KIIT student death row: ଅଚ୍ୟୁତ ସାମନ୍ତଙ୍କ ବଡ଼ ଘୋଷଣା

ଭୁବନେଶ୍ୱର,୨୦।୨: KIIT University ରେ ବି.ଟେକ ଛାତ୍ରୀ ପ୍ରକ୍ରିତି ଲାମସଲଙ୍କ ଆତ୍ମହତ୍ୟା ଏବଂ ନେପାଳୀ ଛାତ୍ରୀଛାତ୍ରଙ୍କୁ ବଳପୂର୍ବକ କଲେଜରୁ ବିତାଡ଼ିତ କରି ର୍ନିଯାତନା ଘଟଣାରେ ବିବାଦ ଅଧିକ ଘନେଇବାରେ ଲାଗିଛି। କିଟ କର୍ତ୍ତୃପକ୍ଷଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ପାଇଁ ବିଭିନ୍ନ ମହଲରୁ ଦାବି ହେଉଛି। ତେବେ ଏହି ଘଟଣାରେ ଗୁମର ଖୋଲିବାକୁ ରାଜ୍ୟ ସରକାରଙ୍କ ପକ୍ଷରୁ ଗଠନ ହୋଇଥିବା ୩ ଜଣିଆ ଉଚ୍ଚସ୍ତରୀୟ ଫ୍ୟାକ୍ଟ ଫାଇଣ୍ଡିଂ କମିଟି ବୁଧବାର ତଦନ୍ତ ଆରମ୍ଭ କରିଛି। ଏହାରି ଭିତରେ କିଟ୍‌ ଛାତ୍ରୀ ପ୍ରକ୍ରିତିଙ୍କ ମୃତଦେହ ତାଙ୍କ ପରିବାର ବର୍ଗଙ୍କୁ ହସ୍ତାନ୍ତର କରାଯାଇଛି।

କିଟ ଓ କିସ ପ୍ରତିଷ୍ଠାତା Achyuta Samanta ବଡ଼ ଘୋଷଣା କରିଛନ୍ତି। ପ୍ରକ୍ରିତିଙ୍କ ସ୍ମୃତି ଉଦ୍ଦେଶ୍ୟରେ ତାଙ୍କ ନାମରେ ଏକ ମେଧାବୃତ୍ତି ପ୍ରଦାନ କରାଯିବ ବୋଲି ସେ କହିଛନ୍ତି। ପ୍ରକ୍ରିତିଙ୍କ ବାପାଙ୍କ ପ୍ରସ୍ତାବ କ୍ରମେ ଏହି ମେଧାବୃତ୍ତି କିଟରେ ପାଠ ପଢୁଥିବା ନେପାଳର ମେଧାବୀ ଛାତ୍ରୀଙ୍କୁ ପ୍ରଦାନ କରାଯିବ।

KIIT University ରେ ବି.ଟେକ୍‌ ଛାତ୍ରୀ ପ୍ରକ୍ରିତି ଲାମସଲ୍‌ଙ୍କ ଆତ୍ମହତ୍ୟା ଏବଂ ନେପାଳୀ ଛାତ୍ରୀଛାତ୍ରଙ୍କୁ ବଳପୂର୍ବକ କଲେଜରୁ ବିତାଡ଼ିତ କରି ନିର୍ଯାତନା ଘଟଣାରେ ବିବାଦ ଅଧିକ ଘନେଇବାରେ ଲାଗିଛି। କିଟ୍‌ କର୍ତ୍ତୃପକ୍ଷଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ପାଇଁ ବିଭିନ୍ନ ମହଲରୁ ଦାବି ହେଉଛି। ତେବେ ଏହି ଘଟଣାରେ ଗୁମର ଖୋଲିବାକୁ ରାଜ୍ୟ ସରକାରଙ୍କ ପକ୍ଷରୁ ଗଠନ ହୋଇଥିବା ୩ ଜଣିଆ ଉଚ୍ଚସ୍ତରୀୟ ଫ୍ୟାକ୍ଟ ଫାଇଣ୍ଡିଂ କମିଟି ବୁଧବାର ତଦନ୍ତ ଆରମ୍ଭ କରିଛି। ଅପରାହ୍ନରେ ଗୃହ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ସତ୍ୟବ୍ରତ ସାହୁ, ମହିଳା ଓ ଶିଶୁ ବିକାଶ ବିଭାଗ ପ୍ରମୁଖ ସଚିବ ଶୁଭା ଶର୍ମା, ଉଚ୍ଚ ଶିକ୍ଷା ବିଭାଗ ସଚିବ ଅରବିନ୍ଦ ଅଗ୍ରୱାଲ କ୍ୟାମ୍ପସ୍‌ରେ ପହଞ୍ଚତ୍ ଛାତ୍ରୀଛାତ୍ର, ଅଧିକାରୀ ଏବଂ କର୍ମଚାରୀ ପ୍ରମୁଖଙ୍କୁ ପଚରାଉଚରା କରିଛନ୍ତି। ଏଥିସହ ଘଟଣାସ୍ଥଳ ମଧ୍ୟ ପରିଦର୍ଶନ କରି ସ୍ଥିତି ପରଖିବା ସହ ଅଧିକ ଖୋଳତାଡ଼ କରିଛନ୍ତି। ଏହାକୁ ନେଇ ଗଣମାଧ୍ୟମରେ ସତ୍ୟବ୍ରତ କହିଛନ୍ତି, କଲେଜର ବିଭିନ୍ନ ଲୋକ ଓ ପ୍ରଭାବିତ ଛାତ୍ରୀଛାତ୍ରଙ୍କ ସହ ଆଲୋଚନା ହୋଇଛି। ଆମେ କ’ଣ କରିବୁ, ସେଥିପାଇଁ ଘଟଣାସ୍ଥଳ ପରିଦର୍ଶନ କଲୁ। ଏହା ପ୍ରଥମ ପରିଦର୍ଶନ ହୋଇଥିବାବେଳେ ଆଗକୁ ତଦନ୍ତ ଆଗେଇବ। ତଦନ୍ତରୁ ଯେଉଁ ତଥ୍ୟ ସାମ୍ନାକୁ ଆସିବ, ତାକୁ ନେଇ ରାଜ୍ୟ ସରକାରଙ୍କୁ ଏକ ରିପୋର୍ଟ ପ୍ରସ୍ତତ କରି ଦିଆଯିବ ବୋଲି ସଚିବ ସାହୁ କହିଛନ୍ତି। ସେହିପରି ବରିଷ୍ଠ ପୋଲିସ ଅଧିକାରୀଙ୍କ ସହ ଟୁଇନ୍‌ ସିଟି ପୋଲିସ କମିଶନର ଏସ୍‌. ଦେବଦତ୍ତ ସିଂ ମଧ୍ୟ କ୍ୟାମ୍ପସ୍‌ରେ ପହଞ୍ଚତ୍ ଅନୁସନ୍ଧାନ କରିଛନ୍ତି। ପୋଲିସ କମିଶନର ସିଂ କହିଛନ୍ତି, କିଟ୍‌ କ୍ୟାମ୍ପସ୍‌ ଏବେ ପୋଲିସ ଅନୁଧ୍ୟାନରେ ରହିଛି। ଜବତ ମୋବାଇଲ ଓ ଲାପ୍‌ଟପ୍‌କୁ ଷ୍ଟେଟ୍‌ ଫରେନ୍‌ସିକ ସାଇନ୍ସ ଲାବୋରେଟୋରି (ଏସ୍‌ଏଫ୍‌ଏସ୍‌ଏଲ୍‌)କୁ ପଠାଯାଇଛି। ସବୁ ଦିଗକୁ ନେଇ ତଦନ୍ତ ହେଉଛି ବୋଲି ସେ କହିଛନ୍ତି।

KIIT student death ଅପରପକ୍ଷରେ କଲେଜ ମୁଖ୍ୟ ଫାଟକ ସାମ୍ନାରେ ବିଭିନ୍ନ ପ୍ଲାକାର୍ଡ ଧରି ଛାତ୍ରୀଛାତ୍ରମାନେ ଧାରଣା ଜାରି ରଖିଛନ୍ତି। ପୀଡ଼ିତାଙ୍କୁ ନ୍ୟାୟ, ଦୋଷୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଏବଂ ସରକାରଙ୍କ ତତ୍ତ୍ୱାବଧାନରେ ଏକ ଷ୍ଟୁଡେଣ୍ଟ କାଉନ୍‌ସିଲ୍‌ ଗଠନ କରିବାକୁ ଛାତ୍ରୀଛାତ୍ରମାନେ ଦାବି କରିଛନ୍ତି। ସେହିପରି ନବନିର୍ମାଣ ଯୁବ ଛାତ୍ର ସଂଗଠନ(ଏନ୍‌ୱାଇସିଏସ୍‌) ଏବଂ ଅଲ୍‌ ଇଣ୍ଡିଆ ଷ୍ଟୁଡେଣ୍ଟ ଫେଡେରେଶନ୍‌ (ଏଆଇଏସ୍‌ଏଫ୍‌) ପକ୍ଷରୁ ମଧ୍ୟ କଲେଜ ସାମ୍ନାରେ ଧାରଣା ଦିଆଯାଇଛି। କିଟ୍‌ ପ୍ରତିଷ୍ଠାତା ତଥା ପୂର୍ବତନ ସାଂସଦ ଅଚ୍ୟୁତ ସାମନ୍ତ ଆନ୍ଦୋଳନସ୍ଥଳରେ ପହଞ୍ଚତ୍ ଏନ୍‌ୱାଇସିଏସ୍‌ ରାଜ୍ୟ ସଂଯୋଜକ ଏମ୍‌.ଡି ମନୱର ଅଲ୍ଲୀଙ୍କ ସହ ଆଲୋଚନା କରିଥିଲେ। ଏହି ସମୟରେ ଗଣମାଧ୍ୟମ ପ୍ରତିନିଧିଙ୍କ ପକ୍ଷରୁ ତାଙ୍କୁ ଏକାଧିକ ପ୍ରଶ୍ନ ପଚରାଯାଇଥିଲା। ହେଲେ ସେ ଉତ୍ତର ନ ଦେଇ ସେଠାରୁ ପଳାଇଯାଇଥିଲେ ବୋଲି ଜଣାପଡିଛି। ଅପରପକ୍ଷରେ ନେପାଳୀ ଛାତ୍ରୀଙ୍କୁ ଦୁର୍ବ୍ୟବହାର ସହ ଧମକ ଦେଇ ହଷ୍ଟେଲରୁ ବିଦା କରିଥିବା ଦୁଇ ମହିଳା ଅଧିକାରୀଙ୍କୁ ପଚରାଉଚରା ପାଇଁ ପୋଲିସ ପକ୍ଷରୁ ନୋଟିସ ହୋଇଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭଞ୍ଜନଗର ଉପଖଣ୍ଡର ଚୂଡ଼ାନ୍ତ ଭୋଟର ତାଲିକା ପ୍ରକାଶ: ୪୫୮୬ ନୂଆ ଯୋଡ଼ିହେଲେ, ୩୬୩୪୨ ପଡ଼ିଲେ ବାଦ୍‌

ଭଞ୍ଜନଗର,୨୧।୯(ବାବୁଲା ପ୍ରଧାନ):ଦୀର୍ଘ ସାଢ଼େ ତିନି ମାସ ଧରି ଚାଲିଥିବା ସ୍ବତନ୍ତ୍ର ସଘନ -୨୦୨୬ ଭୋଟର ତାଲିକା ସଂଶୋଧନ ପ୍ରକ୍ରିୟା ଶେଷ ହେବା ପରେ ସୋମବାର ଚୂଡ଼ାନ୍ତ ଭୋଟର…

ବାତ୍ୟାକୁ ନେଇ ବଡ଼ ଅପଡେଟ୍‌ ଦେଲେ ମୁଖ୍ୟ ଶାସନ ସଚିବ: ୧୧ ଜିଲା ହେବ ପ୍ରଭାବିତ

ଭୁବନେଶ୍ୱର,୨୧।୯: ଉତ୍ତର ଆଣ୍ଡାମାନ ସାଗର ଏବଂ ସଂଲଗ୍ନ ଅଞ୍ଚଳ ଉପରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ଘନୀଭୂତ ହୋଇ ସୋମବାର ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ଅବପାତ ରୂପ…

ବର୍ଷା, ପବନରେ ଓଲଟିଲା ପୂଜା ମଣ୍ଡପ: ଚାପି ହୋଇଗଲା କାର୍‌, ବାଇକ୍‌

ପାରାଦୀପ,୨୧।୯(ଶରତ ରାଉତ): ପାରାଦୀପର ପ୍ରସିଦ୍ଧ ବିଶ୍ବକର୍ମା ପୂଜା ମହୋତ୍ସବ ସୋମବାର ପଞ୍ଚମ ଦିନରେ ପହଞ୍ଚିଛି। ହେଲେ ଲଘୁଚାପ ଜନିତ ବର୍ଷା, ପବନ ଯୋଗୁ ପାରାଦୀପ ପୋର୍ଟ ଆଣ୍ଡ…

ସମ୍ଭାବ୍ୟ ବାତ୍ୟା ଭୟ ଭିତରେ ବଡ଼ ସୂଚନା ଦେଲେ IMD ଡିଜି: ୨୨ ତାରିଖ ସନ୍ଧ୍ୟାରୁ…

ଭୁବନେଶ୍ୱର,୨୧।୯:ଗଭୀର ଅବପାତ ପ୍ରଭାବରେ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷିବ। ଏନେଇ ସୂଚନା ଦେଇଛନ୍ତି IMD ଡିଜି ମୃତ୍ୟୁଞ୍ଜୟ ମହାପାତ୍ର। IMD ଡିଜିଙ୍କ କହିବାନୁସାରେ, ପୁରୀରୁ ଦକ୍ଷିଣକୁ ଥିବା…

୨୦ ମାସର ଶିଶୁଙ୍କୁ ଘରୁ ଘୋଷାଡ଼ି ନେଲା କୁକୁର: ଆଉ ତା’ପରେ ଘଟିଲା…

ଶିମ୍‌ଲା,୨୧।୯: ହିମାଚଳ ପ୍ରଦେଶର ରାଜଧାନୀ ଶିମ୍‌ଲାର ଶାଙ୍କଲୀ ଅଞ୍ଚଳରେ ଏକ ହୃଦୟ ବିଦାରକ ଘଟଣା ଘଟିଛି। ଏଠାରେ ଜଣେ ୨୦ ମାସର ଶିଶୁ କନ୍ୟା ଉପରେ ଦୁଇଟି…

ଯୁବକଙ୍କୁ ମୃତ ଘୋଷଣା କଲେ ଡାକ୍ତର; ଜୀବନ ବଞ୍ଚାଇବାକୁ ମେଡିକାଲରେ ଝଡ଼ାଫୁଙ୍କା କଲେ ଗୁଣିଆ, ତାପରେ…!

ଆନନ୍ଦପୁର,୨୧।୯(ସୁଶାନ୍ତ କୁମାର ସାହୁ ): ପୁଣି ଥରେ ଅନ୍ଧବିଶ୍ୱାସର ମାୟାଜାଲରେ ସଭ୍ୟ ସମାଜ । ବିଜ୍ଞାନ ଏତେ ଆଗେଇ ଯାଇଥିଲେ ମଧ୍ୟ ଆଜି ବି ଲୋକଙ୍କ ମନରୁ…

ବଡ଼ ଭୁଲ୍‌ କରିଦେଲେ ବୀରେନ୍ଦ୍ର ସେହ୍ବାଗଙ୍କ ପୁଅ: ବିସ୍ଫୋରକ ବ୍ୟାଟିଂ କରୁଥିବାବେଳେ…

ନୂଆଦିଲ୍ଲୀ,୨୧।୯: ଅଷ୍ଟ୍ରେଲିଆ ଅଣ୍ଡର-୧୯ ବିପକ୍ଷ ମ୍ୟାଚ୍‌ରେ ଭାରତୀୟ ଯୁବ ବ୍ୟାଟର ତଥା ବୀରେନ୍ଦ୍ର ସେହ୍ବାଗଙ୍କ ପୁଅ ଆର୍ଯ୍ୟବୀର ସେହ୍ବାଗ ନିଜ ବ୍ୟାଟିଂରେ ପୁଣିଥରେ ପ୍ରଭାବିତ କରିଛନ୍ତି। ଓପନର…

ରୁଷିଆ ନିର୍ବାଚନରେ ପୁଟିନଙ୍କ ଦବଦବା, ୪୫୦ରୁ ୩୫୫ ଆସନ ଜିତିଲା ୟୁନାଇଟେଡ୍…

ମସ୍କୋ,୨୧।୯: ରୁଷିଆର ସଂସଦୀୟ ନିର୍ବାଚନରେ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସମର୍ଥନ ଥିବା ୟୁନାଇଟେଡ୍ ରୁଷିଆ ପାର୍ଟି ବଡ଼ ବିଜୟ ହାସଲ କରିଛି । ପୁଟିନ୍‌ଙ୍କ ଦଳ ସଂସଦର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?