KIIT Student’s Death: ଅଚ୍ୟୁତ ସାମନ୍ତଙ୍କ ବିରୋଧରେ ହେବ କାର୍ଯ୍ୟାନୁଷ୍ଠାନ, ବିଧାନସଭାରେ କହିଲେ ସରକାର

ଭୁବନେଶ୍ୱର,୧୯।୨: KIIT ବିଶ୍ୱବିଦ୍ୟାଳୟରେ ନେପାଳୀ ଛାତ୍ରୀ ମୃତ୍ୟୁ ମାମଲାରେ ଅଚ୍ୟୁତ ସାମନ୍ତଙ୍କ ଉପରେ ହେବ କାର୍ଯ୍ୟାନୁଷ୍ଠାନ। ବୁଧବାର ବିଧାନସଭାରେ ଏହା କହିଛନ୍ତି ଜୟନାରାୟଣ ମିଶ୍ର। KIIT ପ୍ରସଙ୍ଗକୁ ନେଇ ଓଡିଶା ସାରା ବିଶ୍ୱରେ ନିନ୍ଦିତ ହୋଇଥିବା ବେଳେ ଏହାକୁ ନେଇ ବିଧାନସଭାରେ ମଧ୍ୟ ତାତି ଦେଖିବାକୁ ମିଳିଥିଲା।

ଏହାରି ଉପରେ ବିଧାନସଭାରେ ବିବୃତି ରଖି ବରିଷ୍ଠ ନେତା ଜୟନାରାୟଣ ମିଶ୍ର କହିଛନ୍ତି, ଅଚ୍ୟୁତ ସାମନ୍ତଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ପାଇଁ ସରକାର ବଦ୍ଧ ପରିକର। ଅଚ୍ୟୁତଙ୍କୁ ସୁରକ୍ଷା ଦେବାକୁ ଗୃହ ବନ୍ଦ କରୁଛନ୍ତି ବିରୋଧୀ। ତେଣୁ ବିରୋଧୀଦଳ ବାଧକ ସାଜିବାର କାରଣ କ’ଣ ସେ ପଚାରିଥିଲେ।

ସେପଟେ ଏହି ଘଟଣାର ତଦନ୍ତ କରିବାକୁ ରାଜ୍ୟ ସରକାର କମିଟି ଗଠନ କରିଛନ୍ତି। ଏହାପରେ ତୁରନ୍ତ କମିଟି କିଟ୍ ତଦନ୍ତ କରିଛନ୍ତି। ପ୍ରଥମ ଭିଜିଟ୍‌ ପରେ ଗୃହ ବିଭାଗ ACS ସତ୍ୟବ୍ରତ ସାହୁ ସୂଚନା ଦେଇଛନ୍ତି ଯେ, ସରକାରଙ୍କୁ ଉପଯୁକ୍ତ ସମୟରେ ରିପୋର୍ଟ ଦେବୁ। ସମସ୍ତଙ୍କ ସହ ଆଲୋଚନା କରି ରିପୋର୍ଟ କରାଯିବ। ନେପାଳ କର୍ତ୍ତୃପକ୍ଷଙ୍କ ସହ ମଧ୍ୟ ଆଲୋଚନା ହୋଇଛି। ଆଇନ ଅନୁସାରେ କାର୍ଯ୍ୟାନୁଷ୍ଠାନ ହେବ।

ସୂଚନାଯୋଗ୍ୟ, କିଟ୍‌ ବିଶ୍ୱବିଦ୍ୟାଳୟରେ ପୁରୁଷବନ୍ଧୁଙ୍କ ନିର୍ଯାତନା ସହି ନ ପାରି ଜଣେ ନେପାଳୀ ଇଞ୍ଜିନିୟରିଂ ଛାତ୍ରୀ ଆତ୍ମହତ୍ୟା କରିଛନ୍ତି। ମୃତା ଛାତ୍ରୀ ହେଲେ ବି.ଟେକ୍‌ ତୃତୀୟ ବର୍ଷ (କମ୍ପ୍ୟୁଟର ସାଇନ୍ସ)ର ପ୍ରକ୍ରିତି ଲାମ୍‌ସଲ୍‌ (୨୦)। ପ୍ରକ୍ରିତି ବିଶ୍ୱବିଦ୍ୟାଳୟ କ୍ୟାମ୍ପସ୍‌ସ୍ଥିତ ହଷ୍ଟେଲ ‘କ୍ୟୁସି୪’ର ରୁମ୍‌ ନଂ.୪ଏ୧୨୫ରେ ରବିବାର ଅପରାହ୍ନରେ ଫ୍ୟାନ୍‌ ଜରିଆରେ ଓଢ଼ଣିରେ ଝୁଲି ଆଖି ବୁଜିଛନ୍ତି।

ତେବେ ଏହି ଘଟଣାକୁ କେନ୍ଦ୍ର କରି କ୍ୟାମ୍ପସ୍‌ ଅଶାନ୍ତ ହୋଇଥିବା ଘଟଣାକୁ ନେଇ ଦେଶବ୍ୟାପୀ ଉଦ୍‌ବେଗ ପ୍ରକାଶ ପାଇଛି। ଅନ୍ୟପକ୍ଷରେ ଏହି ଘଟଣାକୁ ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷଙ୍କ ପକ୍ଷରୁ ଚପାଇ ଦେବାକୁ ଉଦ୍ୟମ ହୋଇଥିବା ଅଭିଯୋଗ ହୋଇଛି। ପୁରୁଷବନ୍ଧୁଙ୍କ ବ୍ଲାକମେଲ୍‌ରୁ ପ୍ରକ୍ରିତି ଏଭଳି କରିବାକୁ ବାଧ୍ୟ ହୋଇଥିଲେ ବୋଲି ସହପାଠୀମାନେ ଦାବି କରିବା ସହ କଲେଜ କର୍ତ୍ତୃପକ୍ଷଙ୍କ ଅବହେଳାକୁ ଦାୟୀ କରି ଆନ୍ଦୋଳନକୁ ଓହ୍ଲାଇଥିଲେ। ଶତାଧିକ ନେପାଳୀ ଛାତ୍ରୀଛାତ୍ର ରବିବାର ରାତିରୁ ଆନ୍ଦୋଳନ କରିବା ସହ ସୋମବାର ସକାଳୁ ମଧ୍ୟ ବିଶ୍ୱବିଦ୍ୟାଳୟ ସାମ୍ନା ରାସ୍ତାକୁ ଅବରୋଧ କରି ବିକ୍ଷୋଭ କରିଥିଲେ।

ସେପଟେ ଏହି ଘଟଣାରେ ପୁରୁଷବନ୍ଧୁ ବି.ଟେକ୍‌ ତୃତୀୟ ବର୍ଷ (ମେକାନିକାଲ)ର ଛାତ୍ର ଆଦଭିକ୍‌ ଶ୍ରୀବାସ୍ତବଙ୍କ ବ୍ଲାକମେଲ୍‌ ସହି ନ ପାରି ପ୍ରକ୍ରିତି ଏଭଳି ଚରମ ନିଷ୍ପତ୍ତି ନେଇଥିବା ତାଙ୍କ ସମ୍ପର୍କୀୟ ଭାଇ ସିଦ୍ଧାନ୍ତ ସିଗ୍‌ଦେଲ୍‌ କହିଛନ୍ତି। ସିଗ୍‌ଦେଲଙ୍କ ଏତଲା ଆଧାରରେ ଇନ୍‌ଫୋସିଟି ଥାନା ପୋଲିସ ଭାରତୀୟ ନ୍ୟାୟ ସଂହିତା (ବିଏନ୍‌ଏସ୍‌) ଦଫା ୧୦୮ (ଆତ୍ମହତ୍ୟା ପାଇଁ ପ୍ରବର୍ତ୍ତାଇବା)ରେ ଏକ ମାମଲା (ନଂ.୫୪/୨୦୨୫) ରୁଜୁ କରିଛି। ଅଭିଯୁକ୍ତ ଆଦଭିକ୍‌ ରାଜ୍ୟ ବାହାରକୁ ଖସି ପଳାଉଥିବା ବେଳେ ପୋଲିସ ଟିମ୍‌ ତାଙ୍କୁ ଭୁବନେଶ୍ୱର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନ ବନ୍ଦରରୁ ଗିରଫ କରିଛି। ପରେ ତାଙ୍କୁ କୋର୍ଟ ଚାଲାଣ କରାଯାଇଥିଲା। ସେଠାରୁ ତାଙ୍କୁ ବିଚାବିଭାଗୀୟ ହାଜତକୁ ପଠାଇ ଦିଆଯାଇଛି। ଆଦଭିକ୍‌ଙ୍କ ଘର ଲକ୍ଷ୍ନୌରେ ହୋଇଥିବାବେଳେ ସେ ନନ୍ଦନକାନନ ଥାନା ଅଞ୍ଚଳରେ ଥିବା ଏକ ଆପାର୍ଟମେଣ୍ଟରେ ରହୁଥିଲେ। ତାଙ୍କ ପାଖରୁ ମୋବାଇଲ ଓ ଲାପଟପ୍‌ ଜବତ କରାଯାଇଛି।

ତେବେ ଏହି ଘଟଣାକୁ ନେଇ ନେପାଳୀ ଛାତ୍ରୀଛାତ୍ର ଓ କିଟ୍‌ କର୍ତ୍ତୃପକ୍ଷ ମୁହାଁମୁହିଁ ପରିସ୍ଥିତିର କେତେକ ଭିଡିଓ ଭାଇରାଲ ମଧ୍ୟ ହୋଇଛି। ଛାତ୍ରୀଙ୍କୁ ଧମକ ସହ ହଷ୍ଟେଲରୁ ବଳପୂର୍ବକ ତଡୁଥିବା ଦେଖିବାକୁ ମିଳିଛି। ଏଥିସହ ଛାତ୍ରଙ୍କୁ ସୁରକ୍ଷାକର୍ମୀ ମାଡ଼ ମାରୁଥିବା ମଧ୍ୟ ଭିଡିଓରୁ ଦେଖିବାକୁ ମିଳିଛି। ସେପଟେ କ୍ୟାମ୍ପସ୍‌ରେ ଅଧିକ ଉତ୍ତେଜନାପୂର୍ଣ୍ଣ ପରିସ୍ଥିତିକୁ ଏଡାଇବା ପାଇଁ ସବୁ ବର୍ଷର ନେପାଳୀ ଛାତ୍ରୀଛାତ୍ରଙ୍କ କ୍ଲାସ୍‌କୁ ଅନିର୍ଦ୍ଦିଷ୍ଟ କାଳ ପାଇଁ କଲେଜ କର୍ତ୍ତୃପକ୍ଷ ବନ୍ଦ କରି ‘ସାଇନ୍‌ ଏ ଡାଏ’ ଘୋଷଣା କରିଥିଲେ। ସେମାନଙ୍କୁ ନିଜ ଘରକୁ ଫେରିଯିବାକୁ କୁହାଯିବା ସହ ତୁରନ୍ତ ହଷ୍ଟେଲ ଛାଡ଼ିବାକୁ ନିର୍ଦ୍ଦେଶ ଦିଆଯାଇଥିଲା। ଏପରିକି ପ୍ରାୟ ଶତାଧିକ ନେପାଳୀ ଛାତ୍ରୀଛାତ୍ରଙ୍କୁ ବସ୍‌ ଯୋଗେ ବଳପୂର୍ବକ କଟକ ରେଳ ଷ୍ଟେଶନରେ ଛାଡ଼ି ଦିଆଯାଇଥିଲା।

ଏହାକୁ ନେଇ ନେପାଳୀ ଛାତ୍ରୀଛାତ୍ରଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ଦେଖାଦେଇଥିଲା। ଘରକୁ ଯିବା ପାଇଁ କଲେଜ କର୍ତ୍ତୃପକ୍ଷଙ୍କ ପକ୍ଷରୁ କୌଣସି ବ୍ୟବସ୍ଥା କରା ନ ଯାଇ ତୁରନ୍ତ ଚାଲିଯିବାକୁ କୁହାଯିବାରୁ ଛାତ୍ରୀଛାତ୍ରମାନେ ଅକଳରେ ପଡ଼ିଥିଲେ। ପୋଲିସ ସୂଚନା ଅନୁଯାୟୀ, ଦୁଇବର୍ଷ ତଳେ ପ୍ରକ୍ରିତି ଓ ଆଦଭିକ୍‌ଙ୍କ ମଧ୍ୟରେ ପ୍ରେମ ସମ୍ପର୍କ ଗଢି ଉଠିଥିଲା। ଏହାରି ଭିତରେ ପ୍ରକ୍ରିତିଙ୍କ କିଛି ଅନ୍ତରଙ୍ଗ ମୁହୂର୍ତ୍ତର ଫଟୋ ଏବଂ ଭିଡିଓ ଉତ୍ତୋଳନ କରି ଆଦଭିକ୍‌ ମୋବାଇଲରେ ରଖିଥିଲେ। ଫଟୋ ଓ ଭିଡିଓ ଜରିଆରେ ସେ ପ୍ରକ୍ରିତିଙ୍କୁ ବ୍ଲାକମେଲ କରିଥିଲେ। ଫଳରେ ଉଭୟଙ୍କ ମଧ୍ୟରେ ଝଗଡା ହୋଇଥିଲା। ଏହି କାରଣରୁ ଉଭୟ କିଟ୍‌ ଇଣ୍ଟରନ୍ୟାଶନାଲ ରିଲେଶନ୍‌ ଅଫିସ (ଆଇଆର୍‌ଓ)ର ସାହାଯ୍ୟ ନେଇଥିବାବେଳେ ଦୁଇଥର ଏହି ସମସ୍ୟାର ଆପୋସ ସମାଧାନ ହୋଇଥିଲା। ହେଲେ କିଛିଦିନ ଯିବା ପରେ ଆଦଭିକ୍‌ ପୂର୍ବଭଳି ସମ୍ପର୍କ ରଖିବା ପାଇଁ ପୀଡିତାଙ୍କ ଉପରେ ଚାପ ପକାଇଥିଲେ। କିନ୍ତୁ ପ୍ରକ୍ରିତି ରାଜି ନ ହେବାରୁ ଆଦଭିକ୍‌ ତାଙ୍କୁ ପୁଣି ମାନସିକ ନିର୍ଯାତନା ଦେଇଥିଲେ।

ରବିବାର ସକାଳେ ଉଭୟଙ୍କ ମଧ୍ୟରେ ଝଗଡା ହୋଇଥିଲା। ପ୍ରକ୍ରିତି ଆତ୍ମହତ୍ୟା କରିଥିବା ନେଇ ସହପାଠୀମାନେ ଦେଖିବାକୁ ପାଇଥିଲେ। ତୁରନ୍ତ ସେମାନେ ତାଙ୍କୁ ଘଟଣାସ୍ଥଳରୁ ଉଦ୍ଧାର କରି କିମ୍‌ସ ହସ୍ପିଟାଲକୁ ସ୍ଥାନାନ୍ତର କରିଥିବା ବେଳେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ତେବେ ଏହି ଘଟଣାକୁ ନେଇ ନେପାଳ ପ୍ରଧାନମନ୍ତ୍ରୀ କେ.ପି. ଶର୍ମା ଓଲି ଉଦ୍‌ବେଗ ପ୍ରକାଶ କରିବା ସହ ନେପାଳ ଦୂତାବାସ ଘଟଣାକୁ ନେଇ ଚିନ୍ତାପ୍ରକଟ କରିବା ସହ ଛାତ୍ରୀ ମୃତ୍ୟୁ ଘଟଣାର ନିରପେକ୍ଷ ତଦନ୍ତ ଦାବି କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

୧୦୦ ଫୁଟ ଘେରିବନ୍ଧ ଭୁଶୁଡ଼ିବା ପରେ ତରବରିଆ କାମ, ଯନ୍ତ୍ରୀଙ୍କ ଦେଖାନାହିଁ, ଯନ୍ତ୍ର କରୁଛି…

ମହାକାଳପଡ଼ା,୫ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ରଡ଼ିଆ-କଂସାର-ବଡ଼ ଦାଣ୍ଡୁଆ ଲୁଣା ଘେରିବନ୍ଧ ନିର୍ମାଣ କାର୍ଯ୍ୟରେ ବହୁ କୋଟି ଟଙ୍କା ବ୍ୟୟ ଅଟକଳ କରାଯାଇଛି।…

୩୧ ଅକ୍ଟୋବର ଯାଏ ୩ରାଶିଙ୍କ ଫିଟିଲା ଭାଗ୍ୟ; ଚାକିରିରେ ମିଳିବ ବଡ଼ ପ୍ରମୋଶନ, ହୁ ହୁ ହୋଇ ବଢିବ ଟଙ୍କା…

ବୈଦିକ ଜ୍ୟୋତିଷରେ ଦେବଗୁରୁ ବୃହସ୍ପତିଙ୍କୁ ଜ୍ଞାନ, ଧନ, ସୁଖ, ସନ୍ତାନ ଏବଂ ସୌଭାଗ୍ୟର କାରକ ଗ୍ରହ ଭାବେ ବିବେଚନା କରାଯାଏ। ଗୁରୁ ଯେତେବେଳେ ରାଶି ପରିବର୍ତ୍ତନ କରନ୍ତି,…

କେସିଙ୍ଗା ଅବକାରୀ ଥାନାରେ ନୂଆ ଓଆଇସିଙ୍କ ଯୋଗଦାନ

କେସିଙ୍ଗା,୫ା୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଅବକାରୀ ଥାନାରେ ନୂତନ ଭାବେ ମଳୟ ପ୍ରଧାନ ଓଆଇସି ଭାବେ ଯୋଗଦାନ କରିଛନ୍ତି। ସେ ଏହା ପୂର୍ବରୁ ବରଗଡ଼ରେ ଏଆଇସି…

ହୃଦୟ ଜିଣିଲେ ହାର୍ଦ୍ଦିକ ପାଣ୍ଡ୍ୟା: ଭାରତୀୟ ସୈନ୍ୟଙ୍କ ସହ…

ନୂଆଦିଲ୍ଲୀ,୫।୯: ଭାରତୀୟ କ୍ରିକେଟ ଦଳର ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଫଟୋ BSF (ସୀମା ସୁରକ୍ଷା ବଳ) କର୍ମଚାରୀଙ୍କ ସହ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ସେ…

ସ୍ତ୍ରୀ ପଛେ ପଛେ ସ୍ବାମୀଙ୍କ ମୃତ୍ୟୁ, ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳି ଆଣିଲେ ୨ ମୃତଦେହ, ସନ୍ଦେହରେ…

ଭଦ୍ରକ,୫ା୯(ସନାତନ ରାଉତ): ମୃତ୍ୟୁର ୨ ଦିନ ପରେ ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳା ହେଲା ଶବ। ସାପ କାମୁଡ଼ାରେ ମୃତ୍ୟୁ ହୋଇଥିବା ସନ୍ଦେହ କରି ପରିବାର…

‘ଯୁଗେ ଯୁଗେ ଗୁରୁ ହିଁ ଶ୍ରେଷ୍ଠ, ଗୁରୁ ହେଉଛନ୍ତି ସମାଜ ସଂସ୍କାରକ’

ଅମରପାଲି,୫ା୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଅମରପାଲି ହାଇସ୍କୁଲରେ ଗୁରୁଦିବସ ପାଳନ ଅବସରରେ ଛାତ୍ରୀମାନଙ୍କ ଦ୍ୱାରା ନାଟକ ତସ୍ମୈ ଶ୍ରୀ ଗୁରବେ ନମଃ ପରିବେଷଣ…

ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କଲା ଆମେରିକା; ଖାର୍ଗ ଦ୍ୱୀପ ନିକଟରେ ୪ କ୍ଷେପଣାସ୍ତ୍ର ମାଡ଼

ତେହରାନ,୫।୯: ଆମେରିକା ଖାର୍ଗ ଦ୍ୱୀପ ନିକଟରେ ଏକ ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କରିଛି। ଆମେରିକା ଜାହାଜ ଉପରେ ଲଗାତାର ଚାରୋଟି କ୍ଷେପଣାସ୍ତ୍ର ମାଡ଼ କରିଛି।…

ଫାଇନାଲ ମ୍ୟାଚ ପୂର୍ବରୁ ବୈଭବଙ୍କୁ ନେଇ ଏ କ’ଣ କହିଦେଲେ ଇଶାନ କିଶନ, ଚାରିଆଡେ ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ, ୫।୯: ଇଷ୍ଟ ଜୋନ ଓ ସାଉଥ ଜୋନ ମଧ୍ୟରେ ରବିବାରଠାରୁ ଦୁଲୀପ ଟ୍ରଫି ୨୦୨୬ର ଫାଇନାଲ ମ୍ୟାଚ ଖେଳାଯିବ। ଚେନ୍ନାଇର ଏମଏ ଚିଦମ୍ବରମ ଷ୍ଟାଡିୟମରେ ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri