KIIT ବିଶ୍ୱବିଦ୍ୟାଳୟରେ ନେପାଳୀ ଛାତ୍ରୀ ଆତ୍ମହତ୍ୟା ଘଟଣା: ପ୍ରତିଷ୍ଠାତା ପହଞ୍ଚିଲେ ହେଲେ ମୁହଁ ଖୋଲିଲେନି

ଭୁବନେଶ୍ୱର,୧୯।୨: KIIT ବିଶ୍ୱବିଦ୍ୟାଳୟରେ ନେପାଳୀ ଛାତ୍ରୀ ଆତ୍ମହତ୍ୟା ଘଟଣାରେ ନୂଆ ନୂଆ ତଥ୍ୟ ପଦାକୁ ଆସିବାରେ ଲାଗିଛି । କିଟ୍‌ କର୍ତ୍ତୃପକ୍ଷଙ୍କ ଦାୟିତ୍ୱହୀନତା ଯୋଗୁ ଓଡ଼ିଶା ବିଶ୍ୱ ଦରବାରରେ ପୁଣିଥରେ ନିନ୍ଦିତ ହେବାକୁ ପଡିଛି । ଅନ୍ୟପଟେ ଏହି ଘଟଣାକୁ ନେଇ ଛାତ୍ର ଅଶାନ୍ତି ତେଜିଛି। ମୃତ ଛାତ୍ରୀଙ୍କୁ ନ୍ୟାୟ ଦାବିରେ କ୍ୟାଣ୍ଡେଲ ଜାଳି ହାତରେ ପ୍ଲାକାର୍ଡ ଧରି ଶୋଭାଯାତ୍ରା କରିଛନ୍ତି ଛାତ୍ରୀଛାତ୍ର।

ଅନ୍ୟପକ୍ଷେ , ଅନଶନରେ ବସିଥିବା ନବ ନିର୍ମାଣ ଛାତ୍ର ସଂଗଠନକୁ ଭେଟିଲେ କିଟ୍‌ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତ। ଅନଶନକାରୀଙ୍କ ସହ ଆଲୋଚନା କରି ତାଙ୍କ ଦାବିପତ୍ର ଗ୍ରହଣ କରିଛନ୍ତି। କିଟ୍‌ ପ୍ରସଙ୍ଗରେ ଗଣମାଧ୍ୟମକୁ କୌଣସି ପ୍ରତିକ୍ରିୟା ଦେଇନାହାନ୍ତି।

ଏହି ସମୟରେ ନେପାଳୀ ଛାତ୍ରୀ ଆତ୍ମହତ୍ୟାର ପ୍ରଥମ ଭିଡିଓ ସାମନାକୁ ଆସିଛି। ଏହା ନେପାଳୀ ଛାତ୍ରୀଙ୍କ ହଷ୍ଟେଲ ରୁମ୍‌ କବାଟ ଭାଙ୍ଗିବା ବେଳର ଭିଡିଓ । ଯାହା ଏବେ ବେଶୀ ଭାଇରାଲ ହେବାରେ ଲାଗିଛ। ପୋଲିସ ଆସିବା ଆଗରୁ ହଷ୍ଟେଲ କର୍ତ୍ତୃପକ୍ଷ କବାଟ ଭାଙ୍ଗିଥିବା ଦେଖିବାକୁ ମିଳିଛି। ଜୋରଜବରଦସ୍ତ କବାଟ ଭାଙ୍ଗି କଲେଜ ଛାତ୍ରୀ ଏବଂ କର୍ତ୍ତୃପକ୍ଷ ଭିତରକୁ ପଶିଥିଲେ। ରୁମ୍‌ ଭିତରେ ନେପାଳୀ ଛାତ୍ରୀଙ୍କ ମୃତଦେହ ଝୁଲୁଥିବାର
ଭିଡିଓରେ ଦେଖାଯାଇଛି।

ଅନ୍ୟପଟେ ଘଟଣାକୁ ନେଇ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଆକ୍ସନ ମୋଡକୁ ଆସିଛନ୍ତି। ଘଟଣାର ତଦନ୍ତ ନେଇ ଉଚ୍ଚସ୍ତରୀୟ କମିଟି ଗଠନ କରିଛନ୍ତି ରାଜ୍ୟ ସରକାର। ଏହି କମିଟିରେ ସ୍ଥାନ ପାଇଛନ୍ତି ୩ଟି ବିଭାଗର ସଚିବ। କମିଟିରେ ଗୃହ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ, ମହିଳା ଓ ଶିଶୁ କଲ୍ୟାଣ ବିଭାଗ ପ୍ରମୁଖ ସଚିବ ଓ ଉଚ୍ଚ ଶିକ୍ଷା ବିଭାଗର ସଚିବ ମଧ୍ୟ ସ୍ଥାନ ପାଇଛନ୍ତି।

କମିଟି ଗଠନ କରିବା ସହ ଛାତ୍ରୀଛାତ୍ରୀଙ୍କୁ ଘରୋଇ ସୁରକ୍ଷାକର୍ମୀ ମାଡ଼ ମାରିବାର ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ। ସେ କହିଛନ୍ତି, ଯେଉଁମାନେ ଦୋଷୀ ସାବ୍ୟସ୍ତ ହେବେ ସେମାନଙ୍କୁ ଆଇନ ଅନୁସାରେ କାର୍ଯ୍ୟାନୁଷ୍ଠାନ ନିଆଯିବ। ସମସ୍ତ ଛାତ୍ରୀଛାତ୍ରଙ୍କ ସୁରକ୍ଷା ଓ ସମ୍ମାନ ନେଇ ସରକାର ପ୍ରତିଶ୍ରୁତିବଦ୍ଧ। ନ୍ୟାୟ ଦେବା ପାଇଁ ରାଜ୍ୟ ସରକାର ସମସ୍ତ ପ୍ରକାର ପଦକ୍ଷେପ ନେବେ।

 


Enter your email to get our daily news in your inbox.

All Right Reserved By Dharitri.Com

ପାକିସ୍ତାନ ଇଙ୍ଗିତରେ ନାଚୁଛି ବାଂଲାଦେଶ: ଭାରତୀୟ ରାଷ୍ଟ୍ରଦୂତଙ୍କ ଆଗରେ କଲା ଏମିତି କାମ

ଶ୍ରୀନଗର,୭।୭:ଜମ୍ମୁ ଓ କଶ୍ମୀର ଭାରତର ଏକ ଅବିଚ୍ଛେଦ୍ୟ ଅଙ୍ଗ। ଏହା ସତ୍ତ୍ୱେ ଅନେକ କ୍ଷେତ୍ରରେ କଶ୍ମୀରକୁ ଭାରତଠାରୁ ପୃଥକ ଭାବରେ ଦର୍ଶାଯାଇଛି। ବାଂଲାଦେଶରେ ଏପରି ଏକ ଘଟଣା…

ବିବାଦରେ ମୈଥିଲୀ ଠାକୁର: ଯୁବକଙ୍କୁ ଧମକ, ଗାଳିଗୁଲଜ କରିବା ନେଇ ଆସିଲା ଅଭିଯୋଗ, ଜାଣନ୍ତୁ କାହିଁକି ରାଗିଲେ ବିଧାୟିକା?

ନୂଆଦିଲ୍ଲୀ, ୭।୭: ବିହାରର ଦରଭଙ୍ଗା ଜିଲା ଅଲୀନଗର ଆସନର ଭାଜପା ବିଧାୟିକା ତଥା ପ୍ରସିଦ୍ଧ ଗାୟିକା ମୈଥିଲୀ ଠାକୁର ଏବେ ଏକ ବଡ଼ ବିବାଦରେ ଛନ୍ଦି ହୋଇପଡ଼ିଛନ୍ତି।…

ପୁରୀ-କୋରାପୁଟ ସ୍ପେସିଆଲ୍‌ ଟ୍ରେନକୁ କେସିଙ୍ଗାରେ ସ୍ବାଗତ: ରହଣି ସମୟ ପରିବର୍ତ୍ତନ ପାଇଁ ଦାବି

କେସିଙ୍ଗା, ୭।୭( ତୁମେଶ୍ୱର ସାହୁ): ଶ୍ରୀକ୍ଷେତ୍ର ପୁରୀ-ଶାବର କ୍ଷେତ୍ର କୋରାପୁଟ ସ୍ପେସିଆଲ୍‌ ଏକ୍ସପ୍ରେସ ଟ୍ରେନ (ନଂ .୧୮୪୦୮)କୁ କେନ୍ଦ୍ର ରେଳମନ୍ତ୍ରୀ ଅଶ୍ୱିନ ବୈଷ୍ଣବ ଓ ମୁଖ୍ୟମନ୍ତ୍ରୀ ମୋହନ…

ସଞ୍ଜୁ ସାମସନଙ୍କୁ ଦଳରୁ ବାଦ୍‌ ଦେବା ଉପରେ BCCIର ବଡ଼ ବୟାନ, ସାମ୍ନାକୁ ଆସିଲା ଚମକାଇ ଦେଲା ଭଳି କାରଣ!

ନୂଆଦିଲ୍ଲୀ, ୭।୭: BCCI ନିକଟରେ ଜିମ୍ବାୱେ ବିପକ୍ଷ ଟି-୨୦ ସିରିଜ ପାଇଁ ଭାରତୀୟ ଦଳ ଘୋଷଣା କରିଛି। ତେବେ ଏହି ଦଳରେ ସଞ୍ଜୁ ସାମସନଙ୍କ ନାମ ନଥିବାରୁ…

ଏହି କାରଣରୁ ହୋଇଛି ବିଉଟି ମହାନ୍ତିଙ୍କ ମୃତ୍ୟୁ, ଆସିଲା ଚାଉଳିଆଗଞ୍ଜ ଥାନା IICଙ୍କ ପୋଷ୍ଟମର୍ଟମ ରିପୋର୍ଟ

କଟକ,୭।୭: ଚାଉଳିଆଗଞ୍ଜ ଥାନା IIC ବିଉଟି ମହାନ୍ତିଙ୍କ ଆସିଲା ପୋଷ୍ଟମର୍ଟମ ରିପୋର୍ଟ । ତେବେ ଶ୍ବାସରୁଦ୍ଧ ହୋଇ ତାଙ୍କର ମୃତ୍ୟୁ ହୋଇଥିବା ନେଇ ରିପୋର୍ଟରେ ଉଲ୍ଲେଖ କରାଯାଇଛି…

PF ଆକାଉଣ୍ଟଧାରୀଙ୍କ ପାଇଁ ଖୁସି ଖବର! ଖାତାକୁ ଆସିବ ୮.୨୫% ସୁଧ, ଘରେ ବସି ଏମିତି ଚେକ୍‌ କରନ୍ତୁ ବାଲାନ୍ସ

ନୂଆଦିଲ୍ଲୀ, ୭।୭: ଯଦି ଆପଣଙ୍କର ମଧ୍ୟ EPFରେ ପଇସା ଜମା ହେଉଛି, ତେବେ ଆପଣଙ୍କ ପାଇଁ ବଡ଼ ଖୁସି ଖବର। EPFO ଆର୍ଥିକ ବର୍ଷ ୨୦୨୫-୨୬ ପାଇଁ…

ବିଳମ୍ବିତ ରାତିରେ ରାସ୍ତାରୁ ଖସିଗଲା ବାଇକ୍, ଯୁବକଙ୍କ ଉପରେ ପଡ଼ିଗଲା…

କେନ୍ଦ୍ରାପଡ଼ା,୭।୭(ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ସଦର ଥାନା ଅନ୍ତର୍ଗତ କଜଳା ରାସ୍ତାରେ ସୋମବାର ବିଳମ୍ବିତ ରାତିରେ ଏକ ସଡ଼କ ଦୁର୍ଘଟଣା ହୋଇଛି । ଏହି ଦୁର୍ଘଟଣାରେ ଜଣେ ଅଚିହ୍ନା…

ମାଛ ଧରିବାକୁ ଯାଇ ବୈତରଣୀ ନଦୀରେ ଭାସିଗଲେ ଯୁବକ, ତାପରେ….

ପାଟଣା,୭।୭(ବୀର କିଶୋର ଦାଶ): ମାଛ ମାରିବାକୁ ଯାଇ ବୈତରଣୀ ନଦୀ ମୁହାଣରେ ଭାସି ଜଣେ ଯୁବକ ନିଖୋଜ ହୋଇଛନ୍ତି । ନିଖୋଜ ଯୁବକ ହେଉଛନ୍ତି ଟାଙ୍ଗରପଡ଼ା ପଂଚାୟତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri