KIIT University Girl Student’s Death: ପ୍ରଥମେ ତଡ଼ିଦେଲେ, ପରେ ଟଙ୍କା ଦେଇ ସ୍ୱର ଚାପି ଦେବାକୁ ଉଦ୍ୟମ

ଭୁବନେଶ୍ୱର,୧୮।୨: କିଟ୍ ବିଶ୍ବବିଦ୍ୟାଳୟରେ ବି.ଟେକ୍ ଛାତ୍ରୀ ମୃତ୍ୟୁ ଘଟଣାରେ ହଷ୍ଟେଲରେ ଥିବା ସମସ୍ତ ନେପାଳୀ ଛାତ୍ରୀଛାତ୍ରଙ୍କୁ ସୋମ‌ବାର ହଷ୍ଟେଲ ଖାଲି କରିବା ପାଇଁ ନିର୍ଦ୍ଦେଶ ଦିଆଯାଇଥିଲା। ପରେ ଜୋରଜବରଦସ୍ତି ସମସ୍ତ ଛାତ୍ରୀଛାତ୍ରଙ୍କୁ କଟକ ରେଳ ଷ୍ଟେଶନକୁ ବିଶ୍ବବିଦ୍ୟାଳୟର ବସ୍ ଯୋଗେ ପଠାଇ ଦେଇଥିଲେ।

ତେବେ ସୋମବାର ଦିନ ତମାମ ଏହି ଘଟଣା ସାମାଜିକ ଗଣମାଧ୍ୟମ ସହିତ ମୁଖ୍ୟ ଗଣମାଧ୍ୟମରେ ପ୍ରକାଶ ପାଇବା ପରେ ବିଭିନ୍ନ ସ୍ତରରୁ ଚାପ ପଡିବା ପରେ ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷ ନିଷ୍ପତ୍ତି ବଦଳାଇ ଛାତ୍ରମାନଙ୍କୁ ପୁନର୍ବାର କଲେଜ ଫେରିବାକୁ ଆହ୍ୱାନ କରିଥିଲେ। ଛାତ୍ରମାନେ ଅଭିଯୋଗ କରିଛନ୍ତି ଯେ, ବିଦ୍ୟାଳୟ କର୍ତ୍ତୃପକ୍ଷ, ପୋଲିସ ଏବଂ ରେଲୱେ ଅଧିକାରୀମାନେ ସେମାନଙ୍କୁ କଲେଜ ଫେରିବାକୁ ବାଧ୍ୟ କରିଥିଲେ। ଏଥିପାଇଁ ସେମାନଙ୍କୁ ଟଙ୍କା ମଧ୍ୟ ଯଚାଯାଇଥିବା ସେମାନେ ଅଭିଯୋଗ କରିଛନ୍ତି। ଏହି ଘଟଣାର ଭିଡ ମଧ୍ୟ ସୋସିଆଲ ମିଡିଆରେ ଭାଇରାଲ ହୋଇଛି।

ସୂଚନା ଅନୁଯାୟୀ ପ୍ରାୟ ୬୦ରୁ ଅଧିକ ଛାତ୍ରୀଛାତ୍ର ଦୀର୍ଘ ସମୟ ଧରି କଟକ ରେଳଷ୍ଟେଶନଠାରେ ଅପେକ୍ଷା କରିବା ସହ ପାଖରେ ଟ୍ରେନ୍ ଟିକେଟ୍ ଓ ଖାଇବା ପାଇଁ ନ ଥିବାରୁ ନିରାଶ ହୋଇଥିଲେ। ପରେ ଅପରାହ୍ନ ପ୍ରାୟ ୪ଟା ୫୦ ମିନିଟରେ ପୁରୀ- ପାଟନା ଏକ୍ସପ୍ରେସ୍‌ରେ ରିଜର୍ଭେରେଶନ ଟିକେଟ୍ ନ ଥିବାରୁ ଜେନେରାଲ ବଗିରେ ଛାତ୍ରୀଛାତ୍ର ଯାଇଥିବା ସୂଚନା ମିଳିଛି। ବିଶ୍ବବିଦ୍ୟାଳୟର କିଛି ଛାତ୍ରୀଛାତ୍ର ଅଭିଯୋଗ କରିଛନ୍ତି ଯେ, କର୍ତ୍ତୃପକ୍ଷ ବିନା କୌଣସି ନୋଟିସରେ ବିଶ୍ବବିଦ୍ୟାଳୟରୁ ବିଦା କରି ଦେଇଛନ୍ତି। କୌଣସି ସୁବିଧା ନ କରି କଟକରେ ଆଣି ଛାଡ଼ିଛନ୍ତି। ଏହାସହ କିଛି ଛାତ୍ରୀଛାତ୍ରଙ୍କୁ ହଷ୍ଟେଲ ୱାର୍ଡେନ ପାଇପ୍‌ରେ ପିଟିଛନ୍ତି । କେବଳ ସହ‌ପାଠୀଙ୍କ ମୃତ୍ୟୁକୁ ନେଇ ଆନ୍ଦୋଳନ କରିବା କାରଣରୁ ସମସ୍ତଙ୍କୁ ବିଦା କରାଯାଇଥିବା ନେଇ ଛାତ୍ରୀଛାତ୍ରମାନେ ଅଭିଯୋଗ କରିବା ସହ ଅସନ୍ତୋଷ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବଞ୍ଜାରା ଗ୍ୟାଙ୍ଗର ୫ ମହିଳାଙ୍କୁ ଗିରଫ କଲା ପୋଲିସ

ଭୁବନେଶ୍ୱର,୫।୯: ନୟାପଲ୍ଲୀ ପୋଲିସ ଶନିବାର ବଞ୍ଜାରା ଲୁଟେରା ଗ୍ୟାଙ୍ଗର ୫ଜଣ ମହିଳାଙ୍କୁ ଧରିବାରେ ସକ୍ଷମ ହୋଇଛି। ଗରଫ ସମସ୍ତ ମହିଳା ମହାରାଷ୍ଟ୍ରର ବୋଲି ସୂଚନା ମିଳିଛି। ପୋଲିସ…

୫ ଦିନ ହେଲା ‘ଆଜି ନୁହେଁ, କାଲି ଦେବୁ’ କହି ଭଣ୍ଡାଉଛନ୍ତି ଗ୍ୟାସ ବିତରକ: ସିଲିଣ୍ଡର ରଖି ଗ୍ରାହକଙ୍କ ରାସ୍ତାରୋକ

ରାଜନଗର, ୫।୯(ଭାସ୍କର ରାଉତରାୟ): ଦୀର୍ଘଦିନ ଧରି ରାଜନଗର ଅଞ୍ଚଳରେ ଗ୍ୟାସ ଯୋଗାଣକୁ ନେଇ ଗ୍ରାହକମାନେ ନାନା ସମସ୍ୟାର ସମ୍ମୁଖୀନ ହେଉଥିବା ଅଭିଯୋଗ ହୋଇଛି। ଗ୍ୟାସ ବିତରକମାନେ ବିଭିନ୍ନ…

ଭୟଙ୍କର! ଏଭରେଷ୍ଟକୁ ତରଳାଉଛି ମଣିଷ ପରିସ୍ରା? ୩୨ ବର୍ଷର ଭାଙ୍ଗିଲା ରେକର୍ଡ, ଦୁଇ ଗୁଣା ସ୍ପିଡ୍‌ରେ ତରଳୁଛି ବରଫ

ନୂଆଦିଲ୍ଲୀ,୫।୯: ମାଉଣ୍ଟ ଏଭରେଷ୍ଟକୁ ନଷ୍ଟ କରୁଛି ମଣିଷର ପରିସ୍ରା! ଶୁଣିବାକୁ ଆଶ୍ଚର୍ଯ୍ୟ ଲାଗୁଥିଲେ ବି ଏହା ହିଁ ସବୁଠାରୁ ବଡ଼ ସତ… ଯେଉଁ ଏଭରେଷ୍ଟକୁ ଜିତିବା ପାଇଁ…

କଳାହାଣ୍ଡି ପୋଲିସର ବଡ଼ ଧରଣର ଚଢ଼ାଉ: ୨୦ କୁଇଣ୍ଟାଲ ଗଞ୍ଜେଇ ଜବତ,୪ ଗିରଫ

ଭବାନୀପାଟଣା,୫।୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଏମ୍. ରାମପୁର ଥାନା ମୋହନଗିରି ଫାଣ୍ଡି ଅନ୍ତର୍ଗତ ଜାମୁଲି ଗ୍ରାମ ନିକଟସ୍ଥ ଜଙ୍ଗଲରେ ବେଆଇନ ଗଞ୍ଜେଇ ରଖାଯାଇଥିବା ଖବର ପାଇ…

୩୦ବର୍ଷ ପରେ ବି ମିଳିବ ସରକାରୀ ଚାକିରି! ଜାଣନ୍ତୁ ବ୍ୟାଙ୍କ୍‌-ରେଲେଓ଼୍ବ ଆଉ କେଉଁଠି ମିଳିବ ସୁଯୋଗ

ନୂଆଦିଲ୍ଲୀ,୫।୯:ଅନେକ ସମୟରେ ଲୋକଙ୍କ ମନରେ ଏହି ଭୁଲ ଧାରଣା ଥାଏ ଯେ ସରକାରୀ ଚାକିରି (Government Job) ପାଇଁ ପ୍ରସ୍ତୁତି କେବଳ ୨୧ ରୁ ୨୫ ବର୍ଷ…

‘ଶିକ୍ଷକଙ୍କ ହାତରେ ରହିଛି ଉତ୍ତମ ଶିଶୁ ଗଠନର ଦାୟିତ୍ୱ’

ଭୁବନେଶ୍ୱର,୫ା୯: ବାଲିପୁଟର ଇଂରାଜୀ ମାଧ୍ୟମ ବିଦ୍ୟାଳୟ ସେଣ୍ଟ୍‌ ଜାଭିଅର କିଡ୍ସରେ ନିଆରା ଢଙ୍ଗରେ ପାଳିତ ହୋଇଯାଇଛି ଗୁରୁଦିବସ। ବିଦ୍ୟାଳୟର ପ୍ରାର୍ଥନା ପର୍ବ ପରେ ପୂର୍ବତନ ରାଷ୍ଟ୍ରପତି ତଥା…

ସତ୍‌ସଙ୍ଗ ଚାଲିଥିବା ବେଳେ ଖଣ୍ଡାରେ ମରଣାନ୍ତକ ଆକ୍ରମଣ

ବାଙ୍କୀ, ୫।୯ (ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ଥାନା ଅନ୍ତର୍ଗତ ବେଦପୁର ଗାଁରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଦୁଇ ଗୋଷ୍ଠୀ ମଧ୍ୟରେ ବଚସା ଓ ଗଣ୍ଡଗୋଳ ତୀବ୍ରତର…

୧୦୦ ଫୁଟ ଘେରିବନ୍ଧ ଭୁଶୁଡ଼ିବା ପରେ ତରବରିଆ କାମ, ଯନ୍ତ୍ରୀଙ୍କ ଦେଖାନାହିଁ, ଯନ୍ତ୍ର କରୁଛି…

ମହାକାଳପଡ଼ା,୫ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ରଡ଼ିଆ-କଂସାର-ବଡ଼ ଦାଣ୍ଡୁଆ ଲୁଣା ଘେରିବନ୍ଧ ନିର୍ମାଣ କାର୍ଯ୍ୟରେ ବହୁ କୋଟି ଟଙ୍କା ବ୍ୟୟ ଅଟକଳ କରାଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri