KIIT Viral Video: ସାମ୍ନାକୁ ଆସିଲା ଆତ୍ମହତ୍ୟାର ପ୍ରଥମ ଭିଡିଓ, ରୁମ୍‌ କବାଟ ଭାଙ୍ଗି ଭିତରେ ପଶି ଦେଖିଲେ ତ…

ଭୁବନେଶ୍ୱର,୧୯।୨: କିଟ୍‌ ବିଶ୍ୱବିଦ୍ୟାଳୟରେ ନେପାଳୀ ଛାତ୍ରୀ ଆତ୍ମହତ୍ୟା ଘଟଣାରେ ନୂଆ ନୂଆ ତଥ୍ୟ ପଦାକୁ ଆସିବାରେ ଲାଗିଛି । କିଟ୍‌ କର୍ତ୍ତୃପକ୍ଷଙ୍କ ଦାୟିତ୍ୱହୀନତା ଯୋଗୁ ଓଡ଼ିଶା ବିଶ୍ୱ ଦରବାରରେ ପୁଣିଥରେ ନିନ୍ଦିତ ହେବାକୁ ପଡିଛି । ଅନ୍ୟପଟେ ଏହି ଘଟଣାକୁ ନେଇ ଛାତ୍ର ଅଶାନ୍ତି ତେଜିଛି। ମୃତ ଛାତ୍ରୀଙ୍କୁ ନ୍ୟାୟ ଦାବିରେ କ୍ୟାଣ୍ଡେଲ ଜାଳି ହାତରେ ପ୍ଲାକାର୍ଡ ଧରି ଶୋଭାଯାତ୍ରା କରିଛନ୍ତି ଛାତ୍ରୀଛାତ୍ର।

ଏହି ସମୟରେ ନେପାଳୀ ଛାତ୍ରୀ ଆତ୍ମହତ୍ୟାର ପ୍ରଥମ ଭିଡିଓ ସାମନାକୁ ଆସିଛି। ଏହା ନେପାଳୀ ଛାତ୍ରୀଙ୍କ ହଷ୍ଟେଲ ରୁମ୍‌ କବାଟ ଭାଙ୍ଗିବା ବେଳର ଭିଡିଓ । ଯାହା ଏବେ ବେଶୀ ଭାଇରାଲ ହେବାରେ ଲାଗିଛ। ପୋଲିସ ଆସିବା ଆଗରୁ ହଷ୍ଟେଲ କର୍ତ୍ତୃପକ୍ଷ କବାଟ ଭାଙ୍ଗିଥିବା ଦେଖିବାକୁ ମିଳିଛି। ଜୋରଜବରଦସ୍ତ କବାଟ ଭାଙ୍ଗି କଲେଜ ଛାତ୍ରୀ ଏବଂ କର୍ତ୍ତୃପକ୍ଷ ଭିତରକୁ ପଶିଥିଲେ। ରୁମ୍‌ ଭିତରେ ନେପାଳୀ ଛାତ୍ରୀଙ୍କ ମୃତଦେହ ଝୁଲୁଥିବାର
ଭିଡିଓରେ ଦେଖାଯାଇଛି।

ଅନ୍ୟପଟେ ଘଟଣାକୁ ନେଇ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଆକ୍ସନ ମୋଡକୁ ଆସିଛନ୍ତି। ଘଟଣାର ତଦନ୍ତ ନେଇ ଉଚ୍ଚସ୍ତରୀୟ କମିଟି ଗଠନ କରିଛନ୍ତି ରାଜ୍ୟ ସରକାର। ଏହି କମିଟିରେ ସ୍ଥାନ ପାଇଛନ୍ତି ୩ଟି ବିଭାଗର ସଚିବ। କମିଟିରେ ଗୃହ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ, ମହିଳା ଓ ଶିଶୁ କଲ୍ୟାଣ ବିଭାଗ ପ୍ରମୁଖ ସଚିବ ଓ ଉଚ୍ଚ ଶିକ୍ଷା ବିଭାଗର ସଚିବ ମଧ୍ୟ ସ୍ଥାନ ପାଇଛନ୍ତି।

କମିଟି ଗଠନ କରିବା ସହ ଛାତ୍ରୀଛାତ୍ରୀଙ୍କୁ ଘରୋଇ ସୁରକ୍ଷାକର୍ମୀ ମାଡ଼ ମାରିବାର ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ। ସେ କହିଛନ୍ତି, ଯେଉଁମାନେ ଦୋଷୀ ସାବ୍ୟସ୍ତ ହେବେ ସେମାନଙ୍କୁ ଆଇନ ଅନୁସାରେ କାର୍ଯ୍ୟାନୁଷ୍ଠାନ ନିଆଯିବ। ସମସ୍ତ ଛାତ୍ରୀଛାତ୍ରଙ୍କ ସୁରକ୍ଷା ଓ ସମ୍ମାନ ନେଇ ସରକାର ପ୍ରତିଶ୍ରୁତିବଦ୍ଧ। ନ୍ୟାୟ ଦେବା ପାଇଁ ରାଜ୍ୟ ସରକାର ସମସ୍ତ ପ୍ରକାର ପଦକ୍ଷେପ ନେବେ।


Enter your email to get our daily news in your inbox.

All Right Reserved By Dharitri.Com

ଇସ୍ତଫାର ରାଜନୈତିକ ରଙ୍ଗ

ଆଇଏଏସ୍‌ ଅଫିସର ଦିବ୍ୟା ମିତ୍ତଲ ୧୩ ବର୍ଷ ଚାକିରି କରିବା ପରେ ଉତ୍ତର ପ୍ରଦେଶର ଆଗାମୀ ନିର୍ବାଚନର ମାତ୍ର କିଛି ମାସ ପୂର୍ବରୁ ଦେଇଥିବା ଇସ୍ତଫାକୁ ନେଇ…

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇବେ ମୀନାକ୍ଷୀରାଣୀ: ଛୁଟୁଛି ଶୁଭେଚ୍ଛାର ସୁଅ

ଲୋଇସିଂହା,୫।୯(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ହରେକୃଷ୍ଣ ମହତାବ ହାଇସ୍କୁଲର କଳା ଶିକ୍ଷୟିତ୍ରୀ ତଥା ଗାଳ୍ପିକା ମୀନାକ୍ଷୀରାଣୀ ମିଶ୍ର ଜିଲାର ଏକମାତ୍ର ଶିକ୍ଷୟିତ୍ରୀ ଭାବେ ରାଜ୍ୟସ୍ତରୀୟ ମୁଖ୍ୟମନ୍ତ୍ରୀ ଶିକ୍ଷା…

‘ମୋ ପତ୍ନୀ ମଧ୍ୟ…’, ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ଏମିତି କାହିଁକି କହିଲେ ପୂର୍ବତନ ଭାରତୀୟ କ୍ରିକେଟର, ବଢିଲା ଚର୍ଚ୍ଚା

ନୂଆଦିଲ୍ଲୀ,୫।୯: ମାତ୍ର ୧୫ ବର୍ଷ ବୟସରେ କ୍ରିକେଟ ଜଗତରେ ନିଜର ଗଭୀର ଛାପ ଛାଡ଼ିଛନ୍ତି ବୈଭବ ସୂର୍ଯ୍ୟବଂଶୀ। ଏହି ଯୁବ କ୍ରିକେଟରଙ୍କ ପ୍ରତିଭାକୁ ନେଇ ଏବେ ପୂର୍ବତନ…

ମୋଦିଙ୍କ ପାଇଁ ଚକୋଲେଟ୍‌ର ‘ଇଣ୍ଡିଆ ଗେଟ୍‌’ ଆଣିଥିଲେ ବେଲଜିୟମ ପ୍ରଧାନମନ୍ତ୍ରୀ, ଭାରତରେ ପହଞ୍ଚିବା ପରେ ଘଟିଲା ଏମିତି କିଛି!

ନୂଆଦିଲ୍ଲୀ,୫।୯: ଭାରତ ଗସ୍ତରେ ଆସିଥିବା ବେଲଜିୟମ ପ୍ରଧାନମନ୍ତ୍ରୀ ବାର୍ଟ ଡି ୱେଭର୍‌ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପାଇଁ ଆଣିଥିଲେ ଏକ ଅତ୍ୟନ୍ତ ନିଆରା ଉପହାର। ଭାରତର ପ୍ରସିଦ୍ଧ…

ମନ୍ଦିର ବୁଲାଣିରେ ଅଘଟଣ, ବାଇକ୍‌କୁ ଧକ୍କା ଦେଲା ବାଇକ୍‌: ଆଉ ତା’ପରେ…

ବରଗଡ଼,୫ା୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଭଟ୍‌ଲି ଥାନା ଅନ୍ତର୍ଗତ ମେଣ୍ଢାପାଲି ବନଦୁର୍ଗା ମନ୍ଦିର ନିକଟସ୍ଥ ବୁଲାଣିରେ ଏକ ପିକ୍‌ଅପ ଭ୍ୟାନ (ନଂ-ଓଡି ୧୫ଏଡି ୭୮୯୨) ଅନ୍ୟ ଏକ ବାଇକକୁ…

ବୈଦେଶିକ ମୁଦ୍ରାଭଣ୍ଡାରରେ ୧୧ ବିଲିୟନ ଡଲାର ବୃଦ୍ଧି

ନୂଆଦିଲ୍ଲୀ,୫ା୯: ଅଗଷ୍ଟ ୨୮ ସୁଦ୍ଧା ଶେଷ ହୋଇଥିବା ସପ୍ତାହରେ ଭାରତର ବୈଦେଶିକ ମୁଦ୍ରାଭଣ୍ଡାର ପରିମାଣରେ ୧୧.୪୭୫ ବିଲିୟନ ଡଲାର ବୃଦ୍ଧି ଘଟିବା ସହ ମୋଟ ଭଣ୍ଡାର ପରିମାଣ…

୧.୮୫ କୋଟି ଗ୍ରାହକଙ୍କ ସହ ଜିଓ ଓଡ଼ିଶାରେ ଅଗ୍ରଣୀ

ଭୁବନେଶ୍ୱର, ୫ା୯: ସାରା ଦେଶ ସହ ଓଡ଼ିଶାରେ ମଧ୍ୟ ରିଲାଏନ୍ସ ଜିଓ ୫ ସେପ୍ଟେମ୍ବର ୨୦୧୬ରେ ବ୍ୟବସାୟିକ ଟେଲିସେବା ଆରମ୍ଭ କରିଥିଲା। ୧୦ ବର୍ଷ ମଧ୍ୟରେ ଜିଓ…

ସେପ୍ଟେମ୍ବର ୧୫ରୁ ବନ୍ଦ ହୋଇପାରେ ଦୋକାନୀଙ୍କ ୟୁପିଆଇ

ନୂଆଦିଲ୍ଲୀ,୫ା୯: ଅନ୍‌ଲାଇନ ପେମେଣ୍ଟ ବ୍ୟବସ୍ଥାକୁ ନେଇ ଏବେ ଦେଶରେ ୧୦ ଲକ୍ଷ କ୍ଷୁଦ୍ର ବ୍ୟବସାୟୀ ସଙ୍କଟରେ ପଡ଼ିଛନ୍ତି। କାରଣ ସେମାନଙ୍କ କଓ୍ବୋଇସି ପ୍ରକ୍ରିୟା ଏ ପର୍ଯ୍ୟନ୍ତ ଶେଷ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri