KIIT student death case: ବଡ଼ ଆକ୍ସନ ନେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ଯିଏ ଦୋଷୀ…

ଭୁବନେଶ୍ୱର,୧୮।୨: କିଟ୍‌ ଘଟଣାକୁ ନେଇ ଆକ୍ସନ ମୋଡ୍‌ରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। Nepal Student Suicide ଘଟଣାର ତଦନ୍ତ ନେଇ ଉଚ୍ଚସ୍ତରୀୟ କମିଟି ଗଠନ କରିଛନ୍ତି ରାଜ୍ୟ ସରକାର। ଏହି କମିଟିରେ ସ୍ଥାନ ପାଇଛନ୍ତି ୩ଟି ବିଭାଗର ସଚିବ। କମିଟିରେ ଗୃହ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ, ମହିଳା ଓ ଶିଶୁ କଲ୍ୟାଣ ବିଭାଗ ପ୍ରମୁଖ ସଚିବ ଓ ଉଚ୍ଚ ଶିକ୍ଷା ବିଭାଗର ସଚିବ ମଧ୍ୟ ସ୍ଥାନ ପାଇଛନ୍ତି।

KIIT student death: କମିଟି ଗଠନ କରିବା ସହ ଛାତ୍ରୀଛାତ୍ରୀଙ୍କୁ ଘରୋଇ ସୁରକ୍ଷାକର୍ମୀ ମାଡ଼ ମାରିବାର ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ। ସେ କହିଛନ୍ତି, ଯେଉଁମାନେ ଦୋଷୀ ସାବ୍ୟସ୍ତ ହେବେ ସେମାନଙ୍କୁ ଆଇନ ଅନୁସାରେ କାର୍ଯ୍ୟାନୁଷ୍ଠାନ ନିଆଯିବ। ସମସ୍ତ ଛାତ୍ରୀଛାତ୍ରଙ୍କ ସୁରକ୍ଷା ଓ ସମ୍ମାନ ନେଇ ସରକାର ପ୍ରତିଶ୍ରୁତିବଦ୍ଧ। ନ୍ୟାୟ ଦେବା ପାଇଁ ରାଜ୍ୟ ସରକାର ସମସ୍ତ ପ୍ରକାର ପଦକ୍ଷେପ ନେବେ।

KIITUniversity ରେ ପୁରୁଷବନ୍ଧୁଙ୍କ ନିର୍ଯାତନା ସହି ନ ପାରି ଜଣେ ନେପାଳୀ ଇଞ୍ଜିନିୟରିଂ ଛାତ୍ରୀ ଆତ୍ମହତ୍ୟା କରିଛନ୍ତି। ମୃତା ଛାତ୍ରୀ ହେଲେ ବି.ଟେକ୍‌ ତୃତୀୟ ବର୍ଷ (କମ୍ପ୍ୟୁଟର ସାଇନ୍ସ)ର ପ୍ରକ୍ରିତି ଲାମ୍‌ସଲ୍‌ (୨୦)। ପ୍ରକ୍ରିତି ବିଶ୍ୱବିଦ୍ୟାଳୟ କ୍ୟାମ୍ପସ୍‌ସ୍ଥିତ ହଷ୍ଟେଲ ‘କ୍ୟୁସି୪’ର ରୁମ୍‌ ନଂ.୪ଏ୧୨୫ରେ ରବିବାର ଅପରାହ୍ନରେ ଫ୍ୟାନ୍‌ ଜରିଆରେ ଓଢ଼ଣିରେ ଝୁଲି ଆଖି ବୁଜିଛନ୍ତି।

ତେବେ ଏହି ଘଟଣାକୁ କେନ୍ଦ୍ର କରି କ୍ୟାମ୍ପସ୍‌ ଅଶାନ୍ତ ହୋଇଥିବା ଘଟଣାକୁ ନେଇ ଦେଶବ୍ୟାପୀ ଉଦ୍‌ବେଗ ପ୍ରକାଶ ପାଇଛି। ତେବେ ଅନ୍ୟପକ୍ଷରେ ଏହି ଘଟଣାକୁ ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷଙ୍କ ପକ୍ଷରୁ ଚପାଇ ଦେବାକୁ ଉଦ୍ୟମ ହୋଇଥିବା ଅଭିଯୋଗ ହୋଇଛି। ପୁରୁଷବନ୍ଧୁଙ୍କ ବ୍ଲାକମେଲ୍‌ରୁ ପ୍ରକ୍ରିତି ଏଭଳି କରିବାକୁ ବାଧ୍ୟ ହୋଇଥିଲେ ବୋଲି ସହପାଠୀମାନେ ଦାବି କରିବା ସହ କଲେଜ କର୍ତ୍ତୃପକ୍ଷଙ୍କ ଅବହେଳାକୁ ଦାୟୀ କରି ଆନ୍ଦୋଳନକୁ ଓହ୍ଲାଇଥିଲେ। ଶତାଧିକ ନେପାଳୀ ଛାତ୍ରୀଛାତ୍ର ରବିବାର ରାତିରୁ ଆନ୍ଦୋଳନ କରିବା ସହ ସୋମବାର ସକାଳୁ ମଧ୍ୟ ବିଶ୍ୱବିଦ୍ୟାଳୟ ସାମ୍ନା ରାସ୍ତାକୁ ଅବରୋଧ କରି ବିକ୍ଷୋଭ କରିଥିଲେ।

ସେପଟେ ଏହି ଘଟଣାରେ ପୁରୁଷବନ୍ଧୁ ବି.ଟେକ୍‌ ତୃତୀୟ ବର୍ଷ (ମେକାନିକାଲ)ର ଛାତ୍ର ଆଦଭିକ୍‌ ଶ୍ରୀବାସ୍ତବଙ୍କ ବ୍ଲାକମେଲ୍‌ ସହି ନ ପାରି ପ୍ରକ୍ରିତି ଏଭଳି ଚରମ ନିଷ୍ପତ୍ତି ନେଇଥିବା ତାଙ୍କ ସମ୍ପର୍କୀୟ ଭାଇ ସିଦ୍ଧାନ୍ତ ସିଗ୍‌ଦେଲ୍‌ କହିଛନ୍ତି। ସିଗ୍‌ଦେଲଙ୍କ ଏତଲା ଆଧାରରେ ଇନ୍‌ଫୋସିଟି ଥାନା ପୋଲିସ ଭାରତୀୟ ନ୍ୟାୟ ସଂହିତା (ବିଏନ୍‌ଏସ୍‌) ଦଫା ୧୦୮ (ଆତ୍ମହତ୍ୟା ପାଇଁ ପ୍ରବର୍ତ୍ତାଇବା)ରେ ଏକ ମାମଲା (ନଂ.୫୪/୨୦୨୫) ରୁଜୁ କରିଛି। ଅଭିଯୁକ୍ତ ଆଦଭିକ୍‌ ରାଜ୍ୟ ବାହାରକୁ ଖସି ପଳାଉଥିବା ବେଳେ ପୋଲିସ ଟିମ୍‌ ତାଙ୍କୁ ଭୁବନେଶ୍ୱର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନ ବନ୍ଦରରୁ ଗିରଫ କରିଛି। ପରେ ତାଙ୍କୁ କୋର୍ଟ ଚାଲାଣ କରାଯାଇଥିଲା। ସେଠାରୁ ତାଙ୍କୁ ବିଚାବିଭାଗୀୟ ହାଜତକୁ ପଠାଇ ଦିଆଯାଇଛି। ଆଦଭିକ୍‌ଙ୍କ ଘର ଲକ୍ଷ୍ନୌରେ ହୋଇଥିବାବେଳେ ସେ ନନ୍ଦନକାନନ ଥାନା ଅଞ୍ଚଳରେ ଥିବା ଏକ ଆପାର୍ଟମେଣ୍ଟରେ ରହୁଥିଲେ। ତାଙ୍କ ପାଖରୁ ମୋବାଇଲ ଓ ଲାପଟପ୍‌ ଜବତ କରାଯାଇଛି।

ତେବେ ଏହି ଘଟଣାକୁ ନେଇ ନେପାଳୀ ଛାତ୍ରୀଛାତ୍ର ଓ କିଟ୍‌ କର୍ତ୍ତୃପକ୍ଷ ମୁହାଁମୁହିଁ ପରିସ୍ଥିତିର କେତେକ ଭିଡିଓ ଭାଇରାଲ ମଧ୍ୟ ହୋଇଛି। ଛାତ୍ରୀଙ୍କୁ ଧମକ ସହ ହଷ୍ଟେଲରୁ ବଳପୂର୍ବକ ତଡୁଥିବା ଦେଖିବାକୁ ମିଳିଛି। ଏଥିସହ ଛାତ୍ରଙ୍କୁ ସୁରକ୍ଷାକର୍ମୀ ମାଡ଼ ମାରୁଥିବା ମଧ୍ୟ ଭିଡିଓରୁ ଦେଖିବାକୁ ମିଳିଛି। ସେପଟେ କ୍ୟାମ୍ପସ୍‌ରେ ଅଧିକ ଉତ୍ତେଜନାପୂର୍ଣ୍ଣ ପରିସ୍ଥିତିକୁ ଏଡାଇବା ପାଇଁ ସବୁ ବର୍ଷର ନେପାଳୀ ଛାତ୍ରୀଛାତ୍ରଙ୍କ କ୍ଲାସ୍‌କୁ ଅନିର୍ଦ୍ଦିଷ୍ଟ କାଳ ପାଇଁ କଲେଜ କର୍ତ୍ତୃପକ୍ଷ ବନ୍ଦ କରି ‘ସାଇନ୍‌ ଏ ଡାଏ’ ଘୋଷଣା କରିଥିଲେ। ସେମାନଙ୍କୁ ନିଜ ଘରକୁ ଫେରିଯିବାକୁ କୁହାଯିବା ସହ ତୁରନ୍ତ ହଷ୍ଟେଲ ଛାଡ଼ିବାକୁ ନିର୍ଦ୍ଦେଶ ଦିଆଯାଇଥିଲା। ଏପରିକି ପ୍ରାୟ ଶତାଧିକ ନେପାଳୀ ଛାତ୍ରୀଛାତ୍ରଙ୍କୁ ବସ୍‌ ଯୋଗେ ବଳପୂର୍ବକ କଟକ ରେଳ ଷ୍ଟେଶନରେ ଛାଡ଼ି ଦିଆଯାଇଥିଲା।

ଏହାକୁ ନେଇ ନେପାଳୀ ଛାତ୍ରୀଛାତ୍ରଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ଦେଖାଦେଇଥିଲା। ଘରକୁ ଯିବା ପାଇଁ କଲେଜ କର୍ତ୍ତୃପକ୍ଷଙ୍କ ପକ୍ଷରୁ କୌଣସି ବ୍ୟବସ୍ଥା କରା ନ ଯାଇ ତୁରନ୍ତ ଚାଲିଯିବାକୁ କୁହାଯିବାରୁ ଛାତ୍ରୀଛାତ୍ରମାନେ ଅକଳରେ ପଡ଼ିଥିଲେ। ପୋଲିସ ସୂଚନା ଅନୁଯାୟୀ, ଦୁଇବର୍ଷ ତଳେ ପ୍ରକ୍ରିତି ଓ ଆଦଭିକ୍‌ଙ୍କ ମଧ୍ୟରେ ପ୍ରେମ ସମ୍ପର୍କ ଗଢି ଉଠିଥିଲା। ଏହାରି ଭିତରେ ପ୍ରକ୍ରିତିଙ୍କ କିଛି ଅନ୍ତରଙ୍ଗ ମୁହୂର୍ତ୍ତର ଫଟୋ ଏବଂ ଭିଡିଓ ଉତ୍ତୋଳନ କରି ଆଦଭିକ୍‌ ମୋବାଇଲରେ ରଖିଥିଲେ। ଫଟୋ ଓ ଭିଡିଓ ଜରିଆରେ ସେ ପ୍ରକ୍ରିତିଙ୍କୁ ବ୍ଲାକମେଲ କରିଥିଲେ। ଫଳରେ ଉଭୟଙ୍କ ମଧ୍ୟରେ ଝଗଡା ହୋଇଥିଲା। ଏହି କାରଣରୁ ଉଭୟ କିଟ୍‌ ଇଣ୍ଟରନ୍ୟାଶନାଲ ରିଲେଶନ୍‌ ଅଫିସ (ଆଇଆର୍‌ଓ)ର ସାହାଯ୍ୟ ନେଇଥିବାବେଳେ ଦୁଇଥର ଏହି ସମସ୍ୟାର ଆପୋସ ସମାଧାନ ହୋଇଥିଲା। ହେଲେ କିଛିଦିନ ଯିବା ପରେ ଆଦଭିକ୍‌ ପୂର୍ବଭଳି ସମ୍ପର୍କ ରଖିବା ପାଇଁ ପୀଡିତାଙ୍କ ଉପରେ ଚାପ ପକାଇଥିଲେ। କିନ୍ତୁ ପ୍ରକ୍ରିତି ରାଜି ନ ହେବାରୁ ଆଦଭିକ୍‌ ତାଙ୍କୁ ପୁଣି ମାନସିକ ନିର୍ଯାତନା ଦେଇଥିଲେ।

ରବିବାର ସକାଳେ ଉଭୟଙ୍କ ମଧ୍ୟରେ ଝଗଡା ହୋଇଥିଲା। ପ୍ରକ୍ରିତି ଆତ୍ମହତ୍ୟା କରିଥିବା ନେଇ ସହପାଠୀମାନେ ଦେଖିବାକୁ ପାଇଥିଲେ। ତୁରନ୍ତ ସେମାନେ ତାଙ୍କୁ ଘଟଣାସ୍ଥଳରୁ ଉଦ୍ଧାର କରି କିମ୍‌ସ ହସ୍ପିଟାଲକୁ ସ୍ଥାନାନ୍ତର କରିଥିବା ବେଳେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ତେବେ ଏହି ଘଟଣାକୁ ନେଇ ନେପାଳ ପ୍ରଧାନମନ୍ତ୍ରୀ କେ.ପି. ଶର୍ମା ଓଲି ଉଦ୍‌ବେଗ ପ୍ରକାଶ କରିବା ସହ ନେପାଳ ଦୂତାବାସ ଘଟଣାକୁ ନେଇ ଚିନ୍ତାପ୍ରକଟ କରିବା ସହ ଛାତ୍ରୀ ମୃତ୍ୟୁ ଘଟଣାର ନିରପେକ୍ଷ ତଦନ୍ତ ଦାବି କରିଛି। ତେବେ ଏହାପରେ ସାରେ କିଟ୍‌ ପକ୍ଷରୁ ନୋଟିସ୍‌ ଜାରି କରାଯାଇ ଛାତ୍ରୀଛାତ୍ରମାନଙ୍କୁ ଫେରିଆସିବାକୁ ଅପିଲ୍‌ କରାଯାଇଛି। ଯେଉଁମାନେ ଯାଇଛନ୍ତି କିମ୍ବା ଯିବାକୁ ବସିଛନ୍ତି, ସେମାନେ ଫେରିବାକୁ କୁହାଯାଇଛି। ତେବେ କ୍ୟାମ୍ପସରେ ସ୍ଥିତି ସ୍ବାଭାବିକ ରହିବ ବୋଲି ନୋଟିସ୍‌ରେ ଦର୍ଶାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଚଣ୍ଡ ଖରା ସାଙ୍ଗକୁ ଅସହ୍ୟ ଗୁଳୁଗୁଳି; ୪୧ ଡିଗ୍ରୀ ଟପିଲା ତାତି, ୧୮ ଯାଏ ନିସ୍ତାର ନାହିଁ

ଭୁବନେଶ୍ୱର,୧୩ା୪(ବନ୍ଦନା ସେଠୀ): ରାଜ୍ୟରେ ଏବେ ଗରମ ଓ ଗୁଳୁଗୁଳି ସାଧାରଣ ଜୀବନଯାତ୍ରାକୁ ପ୍ରଭାବିତ କରୁଛି। ତାପମାତ୍ରା ୪୧ ଡିଗ୍ରୀ ଡେଇଁଥିବାବେଳେ ଟିଟିଲାଗଡ଼ ସବୁଠୁ ଉତ୍ତପ୍ତ ସହରରେ ପରିଣତ…

Share Market Crash: ଶାନ୍ତି ଆଲୋଚନା ବିଫଳ ହେବା ପରେ ଷ୍ଟକ ମାର୍କେଟ କ୍ରାସ; ସେନସେକ୍ସ ୧,୬୦୦ ପଏଣ୍ଟ ହ୍ରାସ ପାଇଲା

ମୁମ୍ମାଇ,୧୩।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ଅନୁଷ୍ଠିତ ଶାନ୍ତି ଆଲୋଚନା ବିଫଳ ହେବା ପରେ ଆଜି ବିଶ୍ୱ ଷ୍ଟକ ବଜାରରେ ତୀବ୍ର ହ୍ରାସ…

ଆଜି ଭୁବନେଶ୍ୱର ପାଳୁଛି ପ୍ରତିଷ୍ଠା ଦିବସ, ଏହି ଦିନରେ…

ଭୁବନେଶ୍ୱର,୧୩ା୪: ଆଜି ଅର୍ଥାତ୍‌ ସୋମବାର ୭୯ ବର୍ଷରେ ପାଦ ଥାପିଛି ରାଜଧାନୀ ଭୁବନେଶ୍ୱର। ଆଜି ରାଜଧାନୀ ୭୮ ତମ ପ୍ରତିଷ୍ଠା ଦିବସ ପାଳି ୭୯ ବର୍ଷକୁ ଅଗ୍ରସର…

ଦରମା ବଢାଇବା ଦାବିରେ କର୍ମଚାରୀଙ୍କ ଉଗ୍ର ପ୍ରଦର୍ଶନ, ପୋଲିସ ଉପରକୁ ପଥର ମାଡ଼

ନୋଏଡା,୧୩।୪: ନୋଏଡାର ବିଭିନ୍ନ ସେକ୍ଟରର ବିଭିନ୍ନ କମ୍ପାନୀର କର୍ମଚାରୀମାନେ ସୋମବାର ଦରମା ବୃଦ୍ଧି ଦାବିରେ ରାସ୍ତାକୁ ଓହ୍ଲାଇଥିଲେ। ଗତ ତିନିରୁ ଚାରି ଦିନ ଧରି ଚାଲିଥିବା ଏହି…

ବେପରୁଆ ବୟାନ ଦେଲେଣି ଟ୍ରମ୍ପ, ଇରାନକୁ ନେଇ କହିଲେ ଏମିତି କଥା ସାରା ବିଶ୍ୱ ଚକିତ

ଓ୍ବାଶିଂଟନ,୧୩।୪: ଇସଲାମାବାଦରେ ଆଲୋଚନା ଭାଙ୍ଗିବା ପରେ ଡୋନାଲ୍ଡ ଟ୍ରମ୍ପ ଏକ ବିବୃତ୍ତି ଜାରି କରିଛନ୍ତି। ସେ ଦୃଢ଼ୋକ୍ତି ପ୍ରକାଶ କରିଛନ୍ତି ଯେ ଇରାନ ପରମାଣୁ ଅସ୍ତ୍ର ରଖିବା…

ପରିଶ୍ରମ ଅନୁଯାୟୀ ମହୁଲ ଫୁଲ ସଂଗ୍ରହକାରୀଙ୍କୁ ମିଳୁନି ମୂଲ, ଜୀବିକାକୁ ଆଦରି ନେଇ…

ବରଗଡ଼/ଝାରବନ୍ଧ,୧୩।୪(ପ୍ରେମାନନ୍ଦ ଖମାରୀ/ ଦେବେନ୍ଦ୍ର ସାହୁ): ଲଘୁ ବନଜାତ ଦ୍ରବ୍ୟ ମଧ୍ୟରୁ ମହୁଲ ଫୁଲ ଅନ୍ୟତମ। ଫାଲଗୁନ ମାସ ଆସିବା ମାତ୍ର ଏହି ଫୁଲ ଗଛରେ ଦେଖିବାକୁ ମିଳେ।…

ମା’ ରାମଚଣ୍ଡୀଙ୍କ ଚନ୍ଦନ ପୋଖରୀରେ ଆଣ୍ଠୁଏ ପାଣି, ମେଳାରେ ସମସ୍ୟା ଭୋଗିବେ ବ୍ୟବସାୟୀ, ଅସନ୍ତୋଷ ପ୍ରକାଶ କରି…

ମହାକାଳପଡ଼ା,୧୩ା୪ (ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ରାମନଗରସ୍ଥିତ ପ୍ରସିଦ୍ଧ ଶକ୍ତିପୀଠ ମା’ ରାମଚଣ୍ଡୀ ମନ୍ଦିରରେ ଦିନକ ପରେ ପଣା ସଂକ୍ରାନ୍ତି ଓ ଝାମୁଯାତ୍ରା…

ଆମେରିକା-ଇରାନ ଶାନ୍ତି ଆଲୋଚନା ମଧ୍ୟରେ ଆସିଲା ଏହି ବ୍ୟକ୍ତିଙ୍କର ଗୋଟିଏ ଫୋନ କଲ୍‌, ସବୁ ହୋଇଗଲା ଓଲଟପାଲଓ!

ଇସଲାମାବାଦ,୧୩।୪: ଇରାନ ଦାବି କରିଛି ଯେ ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ବିବାଦ ସମାଧାନ ପାଇଁ ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁଙ୍କ ଦ୍ୱାରା ଆମେରିକାର ଉପରାଷ୍ଟ୍ରପତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri