍ତି ଥମିନାହିଁ। ଚାରିଆଡେ ଚାପା ଉତ୍ତେଜନା ଲାଗି ରହିଛି। ଘଟଣା ଯେତିକି ଆଗକୁ ବଢୁଛି ସେତିକି ନୂଆ ମୋଡ ସୃଷ୍ଟି ହେଉଛି। ବର୍ତ୍ତମାନ ନେପାଳୀ ଛାତ୍ରୀଙ୍କର ସୁଇସାଇଡ ନୋଟ ଜବତ ହୋଇଛି। ଯାହାକୁ ନେଇ ସବୁଠି ହଇଚଇ ସୃଷ୍ଟି ହୋଇଛି।

ମୃତ Nepal Student Death ନୋଟ ଜବତ ହୋଇଛି। ଏହି ସୁଇସାଇଡ ନୋଟ୍‌ଟି ନେପାଳୀ ଭାଷାରେ ଲେଖାଯାଇଛି। ନୋଟ୍‌ରେ ପୁରୁଷ ବନ୍ଧୁ ର୍ନିଯାତନା ଦେଉଥିବା ଲେଖା ଅଛି। ଅଦିକ ସୂଚନା ପାଇଁ ଜବତ ନୋଟ୍‌କୁ ପୋଲିସ ଫରେନ୍ସିକ ବ୍ୟୁରୋକୁ ପଠାଇଛି। ଏହି ହ୍ୟାଣ୍ଡ ରାଇଟିଂ ନେପାଳୀ ଛାତ୍ରୀଙ୍କର କି ନୁହେଁ ଏନେଇ ପୋଲିସ ତନାଘନା କରୁଛି।

KIIT suicide କିଟ୍‌ରେ ନେପାଳୀ ଛାତ୍ରୀ ମୃତ୍ୟୁ ଘଟଣା ସାରା ରାଜ୍ୟକୁ ତାଜୁବ କରିଦେଇଛି। ଏହାକୁ ନେଇ ରାଜ୍ୟ ରାଜନୀତି ଉଠୁଛିପଡୁଛି। ଘଟଣା ପାଇଁ ଓଡ଼ିଶାକୁ ସାରା ବିଶ୍ୱରେ ନିନ୍ଦା କରାଯାଉଛି। କିଟ୍‌ କର୍ତ୍ତୃପକ୍ଷଙ୍କ ଏଭଳି ବ୍ୟବହାରକୁ ନେପାଳ ସରକାର ଏବଂ ସେଠାକାର ଛାତ୍ର ସଂଘ କଡ଼ା ବିରୋଧ କରିଛନ୍ତି। ଇତିମଧ୍ୟରେ ଏକ ଜାତୀୟ ଗଣମାଧ୍ୟମରେ ଘଟଣା ସମ୍ପର୍କରେ ଚାଞ୍ଚଲ୍ୟକର ତଥ୍ୟ ସାମ୍ନାକୁ ଆସିଛି।

ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ, ବି.ଟେକ୍‌ ତୃତୀୟ ବର୍ଷ (ମେକାନିକାଲ) ଛାତ୍ର ଆଦଭିକ୍‌ ଶ୍ରୀବାସ୍ତବ ନେପାଳୀ ଛାତ୍ରୀ ତଥା ବି.ଟେକ୍‌ ତୃତୀୟ ବର୍ଷ (କମ୍ପ୍ୟୁଟର ସାଇନ୍ସ)ର ପ୍ରକ୍ରିତି ଲାମ୍‌ସଲ୍‌(୨୦)ଙ୍କୁ ନିର୍ଯାତନା ଦେଉଥିଲେ। ଏହାକୁ ସହି ନ ପାରି ବିଶ୍ୱବିଦ୍ୟାଳୟ କ୍ୟାମ୍ପସ୍‌ସ୍ଥିତ ହଷ୍ଟେଲ ‘କ୍ୟୁସି୪’ର ରୁମ ନଂ.୪ଏ୧୨୫ରେ ରବିବାର ଅପରାହ୍ନରେ ପ୍ରକ୍ରିତି ଆତ୍ମହତ୍ୟା କରିଥିଲେ। ଆଦଭିକ୍‌ ସମ୍ପୃକ୍ତା ଛାତ୍ରୀଙ୍କ ସହ ଶାରୀରିକ ସମ୍ପର୍କ ରଖିବା ସହ ଭିଡିଓ କରି ତାଙ୍କୁ ବ୍ଲାକମେଲ କରୁଥିଲେ ବୋଲି ବିଶେଷ ସୂତ୍ରରୁ ଜଣାପଡିଛି। ଏହି ଘଟଣାକୁ ନେଇ ପ୍ରକ୍ରିତି ପୂର୍ବରୁ କିଟ୍‌ ଆଡ୍‌ମିନଷ୍ଟ୍ରେଟିଭଙ୍କୁ ଅଭିଯୋଗ କରିଥିଲେ। ସେ ବାରମ୍ବାର ଆଦଭିକ୍‌ଙ୍କ ବିରୋଧରେ ଅଭିଯୋଗ ଆଣିଥିଲେ ମଧ୍ୟ କିଟ୍‌ର କୌଣସି ଅଧିକାରୀ ତାଙ୍କ କଥା ଶୁଣି ନ ଥିଲେ, ବରଂ ତାଙ୍କୁ କଲେଜରୁ ବ୍ୟାନ କରିଦେଇଥିଲେ। ଫେବୃଆରୀ ୧୬ ତାରିଖ ତାଙ୍କ ବ୍ୟାନ୍‌ର ଶେଷ ତାରିଖ ଥିଲା। ଏହି ସମୟ ମଧ୍ୟରେ ଆଦଭିକ୍‌ ଫ୍ଲାଇଟ୍‌ ଟିକେଟ୍‌ ବୁକ୍‌ କରି ଫେରାର ହେବାର ପ୍ଲାନରେ ଥିଲେ। ଠିକ୍‌ ସେହିଦିନ କିଛି ଉପାୟ ନପାଇ ନେପାଳୀ ଛାତ୍ରୀଜଣକ ଜୀବନ ହାରି ଦେଇଥିଲେ।

KIITUniversity ରେ ପୁରୁଷବନ୍ଧୁଙ୍କ ନିର୍ଯାତନା ସହି ନ ପାରି ଜଣେ ନେପାଳୀ ଇଞ୍ଜିନିୟରିଂ ଛାତ୍ରୀ ଆତ୍ମହତ୍ୟା କରିଛନ୍ତି। ମୃତା ଛାତ୍ରୀ ହେଲେ ବି.ଟେକ୍‌ ତୃତୀୟ ବର୍ଷ (କମ୍ପ୍ୟୁଟର ସାଇନ୍ସ)ର ପ୍ରକ୍ରିତି ଲାମ୍‌ସଲ୍‌ (୨୦)। ପ୍ରକ୍ରିତି ବିଶ୍ୱବିଦ୍ୟାଳୟ କ୍ୟାମ୍ପସ୍‌ସ୍ଥିତ ହଷ୍ଟେଲ ‘କ୍ୟୁସି୪’ର ରୁମ୍‌ ନଂ.୪ଏ୧୨୫ରେ ରବିବାର ଅପରାହ୍ନରେ ଫ୍ୟାନ୍‌ ଜରିଆରେ ଓଢ଼ଣିରେ ଝୁଲି ଆଖି ବୁଜିଛନ୍ତି।

ତେବେ ଏହି ଘଟଣାକୁ କେନ୍ଦ୍ର କରି କ୍ୟାମ୍ପସ୍‌ ଅଶାନ୍ତ ହୋଇଥିବା ଘଟଣାକୁ ନେଇ ଦେଶବ୍ୟାପୀ ଉଦ୍‌ବେଗ ପ୍ରକାଶ ପାଇଛି। ତେବେ ଅନ୍ୟପକ୍ଷରେ ଏହି ଘଟଣାକୁ ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷଙ୍କ ପକ୍ଷରୁ ଚପାଇ ଦେବାକୁ ଉଦ୍ୟମ ହୋଇଥିବା ଅଭିଯୋଗ ହୋଇଛି। ପୁରୁଷବନ୍ଧୁଙ୍କ ବ୍ଲାକମେଲ୍‌ରୁ ପ୍ରକ୍ରିତି ଏଭଳି କରିବାକୁ ବାଧ୍ୟ ହୋଇଥିଲେ ବୋଲି ସହପାଠୀମାନେ ଦାବି କରିବା ସହ କଲେଜ କର୍ତ୍ତୃପକ୍ଷଙ୍କ ଅବହେଳାକୁ ଦାୟୀ କରି ଆନ୍ଦୋଳନକୁ ଓହ୍ଲାଇଥିଲେ। ଶତାଧିକ ନେପାଳୀ ଛାତ୍ରୀଛାତ୍ର ରବିବାର ରାତିରୁ ଆନ୍ଦୋଳନ କରିବା ସହ ସୋମବାର ସକାଳୁ ମଧ୍ୟ ବିଶ୍ୱବିଦ୍ୟାଳୟ ସାମ୍ନା ରାସ୍ତାକୁ ଅବରୋଧ କରି ବିକ୍ଷୋଭ କରିଥିଲେ।

ସେପଟେ ଏହି ଘଟଣାରେ ପୁରୁଷବନ୍ଧୁ ବି.ଟେକ୍‌ ତୃତୀୟ ବର୍ଷ (ମେକାନିକାଲ)ର ଛାତ୍ର ଆଦଭିକ୍‌ ଶ୍ରୀବାସ୍ତବଙ୍କ ବ୍ଲାକମେଲ୍‌ ସହି ନ ପାରି ପ୍ରକ୍ରିତି ଏଭଳି ଚରମ ନିଷ୍ପତ୍ତି ନେଇଥିବା ତାଙ୍କ ସମ୍ପର୍କୀୟ ଭାଇ ସିଦ୍ଧାନ୍ତ ସିଗ୍‌ଦେଲ୍‌ କହିଛନ୍ତି। ସିଗ୍‌ଦେଲଙ୍କ ଏତଲା ଆଧାରରେ ଇନ୍‌ଫୋସିଟି ଥାନା ପୋଲିସ ଭାରତୀୟ ନ୍ୟାୟ ସଂହିତା (ବିଏନ୍‌ଏସ୍‌) ଦଫା ୧୦୮ (ଆତ୍ମହତ୍ୟା ପାଇଁ ପ୍ରବର୍ତ୍ତାଇବା)ରେ ଏକ ମାମଲା (ନଂ.୫୪/୨୦୨୫) ରୁଜୁ କରିଛି। ଅଭିଯୁକ୍ତ ଆଦଭିକ୍‌ ରାଜ୍ୟ ବାହାରକୁ ଖସି ପଳାଉଥିବା ବେଳେ ପୋଲିସ ଟିମ୍‌ ତାଙ୍କୁ ଭୁବନେଶ୍ୱର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନ ବନ୍ଦରରୁ ଗିରଫ କରିଛି। ପରେ ତାଙ୍କୁ କୋର୍ଟ ଚାଲାଣ କରାଯାଇଥିଲା। ସେଠାରୁ ତାଙ୍କୁ ବିଚାବିଭାଗୀୟ ହାଜତକୁ ପଠାଇ ଦିଆଯାଇଛି। ଆଦଭିକ୍‌ଙ୍କ ଘର ଲକ୍ଷ୍ନୌରେ ହୋଇଥିବାବେଳେ ସେ ନନ୍ଦନକାନନ ଥାନା ଅଞ୍ଚଳରେ ଥିବା ଏକ ଆପାର୍ଟମେଣ୍ଟରେ ରହୁଥିଲେ। ତାଙ୍କ ପାଖରୁ ମୋବାଇଲ ଓ ଲାପଟପ୍‌ ଜବତ କରାଯାଇଛି।

ତେବେ ଏହି ଘଟଣାକୁ ନେଇ ନେପାଳୀ ଛାତ୍ରୀଛାତ୍ର ଓ କିଟ୍‌ କର୍ତ୍ତୃପକ୍ଷ ମୁହାଁମୁହିଁ ପରିସ୍ଥିତିର କେତେକ ଭିଡିଓ ଭାଇରାଲ ମଧ୍ୟ ହୋଇଛି। ଛାତ୍ରୀଙ୍କୁ ଧମକ ସହ ହଷ୍ଟେଲରୁ ବଳପୂର୍ବକ ତଡୁଥିବା ଦେଖିବାକୁ ମିଳିଛି। ଏଥିସହ ଛାତ୍ରଙ୍କୁ ସୁରକ୍ଷାକର୍ମୀ ମାଡ଼ ମାରୁଥିବା ମଧ୍ୟ ଭିଡିଓରୁ ଦେଖିବାକୁ ମିଳିଛି। ସେପଟେ କ୍ୟାମ୍ପସ୍‌ରେ ଅଧିକ ଉତ୍ତେଜନାପୂର୍ଣ୍ଣ ପରିସ୍ଥିତିକୁ ଏଡାଇବା ପାଇଁ ସବୁ ବର୍ଷର ନେପାଳୀ ଛାତ୍ରୀଛାତ୍ରଙ୍କ କ୍ଲାସ୍‌କୁ ଅନିର୍ଦ୍ଦିଷ୍ଟ କାଳ ପାଇଁ କଲେଜ କର୍ତ୍ତୃପକ୍ଷ ବନ୍ଦ କରି ‘ସାଇନ୍‌ ଏ ଡାଏ’ ଘୋଷଣା କରିଥିଲେ। ସେମାନଙ୍କୁ ନିଜ ଘରକୁ ଫେରିଯିବାକୁ କୁହାଯିବା ସହ ତୁରନ୍ତ ହଷ୍ଟେଲ ଛାଡ଼ିବାକୁ ନିର୍ଦ୍ଦେଶ ଦିଆଯାଇଥିଲା। ଏପରିକି ପ୍ରାୟ ଶତାଧିକ ନେପାଳୀ ଛାତ୍ରୀଛାତ୍ରଙ୍କୁ ବସ୍‌ ଯୋଗେ ବଳପୂର୍ବକ କଟକ ରେଳ ଷ୍ଟେଶନରେ ଛାଡ଼ି ଦିଆଯାଇଥିଲା।

ଏହାକୁ ନେଇ ନେପାଳୀ ଛାତ୍ରୀଛାତ୍ରଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ଦେଖାଦେଇଥିଲା। ଘରକୁ ଯିବା ପାଇଁ କଲେଜ କର୍ତ୍ତୃପକ୍ଷଙ୍କ ପକ୍ଷରୁ କୌଣସି ବ୍ୟବସ୍ଥା କରା ନ ଯାଇ ତୁରନ୍ତ ଚାଲିଯିବାକୁ କୁହାଯିବାରୁ ଛାତ୍ରୀଛାତ୍ରମାନେ ଅକଳରେ ପଡ଼ିଥିଲେ। ପୋଲିସ ସୂଚନା ଅନୁଯାୟୀ, ଦୁଇବର୍ଷ ତଳେ ପ୍ରକ୍ରିତି ଓ ଆଦଭିକ୍‌ଙ୍କ ମଧ୍ୟରେ ପ୍ରେମ ସମ୍ପର୍କ ଗଢି ଉଠିଥିଲା। ଏହାରି ଭିତରେ ପ୍ରକ୍ରିତିଙ୍କ କିଛି ଅନ୍ତରଙ୍ଗ ମୁହୂର୍ତ୍ତର ଫଟୋ ଏବଂ ଭିଡିଓ ଉତ୍ତୋଳନ କରି ଆଦଭିକ୍‌ ମୋବାଇଲରେ ରଖିଥିଲେ। ଫଟୋ ଓ ଭିଡିଓ ଜରିଆରେ ସେ ପ୍ରକ୍ରିତିଙ୍କୁ ବ୍ଲାକମେଲ କରିଥିଲେ। ଫଳରେ ଉଭୟଙ୍କ ମଧ୍ୟରେ ଝଗଡା ହୋଇଥିଲା। ଏହି କାରଣରୁ ଉଭୟ କିଟ୍‌ ଇଣ୍ଟରନ୍ୟାଶନାଲ ରିଲେଶନ୍‌ ଅଫିସ (ଆଇଆର୍‌ଓ)ର ସାହାଯ୍ୟ ନେଇଥିବାବେଳେ ଦୁଇଥର ଏହି ସମସ୍ୟାର ଆପୋସ ସମାଧାନ ହୋଇଥିଲା। ହେଲେ କିଛିଦିନ ଯିବା ପରେ ଆଦଭିକ୍‌ ପୂର୍ବଭଳି ସମ୍ପର୍କ ରଖିବା ପାଇଁ ପୀଡିତାଙ୍କ ଉପରେ ଚାପ ପକାଇଥିଲେ। କିନ୍ତୁ ପ୍ରକ୍ରିତି ରାଜି ନ ହେବାରୁ ଆଦଭିକ୍‌ ତାଙ୍କୁ ପୁଣି ମାନସିକ ନିର୍ଯାତନା ଦେଇଥିଲେ।

ରବିବାର ସକାଳେ ଉଭୟଙ୍କ ମଧ୍ୟରେ ଝଗଡା ହୋଇଥିଲା। ପ୍ରକ୍ରିତି ଆତ୍ମହତ୍ୟା କରିଥିବା ନେଇ ସହପାଠୀମାନେ ଦେଖିବାକୁ ପାଇଥିଲେ। ତୁରନ୍ତ ସେମାନେ ତାଙ୍କୁ ଘଟଣାସ୍ଥଳରୁ ଉଦ୍ଧାର କରି କିମ୍‌ସ ହସ୍ପିଟାଲକୁ ସ୍ଥାନାନ୍ତର କରିଥିବା ବେଳେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ତେବେ ଏହି ଘଟଣାକୁ ନେଇ ନେପାଳ ପ୍ରଧାନମନ୍ତ୍ରୀ କେ.ପି. ଶର୍ମା ଓଲି ଉଦ୍‌ବେଗ ପ୍ରକାଶ କରିବା ସହ ନେପାଳ ଦୂତାବାସ ଘଟଣାକୁ ନେଇ ଚିନ୍ତାପ୍ରକଟ କରିବା ସହ ଛାତ୍ରୀ ମୃତ୍ୟୁ ଘଟଣାର ନିରପେକ୍ଷ ତଦନ୍ତ ଦାବି କରିଛି। ତେବେ ଏହାପରେ ସାରେ କିଟ୍‌ ପକ୍ଷରୁ ନୋଟିସ୍‌ ଜାରି କରାଯାଇ ଛାତ୍ରୀଛାତ୍ରମାନଙ୍କୁ ଫେରିଆସିବାକୁ ଅପିଲ୍‌ କରାଯାଇଛି। ଯେଉଁମାନେ ଯାଇଛନ୍ତି କିମ୍ବା ଯିବାକୁ ବସିଛନ୍ତି, ସେମାନେ ଫେରିବାକୁ କୁହାଯାଇଛି। ତେବେ କ୍ୟାମ୍ପସରେ ସ୍ଥିତି ସ୍ବାଭାବିକ ରହିବ ବୋଲି ନୋଟିସ୍‌ରେ ଦର୍ଶାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଁ ଆବେଦନ ଆରମ୍ଭ, ଶେଷ ତାରିଖ…

ଭୁବନେଶ୍ୱର,୨୪ା୧୨(ସୁଚିସ୍ମିତା ସାହୁ): ରାଜ୍ୟର ସମସ୍ତ ସରକାରୀ ତଥା ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟ ଗୁଡିକର ଛାତ୍ରୀଛାତ୍ର, ଶିକ୍ଷୟିତ୍ରୀ ଶିକ୍ଷକ ତଥା ଶିକ୍ଷା ବ୍ୟବସ୍ଥା ସହିତ ଜଡ଼ିତ ସମସ୍ତ...

ଗୁରୁବାରଠୁ ବଢ଼ିବ ଶୀତ, ଘନ କୁହୁଡ଼ି ନେଇ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୨୪ା୧୨(ବନ୍ଦନା ସେଠୀ) – ରାଜ୍ୟରେ ସର୍ବନିମ୍ନ ତାପମାତ୍ରାରେ ସାମାନ୍ୟ ବୃଦ୍ଧି ଘଟିଥିଲେ ମଧ୍ୟ ଶୀତ ଲହରି ଜାରି ରହିଛି। ପ୍ରବଳ ଥଣ୍ଡା ସାଙ୍ଗକୁ କୁହୁଡ଼ି...

ବରଗଡ଼ ଧନୁଯାତ୍ରା: ଶୁଭେଚ୍ଛା ଜଣାଇଲେ ନବୀନ ପଟ୍ଟନାୟକ

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆଜିଠାରୁ ଆରମ୍ଭ ହେବ। ସନ୍ଧ୍ୟା ୭ଟାରେ ଏହି ମହୋତ୍ସବର ଉଦଘାଟନୀ ସମାରୋହ ରହିଛି। ଏହା...

ଖ୍ରୀଷ୍ଟମାସରେ ଏହି ୩ ରାଶିର ବ୍ୟକ୍ତି ପାଇବେ ଶୁଭ ଖବର, କେମିତି କଟିବ ଦିନ ଜାଣନ୍ତୁ

୨୫ ଡିସେମ୍ବର, ୨୦୨୫ ରେ ସାରା ଦେଶରେ ଖ୍ରୀଷ୍ଟମାସ ପାଳନ କରାଯିବ। ସ୍କନ୍ଦ ଷଷ୍ଠୀ ଉପବାସ ମଧ୍ୟ ପାଳନ କରାଯାଉଛି, ଯାହା ଦେବତାମାନଙ୍କ ଦେବତା ଭଗବାନ...

ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନାକୁ କ୍ୟାବିନେଟ୍ ମୋହର

ଭୁବନେଶ୍ୱର,୨୪।୧୨: ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନା ଉପରେ ବାଜିଲା କ୍ୟାବିନେଟ୍ ମୋହର । ରାଜ୍ୟ କ୍ୟାବିନେଟ୍ ବୈଠକ ନେଇ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା...

ଜିଲାପାଳ କାର୍ଯ୍ୟାଳୟ ଆଗରେ ପୂର୍ବତନ ତହସିଲଦାରଙ୍କ ଧାରଣା, କହିଲେ ନ୍ୟାୟ ନମିଳିବା ପର୍ଯ୍ୟନ୍ତ…

ବାରିପଦା,୨୪ା୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ମୟୂରଭଞ୍ଜ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା । ବଦଳି ହୋଇ ଆସିଥିବା ଓଡିଶା ପ୍ରଶାସନିକ ସେବା(ଓଏଏସ) ପୂର୍ବତନ ତହସିଲଦାର କାର୍ଯ୍ୟରେ ଯୋଗଦେବାକୁ ନେଇ...

ଆରମ୍ଭ ହେଲା ବରଗଡ଼ ‘ଧନୁଯାତ୍ରା’: ଚାଲିଲା କଂସ ରାଜୁତି

ମଥୁରାନଗରୀ,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ବୁଧବାର ଉଦଘାଟିତ ହୋଇଯାଇଛି। ସଂଧ୍ୟା ପ୍ରାୟ ୭ଟା ୩୦ମିନିଟ୍‌ରେ ସ୍ଥାନୀୟ ଏମ୍‌ପି ପ୍ରଦୀପ କୁମାର...

IPL ୨୦୨୬ ପୂର୍ବରୁ ଗିରଫ ହେବେ RCBର ବୋଲର୍‌? ୫ କୋଟିରେ ରିଟେନ କରିଛି… 

ନୂଆଦିଲ୍ଲୀ,୨୪।୧୨: ଭାରତୀୟ କ୍ରିକେଟର ଉଦୀୟମାନ ତାରକା ତଥା ଆରସିବିର ବାମହାତୀ ଦ୍ରୁତ ବୋଲର ଯଶ ଦୟାଲଙ୍କ  ଅଡ଼ୁଆ କମିବାର ନାଁ ନେଉନାହିଁ। ଜୟପୁରର ପୋକ୍ସୋ କୋର୍ଟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri