KIIT ଛାତ୍ରୀଙ୍କ ମୃତ୍ୟୁ ଘଟଣା: ଶୀଘ୍ର ନ୍ୟାୟ ପ୍ରଦାନ ଲାଗି ଚିଠି ଲେଖିଲା ନେପାଳ ମାନବାଧିକାର କମିଶନ

ଭୁବନେଶ୍ୱର, ୨୫ା୨(ସୁନିତ୍‌ ମିଶ୍ର): ଭୁବନେଶ୍ବର କିଟ୍‌ ବିଶ୍ୱବିଦ୍ୟାଳୟରେ ଜଣେ ନେପାଳୀ ଛାତ୍ରୀଙ୍କ ମୃତ୍ୟୁ ଘଟଣାରେ ନେପାଳର ମାନବାଧିକାର କମିଶନ ଉଦ୍‌ବେଗ ପ୍ରକାଶ କରିଛି। ଶୀଘ୍ର ତଦନ୍ତ କରି ନ୍ୟାୟ ପ୍ରଦାନ ପାଇଁ ଭାରତୀୟ ମାନବାଧିକାର କମିଶନକୁ ନେପାଳ ମାନବାଧିକାର କମିଶନ ଚିଠି ଲେଖିଛି। ଛାତ୍ରୀଛାତ୍ରଙ୍କୁ ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷଙ୍କ ମାଡ଼ମରା ଓ ଦୁର୍ବ୍ୟବହାର ନେଇ କାର୍ଯ୍ୟାନୁଷ୍ଠାନ ନେପାଳ ମାନବାଧିକାର କମିଶନ ଦାବି କରିଛି। ଏହାସହ ନେପାଳର ଛାତ୍ରୀଛାତ୍ରଙ୍କ ପୂର୍ଣ୍ଣ ସୁରକ୍ଷା ସହ ଭୟମୁକ୍ତ ବାତାବରଣ ସୁନିଶ୍ଚିତ କରିବାକୁ ମଧ୍ୟ ଦାବି କରାଯାଇଛି।

ଏହି ଘଟଣାରେ ସମ୍ପୃକ୍ତ ବିଶ୍ୱବିଦ୍ୟାଳୟର ଅଧିକାରୀ ଓ ବ୍ୟକ୍ତିବିଶେଷଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବାକୁ ଚିଠିରେ ଉଲ୍ଲେଖ କରାଯାଇଛି। ପୂର୍ବରୁ କିଟ୍‌ ଘଟଣାରେ ନେପାଳ ବୈଦେଶିକ ମନ୍ତ୍ରୀଙ୍କ ସହ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଫୋନ୍‌ ଯୋଗେ କଥାହୋଇ ଦୋଷୀଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ପ୍ରତିଶ୍ରୁତି ଦେଇଥିଲେ। ଏଥିସହ ଲୋକସେବା ଭବନରେ ନେପାଳ ଦୂତାବାସର ୨ ଜଣ ଅଧିକାରୀ ମଧ୍ୟ ଏହି ପ୍ରସଙ୍ଗରେ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଥିଲେ। ଦୋଷୀଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ମୁଖ୍ୟମନ୍ତ୍ରୀ ପ୍ରତିଶ୍ରୁତି ଦେଇଛନ୍ତି। ରାଜ୍ୟ ସରକାର ଘଟଣା ଉପରେ ତୀକ୍ଷ୍ଣ ନଜର ରଖିଥିବା ମୁଖ୍ୟମନ୍ତ୍ରୀ ଜଣାଇଛନ୍ତି। ଏହାସହ ନେପାଳ ଦୂତାବାସର ୨ ଅଧିକାରୀ ନବୀନ ରାଜ୍‌ ଅଧିକାରୀ ଓ ସଞ୍ଜୀବ ଶର୍ମା ଦାସ ମୁଖ୍ୟମନ୍ତ୍ରୀଙ୍କୁ ଭେଟିବା ବେଳେ ଏହି ଆଲୋଚନାରେ ମୁଖ୍ୟ ଶାସନ ସଚିବ ଓ ମୁଖ୍ୟମନ୍ତ୍ରୀଙ୍କ ଏସିଏସ୍‌ ଭାଗ ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିଶ୍ୱବିଦ୍ୟାଳୟରେ ବିନା ଅନୁମୋଦନରେ ନିଯୁକ୍ତ କର୍ମଚାରୀ ଛଟେଇ ହେବେ

ଭୁବନେଶ୍ୱର,୨୧ା୫(ସୁଚିସ୍ମିତା ସାହୁ): ରାଜ୍ୟ ସରକାରୀ ବିଶ୍ୱବିଦ୍ୟାଳୟଗୁଡ଼ିକରେ ବେଆଇନ ଭାବେ ନିଯୁକ୍ତ କର୍ମଚାରୀଙ୍କୁ ଛଟେଇ କରାଯିବ। ସେମାନଙ୍କ ନିୟମିତକରଣ ଦାବିକୁ ବିଚାର କରାଯିବ ନାହିଁ। ଏପରି ନିଯୁକ୍ତି ଫଳରେ…

ପ୍ରବଳ ଗ୍ରୀଷ୍ମ ପ୍ରବାହ: ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର ୨ ଦିନ ବନ୍ଦ

କଟକ, ୨୧।୫ (କାର୍ତ୍ତିକ ସାହୁ): ସାରା ରାଜ୍ୟ ସମେତ କଟକ ଜିଲାରେ ମଧ୍ୟ ଗ୍ରୀଷ୍ମ ପ୍ରବାହ ଓ ପ୍ରବଳ ଖରା ପାଇଁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ଏହି…

ଟ୍ରେନ ଧକ୍କାରେ ବୋଲେରୋ ଚୁରମାର: ଗୋପାଳପୁର ପୋର୍ଟ ସ୍ୱତନ୍ତ୍ର ରେଳ ପଥରେ ବଡ଼ ଦୁର୍ଘଟଣା

ଛତ୍ରପୁର, ୨୧।୫ (ଦିଲ୍ଲୀପ ସାମଲ): ଛତ୍ରପୁର ଆର୍ଯ୍ୟପଲ୍ଲୀ ସ୍ଥିତ ଗୋପାଳପୁର ପୋର୍ଟର ସ୍ୱତନ୍ତ୍ର ରେଳ ପଥରେ ଏକ ଭୟାବହ ଦୁର୍ଘଟଣା ଘଟିଯାଇଛି। ଏକ ମାଲବାହୀ ଟ୍ରେନ ଧକ୍କାରେ…

ଦୁଇ ପୁଅଙ୍କ ଜୀବନ ବଞ୍ଚାଇବାକୁ ଯାଇ ବୁଡ଼ିଗଲେ ବାପା, ଶୋଭାପୁଟ ବ୍ରିଜ ତଳ ପାଣିରେ…

ନନ୍ଦପୁର, ୨୧।୫(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଆନ୍ଧ୍ର ସୀମାକୁ ଲାଗି ରହିଥିବା ପାନ୍ଥଲୁଙ୍ଗ ପଞ୍ଚାୟତର ଶୋଭାପୁଟ ବ୍ରିଜ ତଳେ ଗୁରୁବାର ମାଛ ଧରିବାକୁ ଆସିଥିବା…

୧୬ ବର୍ଷ ପରେ ବଳାତ୍କାର ଅଭିଯୁକ୍ତ ଗିରଫ, ପୀଡ଼ିତା ମହିଳାଙ୍କ ପରିବାର…

ବରଗଡ,୨୧।୫(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ଭଟଲି ଥାନା ପୋଲିସ ଗୁରୁବାର ୧୬ ବର୍ଷ ପରେ ଜଣେ ଫେରାର୍‌ ବଳାତ୍କାର ଅଭିଯୁକ୍ତଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ଜଣକ…

ଅସହ୍ୟ ଗରମରେ ଅଘୋଷିତ ବିଦ୍ୟୁତ କାଟ, ଟାଟା ପାଓ୍ବାର ଅଫିସ ଘେରି କର୍ମଚାରୀଙ୍କୁ ତାଲା ପକାଇଲେ ଉତ୍ତ୍ୟକ୍ତ ଲୋକେ

ବଲାଙ୍ଗୀର, ୨୧।୫(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ଅଘୋଷିତ ଭାବେ ହେଉଛି ବିଦ୍ୟୁତ କାଟ। ଏହାର ପ୍ରତିବାଦରେ ଗୁରୁବାର ଟାଟା ପାୱାର ଅଫିସ ଘେରାଉ କରାଯିବା ସହ…

ଜୁଲାଇ ୧୬ ତାରିଖରେ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା, ଓଡ଼ିଶା ପୋଲିସର ବ୍ୟାପକ ପ୍ରସ୍ତୁତି

କଟକ,୨୧।୫(ପ୍ରଭୁକଲ୍ୟାଣ ପାଲ): ବିଶ୍ୱପ୍ରସିଦ୍ଧ ପୁରୀ ରଥଯାତ୍ରା ପାଇଁ ଓଡ଼ିଶା ପୋଲିସର ବ୍ୟାପକ ପ୍ରସ୍ତୁତି । ଡିଜିପି ଗୁରୁତ୍ୱପୂର୍ଣ୍ଣ ବୈଠକ ଡାକିଛନ୍ତି । ଆସନ୍ତା ଜୁଲାଇ ୧୬ ତାରିଖରେ…

ଘୋଷଣା ହେଲା ଓଡ଼ିଶା ହାଇକୋର୍ଟର ଗ୍ରୀଷ୍ମ ଅବକାଶ, ଏହି ତାରିଖରୁ ବନ୍ଦ ରହିବ

କଟକ,୨୧।୫(ପ୍ରଭୁକଲ୍ୟାଣ ପାଲ୍): ଓଡ଼ିଶା ହାଇକୋର୍ଟରେ ଗ୍ରୀଷ୍ମ ଅବକାଶ । ମେ ୨୩ରୁ ଜୁନ୍ ୨୧ ତାରିଖ ପର୍ଯ୍ୟନ୍ତ ଗ୍ରୀଷ୍ମ ଅବକାଶ ରହିବ । ଜୁନ୍ ୨୨ ତାରିଖରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri