KIIT Viral Video: ସାମ୍ନାକୁ ଆସିଲା ଆତ୍ମହତ୍ୟାର ପ୍ରଥମ ଭିଡିଓ, ରୁମ୍‌ କବାଟ ଭାଙ୍ଗି ଭିତରେ ପଶି ଦେଖିଲେ ତ…

ଭୁବନେଶ୍ୱର,୧୯।୨: କିଟ୍‌ ବିଶ୍ୱବିଦ୍ୟାଳୟରେ ନେପାଳୀ ଛାତ୍ରୀ ଆତ୍ମହତ୍ୟା ଘଟଣାରେ ନୂଆ ନୂଆ ତଥ୍ୟ ପଦାକୁ ଆସିବାରେ ଲାଗିଛି । କିଟ୍‌ କର୍ତ୍ତୃପକ୍ଷଙ୍କ ଦାୟିତ୍ୱହୀନତା ଯୋଗୁ ଓଡ଼ିଶା ବିଶ୍ୱ ଦରବାରରେ ପୁଣିଥରେ ନିନ୍ଦିତ ହେବାକୁ ପଡିଛି । ଅନ୍ୟପଟେ ଏହି ଘଟଣାକୁ ନେଇ ଛାତ୍ର ଅଶାନ୍ତି ତେଜିଛି। ମୃତ ଛାତ୍ରୀଙ୍କୁ ନ୍ୟାୟ ଦାବିରେ କ୍ୟାଣ୍ଡେଲ ଜାଳି ହାତରେ ପ୍ଲାକାର୍ଡ ଧରି ଶୋଭାଯାତ୍ରା କରିଛନ୍ତି ଛାତ୍ରୀଛାତ୍ର।

ଏହି ସମୟରେ ନେପାଳୀ ଛାତ୍ରୀ ଆତ୍ମହତ୍ୟାର ପ୍ରଥମ ଭିଡିଓ ସାମନାକୁ ଆସିଛି। ଏହା ନେପାଳୀ ଛାତ୍ରୀଙ୍କ ହଷ୍ଟେଲ ରୁମ୍‌ କବାଟ ଭାଙ୍ଗିବା ବେଳର ଭିଡିଓ । ଯାହା ଏବେ ବେଶୀ ଭାଇରାଲ ହେବାରେ ଲାଗିଛ। ପୋଲିସ ଆସିବା ଆଗରୁ ହଷ୍ଟେଲ କର୍ତ୍ତୃପକ୍ଷ କବାଟ ଭାଙ୍ଗିଥିବା ଦେଖିବାକୁ ମିଳିଛି। ଜୋରଜବରଦସ୍ତ କବାଟ ଭାଙ୍ଗି କଲେଜ ଛାତ୍ରୀ ଏବଂ କର୍ତ୍ତୃପକ୍ଷ ଭିତରକୁ ପଶିଥିଲେ। ରୁମ୍‌ ଭିତରେ ନେପାଳୀ ଛାତ୍ରୀଙ୍କ ମୃତଦେହ ଝୁଲୁଥିବାର
ଭିଡିଓରେ ଦେଖାଯାଇଛି।

ଅନ୍ୟପଟେ ଘଟଣାକୁ ନେଇ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଆକ୍ସନ ମୋଡକୁ ଆସିଛନ୍ତି। ଘଟଣାର ତଦନ୍ତ ନେଇ ଉଚ୍ଚସ୍ତରୀୟ କମିଟି ଗଠନ କରିଛନ୍ତି ରାଜ୍ୟ ସରକାର। ଏହି କମିଟିରେ ସ୍ଥାନ ପାଇଛନ୍ତି ୩ଟି ବିଭାଗର ସଚିବ। କମିଟିରେ ଗୃହ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ, ମହିଳା ଓ ଶିଶୁ କଲ୍ୟାଣ ବିଭାଗ ପ୍ରମୁଖ ସଚିବ ଓ ଉଚ୍ଚ ଶିକ୍ଷା ବିଭାଗର ସଚିବ ମଧ୍ୟ ସ୍ଥାନ ପାଇଛନ୍ତି।

କମିଟି ଗଠନ କରିବା ସହ ଛାତ୍ରୀଛାତ୍ରୀଙ୍କୁ ଘରୋଇ ସୁରକ୍ଷାକର୍ମୀ ମାଡ଼ ମାରିବାର ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ। ସେ କହିଛନ୍ତି, ଯେଉଁମାନେ ଦୋଷୀ ସାବ୍ୟସ୍ତ ହେବେ ସେମାନଙ୍କୁ ଆଇନ ଅନୁସାରେ କାର୍ଯ୍ୟାନୁଷ୍ଠାନ ନିଆଯିବ। ସମସ୍ତ ଛାତ୍ରୀଛାତ୍ରଙ୍କ ସୁରକ୍ଷା ଓ ସମ୍ମାନ ନେଇ ସରକାର ପ୍ରତିଶ୍ରୁତିବଦ୍ଧ। ନ୍ୟାୟ ଦେବା ପାଇଁ ରାଜ୍ୟ ସରକାର ସମସ୍ତ ପ୍ରକାର ପଦକ୍ଷେପ ନେବେ।


Enter your email to get our daily news in your inbox.

All Right Reserved By Dharitri.Com

ଛାତ୍ରୀଛାତ୍ରଙ୍କ ସ୍ବାସ୍ଥ ପାଇଁ ତତ୍ପର:  ଚିକିତ୍ସା ପାଇଁ ଅନ୍ୟତ୍ର ଯିବାକୁ…

ଦାରିଙ୍ଗବାଡି,୬।୧୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଠାରେ ଥିବା ଓଡ଼ିଶା ଆଦର୍ଶ ବିଦ୍ୟାଳୟ ପରିସର ମଧ୍ୟରେ ଶନିବାର ଛାତ୍ରୀଛାତ୍ରଙ୍କ ଚକ୍ଷୁ ପରୀକ୍ଷା ଓ ପ୍ରାଥମିକ...

ବଂଶଧାରା ନଦୀ ଉପରେ ନିର୍ମାଣ ହେବ ପୋଲ: ଆନ୍ଧ୍ର -ଓଡିଶା ମଧ୍ୟରେ ବାଣିଜ୍ୟ ସଂପର୍କକ….

ପାରଳାଖେମୁଣ୍ଡି,୬ା୧୨(ଗିରିଧାରୀ ପରିଚ୍ଛା): ବଂଶଧାରା ନଦୀ ଉପରେ ନିର୍ମାଣ ହେବ ପୋଲ। ଗୁପ୍ତ ବୃନ୍ଦାବନ ରୂପେ ପରିଚିତ ଲିହୁରି ଗୋପୀନାଥ ମନ୍ଦିରକୁ ଯାତାୟାତ କରିବା ଏଣିକି ଓଡିଶାବାସୀଙ୍କ...

ପ୍ରେମିକାଙ୍କ ପାଇଁ ଗଳା କାଟିଦେଲେ ପ୍ରେମିକ, ଆଉ ତା’ ପରେ…

ଜି.ଉଦୟଗିରି,୬ା୧୨(ଚିନ୍ମୟ କୁମାର ସେଠୀ): କଳିଙ୍ଗା ପଞ୍ଚାୟତର ଡୁଗୁଡ଼ିପାରୀ ଗ୍ରାମରେ ଶନିବାର ସକାଳେ ଜଣେ ଯୁବକ ଆତ୍ମହତ୍ୟା ଉଦ୍ୟମ କରିଥିବା ଦେଖିବାକୁ ମିଳିଛି। ପ୍ରେମିକାଙ୍କ ନିଜ ଘରକୁ...

୨୩ରୁ ଭଞ୍ଜନଗରରେ ଖୋଲିବ ଧାନ ମଣ୍ଡି: ୨୪ ଘଣ୍ଟିଆ ନଜର ରଖିବ…

ଭଞ୍ଜନଗର,୬।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡରେ ଆସନ୍ତା ୨୩ ତାରିଖରୁ ମଣ୍ଡିରେ ଧାନ ସଂଗ୍ରହ ହେବ। ତେଣୁ ଏହା ପୂର୍ବରୁ ଭଞ୍ଜନଗର ଉପଖଣ୍ଡ ପ୍ରଶାସନ...

କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି: ୧୮ହଜାର ଟପିବ ନାହିଁ ଘରୋଇ ବିମାନ ଭଡ଼ା, କିଲୋମିଟର ଅନୁଯାୟୀ ପଡିବ…

ନୂଆଦିଲ୍ଲୀ,୬।୧୨: ଗତ ୫ ଦିନ ଧରି ଇଣ୍ଡିଗୋ ବିମାନ ଚଳାଚଳ ବନ୍ଦ ହେବା ଏବଂ ଯାତ୍ରୀଙ୍କ ସଂଖ୍ୟା ଆଶାତିତ ବୃଦ୍ଧି ଯୋଗୁ, ଅନ୍ୟ ବିମାନ କମ୍ପାନୀଗୁଡ଼ିକର...

ଅସମାଜିକଙ୍କ ଆଡ୍ଡାସ୍ଥଳୀ ପାଲଟିଛି ଉଦ୍ୟାନ କୃଷି କୋଠା, ସବୁ ଜାଣି ପ୍ରଶାସନ ଚୁପ୍‌

ଥୁଆମୂଳ ରାମପୁର,୬ା୧୨(ଦୁର୍ଗା କୀର୍ତ୍ତି): କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ମିଳିତ ସହଯୋଗରେ ବିଭିନ୍ନ ଯୋଜନା ମଧ୍ୟରେ ଉଦ୍ୟାନ କୃଷି ଉପରେ ଅଧିକ ଗୁରୁତ୍ୱ ଦିଆଯାଉଛି। ଉଦ୍ୟାନ...

ବିଜେଡିକୁ ଶକ୍ତ ଝଟ୍‌କା: ଭାଜପାରେ ଯୋଗଦେଲେ ପ୍ରଫୁଲଙ୍କ ଦୁଇ ପୁଅ

ଭୁବନେଶ୍ୱର/ଭଦ୍ରକ,୬।୧୨(ସନାତନ ରାଉତ): ଭଦ୍ରକ ବିଜେଡି କନ୍ଦଳ ନେଇ ରାଜନୀତି ସରଗରମ ଥିବାବେଳେ ଶେଷରେ ବିଜେଡିକୁ ଶକ୍ତ ଝଟ୍‌କା । ଭାଜପାରେ ମିଶିଲେ ପ୍ରଫୁଲ୍ଲ ସାମଲଙ୍କ ୨...

ଚୁଲି ଜାଳି ନିଆଁ ପୁଇଁ ହେଉଥିଲେ ମହିଳା, ଶାଢ଼ିରେ ଲାଗିଗଲା ନିଆଁ, ଆଉ ତା’ ପରେ…

ଆନନ୍ଦପୁର,୬ା୧୨(ସୁଶାନ୍ତ କୁମାର ସାହୁ): ଚୁଲିନିଆଁରେ ପୋଡ଼ି ହୋଇ ଜଣେ ମହିଳା ଗୁରୁତର ହୋଇଛନ୍ତି। ଆନନ୍ଦପୁର ଉପଖଣ୍ଡ ନନ୍ଦିପଦା ଥାନା କରଗୋଳା ଗାଁରେ ଘଟିଛି ଏଭଳି ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri