KIIT student death row: ତଦନ୍ତ ଆରମ୍ଭକଲା ଉଚ୍ଚସ୍ତରୀୟ କମିଟି

ଭୁବନେଶ୍ୱର,୨୦।୨(ସତ୍ୟଜିତ୍‌ ରାଉତ): KIIT University ରେ ବି.ଟେକ୍‌ ଛାତ୍ରୀ ପ୍ରକ୍ରିତି ଲାମସଲ୍‌ଙ୍କ ଆତ୍ମହତ୍ୟା ଏବଂ ନେପାଳୀ ଛାତ୍ରୀଛାତ୍ରଙ୍କୁ ବଳପୂର୍ବକ କଲେଜରୁ ବିତାଡ଼ିତ କରି ନିର୍ଯାତନା ଘଟଣାରେ ବିବାଦ ଅଧିକ ଘନେଇବାରେ ଲାଗିଛି। କିଟ୍‌ କର୍ତ୍ତୃପକ୍ଷଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ପାଇଁ ବିଭିନ୍ନ ମହଲରୁ ଦାବି ହେଉଛି। ତେବେ ଏହି ଘଟଣାରେ ଗୁମର ଖୋଲିବାକୁ ରାଜ୍ୟ ସରକାରଙ୍କ ପକ୍ଷରୁ ଗଠନ ହୋଇଥିବା ୩ ଜଣିଆ ଉଚ୍ଚସ୍ତରୀୟ ଫ୍ୟାକ୍ଟ ଫାଇଣ୍ଡିଂ କମିଟି ବୁଧବାର ତଦନ୍ତ ଆରମ୍ଭ କରିଛି। ଅପରାହ୍ନରେ ଗୃହ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ସତ୍ୟବ୍ରତ ସାହୁ, ମହିଳା ଓ ଶିଶୁ ବିକାଶ ବିଭାଗ ପ୍ରମୁଖ ସଚିବ ଶୁଭା ଶର୍ମା, ଉଚ୍ଚ ଶିକ୍ଷା ବିଭାଗ ସଚିବ ଅରବିନ୍ଦ ଅଗ୍ରୱାଲ କ୍ୟାମ୍ପସ୍‌ରେ ପହଞ୍ଚତ୍ ଛାତ୍ରୀଛାତ୍ର, ଅଧିକାରୀ ଏବଂ କର୍ମଚାରୀ ପ୍ରମୁଖଙ୍କୁ ପଚରାଉଚରା କରିଛନ୍ତି। ଏଥିସହ ଘଟଣାସ୍ଥଳ ମଧ୍ୟ ପରିଦର୍ଶନ କରି ସ୍ଥିତି ପରଖିବା ସହ ଅଧିକ ଖୋଳତାଡ଼ କରିଛନ୍ତି। ଏହାକୁ ନେଇ ଗଣମାଧ୍ୟମରେ ସତ୍ୟବ୍ରତ କହିଛନ୍ତି, କଲେଜର ବିଭିନ୍ନ ଲୋକ ଓ ପ୍ରଭାବିତ ଛାତ୍ରୀଛାତ୍ରଙ୍କ ସହ ଆଲୋଚନା ହୋଇଛି। ଆମେ କ’ଣ କରିବୁ, ସେଥିପାଇଁ ଘଟଣାସ୍ଥଳ ପରିଦର୍ଶନ କଲୁ। ଏହା ପ୍ରଥମ ପରିଦର୍ଶନ ହୋଇଥିବାବେଳେ ଆଗକୁ ତଦନ୍ତ ଆଗେଇବ। ତଦନ୍ତରୁ ଯେଉଁ ତଥ୍ୟ ସାମ୍ନାକୁ ଆସିବ, ତାକୁ ନେଇ ରାଜ୍ୟ ସରକାରଙ୍କୁ ଏକ ରିପୋର୍ଟ ପ୍ରସ୍ତତ କରି ଦିଆଯିବ ବୋଲି ସଚିବ ସାହୁ କହିଛନ୍ତି। ସେହିପରି ବରିଷ୍ଠ ପୋଲିସ ଅଧିକାରୀଙ୍କ ସହ ଟୁଇନ୍‌ ସିଟି ପୋଲିସ କମିଶନର ଏସ୍‌. ଦେବଦତ୍ତ ସିଂ ମଧ୍ୟ କ୍ୟାମ୍ପସ୍‌ରେ ପହଞ୍ଚତ୍ ଅନୁସନ୍ଧାନ କରିଛନ୍ତି। ପୋଲିସ କମିଶନର ସିଂ କହିଛନ୍ତି, କିଟ୍‌ କ୍ୟାମ୍ପସ୍‌ ଏବେ ପୋଲିସ ଅନୁଧ୍ୟାନରେ ରହିଛି। ଜବତ ମୋବାଇଲ ଓ ଲାପ୍‌ଟପ୍‌କୁ ଷ୍ଟେଟ୍‌ ଫରେନ୍‌ସିକ ସାଇନ୍ସ ଲାବୋରେଟୋରି (ଏସ୍‌ଏଫ୍‌ଏସ୍‌ଏଲ୍‌)କୁ ପଠାଯାଇଛି। ସବୁ ଦିଗକୁ ନେଇ ତଦନ୍ତ ହେଉଛି ବୋଲି ସେ କହିଛନ୍ତି।

KIIT student death ଅପରପକ୍ଷରେ କଲେଜ ମୁଖ୍ୟ ଫାଟକ ସାମ୍ନାରେ ବିଭିନ୍ନ ପ୍ଲାକାର୍ଡ ଧରି ଛାତ୍ରୀଛାତ୍ରମାନେ ଧାରଣା ଜାରି ରଖିଛନ୍ତି। ପୀଡ଼ିତାଙ୍କୁ ନ୍ୟାୟ, ଦୋଷୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଏବଂ ସରକାରଙ୍କ ତତ୍ତ୍ୱାବଧାନରେ ଏକ ଷ୍ଟୁଡେଣ୍ଟ କାଉନ୍‌ସିଲ୍‌ ଗଠନ କରିବାକୁ ଛାତ୍ରୀଛାତ୍ରମାନେ ଦାବି କରିଛନ୍ତି। ସେହିପରି ନବନିର୍ମାଣ ଯୁବ ଛାତ୍ର ସଂଗଠନ(ଏନ୍‌ୱାଇସିଏସ୍‌) ଏବଂ ଅଲ୍‌ ଇଣ୍ଡିଆ ଷ୍ଟୁଡେଣ୍ଟ ଫେଡେରେଶନ୍‌ (ଏଆଇଏସ୍‌ଏଫ୍‌) ପକ୍ଷରୁ ମଧ୍ୟ କଲେଜ ସାମ୍ନାରେ ଧାରଣା ଦିଆଯାଇଛି। କିଟ୍‌ ପ୍ରତିଷ୍ଠାତା ତଥା ପୂର୍ବତନ ସାଂସଦ ଅଚ୍ୟୁତ ସାମନ୍ତ ଆନ୍ଦୋଳନସ୍ଥଳରେ ପହଞ୍ଚତ୍ ଏନ୍‌ୱାଇସିଏସ୍‌ ରାଜ୍ୟ ସଂଯୋଜକ ଏମ୍‌.ଡି ମନୱର ଅଲ୍ଲୀଙ୍କ ସହ ଆଲୋଚନା କରିଥିଲେ। ଏହି ସମୟରେ ଗଣମାଧ୍ୟମ ପ୍ରତିନିଧିଙ୍କ ପକ୍ଷରୁ ତାଙ୍କୁ ଏକାଧିକ ପ୍ରଶ୍ନ ପଚରାଯାଇଥିଲା। ହେଲେ ସେ ଉତ୍ତର ନ ଦେଇ ସେଠାରୁ ପଳାଇଯାଇଥିଲେ ବୋଲି ଜଣାପଡିଛି। ଅପରପକ୍ଷରେ ନେପାଳୀ ଛାତ୍ରୀଙ୍କୁ ଦୁର୍ବ୍ୟବହାର ସହ ଧମକ ଦେଇ ହଷ୍ଟେଲରୁ ବିଦା କରିଥିବା ଦୁଇ ମହିଳା ଅଧିକାରୀଙ୍କୁ ପଚରାଉଚରା ପାଇଁ ପୋଲିସ ପକ୍ଷରୁ ନୋଟିସ ହୋଇଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ଫୁଟ୍‌ବଲ ମ୍ୟାଚ୍‌ ଦେଖି ଫେରୁଥିଲେ ୨ ଯୁବକ, ଧକ୍କା ଦେଲା ଅଜଣା ଗାଡ଼ି: ଘଟଣାସ୍ଥଳରେ…

ବାରିପଦା,୨୧।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶୁଳିଆପଦା ବ୍ଲକ କାଳିଆଶୋଳ ନିକଟରେ ସୋମବାର ରାତିରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି ଏକ ଅଜଣା ଗାଡ଼ି ଧକ୍କା…

ପୋଖରୀକୁ ଗାଧୋଇବାକୁ ଯାଇଥିଲେ ନିହାରିକା, ଖସିଗଲା ଗୋଡ଼: ଆଉ ତା’ପରେ…

ଲାଞ୍ଜିଗଡ,୨୧।୯(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜି ପଞ୍ଚାୟତ ବିଶ୍ୱନାଥପୁର ଥାନା ଅନ୍ତର୍ଗତ ସିନ୍ଧିପଦର ଗ୍ରାମର ଜଣେ ନାବାଳିକାର ପାଣିରେ ବୁଡି ମୃତ୍ୟୁ ଘଟିଛି…

ସମ୍ଭାବ୍ୟ ବାତ୍ୟାକୁ ନେଇ ବଡ଼ ଅପଡେଟ୍‌: ଏହି ବାଟ ଦେଇ ଅତିକ୍ରମ କରିବ ସ୍ଥଳଭାଗ!

ଭୁବନେଶ୍ୱର, ୨୧।୯: ସଷ୍ଟି ହେଲା ଅବପାତ। ପୁରୀଠାରୁ ଦକ୍ଷିଣ-ପୂର୍ବ ଦିଗ ଓ ଗୋପାଳପୁରଠାରୁ ପୂର୍ବ-ଦକ୍ଷିଣ-ପୂର୍ବ ଦିଗରେ ୩୧୦ କି.ମି ଦୂରରେ ଅବପାତ କେନ୍ଦ୍ରୀଭୂତ। କଳିଙ୍ଗପାଟନମରୁ ୩୯୦ କି.ମି…

ବହୁମୁଖୀ ଭବନ ଲୋକାର୍ପଣ କଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର: ବାଣ୍ଟିଲେ ଭତ୍ତା

ଦିଗପହଣ୍ଡି, ୨୧।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ଅଞ୍ଚଳରେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ ଅନୁଷ୍ଠିତ ହୋଇଛି। ସୋମବାର ଦିଗପହଣ୍ଡି…

ରାଜ୍ୟସ୍ତରୀୟ ବକ୍ତୃତା ପ୍ରତିଯୋଗିତା ପାଇଁ ମନୋନୀତ ହେଲେ ଆଦିତ୍ୟ: ଖେଳିଗଲା ଖୁସିର ଲହରୀ

ଗୁଡାରି, ୨୧/୯ (ପ୍ରମୋଦ କୁମାର ପତି): ସ୍ଥାନୀୟ ଓଡ଼ିଶା ଆଦର୍ଶ ବିଦ୍ୟାଳୟର ସପ୍ତମ ଶ୍ରେଣୀ ଛାତ୍ର ଆଦିତ୍ୟ ନାରାୟଣ ଗୌଡ଼ ରାଜ୍ୟସ୍ତରୀୟ ବକ୍ତୃତା ପ୍ରତିଯୋଗିତା ପାଇଁ ମନୋନୀତ…

ମଙ୍ଗଳବାର ସୁଦ୍ଧା ଗଭୀର ଅବପାତ: ଘଣ୍ଟା ପ୍ରତି ଏତିକି କି.ମି. ବେଗରେ ପବନ, ୨୪ ଘଣ୍ଟାରେ… 

ଭୁବନେଶ୍ୱର, ୨୧।୯(ବନ୍ଦନା ସେଠୀ): ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ଥିବା ଲଘୁଚାପ ଆହୁରି ଘନୀଭୂତ ହୋଇ ସୋମବାର ସକାଳ ୮ଟା ୩୦ରେ ପଶ୍ଚିମ-କେନ୍ଦ୍ରୀୟ ଓ ସଂଲଗ୍ନ ପୂର୍ବ-କେନ୍ଦ୍ରୀୟ…

ରିଲିଜ ପୂର୍ବରୁ ‘ରାକା’ରଚିଲା ଇତିହାସ: ଗିନିଜ ୱାଲର୍‌ଡ ରେକର୍ଡରେ ଅଲ୍ଲୁ ଅର୍ଜୁନଙ୍କ ଫିଲ୍ମ

ମୁମ୍ବାଇ: ‘ପୁଷ୍ପା’ ଓ ‘ପୁଷ୍ପା ୨’ ଭଳି ଫିଲ୍ମ ଜରିଆରେ କେବଳ ଦେଶ ନୁହେଁ, ସାରା ବିଶ୍ୱରେ ନିଜର ପରିଚୟ ସୃଷ୍ଟି କରିଥିବା ତେଲୁଗୁ ସୁପରଷ୍ଟାର ଅଲ୍ଲୁ…

ବାପାଙ୍କୁ ପିଟିପିଟି ମାରିଲେ ପୁଅ: ଘରୋଇ ଝଗଡା ହେଲା କାଳ

ବାରିପଦା,୨୧।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ଥାନା ଅଧିନ ବ୍ରାହ୍ମଣଗାଁ ଗ୍ରାମପଞ୍ଚାୟତ ତାଳବନ୍ଦ ବୁରୁଡି ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଘରୋଇ କଳିକୁ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?