KIIT ଛାତ୍ରୀଙ୍କ ମୃତ୍ୟୁ ଘଟଣା: ଶୀଘ୍ର ନ୍ୟାୟ ପ୍ରଦାନ ଲାଗି ଚିଠି ଲେଖିଲା ନେପାଳ ମାନବାଧିକାର କମିଶନ

ଭୁବନେଶ୍ୱର, ୨୫ା୨(ସୁନିତ୍‌ ମିଶ୍ର): ଭୁବନେଶ୍ବର କିଟ୍‌ ବିଶ୍ୱବିଦ୍ୟାଳୟରେ ଜଣେ ନେପାଳୀ ଛାତ୍ରୀଙ୍କ ମୃତ୍ୟୁ ଘଟଣାରେ ନେପାଳର ମାନବାଧିକାର କମିଶନ ଉଦ୍‌ବେଗ ପ୍ରକାଶ କରିଛି। ଶୀଘ୍ର ତଦନ୍ତ କରି ନ୍ୟାୟ ପ୍ରଦାନ ପାଇଁ ଭାରତୀୟ ମାନବାଧିକାର କମିଶନକୁ ନେପାଳ ମାନବାଧିକାର କମିଶନ ଚିଠି ଲେଖିଛି। ଛାତ୍ରୀଛାତ୍ରଙ୍କୁ ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷଙ୍କ ମାଡ଼ମରା ଓ ଦୁର୍ବ୍ୟବହାର ନେଇ କାର୍ଯ୍ୟାନୁଷ୍ଠାନ ନେପାଳ ମାନବାଧିକାର କମିଶନ ଦାବି କରିଛି। ଏହାସହ ନେପାଳର ଛାତ୍ରୀଛାତ୍ରଙ୍କ ପୂର୍ଣ୍ଣ ସୁରକ୍ଷା ସହ ଭୟମୁକ୍ତ ବାତାବରଣ ସୁନିଶ୍ଚିତ କରିବାକୁ ମଧ୍ୟ ଦାବି କରାଯାଇଛି।

ଏହି ଘଟଣାରେ ସମ୍ପୃକ୍ତ ବିଶ୍ୱବିଦ୍ୟାଳୟର ଅଧିକାରୀ ଓ ବ୍ୟକ୍ତିବିଶେଷଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବାକୁ ଚିଠିରେ ଉଲ୍ଲେଖ କରାଯାଇଛି। ପୂର୍ବରୁ କିଟ୍‌ ଘଟଣାରେ ନେପାଳ ବୈଦେଶିକ ମନ୍ତ୍ରୀଙ୍କ ସହ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଫୋନ୍‌ ଯୋଗେ କଥାହୋଇ ଦୋଷୀଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ପ୍ରତିଶ୍ରୁତି ଦେଇଥିଲେ। ଏଥିସହ ଲୋକସେବା ଭବନରେ ନେପାଳ ଦୂତାବାସର ୨ ଜଣ ଅଧିକାରୀ ମଧ୍ୟ ଏହି ପ୍ରସଙ୍ଗରେ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଥିଲେ। ଦୋଷୀଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ମୁଖ୍ୟମନ୍ତ୍ରୀ ପ୍ରତିଶ୍ରୁତି ଦେଇଛନ୍ତି। ରାଜ୍ୟ ସରକାର ଘଟଣା ଉପରେ ତୀକ୍ଷ୍ଣ ନଜର ରଖିଥିବା ମୁଖ୍ୟମନ୍ତ୍ରୀ ଜଣାଇଛନ୍ତି। ଏହାସହ ନେପାଳ ଦୂତାବାସର ୨ ଅଧିକାରୀ ନବୀନ ରାଜ୍‌ ଅଧିକାରୀ ଓ ସଞ୍ଜୀବ ଶର୍ମା ଦାସ ମୁଖ୍ୟମନ୍ତ୍ରୀଙ୍କୁ ଭେଟିବା ବେଳେ ଏହି ଆଲୋଚନାରେ ମୁଖ୍ୟ ଶାସନ ସଚିବ ଓ ମୁଖ୍ୟମନ୍ତ୍ରୀଙ୍କ ଏସିଏସ୍‌ ଭାଗ ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କୁକୁର ମୁଁହରୁ ହରିଣକୁ ଉଦ୍ଧାରକଲେ ସରପଞ୍ଚ ପ୍ରତିନିଧି, ଚିକିତ୍ସା ପରେ ବନବିଭାଗକୁ କଲେ ହସ୍ତାନ୍ତର

ଗଞ୍ଜାମ,୩୧ା୧୨(ବିଦ୍ୟାଧର ସାହୁ ): କୁକୁର ମୁଁହରୁ ଆହତ ହରିଣକୁ ଉଦ୍ଧାର କଲେ ମଲାଡ଼ ସରପଞ୍ଚ ପ୍ରତିନିଧି ସୁଦାମ ବେହେରା । ମଲାଡ଼ ପଞ୍ଚାୟତ କାର୍ଯ୍ୟାଳୟ ଠାରୁ...

ଭୋଜି ଖାଇ ୧୦୦ରୁ ଊର୍ଦ୍ଧ୍ୱ ଝାଡ଼ାବାନ୍ତିରେ ଆକ୍ରାନ୍ତ, ଡାକ୍ତର କହିଲେ…

କେସିଙ୍ଗା,୩୧ା୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ବେଲଖଣ୍ଡି ଗ୍ରାମର କଲୋନୀରେ ଏକ ଭୋଜି ଭାତ ଖାଇ ଶତାଧିକ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇ କେସିଙ୍ଗା ଗୋଷ୍ଠୀ...

ସୁନ୍ଦରଗଡ଼ରେ ଅଭାବନୀୟ ଘଟଣା, ବାର୍ଷିକ କ୍ରୀଡ଼ାରେ ଦୌଡୁଥିବା ବେଳେ ଟଳିପଡ଼ିଲେ ଛାତ୍ର

ସୁନ୍ଦରଗଡ,୩୧/୧୨(ଜୟ ନାରାୟଣ ମେଣ୍ଡୁଳି): ଆଜି ଅର୍ଥାତ୍ ଡିସେମ୍ବର ୩୧ ତାରିଖ ପୂର୍ବାହ୍ନ ୧୧ଟା ପାଖାପାଖି ସମୟରେ ସୁନ୍ଦରଗଡ ଭବାନୀପୁର ଏକଲବ୍ୟ ମଡେଲ ସ୍କୁଲରେ ଘଟିଛି ଏକ...

ଜରି ଅଖାରେ ଧାନ ନେଲାନି ସୋସାଇଟି, ଚାଷୀ ରାସ୍ତା ଅବରୋଧ କରି…

ବୌଦ୍ଧ,୩୧ା୧୨(ଅଜିତ କୁମାର ବାରିକ): ସୋସାଇଟି ପକ୍ଷରୁ ଜରି ଅଖାରେ ଧାନ ନେବାକୁ ମନା କରାଯିବାରୁ ଏହାର ପ୍ରତିବାଦରେ ଚାଷୀ ରାସ୍ତାରୋକୋ କରିଛନ୍ତି। ସୂଚନା ମୁତାବକ ବୌଦ୍ଧ...

ଆସନ୍ତା ୩ରୁ ୪ ଦିନ ପର୍ଯ୍ୟନ୍ତ କଲବଲ କରିବ କୁହୁଡ଼ି, ୯ ଜିଲ୍ଲାକୁ ଅରେଞ୍ଜ୍‌ ଓ୍ବାର୍ନିଂ

ଭୁବନେଶ୍ୱର, ୩୧ା୧୨: ଗତ କିଛି ଦିନ ହେବ ରାଜ୍ୟରେ ଘନ କୁହୁଡ଼ି ଦେଖାଯାଉଥିବା ବେଳେ ଏପରି ସ୍ଥିତି ଆହୁରି କିଛିଦିନ ଲାଗି ରହିବ । ଏନେଇ...

ଅନ୍ୟ ଧର୍ମର ହୋଇଥିବାରୁ ଗାଁ ଶ୍ମଶାନରେ ସମାଧି ଦେବାକୁ ମନା, ପ୍ରଶାସନ ଉପସ୍ଥିତିରେ…

ପାଟଣା,୩୧ା୧୨(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଡୁମୁରିଆ ପଞ୍ଚାୟତ ବାଇଦବଜାରେ ଡିସେମ୍ବର ୧୬ ତାରିଖ ରାତି ୧୨ଟାରେ ଟିବି ରୋଗରେ ଆକ୍ରାନ୍ତ ହୋଇଥିବା ତଥା...

ପ୍ରକଳ୍ପ କାର୍ଯ୍ୟ ତ୍ୱରାନ୍ବିତ କରିବାକୁ ବିଭାଗୀୟ ଅଧିକାରୀଙ୍କୁ ପରାମର୍ଶ ଦେଇ ଜିଲାପାଳ କହିଲେ…

ଧର୍ମଶାଳା,୩୧ା୧୨(ଶିବ ପ୍ରସାଦ ମହାନ୍ତି): ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ମଙ୍ଗଳବାର ଧର୍ମଶାଳା ବିଧାନସଭା ନିର୍ବାଚନ ମଣ୍ଡଳୀ ଉନ୍ନୟନ କମିଟି ବୈଠକ ବିଳମ୍ବିତ ରାତି ପର୍ଯ୍ୟନ୍ତ ଅନୁଷ୍ଠିତ...

ପରିବହନ ମନ୍ତ୍ରୀଙ୍କ ବଡ଼ ଘୋଷଣା: ପଲ୍ୟୁସନ ଅବଧି ବଢ଼ାଇ କହିଲେ…

ଭୁବନେଶ୍ୱର,୩୧ା୧୨: ପରିବହନ ମନ୍ତ୍ରୀ ପଲ୍ୟୁସନ ସାର୍ଟିଫିକେଟ୍‌ ଅବଧିକୁ ନେଇ ଏକ ବଡ଼ ଘୋଷଣା କରିଛନ୍ତି। ସେ କହିଛନ୍ତି, ଏହି ଅବଧି ମାର୍ଚ୍ଚ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri