Posted inଖେଳ

ଏଆଇସିଏଫ୍‌ ସଦସ୍ୟ ହେଲା କିଟ୍‌ ୟୁନିଭର୍ସିଟି

ଭୁବନେଶ୍ୱର, ୨୭ା୩ (ସ୍ପୋଟର୍‌ସ ବ୍ୟୁରୋ): ଦେଶ ଏକମାତ୍ର ତଥା ପ୍ରଥମ ଶିକ୍ଷାନୁଷ୍ଠାନ ଭାବେ ସର୍ବଭାରତୀୟ ଚେସ୍‌ ମହାସଂଘ (ଏଆଇସିଏଫ୍‌)ର ସଦସ୍ୟତା ହାସଲ କରିପାରିଛି କିଟ୍‌ ୟୁନିଭର୍ସିଟି। ଗତ ୧୫ବର୍ଷ ହେଲା ଓଡ଼ିଶା ଓ ଭାରତରେ ଚେସ୍‌ ଖେଳର ପ୍ରମୋଟ କରିବାରେ କିଟ୍‌ର ଉଲ୍ଲେଖନୀୟ ଭୂମିକା ରହି ଆସିଛି। ବହୁ ବାର୍ଷିକ ଗ୍ରାଣ୍ଡମାଷ୍ଟର୍ସ ଟୁର୍ନାମେଣ୍ଟ, ଅନ୍ତର୍ଜାତୀୟ ଓ ଜାତୀୟ ଟୁର୍ନାମେଣ୍ଟ ଆୟୋଜନ କରିଛି।

ଏହାଛଡ଼ା ଦୁଇ ଗ୍ରାଣ୍ଡମାଷ୍ଟର ଦେବାଶିଷ ଦାସ ଓ ସ୍ବୟମ୍ସ ମିଶ୍ରଙ୍କ ସମେତ ଅନ୍ୟ କେତେକ ରେଟିଂପ୍ରାପ୍ତ ଖେଳାଳି ସୃଷ୍ଟି କରିବା କ୍ଷେତ୍ରରେ ଓଡ଼ିଶାକୁ ସହାୟତା କରିଛି। ରବିବାର ଏଆଇସିଏଫ୍‌ର କାର୍ଯ୍ୟନିର୍ବାହୀ ପରିଷଦ ବୈଠକ ଏବଂ ପରେ ସ୍ବତନ୍ତ୍ର ସାଧାରଣ ପରିଷଦ ବୈଠକ ଅନୁଷ୍ଠିତ ହୋଇଥିଲା। ଏଥିରେ ସର୍ବ ସମ୍ମତିକ୍ରମେ ଭୁବନେଶ୍ୱରର କିଟ୍‌ ୟୁନିଭର୍ସିଟିକୁ ଆନୁଷ୍ଠାନିକ ସଦସ୍ୟତା ପ୍ରଦାନ କରାଯାଇଥିଲା।

ଏହାଦ୍ୱାରା କିଟ୍‌ ଏଣିକି ଏଆଇସିଏଫ୍‌ ଅଧୀନରେ ଗ୍ରାଣ୍ଡମାଷ୍ଟର୍ସ ଟୁର୍ନାମେଣ୍ଟ ସମେତ ବିଭିନ୍ନ ଟୁର୍ନାମେଣ୍ଟ ଏବଂ ଚେସ୍‌ ସମ୍ପର୍କିତ ବିଭିନ୍ନ କାର୍ଯ୍ୟକ୍ରମ ସିଧାସଳଖ ଭାବେ ଆୟୋଜନ କରିପାରିବ। ଏହି ପରିପ୍ରେକ୍ଷୀରେ କିଟ୍‌ ଓ କିସ୍‌ର ପ୍ରତିଷ୍ଠାତା ପ୍ରଫେସର ଅଚ୍ୟୁତ ସାମନ୍ତ ଫିଡେ ଉପଦେଷ୍ଟାମଣ୍ଡଳୀ ଓ ଉପସଭାପତି ଭରତ ସିଂ ଚୌହାନ, ଏଆଇସିଏଫ୍‌ର ଯୁଗ୍ମ ସମ୍ପାଦକ ରଞ୍ଜନ ମହାନ୍ତି, ସର୍ବଭାରତୀୟ ଚେସ୍‌ ମହାସଂଘ ଏବଂ ଅଲ୍‌ ଓଡ଼ିଶା ଚେସ୍‌ ଫେଡେରେଶନର ସମସ୍ତ ସଦସ୍ୟଙ୍କୁ ଧନ୍ୟବାଦ ପ୍ରଦାନ କରିଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

T20 ବିଶ୍ୱକପ୍‌ରୁ ବାଦ୍ ପଡ଼ିବ କି ଅଷ୍ଟ୍ରେଲିଆ? ଦମଦାର ବିଜୟ ସହ ସୁପର-୮ରେ ଶ୍ରୀଲଙ୍କା

ନୂଆଦିଲ୍ଲୀ,୧୬।୨: ଚଳିତ T20 ବିଶ୍ୱକପ୍ ୨୦୨୬ରେ ଦେଖିବାକୁ ମିଳିଛି ଏକ ବଡ଼ ବିପର୍ଯ୍ୟୟ। ଓପନର ପଥୁମ ନିସାଙ୍କାଙ୍କ ବିଧ୍ୱଂସକାରୀ ଶତକ ବଳରେ ଶ୍ରୀଲଙ୍କା ୮ ୱିକେଟ୍‌ରେ ଅଷ୍ଟ୍ରେଲିଆକୁ…

ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ପରଲୋକ; ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର,୧୬।୨: ସମ୍ବଲପୁରର ପୂର୍ବତନ ବିଧାୟିକା ତଥା ବିଶିଷ୍ଟ ଚିକିତ୍ସିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କର ଦେହାନ୍ତ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୯ ବର୍ଷ ବୟସ ହୋଇଥିଲା। ସମ୍ବଲପୁର…

ନକଲି ମାଓବାଦୀ ଆତ୍ମସମର୍ପଣ ଯୋଜନା ପଣ୍ଡ: ଖବରଦାତାଙ୍କ ସହ ୪ ଗିରଫ

ରାୟଗଡ଼ା,୧୬।୨(ଆଶିଷ ରଞ୍ଜନ ପଣ୍ଡା) ମାଓବାଦୀଙ୍କ ନାଁରେ ପୋଷ୍ଟର ମାରିବା ଏବଂ ନକଲି ମାଓବାଦୀଙ୍କୁ ଆତ୍ମସମର୍ପଣ କରାଇ ସରକାରୀ ଅର୍ଥ ଲୁଟ ପାଇଁ ଉଦ୍ୟମ କରିବା ଘଟଣାରେ ରାୟଗଡ଼ା…

ବଟେଶ୍ୱର ଜାଗର ମହୋତ୍ସବ: ମୋହିଲା ଛାତ୍ରୀଛାତ୍ରଙ୍କ ନୃତ୍ୟ

ଗଞ୍ଜାମ,୧୬ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ପ୍ରସିଦ୍ଧ ବଟେଶ୍ୱର ମନ୍ଦିର ବାଲିଯାତ୍ରା ପଡିଆରେ ମହାଶିବରାତ୍ରି ଉପଲକ୍ଷେ ପ୍ରଥମଥର ପାଇଁ ଜାଗର ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି।…

ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀଙ୍କ ପରଲୋକ

ସମ୍ୱଲପୁର,୧୬।୨: ସମ୍ୱଲପୁର ପୂର୍ବତନ ବିଧାୟିକା ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ସୋମବାର ରାତିରେ ପରଲୋକ ହୋଇଯାଇଛି। ତାଙ୍କୁ ମୃତ୍ୟୁ ବେଳକୁ ୭୯ ବର୍ଷ ବୟସ ହୋଇଥିଲା। ରାତି ପ୍ରାୟ…

ପାଠ ଗଲା ଚୁଲିକୁ, କ୍ରିକେଟରୁ ମିଳୁଛି ଟଙ୍କା

ନୂଆଦିଲ୍ଲୀ,୧୬।୨: ଭାରତୀୟ କ୍ରିକେଟ ଜଗତରେ ଏବେ ଟଙ୍କାର ବର୍ଷା ହେଉଛି। ବହୁତ କମ୍ ବୟସରୁ ଉଦୟମାନ କ୍ରିକେଟର ମାନଙ୍କୁ କୋଟି କୋଟି ଟଙ୍କାରେ IPL ଟିମ୍ ସବୁ…

ଏହି ଷ୍ଟେସନର ବଦଳିବ କାୟାକଳ୍ପ: ଏତିକି କୋଟି ମଞ୍ଜୁର କଲେ କେନ୍ଦ୍ର ସରକାର

ଭୁବନେଶ୍ୱର,୧୬।୨: ଓଡ଼ିଶାର ରେଳ ଭିତ୍ତିଭୂମି ପାଇଁ ୯୩.୧୯ କୋଟି ଟଙ୍କା ଅନୁମୋଦନ କରିଛନ୍ତି କେନ୍ଦ୍ର ସରକାର। ଏହି ଟଙ୍କାରେ ବ୍ରହ୍ମପୁର ରେଳ ଷ୍ଟେସନର ପୁନଃ ବିକାଶ କରାଯିବ।…

ମହିଳାଙ୍କୁ ଗୋଡାଇ କାମୁଡ଼ିଲା ବିଲୁଆ

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ୫ ନଂ ୱାର୍ଡ ପଠାଣ ଗଳି ବାସିନ୍ଦା କେ.ପାର୍ୱତୀ ଦୋରା(୪୦) ବିଲୁଆ କାମଡ଼ାରେ ଗୁରୁତର ଆହତ ହୋଇଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri